< यिर्मयाह 52 >

1 जब सिदकिय्याह राज्य करने लगा, तब वह इक्कीस वर्ष का था; और यरूशलेम में ग्यारह वर्ष तक राज्य करता रहा। उसकी माता का नाम हमूतल था जो लिब्नावासी यिर्मयाह की बेटी थी।
ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ଥିଲା ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲା; ତାହାର ମାତାର ନାମ ହମୁଟଲ୍‍, ସେ ଲିବ୍‍ନା ନିବାସୀ ଯିରିମୀୟଙ୍କ କନ୍ୟା ଥିଲା।
2 उसने यहोयाकीम के सब कामों के अनुसार वही किया जो यहोवा की दृष्टि में बुरा है।
ଆଉ, ସେ ଯିହୋୟାକୀମ୍‍ର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା।
3 निश्चय यहोवा के कोप के कारण यरूशलेम और यहूदा की ऐसी दशा हुई कि अन्त में उसने उनको अपने सामने से दूर कर दिया। और सिदकिय्याह ने बाबेल के राजा से बलवा किया।
କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା। ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା।
4 और उसके राज्य के नौवें वर्ष के दसवें महीने के दसवें दिन को बाबेल के राजा नबूकदनेस्सर ने अपनी सारी सेना लेकर यरूशलेम पर चढ़ाई की, और उसने उसके पास छावनी करके उसके चारों ओर किला बनाया।
ଏଥିଉତ୍ତାରେ ତାହାଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
5 अतः नगर घेरा गया, और सिदकिय्याह राजा के ग्यारहवें वर्ष तक घिरा रहा।
ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା।
6 चौथे महीने के नौवें दिन से नगर में अकाल यहाँ तक बढ़ गई, कि लोगों के लिये कुछ रोटी न रही।
ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ।
7 तब नगर की शहरपनाह में दरार की गई, और दोनों दीवारों के बीच जो फाटक राजा की बारी के निकट था, उससे सब योद्धा भागकर रात ही रात नगर से निकल गए, और अराबा का मार्ग लिया। (उस समय कसदी लोग नगर को घेरे हुए थे)।
ତେବେ, ନଗରରେ ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍‍ଦୀୟମାନେ ନଗରର ବିରୁଦ୍ଧରେ ଚତୁର୍ଦ୍ଦିଗରେ ଥିଲେ; ପୁଣି, ଲୋକମାନେ ଆରବା ପଥ ଦେଇ ଚାଲିଗଲେ।
8 परन्तु उनकी सेना ने राजा का पीछा किया, और उसको यरीहो के पास के अराबा में जा पकड़ा; तब उसकी सारी सेना उसके पास से तितर-बितर हो गई।
ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ରାଜାର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟକୁ ଧରିଲେ; ତହିଁରେ ତାହାର ସକଳ ସୈନ୍ୟ ତାହା ନିକଟରୁ ଛିନ୍ନଭିନ୍ନ ହୋଇଗଲେ।
9 तब वे राजा को पकड़कर हमात देश के रिबला में बाबेल के राजा के पास ले गए, और वहाँ उसने उसके दण्ड की आज्ञा दी।
ତହୁଁ ସେମାନେ ରାଜାକୁ ଧରି ହମାତ୍‍ ଦେଶସ୍ଥ ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲେ; ତହିଁରେ ସେ ତାହା ପ୍ରତି ଦଣ୍ଡାଜ୍ଞା କଲା।
10 १० बाबेल के राजा ने सिदकिय्याह के पुत्रों को उसके सामने घात किया, और यहूदा के सारे हाकिमों को भी रिबला में घात किया।
ଆଉ, ବାବିଲର ରାଜା ସିଦିକୀୟର ପୁତ୍ରମାନଙ୍କୁ ତାହାର ସାକ୍ଷାତରେ ବଧ କଲା; ସେ ଯିହୁଦାର ଅଧିପତି ସମସ୍ତଙ୍କୁ ହିଁ ରିବ୍ଲାରେ ବଧ କଲା।
11 ११ फिर बाबेल के राजा ने सिदकिय्याह की आँखों को फुड़वा डाला, और उसको बेड़ियों से जकड़कर बाबेल तक ले गया, और उसको बन्दीगृह में डाल दिया। वह मृत्यु के दिन तक वहीं रहा।
ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା।
12 १२ फिर उसी वर्ष अर्थात् बाबेल के राजा नबूकदनेस्सर के राज्य के उन्नीसवें वर्ष के पाँचवें महीने के दसवें दिन को अंगरक्षकों का प्रधान नबूजरदान जो बाबेल के राजा के सम्मुख खड़ा रहता था यरूशलेम में आया।
ପଞ୍ଚମ ମାସରେ, ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍‍ନିତ୍ସର ରାଜାଙ୍କ ରାଜତ୍ଵର ଊଣେଇଶ ବର୍ଷରେ, ବାବିଲ ରାଜାର ସମ୍ମୁଖରେ ଦଣ୍ଡାୟମାନ ନବୂଷରଦନ୍‍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।
13 १३ उसने यहोवा के भवन और राजभवन और यरूशलेम के सब बड़े-बड़े घरों को आग लगवाकर फुँकवा दिया।
ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
14 १४ और कसदियों की सारी सेना ने जो अंगरक्षकों के प्रधान के संग थी, यरूशलेम के चारों ओर की सब शहरपनाह को ढा दिया।
ଆଉ, ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍‍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ।
15 १५ अंगरक्षकों का प्रधान नबूजरदान कंगाल लोगों में से कितनों को, और जो लोग नगर में रह गए थे, और जो लोग बाबेल के राजा के पास भाग गए थे, और जो कारीगर रह गए थे, उन सब को बन्दी बनाकर ले गया।
ସେତେବେଳେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଲୋକମାନଙ୍କ ମଧ୍ୟରୁ ନିତାନ୍ତ ଦରିଦ୍ରମାନଙ୍କୁ ଓ ନଗରର ଅବଶିଷ୍ଟ ଲୋକମାନଙ୍କୁ, ଆଉ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।
16 १६ परन्तु, दिहात के कंगाल लोगों में से कितनों को अंगरक्षकों के प्रधान नबूजरदान ने दाख की बारियों की सेवा और किसानी करने को छोड़ दिया।
ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମଚାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।
17 १७ यहोवा के भवन में जो पीतल के खम्भे थे, और कुर्सियों और पीतल के हौज जो यहोवा के भवन में थे, उन सभी को कसदी लोग तोड़कर उनका पीतल बाबेल को ले गए।
ପୁଣି, କଲ୍‍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକି ସବୁ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳସବୁ ବାବିଲକୁ ନେଇଗଲେ।
18 १८ और हाँड़ियों, फावड़ियों, कैंचियों, कटोरों, धूपदानों, और पीतल के और सब पात्रों को, जिनसे लोग सेवा टहल करते थे, वे ले गए।
ଆହୁରି, ସେମାନେ ହାଣ୍ଡି ଓ କରଚୁଲି, କତୁରୀ, କୁଣ୍ଡ, ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।
19 १९ और तसलों, करछों, कटोरियों, हाँड़ियों, दीवटों, धूपदानों, और कटोरों में से जो कुछ सोने का था, उनके सोने को, और जो कुछ चाँदी का था उनकी चाँदी को भी अंगरक्षकों का प्रधान ले गया।
ପ୍ରହରୀବର୍ଗର ସେନାପତି ତାଟିଆ, ଅଙ୍ଗାରଧାନୀ, କୁଣ୍ଡ, ହାଣ୍ଡି, ଦୀପବୃକ୍ଷ, ଚମସ ଓ ପାତ୍ରସବୁ, ଯାହା ସୁନାର ଥିଲା, ତାହା ସୁନା କରି ଓ ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।
20 २० दोनों खम्भे, एक हौज और पीतल के बारहों बैल जो पायों के नीचे थे, इन सब को तो सुलैमान राजा ने यहोवा के भवन के लिये बनवाया था, और इन सब का पीतल तौल से बाहर था।
ଶଲୋମନ ରାଜା ସଦାପ୍ରଭୁଙ୍କ ଗୃହ ନିମନ୍ତେ ଯେଉଁ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ତହିଁର ତଳସ୍ଥ ଦ୍ୱାଦଶ ପିତ୍ତଳମୟ ବୃଷରୂପ ବୈଠିକି ନିର୍ମାଣ କରିଥିଲେ, ସେହି ସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।
21 २१ जो खम्भे थे, उनमें से एक-एक की ऊँचाई अठारह हाथ, और घेरा बारह हाथ, और मोटाई चार अंगुल की थी, और वे खोखले थे।
ପୁଣି, ସେହି ଦୁଇ ସ୍ତମ୍ଭ, ପ୍ରତ୍ୟେକର ଉଚ୍ଚ ଅଠର ହାତ ଓ ପରିଧି ବାର ହାତ ଓ ତହିଁର ସ୍ଥୂଳତା ଚାରି ଅଙ୍ଗୁଳି ଓ ତାହା ଫମ୍ପା ଥିଲା।
22 २२ एक-एक की कँगनी पीतल की थी, और एक-एक कँगनी की ऊँचाई पाँच हाथ की थी; और उस पर चारों ओर जो जाली और अनार बने थे वे सब पीतल के थे।
ଆଉ, ତହିଁର ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ସେହି ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ମୁଣ୍ଡାଳିର ଉପରେ ଚତୁର୍ଦ୍ଦିଗରେ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ସେସବୁ ପିତ୍ତଳମୟ ଥିଲା; ଆଉ, ଦ୍ୱିତୀୟ ସ୍ତମ୍ଭର ମଧ୍ୟ ଏହି ପ୍ରକାର ଆକାର ଓ ଡାଳିମ୍ବ ଥିଲା।
23 २३ कँगनियों के चारों ओर छियानवे अनार बने थे, और जाली के ऊपर चारों ओर एक सौ अनार थे।
ପାର୍ଶ୍ୱରେ ଛୟାନବେ ଡାଳିମ୍ବ ଥିଲା; ଜାଲିକର୍ମର ଉପରେ ଚାରିଆଡ଼େ ଏକ ଶତ ଡାଳିମ୍ବାକୃତି ଥିଲା।
24 २४ अंगरक्षकों के प्रधान ने सरायाह महायाजक और उसके नीचे के सपन्याह याजक, और तीनों डेवढ़ीदारों को पकड़ लिया;
ପୁଣି, ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ୱିତୀୟ ଯାଜକ ସଫନୀୟକୁ, ଆଉ ତିନି ଜଣ ଦ୍ୱାରପାଳକୁ ଧରିଲା।
25 २५ और नगर में से उसने एक खोजा पकड़ लिया, जो योद्धाओं के ऊपर ठहरा था; और जो पुरुष राजा के सम्मुख रहा करते थे, उनमें से सात जन जो नगर में मिले; और सेनापति का मुंशी जो साधारण लोगों को सेना में भरती करता था; और साधारण लोगों में से साठ पुरुष जो नगर में मिले,
ଆଉ, ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ଜଣ ଅଧ୍ୟକ୍ଷଙ୍କୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ସାତଜଣକୁ ଓ ଦେଶର ଲୋକଗଣନାକାରୀ ସେନାପତିର ଲେଖକଙ୍କୁ ଓ ନଗର ମଧ୍ୟରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକକୁ ଧରିଲା।
26 २६ इन सब को अंगरक्षकों का प्रधान नबूजरदान रिबला में बाबेल के राजा के पास ले गया।
ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜା ନିକଟକୁ ନେଇଗଲା।
27 २७ तब बाबेल के राजा ने उन्हें हमात देश के रिबला में ऐसा मारा कि वे मर गए। इस प्रकार यहूदी अपने देश से बँधुए होकर चले गए।
ତହିଁରେ ବାବିଲର ରାଜା ହମାତ୍‍ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।
28 २८ जिन लोगों को नबूकदनेस्सर बँधुआ करके ले गया, वे ये हैं, अर्थात् उसके राज्य के सातवें वर्ष में तीन हजार तेईस यहूदी;
ନବୂଖଦ୍‍ନିତ୍ସର ଯେଉଁମାନଙ୍କୁ ବନ୍ଦୀ କରି ନେଇଗଲା, ସେହି ଲୋକମାନଙ୍କର ସଂଖ୍ୟା ଏହି; ସପ୍ତମ ବର୍ଷରେ ତିନି ସହସ୍ର ତେଇଶ ଜଣ ଯିହୁଦୀ ଲୋକ;
29 २९ फिर अपने राज्य के अठारहवें वर्ष में नबूकदनेस्सर यरूशलेम से आठ सौ बत्तीस प्राणियों को बँधुआ करके ले गया;
ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଅଠର ବର୍ଷରେ ସେ ଯିରୂଶାଲମରୁ ଆଠ ଶହ ବତିଶ ଲୋକ ବନ୍ଦୀ କରି ନେଇଗଲା;
30 ३० फिर नबूकदनेस्सर के राज्य के तेईसवें वर्ष में अंगरक्षकों का प्रधान नबूजरदान सात सौ पैंतालीस यहूदी जनों को बँधुए करके ले गया; सब प्राणी मिलकर चार हजार छः सौ हुए।
ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ତେଇଶ ବର୍ଷରେ ନବୂଷରଦନ୍‍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ ଜଣ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛʼ ଶତ ଲୋକ ଥିଲେ।
31 ३१ फिर यहूदा के राजा यहोयाकीन की बँधुआई के सैंतीसवें वर्ष में अर्थात् जिस वर्ष बाबेल का राजा एवील्मरोदक राजगद्दी पर विराजमान हुआ, उसी के बारहवें महीने के पच्चीसवें दिन को उसने यहूदा के राजा यहोयाकीन को बन्दीगृह से निकालकर बड़ा पद दिया;
ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍‍ର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ସେହି ମାସର ପଚିଶ ଦିନରେ ବାବିଲର ରାଜା ଇବିଲ୍‍-ମରୋଦକ୍‍ ଆପଣା ରାଜତ୍ଵର ପ୍ରଥମ ବର୍ଷରେ, ଯିହୁଦାର ରାଜା ଯିହୋୟାଖୀନ୍‍କୁ କାରାଗାରରୁ ବାହାର କରି ତାହାର ମସ୍ତକ ଉନ୍ନତ କଲା;
32 ३२ और उससे मधुर-मधुर वचन कहकर, जो राजा उसके साथ बाबेल में बँधुए थे, उनके सिंहासनों से उसके सिंहासन को अधिक ऊँचा किया।
ଆଉ, ସେ ତାହାକୁ ପ୍ରୀତିବାକ୍ୟ କହିଲା ଓ ତାହା ସଙ୍ଗେ ବାବିଲରେ ଥିବା ରାଜାମାନଙ୍କର ଆସନଠାରୁ ତାହାର ଆସନ ଉଚ୍ଚରେ ସ୍ଥାପନ କଲା,
33 ३३ उसके बन्दीगृह के वस्त्र बदल दिए; और वह जीवन भर नित्य राजा के सम्मुख भोजन करता रहा;
ଆଉ ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲା।
34 ३४ और प्रतिदिन के खर्च के लिये बाबेल के राजा के यहाँ से उसको नित्य कुछ मिलने का प्रबन्ध हुआ। यह प्रबन्ध उसकी मृत्यु के दिन तक उसके जीवन भर लगातार बना रहा।
ପୁଣି, ତାହାର ଦିନାତିପାତ ନିମନ୍ତେ ବାବିଲର ରାଜାଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ, ଆପଣା ଜୀବନର ସମସ୍ତ କାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲା।

< यिर्मयाह 52 >