< यशायाह 20 >

1 जिस वर्ष में अश्शूर के राजा सर्गोन की आज्ञा से तर्त्तान ने अश्दोद आकर उससे युद्ध किया और उसको ले भी लिया,
ଅଶୂରର ରାଜା ସର୍ଗୋନର ପ୍ରେରିତ ତର୍ତ୍ତାନ ସେନାଧ୍ୟକ୍ଷ ଯେଉଁ ବର୍ଷ ଅସ୍ଦୋଦକୁ ଆସି ତାହା ପ୍ରତିକୂଳରେ ଯୁଦ୍ଧ କରି ହସ୍ତଗତ କଲା;
2 उसी वर्ष यहोवा ने आमोस के पुत्र यशायाह से कहा, “जाकर अपनी कमर का टाट खोल और अपनी जूतियाँ उतार;” अतः उसने वैसा ही किया, और वह नंगा और नंगे पाँव घूमता फिरता था।
ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ୱାରା ସଦାପ୍ରଭୁ ଏହି କଥା କହିଲେ, “ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼,” ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା।
3 तब यहोवा ने कहा, “जिस प्रकार मेरा दास यशायाह तीन वर्ष से उघाड़ा और नंगे पाँव चलता आया है, कि मिस्र और कूश के लिये चिन्ह और लक्षण हो,
ତେବେ ସଦାପ୍ରଭୁ କହିଲେ, “ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି;
4 उसी प्रकार अश्शूर का राजा मिस्री और कूश के लोगों को बन्दी बनाकर देश निकाला करेगा, क्या लड़के क्या बूढे़, सभी को बन्दी बनाकर उघाड़े और नंगे पाँव और नितम्ब खुले ले जाएगा, जिससे मिस्र लज्जित हो।
ସେହିପରି ଅଶୂରର ରାଜା ମିସରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର, ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ।
5 तब वे कूश के कारण जिस पर उनकी आशा थी, और मिस्र के हेतु जिस पर वे फूलते थे व्याकुल और लज्जित हो जाएँगे।
ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ୱାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ୱରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ।
6 और समुद्र के इस पार के बसनेवाले उस समय यह कहेंगे, ‘देखो, जिन पर हम आशा रखते थे ओर जिनके पास हम अश्शूर के राजा से बचने के लिये भागने को थे उनकी ऐसी दशा हो गई है। तो फिर हम लोग कैसे बचेंगे’?”
ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ‘ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ୱାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପରି ବଞ୍ଚିବା?’”

< यशायाह 20 >