< निर्गमन 28 >

1 “फिर तू इस्राएलियों में से अपने भाई हारून, और नादाब, अबीहू, एलीआजर और ईतामार नामक उसके पुत्रों को अपने समीप ले आना कि वे मेरे लिये याजक का काम करें।
ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆପଣା ଭ୍ରାତା ହାରୋଣକୁ ଓ ତାହା ସଙ୍ଗେ ତାହାର ପୁତ୍ରଗଣଙ୍କୁ, ଅର୍ଥାତ୍‍, ହାରୋଣ, ନାଦବ୍‍ ଓ ଅବୀହୂ, ଇଲୀୟାସର ଓ ଈଥାମରକୁ ଆପଣା ନିକଟକୁ ଆଣିବ।
2 और तू अपने भाई हारून के लिये वैभव और शोभा के निमित्त पवित्र वस्त्र बनवाना।
ତୁମ୍ଭର ଭ୍ରାତା ହାରୋଣର ଶ୍ରୀ ଓ ଶୋଭା ନିମନ୍ତେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବ।
3 और जितनों के हृदय में बुद्धि है, जिनको मैंने बुद्धि देनेवाली आत्मा से परिपूर्ण किया है, उनको तू हारून के वस्त्र बनाने की आज्ञा दे कि वह मेरे निमित्त याजक का काम करने के लिये पवित्र बनें।
ଆଉ ଆମ୍ଭେ ଯେଉଁମାନଙ୍କୁ ଜ୍ଞାନଦାୟକ ଆତ୍ମାରେ ପୂର୍ଣ୍ଣ କରିଅଛୁ, ସେହି ସମସ୍ତ ବିଜ୍ଞମନା ଲୋକଙ୍କୁ ଆଦେଶ କର; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର କରିବା ପାଇଁ ସେମାନେ ତାହାର ବସ୍ତ୍ର ପ୍ରସ୍ତୁତ କରିବେ।
4 और जो वस्त्र उन्हें बनाने होंगे वे ये हैं, अर्थात् सीनाबन्ध; और एपोद, और बागा, चार खाने का अंगरखा, पुरोहित का टोप, और कमरबन्द; ये ही पवित्र वस्त्र तेरे भाई हारून और उसके पुत्रों के लिये बनाएँ जाएँ कि वे मेरे लिये याजक का काम करें।
ଅର୍ଥାତ୍‍, ବୁକୁପଟା, ଏଫୋଦ, ଚୋଗା, ବୁଟାଦାର ଜାମା, ପାଗ ଓ କଟିବନ୍ଧନ, ଏହି ସକଳ ବସ୍ତ୍ର ସେମାନେ ପ୍ରସ୍ତୁତ କରିବେ; ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣ ପାଇଁ ସେମାନେ ପବିତ୍ର ବସ୍ତ୍ର ପ୍ରସ୍ତୁତ କରିବେ।
5 और वे सोने और नीले और बैंगनी और लाल रंग का और सूक्ष्म सनी का कपड़ा लें।
ସେମାନେ ସୁବର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନେବେ।
6 “वे एपोद को सोने, और नीले, बैंगनी और लाल रंग के कपड़े का और बटी हुई सूक्ष्म सनी के कपड़े का बनाएँ, जो कि निपुण कढ़ाई के काम करनेवाले के हाथ का काम हो।
ପୁଣି, ସେମାନେ ସେହି ସ୍ୱର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କରିବେ।
7 और वह इस तरह से जोड़ा जाए कि उसके दोनों कंधों के सिरे आपस में मिले रहें।
ତହିଁର ଦୁଇ ମୁଣ୍ଡରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ; ଏହିରୂପେ ତାହା ଯୁକ୍ତ ହେବ।
8 और एपोद पर जो काढ़ा हुआ पटुका होगा उसकी बनावट उसी के समान हो, और वे दोनों बिना जोड़ के हों, और सोने और नीले, बैंगनी और लाल रंगवाले और बटी हुई सूक्ष्म सनीवाले कपड़े के हों।
ପୁଣି, ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସେହି ବସ୍ତ୍ରାନୁସାରେ ହେବ; ଅର୍ଥାତ୍‍, ସ୍ୱର୍ଣ୍ଣରେ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ହେବ।
9 फिर दो सुलैमानी मणि लेकर उन पर इस्राएल के पुत्रों के नाम खुदवाना,
ଏଥିଉତ୍ତାରେ ତୁମ୍ଭେ ଦୁଇ ଗୋମେଦକ ମଣି ଘେନି ତହିଁ ଉପରେ ଇସ୍ରାଏଲର ପୁତ୍ରମାନଙ୍କ ନାମ ଖୋଦିତ କରିବ।
10 १० उनके नामों में से छः तो एक मणि पर, और शेष छः नाम दूसरे मणि पर, इस्राएल के पुत्रों की उत्पत्ति के अनुसार खुदवाना।
ଅର୍ଥାତ୍‍, ସେମାନଙ୍କ ବଂଶାବଳୀ ଅନୁସାରେ ଛଅ ନାମ ଏକ ମଣି ଉପରେ ଓ ଅବଶିଷ୍ଟ ଛଅ ନାମ ଅନ୍ୟ ମଣି ଉପରେ ଖୋଦିତ କରିବ।
11 ११ मणि गढ़नेवाले के काम के समान जैसे छापा खोदा जाता है, वैसे ही उन दो मणियों पर इस्राएल के पुत्रों के नाम खुदवाना; और उनको सोने के खानों में जड़वा देना।
ଶିଳ୍ପକର୍ମରେ ମୁଦ୍ରା ଖୋଦିତ କରିବା ନ୍ୟାୟ ସେହି ଦୁଇ ମଣି ଉପରେ ଇସ୍ରାଏଲର ପୁତ୍ରଗଣର ନାମ ଖୋଦିତ କରିବ, ପୁଣି, ତାହା ଦୁଇ ସ୍ୱର୍ଣ୍ଣାଧାରରେ ବନ୍ଦ କରିବ।
12 १२ और दोनों मणियों को एपोद के कंधों पर लगवाना, वे इस्राएलियों के निमित्त स्मरण दिलवाने वाले मणि ठहरेंगे; अर्थात् हारून उनके नाम यहोवा के आगे अपने दोनों कंधों पर स्मरण के लिये लगाए रहे।
ପୁଣି, ଇସ୍ରାଏଲର ସନ୍ତାନଗଣଙ୍କୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସେହି ଦୁଇ ମଣି ଏଫୋଦର ଦୁଇ ସ୍କନ୍ଧପଟିରେ ଦେବ; ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଦୁଇ ସ୍କନ୍ଧରେ ସେମାନଙ୍କ ନାମ ବହିବ।
13 १३ “फिर सोने के खाने बनवाना,
ଆଉ ତୁମ୍ଭେ ଦୁଇ ସ୍ୱର୍ଣ୍ଣାଧାର କରିବ
14 १४ और डोरियों के समान गूँथे हुए दो जंजीर शुद्ध सोने के बनवाना; और गूँथे हुए जंजीरों को उन खानों में जड़वाना।
ଓ ନିର୍ମଳ ସୁବର୍ଣ୍ଣ ଦ୍ୱାରା ଦୁଇ ମୋଡ଼ା ଜଞ୍ଜିର କରି ସେହି ମୋଡ଼ା ଜଞ୍ଜିର ସେହି ଦୁଇ ଆଧାରରେ ଲଗାଇବ।
15 १५ “फिर न्याय की चपरास को भी कढ़ाई के काम का बनवाना; एपोद के समान सोने, और नीले, बैंगनी और लाल रंग के और बटी हुई सूक्ष्म सनी के कपड़े की उसे बनवाना।
ପୁଣି, ଶିଳ୍ପକର୍ମରେ ବିଚାରାର୍ଥକ ବୁକୁପଟା କରିବ, ଅର୍ଥାତ୍‍, ଏଫୋଦର କର୍ମାନୁସାରେ ସ୍ୱର୍ଣ୍ଣରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ତାହା ପ୍ରସ୍ତୁତ କରିବ।
16 १६ वह चौकोर और दोहरी हो, और उसकी लम्बाई और चौड़ाई एक-एक बिलांद की हो।
ତାହା ଚତୁଷ୍କୋଣ ଓ ଦୋହରା ହେବ; ତହିଁର ଦୈର୍ଘ୍ୟ ଏକ ଚାଖଣ୍ଡ ଓ ପ୍ରସ୍ଥ ଏକ ଚାଖଣ୍ଡ ହେବ।
17 १७ और उसमें चार पंक्ति मणि जड़ाना। पहली पंक्ति में तो माणिक्य, पद्मराग और लालड़ी हों;
ପୁଣି, ତାହାକୁ ଚାରି ଧାଡ଼ି ମଣିରେ ଖଚିତ କରିବ, ତହିଁର ପ୍ରଥମ ଧାଡିରେ ଚୂଣୀ, ପୀତମଣି ଓ ମରକତ;
18 १८ दूसरी पंक्ति में मरकत, नीलमणि और हीरा;
ଦ୍ୱିତୀୟ ଧାଡ଼ିରେ ପଦ୍ମରାଗ, ନୀଳକାନ୍ତ ଓ ହୀରକ
19 १९ तीसरी पंक्ति में लशम, सूर्यकांत और नीलम;
ତୃତୀୟ ଧାଡ଼ିରେ ପେରୋଜ, ଯିସ୍ମ ଓ କଟାହେଳା
20 २० और चौथी पंक्ति में फीरोजा, सुलैमानी मणि और यशब हों; ये सब सोने के खानों में जड़े जाएँ।
ପୁଣି, ଚତୁର୍ଥ ଧାଡ଼ିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ; ଏହି ସମସ୍ତ ସ୍ୱର୍ଣ୍ଣରେ ସ୍ୱ ସ୍ୱ ଧାଡ଼ିରେ ବସାଯିବ।
21 २१ और इस्राएल के पुत्रों के जितने नाम हैं उतने मणि हों, अर्थात् उनके नामों की गिनती के अनुसार बारह नाम खुदें, बारहों गोत्रों में से एक-एक का नाम एक-एक मणि पर ऐसे खुदे जैसे छापा खोदा जाता है।
ଏହି ମଣି ଇସ୍ରାଏଲର ପୁତ୍ରମାନଙ୍କ ନାମ ନିମନ୍ତେ ସେମାନଙ୍କ ନାମ ଅନୁସାରେ ଦ୍ୱାଦଶ ହେବେ; ମୁଦ୍ରାନ୍ୟାୟ ଖୋଦିତ ପ୍ରତ୍ୟେକ ମଣିରେ ସେହି ଦ୍ୱାଦଶ ବଂଶ ନିମନ୍ତେ ପ୍ରତ୍ୟେକ ପୁତ୍ରର ନାମ ରହିବ।
22 २२ फिर चपरास पर डोरियों के समान गूँथे हुए शुद्ध सोने की जंजीर लगवाना;
ତୁମ୍ଭେ ନିର୍ମଳ ସ୍ୱର୍ଣ୍ଣ ଦ୍ୱାରା ବୁକୁପଟା ନିମନ୍ତେ ମାଳା ତୁଲ୍ୟ ମୋଡ଼ା ଦୁଇ ଜଞ୍ଜିର ନିର୍ମାଣ କରିବ।
23 २३ और चपरास में सोने की दो कड़ियाँ लगवाना, और दोनों कड़ियों को चपरास के दोनों सिरों पर लगवाना।
ପୁଣି, ବୁକୁପଟା ଉପରେ ସ୍ୱର୍ଣ୍ଣର ଦୁଇ କଡ଼ା କରିବ ଓ ବୁକୁପଟାର ଦୁଇ ପ୍ରାନ୍ତରେ ସେହି ଦୁଇ କଡ଼ା ଲଗାଇବ।
24 २४ और सोने के दोनों गूँथे जंजीरों को उन दोनों कड़ियों में जो चपरास के सिरों पर होंगी लगवाना;
ଆଉ ବୁକୁପଟାର ଦୁଇ ପ୍ରାନ୍ତସ୍ଥିତ ଦୁଇ କଡ଼ା ମଧ୍ୟରେ ସେହି ଦୁଇ ମୋଡ଼ା ସ୍ୱର୍ଣ୍ଣ ଜଞ୍ଜିର ଲଗାଇବ।
25 २५ और गूँथे हुए दोनों जंजीरों के दोनों बाकी सिरों को दोनों खानों में जड़वा के एपोद के दोनों कंधों के बंधनों पर उसके सामने लगवाना।
ପୁଣି, ମୋଡ଼ା ଜଞ୍ଜିରର ଦୁଇ ମୁଣ୍ଡ ଦୁଇ ଆଧାରରେ ବନ୍ଦ କରି ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଦୁଇ ସ୍କନ୍ଧପଟି ଉପରେ ରଖିବ।
26 २६ फिर सोने की दो और कड़ियाँ बनवाकर चपरास के दोनों सिरों पर, उसकी उस कोर पर जो एपोद के भीतर की ओर होगी लगवाना।
ତୁମ୍ଭେ ସ୍ୱର୍ଣ୍ଣର ଦୁଇ କଡ଼ା ନିର୍ମାଣ କରି ବୁକୁପଟାର ଦୁଇ ପ୍ରାନ୍ତରେ ଏଫୋଦ ବସ୍ତ୍ରର ସମ୍ମୁଖସ୍ଥ ଭିତର ଭାଗରେ ରଖିବ।
27 २७ फिर उनके सिवाय सोने की दो और कड़ियाँ बनवाकर एपोद के दोनों कंधों के बंधनों पर, नीचे से उनके सामने और उसके जोड़ के पास एपोद के काढ़े हुए पटुके के ऊपर लगवाना।
ଆହୁରି ଦୁଇ ସ୍ୱର୍ଣ୍ଣର କଡ଼ା କରି ଏଫୋଦ ବସ୍ତ୍ରର ଦୁଇ ସ୍କନ୍ଧପଟି ତଳେ ତହିଁର ସମ୍ମୁଖ ଭାଗର ଯୋଡ଼ା ସ୍ଥାନର ଏଫୋଦର ଚିତ୍ରିତ ପଟୁକା ଉପରେ ତାହା ରଖିବ।
28 २८ और चपरास अपनी कड़ियों के द्वारा एपोद की कड़ियों में नीले फीते से बाँधी जाए, इस रीति वह एपोद के काढ़े हुए पटुके पर बनी रहे, और चपरास एपोद पर से अलग न होने पाए।
ତହିଁରେ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଧନ କରି ରଖିବେ।
29 २९ और जब जब हारून पवित्रस्थान में प्रवेश करे, तब-तब वह न्याय की चपरास पर अपने हृदय के ऊपर इस्राएलियों के नामों को लगाए रहे, जिससे यहोवा के सामने उनका स्मरण नित्य रहे।
ଯେଉଁ ସମୟରେ ହାରୋଣ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେହି ସମୟରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟାରେ ଇସ୍ରାଏଲ-ପୁତ୍ରଗଣର ନାମସକଳ ଆପଣା ହୃଦୟ ଉପରେ ବହନ କରିବ।
30 ३० और तू न्याय की चपरास में ऊरीम और तुम्मीम को रखना, और जब जब हारून यहोवा के सामने प्रवेश करे, तब-तब वे उसके हृदय के ऊपर हों; इस प्रकार हारून इस्राएलियों के लिये यहोवा के न्याय को अपने हृदय के ऊपर यहोवा के सामने नित्य लगाए रहे।
ସେହି ବିଚାରାର୍ଥକ ବୁକୁପଟାରେ ତୁମ୍ଭେ ଉରୀମ୍‍ ଓ ତୁମ୍ମୀମ୍‍ (ଦୀପ୍ତି ଓ ସିଦ୍ଧି) ରଖିବ; ତହିଁରେ ହାରୋଣ ଯେଉଁ ସମୟରେ ସଦାପ୍ରଭୁଙ୍କ ଛାମୁରେ ପ୍ରବେଶ କରିବ, ସେହି ସମୟରେ ହାରୋଣର ହୃଦୟ ଉପରେ ତାହା ରହିବ, ପୁଣି, ହାରୋଣ ସଦାପ୍ରଭୁଙ୍କ ଛାମୁରେ ନିତ୍ୟ ନିତ୍ୟ ଇସ୍ରାଏଲ-ସନ୍ତାନଗଣର ବିଚାର ଆପଣା ହୃଦୟ ଉପରେ ବହିବ।
31 ३१ “फिर एपोद के बागे को सम्पूर्ण नीले रंग का बनवाना।
ତୁମ୍ଭେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳବର୍ଣ୍ଣ କରିବ।
32 ३२ उसकी बनावट ऐसी हो कि उसके बीच में सिर डालने के लिये छेद हो, और उस छेद के चारों ओर बख्तर के छेद की सी एक बुनी हुई कोर हो कि वह फटने न पाए।
ତହିଁ ମଧ୍ୟସ୍ଥଳରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ; ସାଞ୍ଜୁଆର ଗଳଦେଶ ନ୍ୟାୟ ସେହି ଛିଦ୍ରର ଚତୁର୍ଦ୍ଦିଗରେ ବୁଣାକର୍ମ ହେବ, ତହିଁରେ ତାହା ଛିଣ୍ଡିଯିବ ନାହିଁ।
33 ३३ और उसके नीचेवाले घेरे में चारों ओर नीले, बैंगनी और लाल रंग के कपड़े के अनार बनवाना, और उनके बीच-बीच चारों ओर सोने की घंटियाँ लगवाना,
ପୁଣି, ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣର ଡାଳିମ୍ବ କରିବ; ଆଉ ତହିଁ ଚତୁର୍ଦ୍ଦିଗର ମଧ୍ୟେ ମଧ୍ୟେ ସ୍ୱର୍ଣ୍ଣ ଘଣ୍ଟି ରହିବ।
34 ३४ अर्थात् एक सोने की घंटी और एक अनार, फिर एक सोने की घंटी और एक अनार, इसी रीति बागे के नीचेवाले घेरे में चारों ओर ऐसा ही हो।
ସେହି ଚୋଗାର ଧଡ଼ିର ଚତୁର୍ଦ୍ଦିଗରେ ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ, ପୁଣି, ଗୋଟିଏ ସ୍ୱର୍ଣ୍ଣ ଘଣ୍ଟି ଓ ଗୋଟିଏ ଡାଳିମ୍ବ ରହିବ।
35 ३५ और हारून उस बागे को सेवा टहल करने के समय पहना करे, कि जब जब वह पवित्रस्थान के भीतर यहोवा के सामने जाए, या बाहर निकले, तब-तब उसका शब्द सुनाई दे, नहीं तो वह मर जाएगा।
ଆଉ ହାରୋଣ ସେବା କରିବା ସମୟରେ ତାହା ପିନ୍ଧିବ; ତହିଁରେ ସେ ଯେତେବେଳେ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନରେ ପ୍ରବେଶ କରିବ ଓ ଯେତେବେଳେ ସେ ସେଠାରୁ ବାହାର ହେବ, ସେତେବେଳେ ତହିଁର ଶବ୍ଦ ଶୁଣାଯିବ; ତାହାହେଲେ ସେ ମରିବ ନାହିଁ।
36 ३६ “फिर शुद्ध सोने का एक टीका बनवाना, और जैसे छापे में वैसे ही उसमें ये अक्षर खोदे जाएँ, अर्थात् ‘यहोवा के लिये पवित्र।’
ଆଉ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ଏକ ପତ୍ର ପ୍ରସ୍ତୁତ କରି ମୋହର ନ୍ୟାୟ ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଖୋଦନ କରିବ।
37 ३७ और उसे नीले फीते से बाँधना; और वह पगड़ी के सामने के हिस्से पर रहे।
ପୁଣି, ପଗଡ଼ି ଉପରେ ରହିବା ପାଇଁ ତାହା ନୀଳ ସୂତ୍ରରେ ବାନ୍ଧି ପଗଡ଼ିର ସମ୍ମୁଖରେ ରଖିବ।
38 ३८ और वह हारून के माथे पर रहे, इसलिए कि इस्राएली जो कुछ पवित्र ठहराएँ, अर्थात् जितनी पवित्र वस्तुएँ भेंट में चढ़ावे उन पवित्र वस्तुओं का दोष हारून उठाए रहे, और वह नित्य उसके माथे पर रहे, जिससे यहोवा उनसे प्रसन्न रहे।
ତାହା ହାରୋଣର କପାଳ ଉପରେ ରହିବ, ତହିଁରେ ପବିତ୍ର ଦ୍ରବ୍ୟ-ଘଟିତ ଅପରାଧ, ଅର୍ଥାତ୍‍, ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ପବିତ୍ରୀକୃତ ପବିତ୍ର ଦାନାଦି ସକଳ ଦ୍ରବ୍ୟ ସମ୍ବନ୍ଧରେ ଯେଉଁ ଅପରାଧ କରିବେ, ତାହା ହାରୋଣ ବୋହିବ ଓ ସଦାପ୍ରଭୁଙ୍କ ଛାମୁରେ ସେମାନେ ଯେପରି ଗ୍ରାହ୍ୟ ହୁଅନ୍ତି, ଏଥିପାଇଁ ତାହା ନିତ୍ୟ ନିତ୍ୟ ତାହାର କପାଳରେ ରହିବ।
39 ३९ “अंगरखे को सूक्ष्म सनी के कपड़े का चारखाना बुनवाना, और एक पगड़ी भी सूक्ष्म सनी के कपड़े की बनवाना, और बेलबूटे की कढ़ाई का काम किया हुआ एक कमरबन्द भी बनवाना।
ତୁମ୍ଭେ ଜାମାକୁ ବୁଟାଦାର ଶୁଭ୍ର କ୍ଷୌମବସ୍ତ୍ରରେ ଓ ପଗଡି଼କୁ ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ କରିବ; ପୁଣି, କଟିବନ୍ଧନ ସୂଚି କର୍ମ ଦ୍ୱାରା ଚିତ୍ରବିଚିତ୍ର କରିବ।
40 ४० “फिर हारून के पुत्रों के लिये भी अंगरखे और कमरबन्द और टोपियाँ बनवाना; ये वस्त्र भी वैभव और शोभा के लिये बनें।
ଆଉ ହାରୋଣର ପୁତ୍ରଗଣ ନିମନ୍ତେ ଜାମା ଓ କଟିବନ୍ଧନ ପ୍ରସ୍ତୁତ କରିବ, ଆଉ ସେମାନଙ୍କର ଶ୍ରୀ ଓ ସୌନ୍ଦର୍ଯ୍ୟ ନିମନ୍ତେ ଶିରୋଭୂଷଣ କରିବ।
41 ४१ अपने भाई हारून और उसके पुत्रों को ये ही सब वस्त्र पहनाकर उनका अभिषेक और संस्कार करना, और उन्हें पवित्र करना कि वे मेरे लिये याजक का काम करें।
ପୁଣି, ତୁମ୍ଭ ଭ୍ରାତା ହାରୋଣ ଓ ତାହାର ପୁତ୍ରଗଣକୁ ତାହାସବୁ ପରିଧାନ କରାଇବ; ପୁଣି, ସେମାନଙ୍କୁ ଅଭିଷେକ କରି ପଦରେ ନିଯୁକ୍ତ ଓ ପବିତ୍ର କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ।
42 ४२ और उनके लिये सनी के कपड़े की जाँघिया बनवाना जिनसे उनका तन ढँपा रहे; वे कमर से जाँघ तक की हों;
ତୁମ୍ଭେ ସେମାନଙ୍କ ଶରୀରର ଉଲଙ୍ଗତା ଆଚ୍ଛାଦନ ନିମନ୍ତେ କଟିଠାରୁ ଜଙ୍ଘ ପର୍ଯ୍ୟନ୍ତ ଶୁକ୍ଳ ଜଙ୍ଘିଆ ପିନ୍ଧାଇବ।
43 ४३ और जब जब हारून या उसके पुत्र मिलापवाले तम्बू में प्रवेश करें, या पवित्रस्थान में सेवा टहल करने को वेदी के पास जाएँ तब-तब वे उन जाँघियों को पहने रहें, न हो कि वे पापी ठहरें और मर जाएँ। यह हारून के लिये और उसके बाद उसके वंश के लिये भी सदा की विधि ठहरे।
ପୁଣି, ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ।

< निर्गमन 28 >