< निर्गमन 19 >

1 इस्राएलियों को मिस्र देश से निकले हुए जिस दिन तीन महीने बीत चुके, उसी दिन वे सीनै के जंगल में आए।
ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାର ହେବାର ତୃତୀୟ ମାସର ପ୍ରଥମ ଦିନରେ, ସେମାନେ ସୀନୟ ପ୍ରାନ୍ତରରେ ଉପସ୍ଥିତ ହେଲେ।
2 और जब वे रपीदीम से कूच करके सीनै के जंगल में आए, तब उन्होंने जंगल में डेरे खड़े किए; और वहीं पर्वत के आगे इस्राएलियों ने छावनी डाली।
ସେମାନେ ରଫୀଦୀମଠାରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଉପସ୍ଥିତ ହୁଅନ୍ତେ, ସେହି ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; ଇସ୍ରାଏଲ ସେହି ସ୍ଥାନରେ ପର୍ବତ ସମ୍ମୁଖରେ ଛାଉଣି ସ୍ଥାପନ କଲେ।
3 तब मूसा पर्वत पर परमेश्वर के पास चढ़ गया, और यहोवा ने पर्वत पर से उसको पुकारकर कहा, “याकूब के घराने से ऐसा कह, और इस्राएलियों को मेरा यह वचन सुना,
ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, “ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହା ଜଣାଅ।
4 ‘तुम ने देखा है कि मैंने मिस्रियों से क्या-क्या किया; तुम को मानो उकाब पक्षी के पंखों पर चढ़ाकर अपने पास ले आया हूँ।
ଆମ୍ଭେ ମିସରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିପରି ଉତ୍କ୍ରୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ।
5 इसलिए अब यदि तुम निश्चय मेरी मानोगे, और मेरी वाचा का पालन करोगे, तो सब लोगों में से तुम ही मेरा निज धन ठहरोगे; समस्त पृथ्वी तो मेरी है।
ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।
6 और तुम मेरी दृष्टि में याजकों का राज्य और पवित्र जाति ठहरोगे।’ जो बातें तुझे इस्राएलियों से कहनी हैं वे ये ही हैं।”
ପୁଣି, ତୁମ୍ଭେମାନେ ଆମ୍ଭ ନିମନ୍ତେ ଯାଜକମାନଙ୍କର ଏକ ରାଜବଂଶ ଓ ଏକ ପବିତ୍ର ଗୋଷ୍ଠୀ ହେବ; ଏହିସବୁ କଥା ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ।”
7 तब मूसा ने आकर लोगों के पुरनियों को बुलवाया, और ये सब बातें, जिनके कहने की आज्ञा यहोवा ने उसे दी थी, उनको समझा दीं।
ତହୁଁ ମୋଶା ଆସି ଲୋକମାନଙ୍କର ପ୍ରାଚୀନବର୍ଗଙ୍କୁ ଡକାଇ ସଦାପ୍ରଭୁଙ୍କ ଦ୍ୱାରା ଆଦେଶପ୍ରାପ୍ତ ଏହିସବୁ କଥା ସେମାନଙ୍କ ଅଗ୍ରତେ ପ୍ରସ୍ତାବ କଲେ।
8 और सब लोग मिलकर बोल उठे, “जो कुछ यहोवा ने कहा है वह सब हम नित करेंगे।” लोगों की यह बातें मूसा ने यहोवा को सुनाईं।
ତହିଁରେ ସମସ୍ତ ଲୋକ ଏକସଙ୍ଗରେ ଅଙ୍ଗୀକାର କରି କହିଲେ, “ସଦାପ୍ରଭୁ ଯେଉଁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ କରିବା।” ସେତେବେଳେ ମୋଶା ସଦାପ୍ରଭୁଙ୍କ ନିକଟରେ ଲୋକମାନଙ୍କ କଥା ଜଣାଇଲେ।
9 तब यहोवा ने मूसा से कहा, “सुन, मैं बादल के अंधियारे में होकर तेरे पास आता हूँ, इसलिए कि जब मैं तुझ से बातें करूँ तब वे लोग सुनें, और सदा तेरा विश्वास करें।” और मूसा ने यहोवा से लोगों की बातों का वर्णन किया।
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ସହିତ କଥା କହିବା ସମୟରେ ଲୋକମାନେ ଯେପରି ତାହା ଶୁଣି ପାରିବେ, ମଧ୍ୟ ତୁମ୍ଭଠାରେ ସର୍ବଦା ବିଶ୍ୱାସ କରିବେ, ଏଥିପାଇଁ ଆମ୍ଭେ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସୁଅଛୁ।” ଏଥିଉତ୍ତାରେ ମୋଶା ଲୋକମାନଙ୍କ କଥା ସଦାପ୍ରଭୁଙ୍କୁ ଜଣାଇଲେ।
10 १० तब यहोवा ने मूसा से कहा, “लोगों के पास जा और उन्हें आज और कल पवित्र करना, और वे अपने वस्त्र धो लें,
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କ ନିକଟକୁ ଯାଇ ଆଜି ଓ କାଲି ସେମାନଙ୍କୁ ପବିତ୍ର କର, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତୁ
11 ११ और वे तीसरे दिन तक तैयार हो जाएँ; क्योंकि तीसरे दिन यहोवा सब लोगों के देखते सीनै पर्वत पर उतर आएगा।
ଓ ତୃତୀୟ ଦିନ ନିମନ୍ତେ ସମସ୍ତେ ପ୍ରସ୍ତୁତ ହେଉନ୍ତୁ; କାରଣ ତୃତୀୟ ଦିନରେ ସଦାପ୍ରଭୁ ସମସ୍ତ ଲୋକଙ୍କ ସାକ୍ଷାତରେ ସୀନୟ ପର୍ବତ ଉପରକୁ ଓହ୍ଲାଇ ଆସିବେ।
12 १२ और तू लोगों के लिये चारों ओर बाड़ा बाँध देना, और उनसे कहना, ‘तुम सचेत रहो कि पर्वत पर न चढ़ो और उसकी सीमा को भी न छूओ; और जो कोई पहाड़ को छूए वह निश्चय मार डाला जाए।
ଏହେତୁ ତୁମ୍ଭେ ଲୋକମାନଙ୍କ ଚତୁର୍ଦ୍ଦିଗରେ ସୀମା ନିରୂପଣ କରି ଏହି କଥା କୁହ, ‘ତୁମ୍ଭେମାନେ ପର୍ବତାରୋହଣ ଓ ତହିଁର ସୀମା ସ୍ପର୍ଶ କରିବାକୁ ସାବଧାନ ହୁଅ; ଯେକେହି ପର୍ବତ ସ୍ପର୍ଶ କରିବ, ସେ ଅବଶ୍ୟ ହତ ହେବ।’
13 १३ उसको कोई हाथ से न छूए, जो छूए उस पर पथराव किया जाए, या उसे तीर से छेदा जाए; चाहे पशु हो चाहे मनुष्य, वह जीवित न बचे।’ जब महाशब्द वाले नरसिंगे का शब्द देर तक सुनाई दे, तब लोग पर्वत के पास आएँ।”
କାହାର ହାତ ତାହାକୁ ସ୍ପର୍ଶ କରିବ ନାହିଁ, ମାତ୍ର ସେ ଅବଶ୍ୟ ପ୍ରସ୍ତରାଘାତରେ ହତ ହେବ, କିମ୍ବା ବାଣ ଦ୍ୱାରା ବିଦ୍ଧ ହେବ; ପଶୁ ହେଉ କି ମନୁଷ୍ୟ ହେଉ, କଦାପି ବଞ୍ଚିବ ନାହିଁ; ତୂରୀର ଦୀର୍ଘଧ୍ୱନି ହେଲେ ସେମାନେ ପର୍ବତ ପର୍ଯ୍ୟନ୍ତ ଉଠି ଆସିବେ।”
14 १४ तब मूसा ने पर्वत पर से उतरकर लोगों के पास आकर उनको पवित्र कराया; और उन्होंने अपने वस्त्र धो लिए।
ଏଥିଉତ୍ତାରେ ମୋଶା ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଆସି ସେମାନଙ୍କୁ ପବିତ୍ର କଲେ, ପୁଣି, ସେମାନେ ଆପଣା ଆପଣା ବସ୍ତ୍ରସବୁ ଧୌତ କଲେ।
15 १५ और उसने लोगों से कहा, “तीसरे दिन तक तैयार हो जाओ; स्त्री के पास न जाना।”
ତହୁଁ ସେ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ତୃତୀୟ ଦିନ ନିମନ୍ତେ ପ୍ରସ୍ତୁତ ହୁଅ; ପୁଣି ଆପଣା ଆପଣା ଭାର୍ଯ୍ୟା ସହ ଶୟନ କର ନାହିଁ।”
16 १६ जब तीसरा दिन आया तब भोर होते बादल गरजने और बिजली चमकने लगी, और पर्वत पर काली घटा छा गई, फिर नरसिंगे का शब्द बड़ा भारी हुआ, और छावनी में जितने लोग थे सब काँप उठे।
ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।
17 १७ तब मूसा लोगों को परमेश्वर से भेंट करने के लिये छावनी से निकाल ले गया; और वे पर्वत के नीचे खड़े हुए।
ତହୁଁ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ଆଣିଲେ, ତହିଁରେ ସେମାନେ ପର୍ବତର ତଳେ ଠିଆ ହେଲେ।
18 १८ और यहोवा जो आग में होकर सीनै पर्वत पर उतरा था, इस कारण समस्त पर्वत धुएँ से भर गया; और उसका धुआँ भट्ठे का सा उठ रहा था, और समस्त पर्वत बहुत काँप रहा था।
ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟିର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା।
19 १९ फिर जब नरसिंगे का शब्द बढ़ता और बहुत भारी होता गया, तब मूसा बोला, और परमेश्वर ने वाणी सुनाकर उसको उत्तर दिया।
ପୁଣି, ତୂରୀ ଶବ୍ଦ କ୍ରମଶଃ ଅତିଶୟ ଉଚ୍ଚ ହୁଅନ୍ତେ, ମୋଶା କଥା କହିଲେ, ତହିଁରେ ପରମେଶ୍ୱର ଏକ ରବ ଦ୍ୱାରା ତାଙ୍କୁ ଉତ୍ତର ଦେଲେ।
20 २० और यहोवा सीनै पर्वत की चोटी पर उतरा; और मूसा को पर्वत की चोटी पर बुलाया और मूसा ऊपर चढ़ गया।
ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍‍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ।
21 २१ तब यहोवा ने मूसा से कहा, “नीचे उतरकर लोगों को चेतावनी दे, कहीं ऐसा न हो कि वे बाड़ा तोड़कर यहोवा के पास देखने को घुसें, और उनमें से बहुत नाश हो जाएँ।
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଇ ଲୋକମାନଙ୍କୁ ଦୃଢ଼ ଆଦେଶ କର, ନୋହିଲେ ସଦାପ୍ରଭୁଙ୍କୁ ଦେଖିବା ପାଇଁ ସୀମା ଲଙ୍ଘନ କଲେ, ସେମାନଙ୍କ ମଧ୍ୟରୁ ଅନେକେ ବିନଷ୍ଟ ହେବେ।
22 २२ और याजक जो यहोवा के समीप आया करते हैं वे भी अपने को पवित्र करें, कहीं ऐसा न हो कि यहोवा उन पर टूट पड़े।”
ଆଉ ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥାʼନ୍ତି, ସେମାନେ ମଧ୍ୟ ଆପଣାମାନଙ୍କୁ ପବିତ୍ର କରନ୍ତୁ, ନୋହିଲେ ସେ ସେମାନଙ୍କୁ ଆକ୍ରମଣ କରିବେ।”
23 २३ मूसा ने यहोवा से कहा, “वे लोग सीनै पर्वत पर नहीं चढ़ सकते; तूने तो आप हमको यह कहकर चिताया कि पर्वत के चारों और बाड़ा बाँधकर उसे पवित्र रखो।”
ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଲୋକମାନେ ସୀନୟ ପର୍ବତରେ ଆରୋହଣ କରିପାରନ୍ତି ନାହିଁ; କାରଣ ତୁମ୍ଭେ ଦୃଢ଼ ଆଜ୍ଞା ଦେଇ ଆମ୍ଭମାନଙ୍କୁ କହିଅଛ, ‘ପର୍ବତର ସୀମା ନିରୂପଣ କର ଓ ତାହା ପବିତ୍ର କର।’”
24 २४ यहोवा ने उससे कहा, “उतर तो जा, और हारून समेत तू ऊपर आ; परन्तु याजक और साधारण लोग कहीं यहोवा के पास बाड़ा तोड़कर न चढ़ आएँ, कहीं ऐसा न हो कि वह उन पर टूट पड़े।”
ତେବେ ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ, ଓହ୍ଲାଅ; ପୁଣି, ତୁମ୍ଭେ ହାରୋଣଙ୍କୁ ସଙ୍ଗରେ ନେଇ ଆରୋହଣ କରିବ; ମାତ୍ର ଯାଜକଗଣ ଓ ଲୋକମାନଙ୍କ ଉପରେ ସଦାପ୍ରଭୁ ଯେପରି ଆକ୍ରମଣ ନ କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ଛାମୁକୁ ଆସିବା ପାଇଁ ସୀମା ଅତିକ୍ରମ ନ କରନ୍ତୁ।”
25 २५ अतः ये बातें मूसा ने लोगों के पास उतरकर उनको सुनाईं।
ତହୁଁ ମୋଶା ଲୋକମାନଙ୍କ ନିକଟକୁ ଓହ୍ଲାଇ ଯାଇ ସେମାନଙ୍କୁ ସେହି ପ୍ରକାର ଆଜ୍ଞା ଦେଲେ।

< निर्गमन 19 >