< निर्गमन 30 >

1 “फिर धूप जलाने के लिये बबूल की लकड़ी की वेदी बनाना।
“ଆଉ ତୁମ୍ଭେ ଧୂପ ଜଳାଇବା ପାଇଁ ଶିଟୀମ୍‍ କାଷ୍ଠର ଏକ ବେଦି ନିର୍ମାଣ କରିବ।
2 उसकी लम्बाई एक हाथ और चौड़ाई एक हाथ की हो, वह चौकोर हो, और उसकी ऊँचाई दो हाथ की हो, और उसके सींग उसी टुकड़े से बनाए जाएँ।
ତାହା ଏକ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଚତୁଷ୍କୋଣ ହେବ, ପୁଣି, ଦୁଇ ହସ୍ତ ଉଚ୍ଚ ହେବ; ତହିଁର ଶୃଙ୍ଗସକଳ ତହିଁର ଅଂଶ ହେବ।
3 और वेदी के ऊपरवाले पल्ले और चारों ओर के बाजुओं और सींगों को शुद्ध सोने से मढ़ना, और इसके चारों ओर सोने की एक बाड़ बनाना।
ତହିଁର ପୃଷ୍ଠ ଓ ଚାରି ପାର୍ଶ୍ୱ ଓ ଶୃଙ୍ଗ ନିର୍ମଳ ସୁବର୍ଣ୍ଣରେ ମଡ଼ାଇବ ଓ ତହିଁର ଚାରିଆଡ଼େ ସ୍ୱର୍ଣ୍ଣର କାନ୍ଥି କରିବ।
4 और इसकी बाड़ के नीचे इसके आमने-सामने के दोनों पल्लों पर सोने के दो-दो कड़े बनाकर इसके दोनों ओर लगाना, वे इसके उठाने के डंडों के खानों का काम देंगे।
ପୁଣି, ତହିଁର କାନ୍ଥି ତଳେ ଦୁଇ ପାର୍ଶ୍ୱର ଦୁଇ କୋଣ ନିକଟରେ ସ୍ୱର୍ଣ୍ଣର ଦୁଇ ଦୁଇ କଡ଼ା କରିବ; ଆଉ ତାହା ବହନାର୍ଥକ ସାଙ୍ଗୀର ଘରା ହେବ।
5 डंडों को बबूल की लकड़ी के बनाकर उनको सोने से मढ़ना।
ସେହି ସାଙ୍ଗୀ ଶିଟୀମ୍‍ କାଷ୍ଠରେ ନିର୍ମାଣ କରି ସ୍ୱର୍ଣ୍ଣରେ ମଡ଼ାଇବ।
6 और तू उसको उस पर्दे के आगे रखना जो साक्षीपत्र के सन्दूक के सामने है, अर्थात् प्रायश्चितवाले ढकने के आगे जो साक्षीपत्र के ऊपर है, वहीं मैं तुझ से मिला करूँगा।
ପୁଣି, ଆମ୍ଭେ ଯେଉଁ ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା, ସେହି ସ୍ଥାନରେ, ଅର୍ଥାତ୍‍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖରେ ସାକ୍ଷ୍ୟ-ସିନ୍ଦୁକର ଅଗ୍ରସ୍ଥିତ ବିଚ୍ଛେଦ ବସ୍ତ୍ରର ଆଗରେ ତାହା ରଖିବ।
7 और उसी वेदी पर हारून सुगन्धित धूप जलाया करे; प्रतिदिन भोर को जब वह दीपक को ठीक करे तब वह धूप को जलाए,
ହାରୋଣ ତହିଁ ଉପରେ ସୁଗନ୍ଧି ଧୂପ ଜ୍ୱଳାଇବ, ସେ ପ୍ରତି ପ୍ରଭାତରେ ପ୍ରଦୀପ ପରିଷ୍କାର କରିବା ସମୟରେ ସେହି ଧୂପ ଜ୍ୱଳାଇବ।
8 तब साँझ के समय जब हारून दीपकों को जलाए तब धूप जलाया करे, यह धूप यहोवा के सामने तुम्हारी पीढ़ी-पीढ़ी में नित्य जलाया जाए।
ପୁଣି, ସନ୍ଧ୍ୟାକାଳେ ହାରୋଣ ପ୍ରଦୀପ ଜ୍ୱଳାଇବା ସମୟରେ ଧୂପ ଜ୍ୱଳାଇବ, ତହିଁରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ଧୂପଦାହ ହେବ।
9 और उस वेदी पर तुम और प्रकार का धूप न जलाना, और न उस पर होमबलि और न अन्नबलि चढ़ाना; और न इस पर अर्घ देना।
ତୁମ୍ଭେମାନେ ତହିଁ ଉପରେ ଅନ୍ୟ କୌଣସି ଧୂପ ଅବା ହୋମବଳି କିଅବା ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ ନାହିଁ ଓ ତହିଁ ଉପରେ ପେୟ-ନୈବେଦ୍ୟ ଢାଳିବ ନାହିଁ।
10 १० हारून वर्ष में एक बार इसके सींगों पर प्रायश्चित करे; और तुम्हारी पीढ़ी-पीढ़ी में वर्ष में एक बार प्रायश्चित के पापबलि के लहू से इस पर प्रायश्चित किया जाए; यह यहोवा के लिये परमपवित्र है।”
ପୁଣି, ହାରୋଣ ବର୍ଷ ମଧ୍ୟରେ ଥରେ ତହିଁର ଶୃଙ୍ଗ ଉପରେ ପ୍ରାୟଶ୍ଚିତ୍ତ କରିବ; ସେ ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ରକ୍ତ ଦ୍ୱାରା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ବର୍ଷକେ ଥରେ ତହିଁ ଉପରେ ପ୍ରାୟଶ୍ଚିତ୍ତ କରିବ। ଏହି ବେଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହାପବିତ୍ର ଅଟେ।”
11 ११ और तब यहोवा ने मूसा से कहा,
ଆଉ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ,
12 १२ “जब तू इस्राएलियों की गिनती लेने लगे, तब वे गिनने के समय जिनकी गिनती हुई हो अपने-अपने प्राणों के लिये यहोवा को प्रायश्चित दें, जिससे जब तू उनकी गिनती कर रहा हो उस समय कोई विपत्ति उन पर न आ पड़े।
“ଯେତେବେଳେ ତୁମ୍ଭେ ଗଣିତ ଲୋକମାନଙ୍କ ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣକୁ ଗଣନା କରିବ, ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ଆପଣା ଆପଣା ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ୍ତ କରିବେ, ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ କୌଣସି ମହାମାରୀ ହେବ ନାହିଁ।
13 १३ जितने लोग गिने जाएँ वे पवित्रस्थान के शेकेल के अनुसार आधा शेकेल दें, (यह शेकेल बीस गेरा का होता है), यहोवा की भेंट आधा शेकेल हो।
ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଅର୍ଦ୍ଧ ଶେକଲ ଦେବ; (କୋଡ଼ିଏ ଗେରାରେ ଏକ ଶେକଲ); ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପ୍ରାପ୍ୟ ଉପହାର ହେବ।
14 १४ बीस वर्ष के या उससे अधिक अवस्था के जितने गिने जाएँ उनमें से एक-एक जन यहोवा को भेंट दे।
କୋଡ଼ିଏ ବର୍ଷ କିଅବା ତହିଁରୁ ଅଧିକ ବର୍ଷ ବୟସ୍କ ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ସଦାପ୍ରଭୁଙ୍କୁ ଏହି ଉପହାର ଦେବ।
15 १५ जब तुम्हारे प्राणों के प्रायश्चित के निमित्त यहोवा की भेंट अर्पित की जाए, तब न तो धनी लोग आधे शेकेल से अधिक दें, और न कंगाल लोग उससे कम दें।
ତୁମ୍ଭେମାନେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରଣାର୍ଥେ ସଦାପ୍ରଭୁଙ୍କୁ ସେହି ଉପହାର ଦେବା ସମୟରେ ଧନବାନ ଅର୍ଦ୍ଧ ଶେକଲରୁ ଅଧିକ ଦେବ ନାହିଁ, ପୁଣି, ଦରିଦ୍ର ତହିଁରୁ ଊଣା ଦେବ ନାହିଁ।
16 १६ और तू इस्राएलियों से प्रायश्चित का रुपया लेकर मिलापवाले तम्बू के काम में लगाना; जिससे वह यहोवा के सम्मुख इस्राएलियों के स्मरणार्थ चिन्ह ठहरे, और उनके प्राणों का प्रायश्चित भी हो।”
ତହୁଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ସେହି ପ୍ରାୟଶ୍ଚିତ୍ତ-ରୂପା ନେଇ ସମାଗମ-ତମ୍ବୁର କାର୍ଯ୍ୟାର୍ଥେ ନିରୂପଣ କରିବ; ତାହା ତୁମ୍ଭମାନଙ୍କ ପ୍ରାଣର ପ୍ରାୟଶ୍ଚିତ୍ତ ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ରହିବ।”
17 १७ और यहोवा ने मूसा से कहा,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
18 १८ “धोने के लिये पीतल की एक हौदी और उसका पाया भी पीतल का बनाना। और उसे मिलापवाले तम्बू और वेदी के बीच में रखकर उसमें जल भर देना;
“ତୁମ୍ଭେ ପ୍ରକ୍ଷାଳନ ନିମନ୍ତେ ପିତ୍ତଳର କୁଣ୍ଡ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି, ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ।
19 १९ और उसमें हारून और उसके पुत्र अपने-अपने हाथ पाँव धोया करें।
ଆଉ ହାରୋଣ ଓ ତାହାର ପୁତ୍ରଗଣ ତହିଁରେ ଆପଣା ଆପଣା ହସ୍ତ ଓ ପଦ ପ୍ରକ୍ଷାଳନ କରିବେ।
20 २० जब जब वे मिलापवाले तम्बू में प्रवेश करें तब-तब वे हाथ पाँव जल से धोएँ, नहीं तो मर जाएँगे; और जब जब वे वेदी के पास सेवा टहल करने, अर्थात् यहोवा के लिये हव्य जलाने को आएँ तब-तब वे हाथ पाँव धोएँ, न हो कि मर जाएँ।
ସେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବା ସମୟରେ ଯେପରି ନ ମରନ୍ତି, ଏଥିପାଇଁ ଜଳରେ ଆପଣାମାନଙ୍କୁ ଧୌତ କରିବେ; କିଅବା ସଦାପ୍ରଭୁଙ୍କର ସେବା ନିମନ୍ତେ, ଅର୍ଥାତ୍‍, ଅଗ୍ନିକୃତ ଉପହାର ଧୂପନ୍ୟାୟ ଦଗ୍ଧ କରିବା ନିମନ୍ତେ ବେଦି ନିକଟକୁ ଆସିବା ସମୟରେ ଯେପରି ନ ମରନ୍ତି,
21 २१ यह हारून और उसके पीढ़ी-पीढ़ी के वंश के लिये सदा की विधि ठहरे।”
ଏଥିପାଇଁ ସେମାନେ ଆପଣା ଆପଣା ହସ୍ତ ଓ ପଦ ଧୌତ କରିବେ; ଏହା ତାହାର ଓ ତାହା ବଂଶର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।”
22 २२ फिर यहोवा ने मूसा से कहा,
ଆହୁରି ସଦାପ୍ରଭୁ ମୋଶାଙ୍କୁ କହିଲେ,
23 २३ “तू उत्तम से उत्तम सुगन्ध-द्रव्य ले, अर्थात् पवित्रस्थान के शेकेल के अनुसार पाँच सौ शेकेल अपने आप निकला हुआ गन्धरस, और उसका आधा, अर्थात् ढाई सौ शेकेल सुगन्धित दालचीनी और ढाई सौ शेकेल सुगन्धित अगर,
“ତୁମ୍ଭେ ଆପଣା ନିକଟରେ ଏହିସବୁ ଅତ୍ୟୁତ୍ତମ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍‍, ପବିତ୍ର ସ୍ଥାନର ଶେକଲ ଅନୁସାରେ ପାଞ୍ଚ ଶହ ଶେକଲ ନିର୍ମଳ ଗନ୍ଧରସ ଓ ତହିଁର ଅର୍ଦ୍ଧ, ଅର୍ଥାତ୍‍, ଅଢ଼ାଇଶତ ଶେକଲ ସୁଗନ୍ଧି ଦାରୁଚିନି, ଅଢ଼ାଇଶତ ଶେକଲ ସୁଗନ୍ଧି,
24 २४ और पाँच सौ शेकेल तज, और एक हीन जैतून का तेल लेकर
ପାଞ୍ଚ ଶହ ଶେକଲ ଗୁଡ଼ତ୍ୱକ୍‍ ଓ ଏକ ହିନ୍‍ ଜୀତ ତୈଳ ସଂଗ୍ରହ କରିବ।
25 २५ उनसे अभिषेक का पवित्र तेल, अर्थात् गंधी की रीति से तैयार किया हुआ सुगन्धित तेल बनवाना; यह अभिषेक का पवित्र तेल ठहरे।
ଏହିସବୁ ଦ୍ୱାରା ତୁମ୍ଭେ ଅଭିଷେକାର୍ଥକ ପବିତ୍ର ତୈଳ, ଅର୍ଥାତ୍‍, ଗନ୍ଧବଣିକର କ୍ରିୟାନୁସାରେ ତୈଳ ପ୍ରସ୍ତୁତ କରିବ, ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।
26 २६ और उससे मिलापवाले तम्बू का, और साक्षीपत्र के सन्दूक का,
ତାହା ତୁମ୍ଭେ ନେଇ ସମାଗମ-ତମ୍ବୁ ଓ ସାକ୍ଷ୍ୟ-ସିନ୍ଦୁକ,
27 २७ और सारे सामान समेत मेज का, और सामान समेत दीवट का, और धूपवेदी का,
ପୁଣି, ମେଜ, ତହିଁର ସକଳ ପାତ୍ର, ଦୀପବୃକ୍ଷ ଓ ତହିଁର ସକଳ ପାତ୍ର,
28 २८ और सारे सामान समेत होमवेदी का, और पाए समेत हौदी का अभिषेक करना।
ଆଉ ଧୂପବେଦି, ତହିଁର ସକଳ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ଅଭିଷେକ କରିବ।
29 २९ और उनको पवित्र करना, जिससे वे परमपवित्र ठहरें; और जो कुछ उनसे छू जाएगा वह पवित्र हो जाएगा।
ପୁଣି, ଏହିସବୁ ବସ୍ତୁକୁ ପବିତ୍ର କରିବ, ତହିଁରେ ତାହା ମହାପବିତ୍ର ହେବ, ଯାହା କିଛି ତାହା ସ୍ପର୍ଶ କରେ, ସେସବୁ ପବିତ୍ର ହେବ।
30 ३० फिर हारून का उसके पुत्रों के साथ अभिषेक करना, और इस प्रकार उन्हें मेरे लिये याजक का काम करने के लिये पवित्र करना।
ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ଆମ୍ଭର ଯାଜକ କର୍ମ କରଣାର୍ଥେ ଅଭିଷେକ କରି ପବିତ୍ର କରିବ।
31 ३१ और इस्राएलियों को मेरी यह आज्ञा सुनाना, ‘यह तेल तुम्हारी पीढ़ी-पीढ़ी में मेरे लिये पवित्र अभिषेक का तेल होगा।
ଆଉ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ନିମନ୍ତେ ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।
32 ३२ यह किसी मनुष्य की देह पर न डाला जाए, और मिलावट में उसके समान और कुछ न बनाना; यह पवित्र है, यह तुम्हारे लिये भी पवित्र होगा।
ମନୁଷ୍ୟର ଶରୀରରେ ତାହା ଢ଼ଳାଯିବ ନାହିଁ; ଅଥବା ତୁମ୍ଭେମାନେ ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆଉ କୌଣସି ତୈଳ କରିବ ନାହିଁ; ତାହା ପବିତ୍ର ଅଟେ, ଆଉ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ।
33 ३३ जो कोई इसके समान कुछ बनाए, या जो कोई इसमें से कुछ पराए कुलवाले पर लगाए, वह अपने लोगों में से नाश किया जाए।’”
ଯେକେହି ତହିଁ ତୁଲ୍ୟ କିଛି ପ୍ରସ୍ତୁତ କରିବ, ଅବା ଯେକେହି ଅପରିଚିତ ଲୋକର ଶରୀରରେ ତହିଁରୁ କିଛି ଲଗାଇବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।’”
34 ३४ फिर यहोवा ने मूसा से कहा, “बोल, नखी और कुन्दरू, ये सुगन्ध-द्रव्य निर्मल लोबान समेत ले लेना, ये सब एक तौल के हों,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ନିକଟରେ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍‍, ଗୁଗ୍ଗୁଳ, ନଖୀ, କୁନ୍ଦୁରୁ ଓ ନିର୍ମଳ ଲୋବାନ୍‍, ଏହି ପ୍ରତ୍ୟେକ ସୁଗନ୍ଧି ଦ୍ରବ୍ୟ ସମଭାଗରେ ସଂଗ୍ରହ କର।
35 ३५ और इनका धूप अर्थात् नमक मिलाकर गंधी की रीति के अनुसार शुद्ध और पवित्र सुगन्ध-द्रव्य बनवाना;
ପୁଣି, ତଦ୍ଦ୍ୱାରା ଗନ୍ଧବଣିକର କ୍ରିୟାରେ ପ୍ରସ୍ତୁତ ଓ ଲବଣାକ୍ତ ଏକ ନିର୍ମଳ ପବିତ୍ର ସୁଗନ୍ଧି ଧୂପ ପ୍ରସ୍ତୁତ କର।
36 ३६ फिर उसमें से कुछ पीसकर बारीक कर डालना, तब उसमें से कुछ मिलापवाले तम्बू में साक्षीपत्र के आगे, जहाँ पर मैं तुझ से मिला करूँगा वहाँ रखना; वह तुम्हारे लिये परमपवित्र होगा।
ତହିଁରୁ କିଛି ଚୂର୍ଣ୍ଣ କରି ଯେଉଁ ସମାଗମ-ତମ୍ବୁରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖିବ; ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହେବ।
37 ३७ और जो धूप तू बनवाएगा, मिलावट में उसके समान तुम लोग अपने लिये और कुछ न बनवाना; वह तुम्हारे आगे यहोवा के लिये पवित्र होगा।
ପୁଣି, ତୁମ୍ଭେ ଯେଉଁ ସୁଗନ୍ଧି ଧୂପ କରିବ, ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆପଣାମାନଙ୍କ ନିମନ୍ତେ କର ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।
38 ३८ जो कोई सूँघने के लिये उसके समान कुछ बनाए वह अपने लोगों में से नाश किया जाए।”
ଯେକେହି ଆପଣା ଆଘ୍ରାଣାର୍ଥେ ତତ୍ତୁଲ୍ୟ ସୁଗନ୍ଧି ଧୂପ ପ୍ରସ୍ତୁତ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।”

< निर्गमन 30 >