< 2 शमूएल 6 >

1 फिर दाऊद ने एक और बार इस्राएल में से सब बड़े वीरों को, जो तीस हजार थे, इकट्ठा किया।
ଏଥିଉତ୍ତାରେ ଦାଉଦ ପୁନର୍ବାର ଇସ୍ରାଏଲର ତିରିଶ ହଜାର ବଛା ଲୋକ ସମସ୍ତଙ୍କୁ ସଂଗ୍ରହ କଲେ।
2 तब दाऊद और जितने लोग उसके संग थे, वे सब उठकर यहूदा के बाले नामक स्थान से चले, कि परमेश्वर का वह सन्दूक ले आएँ, जो करूबों पर विराजनेवाले सेनाओं के यहोवा का कहलाता है।
ଆଉ ଦାଉଦ ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ ଉଠି, ସେହି ନାମରେ ଖ୍ୟାତ, ଅର୍ଥାତ୍‍, କିରୂବଗଣ ମଧ୍ୟରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ, ପରମେଶ୍ୱରଙ୍କ ସିନ୍ଦୁକ ବାଲି-ଯିହୁଦାଠାରୁ ଆଣିବାକୁ ଗଲେ।
3 तब उन्होंने परमेश्वर का सन्दूक एक नई गाड़ी पर चढ़ाकर टीले पर रहनेवाले अबीनादाब के घर से निकाला; और अबीनादाब के उज्जा और अह्यो नामक दो पुत्र उस नई गाड़ी को हाँकने लगे।
ପୁଣି ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଏକ ନୂଆ ଶଗଡ଼ରେ ରଖି ପର୍ବତସ୍ଥ ଅବୀନାଦବର ଗୃହରୁ ଆଣିଲେ; ପୁଣି ଅବୀନାଦବର ପୁତ୍ର ଉଷ ଓ ଅହୀୟୋ ସେହି ନୂଆ ଶଗଡ଼ ଚଳାଇଲେ।
4 और उन्होंने उसको परमेश्वर के सन्दूक समेत टीले पर रहनेवाले अबीनादाब के घर से बाहर निकाला; और अह्यो सन्दूक के आगे-आगे चला।
ଆଉ ସେମାନେ ପର୍ବତସ୍ଥ ଅବୀନାଦବର ଗୃହରୁ ପରମେଶ୍ୱରଙ୍କ ସିନ୍ଦୁକ ସହିତ ତାହା ଆଣିଲେ; ଅହୀୟୋ ସିନ୍ଦୁକର ଆଗେ ଆଗେ ଚାଲିଲା।
5 दाऊद और इस्राएल का समस्त घराना यहोवा के आगे सनोवर की लकड़ी के बने हुए सब प्रकार के बाजे और वीणा, सारंगियाँ, डफ, डमरू, झाँझ बजाते रहे।
ପୁଣି ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ସମ୍ମୁଖରେ ଦେବଦାରୁ କାଷ୍ଠରେ ନିର୍ମିତ ନାନା ପ୍ରକାର ବାଦ୍ୟଯନ୍ତ୍ର, ବୀଣା ଓ ନେବଲ ଓ ଦାରା ଓ ମନ୍ଦିରା ଓ କରତାଳ ବଜାଇଲେ।
6 जब वे नाकोन के खलिहान तक आए, तब उज्जा ने अपना हाथ परमेश्वर के सन्दूक की ओर बढ़ाकर उसे थाम लिया, क्योंकि बैलों ने ठोकर खाई थी।
ଆଉ ସେମାନେ ନାଖୋନ ନାମକ ଶସ୍ୟମର୍ଦ୍ଦନ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବିସ୍ତାର କରି ପରମେଶ୍ୱରଙ୍କ ସିନ୍ଦୁକ ଧରିଲା।
7 तब यहोवा का कोप उज्जा पर भड़क उठा; और परमेश्वर ने उसके दोष के कारण उसको वहाँ ऐसा मारा, कि वह वहाँ परमेश्वर के सन्दूक के पास मर गया।
ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ଏଣୁ ପରମେଶ୍ୱର ତାହାର ଭ୍ରମ ସକାଶୁ ତାହାକୁ ଆଘାତ କରନ୍ତେ, ସେ ସେହିଠାରେ ପରମେଶ୍ୱରଙ୍କ ସିନ୍ଦୁକ ପାଖରେ ମଲା।
8 तब दाऊद अप्रसन्न हुआ, इसलिए कि यहोवा उज्जा पर टूट पड़ा था; और उसने उस स्थान का नाम पेरेसुज्जा रखा, यह नाम आज के दिन तक विद्यमान है।
ପୁଣି ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ, ଏଣୁ ସେ ସେହି ସ୍ଥାନର ନାମ ପେରସ-ଉଷ (ଉଷ ପ୍ରତି ଆକ୍ରମଣ) ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।
9 और उस दिन दाऊद यहोवा से डरकर कहने लगा, “यहोवा का सन्दूक मेरे यहाँ कैसे आए?”
ପୁଣି ଦାଉଦ ସେହି ଦିନ ସଦାପ୍ରଭୁଙ୍କୁ ଭୟ କରି କହିଲେ, “ସଦାପ୍ରଭୁଙ୍କ ସିନ୍ଦୁକ କିପ୍ରକାରେ ମୋʼ ନିକଟକୁ ଆସିବ?”
10 १० इसलिए दाऊद ने यहोवा के सन्दूक को अपने यहाँ दाऊदपुर में पहुँचाना न चाहा; परन्तु गतवासी ओबेदेदोम के यहाँ पहुँचाया।
ତହୁଁ ଦାଉଦ ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରକୁ ଆପଣା କତିକି ଆଣିବାକୁ ଅନିଚ୍ଛୁକ ହେଲେ; ମାତ୍ର ଦାଉଦ ତାହା ନେଇ ପଥପାର୍ଶ୍ଵସ୍ଥ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ରଖିଲେ,
11 ११ यहोवा का सन्दूक गतवासी ओबेदेदोम के घर में तीन महीने रहा; और यहोवा ने ओबेदेदोम और उसके समस्त घराने को आशीष दी।
ତହିଁରେ ସଦାପ୍ରଭୁଙ୍କ ସିନ୍ଦୁକ ଗାଥୀୟ ଓବେଦ୍‍-ଇଦୋମର ଗୃହରେ ତିନି ମାସ ରହିଲା; ପୁଣି ସଦାପ୍ରଭୁ ଓବେଦ୍‍-ଇଦୋମକୁ ଓ ତାହାର ସମସ୍ତ ପରିବାରକୁ ଆଶୀର୍ବାଦ କଲେ।
12 १२ तब दाऊद राजा को यह बताया गया, कि यहोवा ने ओबेदेदोम के घराने पर, और जो कुछ उसका है, उस पर भी परमेश्वर के सन्दूक के कारण आशीष दी है। तब दाऊद ने जाकर परमेश्वर के सन्दूक को ओबेदेदोम के घर से दाऊदपुर में आनन्द के साथ पहुँचा दिया।
ଏଉତ୍ତାରେ ପରମେଶ୍ୱରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ୍‍-ଇଦୋମର ପରିବାରକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ୍‍-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ୱରଙ୍କ ସିନ୍ଦୁକକୁ ଦାଉଦ-ନଗରକୁ ଆଣିଲେ।
13 १३ जब यहोवा का सन्दूक उठानेवाले छः कदम चल चुके, तब दाऊद ने एक बैल और एक पाला पोसा हुआ बछड़ा बलि कराया।
ଆଉ, ସଦାପ୍ରଭୁଙ୍କ ସିନ୍ଦୁକ-ବାହକମାନେ ଛଅ ପାଦ ଗଲା ଉତ୍ତାରେ ସେ ଏକ ଗୋରୁ ଓ ଏକ ପୁଷ୍ଟ ପଶୁ ବଳିଦାନ କଲେ।
14 १४ और दाऊद सनी का एपोद कमर में कसे हुए यहोवा के सम्मुख तन मन से नाचता रहा।
ପୁଣି ଦାଉଦ ଆପଣାର ସମସ୍ତ ବଳରେ ସଦାପ୍ରଭୁଙ୍କ ସମ୍ମୁଖରେ ନୃତ୍ୟ କଲେ; ସେହି ସମୟରେ ଦାଉଦ ଶୁକ୍ଳ ଏଫୋଦ ପିନ୍ଧିଥିଲେ।
15 १५ अतः दाऊद और इस्राएल का समस्त घराना यहोवा के सन्दूक को जयजयकार करते और नरसिंगा फूँकते हुए ले चला।
ଏହିରୂପେ ଦାଉଦ ଓ ସମୁଦାୟ ଇସ୍ରାଏଲ ବଂଶ ଜୟଧ୍ୱନି ଓ ତୂରୀଧ୍ୱନି କରି ସଦାପ୍ରଭୁଙ୍କ ସିନ୍ଦୁକ ଆଣିଲେ।
16 १६ जब यहोवा का सन्दूक दाऊदपुर में आ रहा था, तब शाऊल की बेटी मीकल ने खिड़की में से झाँककर दाऊद राजा को यहोवा के सम्मुख नाचते कूदते देखा, और उसे मन ही मन तुच्छ जाना।
ପୁଣି ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରରେ ଉପସ୍ଥିତ ହେବା ବେଳେ ଶାଉଲଙ୍କର କନ୍ୟା ମୀଖଲ ଝରକା ଦେଇ ଅନାଇ ଦାଉଦ ରାଜାଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ କୁଦିବାର ଓ ନାଚିବାର ଦେଖିଲା; ଏଣୁ ସେ ଆପଣା ମନେ ମନେ ତାଙ୍କୁ ତୁଚ୍ଛ କଲା।
17 १७ और लोग यहोवा का सन्दूक भीतर ले आए, और उसके स्थान में, अर्थात् उस तम्बू में रखा, जो दाऊद ने उसके लिये खड़ा कराया था; और दाऊद ने यहोवा के सम्मुख होमबलि और मेलबलि चढ़ाए।
ଏଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଭିତରକୁ ଆଣି ସେହି ସ୍ଥାନରେ, ଅର୍ଥାତ୍‍, ତହିଁ ପାଇଁ ଦାଉଦ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ତହୁଁ ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
18 १८ जब दाऊद होमबलि और मेलबलि चढ़ा चुका, तब उसने सेनाओं के यहोवा के नाम से प्रजा को आशीर्वाद दिया।
ପୁଣି ଦାଉଦ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ସାରିଲା ଉତ୍ତାରେ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ସେ ଲୋକମାନଙ୍କୁ ଆଶୀର୍ବାଦ କଲେ।
19 १९ तब उसने समस्त प्रजा को, अर्थात्, क्या स्त्री क्या पुरुष, समस्त इस्राएली भीड़ के लोगों को एक-एक रोटी, और एक-एक टुकड़ा माँस, और किशमिश की एक-एक टिकिया बँटवा दी। तब प्रजा के सब लोग अपने-अपने घर चले गए।
ପୁଣି ସେ ଇସ୍ରାଏଲର ସମୁଦାୟ ଜନତା ମଧ୍ୟରେ ସମସ୍ତ ଲୋକଙ୍କୁ, ପୁରୁଷ ଓ ସ୍ତ୍ରୀ ଉଭୟ ମଧ୍ୟରେ ପ୍ରତ୍ୟେକଙ୍କୁ ଏକ ଏକ ଖଣ୍ଡ ରୁଟି ଓ ଏକ ଏକ ଅଂଶ ମାଂସ ଓ ଏକ ଏକ ଦ୍ରାକ୍ଷାଚକ୍ତି ପରିବେଷଣ କଲେ। ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୃହକୁ ପ୍ରସ୍ଥାନ କଲେ।
20 २० तब दाऊद अपने घराने को आशीर्वाद देने के लिये लौटा और शाऊल की बेटी मीकल दाऊद से मिलने को निकली, और कहने लगी, “आज इस्राएल का राजा जब अपना शरीर अपने कर्मचारियों की दासियों के सामने ऐसा उघाड़े हुए था, जैसा कोई निकम्मा अपना तन उघाड़े रहता है, तब क्या ही प्रतापी देख पड़ता था!”
ଏଥିଉତ୍ତାରେ ଦାଉଦ ଆପଣା ପରିବାରକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ। ତହିଁରେ ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ଭେଟିବା ପାଇଁ ବାହାରେ ଆସି କହିଲା, “ଆଜି ଇସ୍ରାଏଲର ରାଜା କେଡ଼େ ଗୌରବ ପାଇଲେ, ସେ ଆଜି ଆପଣା ଦାସଗଣର ଦାସୀମାନଙ୍କ ସାକ୍ଷାତରେ ବିବସ୍ତ୍ର ହୋଇଥିଲେ, ଯେପରି କୌଣସି ଅଗାଡ଼ି ଲୋକ ନିର୍ଲଜ ରୂପେ ବିବସ୍ତ୍ର ହୁଏ!”
21 २१ दाऊद ने मीकल से कहा, “यहोवा, जिसने तेरे पिता और उसके समस्त घराने के बदले मुझ को चुनकर अपनी प्रजा इस्राएल का प्रधान होने को ठहरा दिया है, उसके सम्मुख मैं ऐसा नाचा—और मैं यहोवा के सम्मुख इसी प्रकार नाचा करूँगा।
ଏଥିରେ ଦାଉଦ ମୀଖଲକୁ କହିଲେ, “ତାହା ତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା, ସେ ତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତ କରିବାକୁ ମୋତେ ମନୋନୀତ କରିଅଛନ୍ତି; ଏହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆମୋଦ କରିବି।
22 २२ और मैं इससे भी अधिक तुच्छ बनूँगा, और अपनी दृष्टि में नीच ठहरूँगा; और जिन दासियों की तूने चर्चा की वे भी मेरा आदरमान करेंगी।”
ପୁଣି ମୁଁ ଏଥିରୁ ହିଁ ଆହୁରି କ୍ଷୁଦ୍ର ହେବି ଓ ନିଜ ଦୃଷ୍ଟିରେ ନୀଚ ହେବି; ତଥାପି ତୁମ୍ଭେ ଯେଉଁ ଦାସୀମାନଙ୍କ କଥା କହିଲ, ସେମାନଙ୍କଠାରୁ ମୁଁ ଗୌରବ ପାଇବି।”
23 २३ और शाऊल की बेटी मीकल के मरने के दिन तक कोई सन्तान न हुई।
ଏହେତୁ ଶାଉଲଙ୍କର କନ୍ୟା ମୀଖଲର ମରଣ ଦିନ ପର୍ଯ୍ୟନ୍ତ ସନ୍ତାନ ହେଲା ନାହିଁ।

< 2 शमूएल 6 >