< यशायाह 47 >

1 हे बाबेल की कुमारी बेटी, उतर आ और धूल पर बैठ; हे कसदियों की बेटी तू बिना सिंहासन भूमि पर बैठ! क्योंकि तू अब फिर कोमल और सुकुमार न कहलाएगी।
ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍‍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନ ହେବ।
2 चक्की लेकर आटा पीस, अपना घूँघट हटा और घाघरा समेट ले और उघाड़ी टाँगों से नदियों को पार कर।
ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ପୋଷାକ କାଢ଼ି ପକାଅ, ପାଦ ଅନାବୃତ କର, ନଦ-ନଦୀରେ ଚାଲି କରି ଯାଅ।
3 तेरी नग्नता उघाड़ी जाएगी और तेरी लज्जा प्रगट होगी। मैं बदला लूँगा और किसी मनुष्य को न छोड़ूँगा।
ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବ; ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ।
4 हमारा छुटकारा देनेवाले का नाम सेनाओं का यहोवा और इस्राएल का पवित्र है।
ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ୱରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ।
5 हे कसदियों की बेटी, चुपचाप बैठी रह और अंधियारे में जा; क्योंकि तू अब राज्य-राज्य की स्वामिनी न कहलाएगी।
ଆଗୋ କଲ୍‍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟସମୂହର କର୍ତ୍ତୃତ୍ୱକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ହେବ ନାହିଁ।
6 मैंने अपनी प्रजा से क्रोधित होकर अपने निज भाग को अपवित्र ठहराया और तेरे वश में कर दिया; तूने उन पर कुछ दया न की; बूढ़ों पर तूने अपना अत्यन्त भारी जूआ रख दिया।
ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।
7 तूने कहा, “मैं सर्वदा स्वामिनी बनी रहूँगी,” इसलिए तूने अपने मन में इन बातों पर विचार न किया और यह भी न सोचा कि उनका क्या फल होगा।
ପୁଣି, ତୁମ୍ଭେ କହିଲ, “ଆମ୍ଭେ ସଦାକାଳ କର୍ତ୍ତୃତ୍ୱକାରିଣୀ ହୋଇ ରହିବା;” ଏହେତୁ ତୁମ୍ଭେ ଏହିସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ।
8 इसलिए सुन, तू जो राग-रंग में उलझी हुई निडर बैठी रहती है और मन में कहती है कि “मैं ही हूँ, और मुझे छोड़ कोई दूसरा नहीं; मैं विधवा के समान न बैठूँगी और न मेरे बाल-बच्चे मिटेंगे।”
ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ,”
9 सुन, ये दोनों दुःख अर्थात् लड़कों का जाता रहना और विधवा हो जाना, अचानक एक ही दिन तुझ पर आ पड़ेंगे। तेरे बहुत से टोन्हों और तेरे भारी-भारी तंत्र-मंत्रों के रहते भी ये तुझ पर अपने पूरे बल से आ पड़ेंगे।
ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ୱ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ।
10 १० तूने अपनी दुष्टता पर भरोसा रखा, तूने कहा, “मुझे कोई नहीं देखता;” तेरी बुद्धि और ज्ञान ने तुझे बहकाया और तूने अपने मन में कहा, “मैं ही हूँ और मेरे सिवाय कोई दूसरा नहीं।”
କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, “କେହି ଆମ୍ଭକୁ ଦେଖୁ ନାହିଁ,” ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ;”
11 ११ परन्तु तेरी ऐसी दुर्गति होगी जिसका मंत्र तू नहीं जानती, और तुझ पर ऐसी विपत्ति पड़ेगी कि तू प्रायश्चित करके उसका निवारण न कर सकेगी; अचानक विनाश तुझ पर आ पड़ेगा जिसका तुझे कुछ भी पता नहीं।
ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରି ପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍‍ ତୁମ୍ଭ ଉପରେ ଘଟିବ।
12 १२ अपने तंत्र-मंत्र और बहुत से टोन्हों को, जिनका तूने बाल्यावस्था ही से अभ्यास किया है, उपयोग में ला, सम्भव है तू उनसे लाभ उठा सके या उनके बल से स्थिर रह सके।
ତୁମ୍ଭେ ବାଲ୍ୟକାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ।
13 १३ तू तो युक्ति करते-करते थक गई है; अब तेरे ज्योतिषी जो नक्षत्रों को ध्यान से देखते और नये-नये चाँद को देखकर होनहार बताते हैं, वे खड़े होकर तुझे उन बातों से बचाएँ जो तुझ पर घटेंगी।
ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଠିଆ ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।
14 १४ देख, वे भूसे के समान होकर आग से भस्म हो जाएँगे; वे अपने प्राणों को ज्वाला से न बचा सकेंगे। वह आग तापने के लिये नहीं, न ऐसी होगी जिसके सामने कोई बैठ सके!
ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ। ତାହା ଉଷ୍ଣ ହେବା ନିମନ୍ତେ ଜ୍ୱଳନ୍ତ ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ୱରୂପ ହେବ ନାହିଁ।
15 १५ जिनके लिये तू परिश्रम करती आई है वे सब तेरे लिये वैसे ही होंगे, और जो तेरी युवावस्था से तेरे संग व्यापार करते आए हैं, उनमें से प्रत्येक अपनी-अपनी दिशा की ओर चले जाएँगे; तेरा बचानेवाला कोई न रहेगा।
ଯେଉଁ ଯେଉଁ ବିଷୟରେ ତୁମ୍ଭେ ପରିଶ୍ରମ କରିଅଛ, ସେହି ସବୁ ତୁମ୍ଭ ପ୍ରତି ଏହିପରି ହେବ; ତୁମ୍ଭର ଯୌବନରୁ ଯେଉଁମାନେ ତୁମ୍ଭ ସହିତ ବାଣିଜ୍ୟ କରିଅଛନ୍ତି, ସେମାନଙ୍କର ପ୍ରତ୍ୟେକେ ଏଣେତେଣେ ଭ୍ରମଣ କରି ଆପଣା ଆପଣା ସ୍ଥାନକୁ ଯିବେ, ତୁମ୍ଭକୁ ରକ୍ଷା କରିବାକୁ କେହି ରହିବେ ନାହିଁ।

< यशायाह 47 >