< न्यायियों 16 >

1 तब शिमशोन गाज़ा को गया, और वहाँ एक वेश्या को देखकर उसके पास गया।
ଏଥିଉତ୍ତାରେ ଶାମ୍‍ଶୋନ୍‍ ଘସା ନଗରକୁ ଯାଇ ସେଠାରେ ଏକ ବେଶ୍ୟା ଦେଖି ତାହା ସଙ୍ଗେ ଶୟନ କଲା।
2 जब गाज़ावासियों को इसका समाचार मिला कि शिमशोन यहाँ आया है, तब उन्होंने उसको घेर लिया, और रात भर नगर के फाटक पर उसकी घात में लगे रहे; और यह कहकर रात भर चुपचाप रहे, कि भोर होते ही हम उसको घात करेंगे।
ତହିଁରେ ଶାମ୍‍ଶୋନ୍‍ ଏହି ସ୍ଥାନକୁ ଆସିଅଛି, ଏହି କଥା ଘସାତୀୟ ଲୋକମାନଙ୍କୁ କୁହାଗଲା। ତହୁଁ ସେମାନେ ତାହାକୁ ଘେରି ସମସ୍ତ ରାତ୍ରି ତାହା ପାଇଁ ନଗର-ଦ୍ୱାରରେ ଛକି ବସିଲେ, ପୁଣି ସାରାରାତ୍ରି ତୁନି ରହି କହିଲେ, ସକାଳେ ଆଲୁଅ ହେଲେ ଆମ୍ଭେମାନେ ତାହାକୁ ବଧ କରିବୁ।
3 परन्तु शिमशोन आधी रात तक पड़ा रहा, और आधी रात को उठकर, उसने नगर के फाटक के दोनों पल्लों और दोनों बाजुओं को पकड़कर बेंड़ों समेत उखाड़ लिया, और अपने कंधों पर रखकर उन्हें उस पहाड़ की चोटी पर ले गया, जो हेब्रोन के सामने है।
ମାତ୍ର ଶାମ୍‍ଶୋନ୍‍ ଅର୍ଦ୍ଧରାତ୍ରି ପର୍ଯ୍ୟନ୍ତ ଶୟନ କରି ଅର୍ଦ୍ଧରାତ୍ରିରେ ଉଠି ନଗର ଦ୍ୱାରର କବାଟ ଓ ଦୁଇ ବାଜୁବନ୍ଧ ଧରି ଅର୍ଗଳ ସମେତ ଉପାଡ଼ି ପକାଇଲା, ଆଉ ତାହା କାନ୍ଧରେ ଥୋଇ ହିବ୍ରୋଣ ସମ୍ମୁଖସ୍ଥ ପର୍ବତ ଶୃଙ୍ଗକୁ ଘେନିଗଲା।
4 इसके बाद वह सोरेक नामक घाटी में रहनेवाली दलीला नामक एक स्त्री से प्रीति करने लगा।
ଏଉତ୍ତାରେ ସେ ସୋରେକ୍‍ ଉପତ୍ୟକାରେ ଏକ ସ୍ତ୍ରୀକୁ ପ୍ରେମ କଲା, ତାହାର ନାମ ଦଲୀଲା।
5 तब पलिश्तियों के सरदारों ने उस स्त्री के पास जा के कहा, “तू उसको फुसलाकर पूछ कि उसके महाबल का भेद क्या है, और कौन सा उपाय करके हम उस पर ऐसे प्रबल हों, कि उसे बाँधकर दबा रखें; तब हम तुझे ग्यारह-ग्यारह सौ टुकड़े चाँदी देंगे।”
ତହିଁରେ ପଲେଷ୍ଟୀୟ ଅଧିପତିମାନେ ସେହି ସ୍ତ୍ରୀ ନିକଟକୁ ଆସି ତାହାକୁ କହିଲେ, “କାହିଁରେ ତାହାର ଏହି ମହାବଳ ଥାଏ ଓ କି ଉପାୟରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାକୁ କ୍ଲେଶ ଦେବା ପାଇଁ ବାନ୍ଧି ପାରିବୁ, ଏହା ଜାଣିବା ପାଇଁ ତୁମ୍ଭେ ତାହାକୁ ମଣାଅ; ତାହା କଲେ, ଆମ୍ଭେମାନେ ପ୍ରତ୍ୟେକ ଜଣ ତୁମ୍ଭକୁ ଏଗାର ଶହ ଲେଖାଏଁ ରୌପ୍ୟ ମୁଦ୍ରା ଦେବୁ।”
6 तब दलीला ने शिमशोन से कहा, “मुझे बता दे कि तेरे बड़े बल का भेद क्या है, और किस रीति से कोई तुझे बाँधकर रख सकता है।”
ତହୁଁ ଦଲୀଲା ଶାମ୍‍ଶୋନ୍‍କୁ କହିଲା, “ବିନୟ କରୁଅଛି, କାହିଁରେ ତୁମ୍ଭର ମହାବଳ ଥାଏ ଓ ତୁମ୍ଭର କ୍ଳେଶାର୍ଥେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ଏହା ମୋତେ କୁହ?”
7 शिमशोन ने उससे कहा, “यदि मैं सात ऐसी नई-नई ताँतों से बाँधा जाऊँ जो सुखाई न गई हों, तो मेरा बल घट जाएगा, और मैं साधारण मनुष्य सा हो जाऊँगा।”
ତହିଁରେ ଶାମ୍‍ଶୋନ୍‍ ତାହାକୁ କହିଲା, “ଯାହା କେବେ ଶୁଷ୍କ ହୋଇ ନାହିଁ, ଏପରି ସାତୋଟି କଞ୍ଚା ତନ୍ତରେ ଯେବେ ସେମାନେ ମୋତେ ବାନ୍ଧିବେ, ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକ ପରି ହୋଇଯିବି।”
8 तब पलिश्तियों के सरदार दलीला के पास ऐसी नई-नई सात ताँतें ले गए जो सुखाई न गई थीं, और उनसे उसने शिमशोन को बाँधा।
ତହୁଁ ପଲେଷ୍ଟୀୟ ଅଧିପତିମାନେ ଅଶୁଷ୍କ ସାତୋଟି କଞ୍ଚା ତନ୍ତ ଆଣି ସେହି ସ୍ତ୍ରୀକୁ ଦେଲେ; ତେଣୁ ସେ ତାହାକୁ ତହିଁରେ ବାନ୍ଧିଲା।
9 उसके पास तो कुछ मनुष्य कोठरी में घात लगाए बैठे थे। तब उसने उससे कहा, “हे शिमशोन, पलिश्ती तेरी घात में हैं!” तब उसने ताँतों को ऐसा तोड़ा जैसा सन का सूत आग से छूते ही टूट जाता है। और उसके बल का भेद न खुला।
ସେସମୟରେ ତାହାର ଅନ୍ତଃପୁରରେ ଲୋକମାନେ ଛକି ବସିଲେ। ଏଥିରେ ସେ ତାହାକୁ କହିଲା, “ଶାମ୍‍ଶୋନ୍‍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ଅଗ୍ନି ବାସନା ବାଜିଲେ ଯେପରି ଛଣପଟ ସୁତୁଲି ଛିଣ୍ଡିଯାଏ, ସେପରି ସେ ସବୁ ତନ୍ତ ଛିଣ୍ଡାଇ ପକାଇଲା। ଏହିରୂପେ ତାହାର ବଳର ରହସ୍ୟ ଜଣାଗଲା ନାହିଁ।
10 १० तब दलीला ने शिमशोन से कहा, “सुन, तूने तो मुझसे छल किया, और झूठ कहा है; अब मुझे बता दे कि तू किस वस्तु से बन्ध सकता है।”
ଏଥିଉତ୍ତାରେ ଦଲୀଲା ଶାମ୍‍ଶୋନ୍‍କୁ କହିଲା, “ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭେ ମୋତେ ମିଥ୍ୟା କହିଲ; ଏବେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ?”
11 ११ उसने उससे कहा, “यदि मैं ऐसी नई-नई रस्सियों से जो किसी काम में न आईं हों कसकर बाँधा जाऊँ, तो मेरा बल घट जाएगा, और मैं साधारण मनुष्य के समान हो जाऊँगा।”
ତହିଁରେ ସେ ତାହାକୁ କହିଲା, “ଯେଉଁ ରଜ୍ଜୁରେ କୌଣସି କର୍ମ କରାଯାଇ ନାହିଁ, ଏପରି ନୂତନ ରଜ୍ଜୁରେ ମୋତେ ବାନ୍ଧିଲେ, ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକର ସମାନ ହୋଇଯିବି।”
12 १२ तब दलीला ने नई-नई रस्सियाँ लेकर और उसको बाँधकर कहा, “हे शिमशोन, पलिश्ती तेरी घात में हैं!” कितने मनुष्य उस कोठरी में घात लगाए हुए थे। तब उसने उनको सूत के समान अपनी भुजाओं पर से तोड़ डाला।
ତହୁଁ ଦଲୀଲା ନୂତନ ରଜ୍ଜୁ ନେଇ ତାହାକୁ ବାନ୍ଧି କହିଲା, “ଶାମ୍‍ଶୋନ୍‍ ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ସେସମୟରେ ଛକିଥିବା ଲୋକମାନେ ଅନ୍ତଃପୁରରେ ଥିଲେ। ଏଥିରେ ସେ ଖଣ୍ଡେ ସୂତା ପରି ଆପଣା ବାହୁ ଉପରୁ ତାହା ଛିଣ୍ଡାଇ ପକାଇଲା।
13 १३ तब दलीला ने शिमशोन से कहा, “अब तक तू मुझसे छल करता, और झूठ बोलता आया है; अब मुझे बता दे कि तू किस से बन्ध सकता है?” उसने कहा, “यदि तू मेरे सिर की सातों लटें ताने में बुने तो बन्ध सकूँगा।”
ତେବେ ଦଲୀଲା ଶାମ୍‍ଶୋନ୍‍କୁ କହିଲା, “ତୁମ୍ଭେ ଏପର୍ଯ୍ୟନ୍ତ ମୋତେ ଉପହାସ କରିଅଛ ଓ ମିଥ୍ୟା କହିଅଛ; ତୁମ୍ଭେ କାହିଁରେ ବନ୍ଧା ଯାଇପାର, ତାହା ମୋତେ କୁହ।” ତହିଁରେ ସେ ତାହାକୁ କହିଲା, “ଯେବେ ତୁମ୍ଭେ ବୁଣା ଯାଉଥିବା ବସ୍ତ୍ରରେ ମୋର ମସ୍ତକ କେଶର ସାତ ବେଣୀ ବୁଣିବ, ତେବେ ହୋଇପାରେ।”
14 १४ अतः उसने उसे खूँटी से जकड़ा। तब उससे कहा, “हे शिमशोन, पलिश्ती तेरी घात में हैं!” तब वह नींद से चौंक उठा, और खूँटी को धरन में से उखाड़कर उसे ताने समेत ले गया।
ତହୁଁ ସେ ତନ୍ତଖୁଣ୍ଟିରେ ତାହା ବାନ୍ଧି ତାହାକୁ କହିଲା, “ଶାମ୍‍ଶୋନ୍‍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ସେ ନିଦ୍ରାରୁ ଉଠି ତନ୍ତଖୁଣ୍ଟି ଉପାଡ଼ି ବସ୍ତ୍ର ନେଇ ଚାଲିଗଲା।
15 १५ तब दलीला ने उससे कहा, “तेरा मन तो मुझसे नहीं लगा, फिर तू क्यों कहता है, कि मैं तुझ से प्रीति रखता हूँ? तूने ये तीनों बार मुझसे छल किया, और मुझे नहीं बताया कि तेरे बड़े बल का भेद क्या है।”
ଏଣୁ ସେ ତାହାକୁ କହିଲା, “ମୋହର ପ୍ରତି ତ ତୁମ୍ଭର ମନ ନାହିଁ, ‘ତୁମ୍ଭେ ମୋତେ ପ୍ରେମ କରୁଅଛ’ ବୋଲି କିପରି କହୁଅଛ? ଏ ତିନିଥରଯାକ ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭର ମହାବଳ କାହିଁରେ ଥାଏ, ତାହା ମୋତେ କହିଲ ନାହିଁ।”
16 १६ इस प्रकार जब उसने हर दिन बातें करते-करते उसको तंग किया, और यहाँ तक हठ किया, कि उसकी नाकों में दम आ गया,
ଏହିରୂପେ ସେ ନିତି ନିତି କଥାରେ ତାହାକୁ ଅନୁରୋଧ କରି ଏପରି ବ୍ୟସ୍ତ କଲା ଯେ, ତାହାର ଆତ୍ମା ମରଣ ପାଇଁ ଅସ୍ଥିର ହେଲା।
17 १७ तब उसने अपने मन का सारा भेद खोलकर उससे कहा, “मेरे सिर पर छुरा कभी नहीं फिरा, क्योंकि मैं माँ के पेट ही से परमेश्वर का नाज़ीर हूँ, यदि मैं मुँड़ा जाऊँ, तो मेरा बल इतना घट जाएगा, कि मैं साधारण मनुष्य सा हो जाऊँगा।”
ତହିଁରେ ସେ ତାହାକୁ ଆପଣା ମନର ସମସ୍ତ କଥା ଜଣାଇ କହିଲା, “ମୋହର ମସ୍ତକରେ କେବେ କ୍ଷୁର ଲାଗି ନାହିଁ; କାରଣ ମୁଁ ଆପଣା ମାତାର ଗର୍ଭରୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ଲୋକ ହୋଇଅଛି; ଯେବେ ମୁଁ କ୍ଷୌର ହେବି, ତେବେ ମୋର ବଳ ମୋʼ ଠାରୁ ଯିବ ଓ ମୁଁ ଦୁର୍ବଳ ହୋଇ ଅନ୍ୟ ସକଳ ଲୋକର ସମାନ ହୋଇଯିବି।”
18 १८ यह देखकर, कि उसने अपने मन का सारा भेद मुझसे कह दिया है, दलीला ने पलिश्तियों के सरदारों के पास कहला भेजा, “अब की बार फिर आओ, क्योंकि उसने अपने मन का सब भेद मुझे बता दिया है।” तब पलिश्तियों के सरदार हाथ में रुपया लिए हुए उसके पास गए।
ସେତେବେଳେ ସେ ଯେ ତାହାକୁ ଆପଣା ମନର ସମସ୍ତ କଥା କହିଅଛି, ଏହା ଦଲୀଲା ଦେଖି ପଲେଷ୍ଟୀୟ ଅଧିପତିମାନଙ୍କ ନିକଟକୁ ଲୋକ ପଠାଇଲା ଓ “ତୁମ୍ଭେମାନେ ଏହି ଥରକ ଆସ, କାରଣ ସେ ମୋତେ ଆପଣା ମନର ସମସ୍ତ କଥା କହିଅଛି,” ଏହା କହି ସେମାନଙ୍କୁ ଡାକିଲା। ତହିଁରେ ପଲେଷ୍ଟୀୟ ଅଧିପତିମାନେ ହସ୍ତରେ ରୂପା ନେଇ ତାହା ପାଖକୁ ଆସିଲେ;
19 १९ तब उसने उसको अपने घुटनों पर सुला रखा; और एक मनुष्य बुलवाकर उसके सिर की सातों लटें मुँण्ड़वा डाली। और वह उसको दबाने लगी, और वह निर्बल हो गया।
ତହୁଁ ସେ ତାହାକୁ ଆପଣା ଆଣ୍ଠୁରେ ଶୁଆଇଲା। ଆଉ ମନୁଷ୍ୟ ଡକାଇ ତାହାର ମସ୍ତକର ସାତ ବେଣୀ କ୍ଷୌର କଲା; ଏହିରୂପେ ସେ ତାହାକୁ କ୍ଲେଶ ଦେବାକୁ ଲାଗିଲା ଓ ତାହାର ବଳ ତାହାଠାରୁ ଗଲା।
20 २० तब उसने कहा, “हे शिमशोन, पलिश्ती तेरी घात में हैं!” तब वह चौंककर सोचने लगा, “मैं पहले के समान बाहर जाकर झटकूँगा।” वह तो न जानता था, कि यहोवा उसके पास से चला गया है।
ତହୁଁ ସେ କହିଲା, “ଶାମ୍‍ଶୋନ୍‍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ସେ ନିଦ୍ରାରୁ ଜାଗ୍ରତ ହୋଇ କହିଲା, “ମୁଁ ଅନ୍ୟାନ୍ୟ ସମୟ ପରି ବାହାରକୁ ଯାଇ ଆପଣାକୁ ଝାଡ଼ିବି।” ମାତ୍ର ସଦାପ୍ରଭୁ ଯେ ତାହାକୁ ତ୍ୟାଗ କରିଥିଲେ, ଏହା ସେ ଜାଣିଲା ନାହିଁ।
21 २१ तब पलिश्तियों ने उसको पकड़कर उसकी आँखें फोड़ डालीं, और उसे गाज़ा को ले जा के पीतल की बेड़ियों से जकड़ दिया; और वह बन्दीगृह में चक्की पीसने लगा।
ଏଥିଉତ୍ତାରେ ପଲେଷ୍ଟୀୟମାନେ ତାହାକୁ ଧରି ତାହାର ଚକ୍ଷୁ ଉପାଡ଼ି ପକାଇଲେ; ପୁଣି ତାହାକୁ ଘସାକୁ ଆଣି ଦୁଇ ପିତ୍ତଳ ବେଡ଼ିରେ ତାହାକୁ ବାନ୍ଧିଲେ; ଆଉ ସେ କାରାଗାରରେ ଚକି ପେଷିଲା।
22 २२ उसके सिर के बाल मुँण्ड़ जाने के बाद फिर बढ़ने लगे।
ତଥାପି ତାହାର କ୍ଷୌର ହେଲା ଉତ୍ତାରେ ତାହାର ମସ୍ତକର କେଶ ପୁନର୍ବାର ବଢ଼ିବାକୁ ଲାଗିଲା।
23 २३ तब पलिश्तियों के सरदार अपने दागोन नामक देवता के लिये बड़ा यज्ञ, और आनन्द करने को यह कहकर इकट्ठे हुए, “हमारे देवता ने हमारे शत्रु शिमशोन को हमारे हाथ में कर दिया है।”
ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ଆପଣାମାନଙ୍କ ଦେବତା ଦାଗୋନ୍‍ ଉଦ୍ଦେଶ୍ୟରେ ମହାଯଜ୍ଞ କରି ଆନନ୍ଦ କରିବାକୁ ଏକତ୍ରିତ ହେଲେ। କାରଣ ସେମାନେ କହିଲେ, “ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ଶତ୍ରୁ ଶାମ୍‍ଶୋନ୍‍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
24 २४ और जब लोगों ने उसे देखा, तब यह कहकर अपने देवता की स्तुति की, “हमारे देवता ने हमारे शत्रु और हमारे देश का नाश करनेवाले को, जिसने हम में से बहुतों को मार भी डाला, हमारे हाथ में कर दिया है।”
ପୁଣି ଲୋକମାନେ ତାହାକୁ ଦେଖି ଆପଣାମାନଙ୍କ ଦେବତାର ପ୍ରଶଂସା କଲେ। କାରଣ ସେମାନେ କହିଲେ, “ଯେ ଆମ୍ଭମାନଙ୍କର ଅନେକଙ୍କୁ ବଧ କଲା, ଆମ୍ଭମାନଙ୍କର ଏପରି ଶତ୍ରୁ ଓ ଦେଶନାଶକକୁ ଆମ୍ଭମାନଙ୍କ ଦେବତା ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
25 २५ जब उनका मन मगन हो गया, तब उन्होंने कहा, “शिमशोन को बुलवा लो, कि वह हमारे लिये तमाशा करे।” इसलिए शिमशोन बन्दीगृह में से बुलवाया गया, और उनके लिये तमाशा करने लगा, और खम्भों के बीच खड़ा कर दिया गया।
ପୁଣି ସେମାନଙ୍କ ମନ ଆନନ୍ଦିତ ହୁଅନ୍ତେ, ସେମାନେ କହିଲେ, “ଶାମ୍‍ଶୋନ୍‍କୁ ଡାକ, ସେ ଆମ୍ଭମାନଙ୍କ ସାକ୍ଷାତରେ କୌତୁକ କରିବ।” ତହୁଁ ସେମାନେ ଶାମ୍‍ଶୋନ୍‍କୁ କାରାଗାରରୁ ଡାକି ଆଣିଲେ ଓ ସେ ସେମାନଙ୍କ ସାକ୍ଷାତରେ କୌତୁକ କଲା। ଆଉ ସେମାନେ ତାହାକୁ ଦୁଇ ସ୍ତମ୍ଭ ମଧ୍ୟରେ ଠିଆ କରାଇଲେ।
26 २६ तब शिमशोन ने उस लड़के से जो उसका हाथ पकड़े था कहा, “मुझे उन खम्भों को, जिनसे घर सम्भला हुआ है छूने दे, कि मैं उस पर टेक लगाऊँ।”
ତହୁଁ ଶାମ୍‍ଶୋନ୍‍ ଆପଣା ହସ୍ତଧାରୀ ବାଳକକୁ କହିଲା, “ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ନିର୍ଭର ଅଛି, ତାହା ମୋତେ ସ୍ପର୍ଶ କରିବାକୁ ଛାଡ଼ିଦିଅ, ମୁଁ ତହିଁ ଉପରେ ଆଉଜିବି।”
27 २७ वह घर तो स्त्री पुरुषों से भरा हुआ था; पलिश्तियों के सब सरदार भी वहाँ थे, और छत पर कोई तीन हजार स्त्री और पुरुष थे, जो शिमशोन को तमाशा करते हुए देख रहे थे।
ସେସମୟରେ ଗୃହ ପୁରୁଷ ଓ ସ୍ତ୍ରୀରେ ପରିପୂର୍ଣ୍ଣ ଥିଲା; ପଲେଷ୍ଟୀୟ ସମସ୍ତ ଅଧିପତି ସେଠାରେ ଥିଲେ; ଆଉ ଛାତ ଉପରେ ଊଣାଧିକ ତିନି ହଜାର ପୁରୁଷ ଓ ସ୍ତ୍ରୀ ଥାଇ ଶାମ୍‍ଶୋନ୍‍ର କୌତୁକ ଦେଖୁଥିଲେ।
28 २८ तब शिमशोन ने यह कहकर यहोवा की दुहाई दी, “हे प्रभु यहोवा, मेरी सुधि ले; हे परमेश्वर, अब की बार मुझे बल दे, कि मैं पलिश्तियों से अपनी दोनों आँखों का एक ही बदला लूँ।”
ସେତେବେଳେ ଶାମ୍‍ଶୋନ୍‍ ସଦାପ୍ରଭୁଙ୍କୁ ଡାକି କହିଲା, “ହେ ପ୍ରଭୋ ସଦାପ୍ରଭୋ, ନିବେଦନ କରୁଅଛି, ମୋତେ ସ୍ମରଣ କର, ହେ ପରମେଶ୍ୱର, ନିବେଦନ କରୁଅଛି; ମୁଁ ଯେପରି ପଲେଷ୍ଟୀୟମାନଙ୍କଠାରୁ ଏକାବେଳକେ ମୋହର ଦୁଇ ଚକ୍ଷୁର ପରିଶୋଧ ନେଇ ପାରିବି, ଏଥିପାଇଁ କେବଳ ଏହି ଥରକ ମୋତେ ବଳବାନ କର।”
29 २९ तब शिमशोन ने उन दोनों बीचवाले खम्भों को जिनसे घर सम्भला हुआ था, पकड़कर एक पर तो दाहिने हाथ से और दूसरे पर बाएँ हाथ से बल लगा दिया।
ତହୁଁ ମଧ୍ୟସ୍ଥିତ ଯେଉଁ ଦୁଇ ସ୍ତମ୍ଭ ଉପରେ ଗୃହର ଭାର ଥିଲା, ଶାମ୍‍ଶୋନ୍‍ ତହିଁର ଗୋଟିଏକୁ ଆପଣା ଦକ୍ଷିଣ ହସ୍ତରେ ଓ ଆରଟିକୁ ବାମ ହସ୍ତରେ ଧରି ତହିଁ ଉପରେ ଆଉଜି ପଡ଼ିଲା।
30 ३० और शिमशोन ने कहा, “पलिश्तियों के संग मेरा प्राण भी जाए।” और वह अपना सारा बल लगाकर झुका; तब वह घर सब सरदारों और उसमें के सारे लोगों पर गिर पड़ा। इस प्रकार जिनको उसने मरते समय मार डाला वे उनसे भी अधिक थे जिन्हें उसने अपने जीवन में मार डाला था।
ପୁଣି ଶାମ୍‍ଶୋନ୍‍ କହିଲା, “ପଲେଷ୍ଟୀୟମାନଙ୍କ ସହିତ ମୋହର ପ୍ରାଣ ଯାଉ।” ଏହା କହି ସେ ବଳରେ ଆପଣାକୁ ନୁଆଁଇଲା; ତହୁଁ ଭିତରେ ଥିବା ଅଧିପତିମାନଙ୍କ ଓ ସମସ୍ତ ଲୋକଙ୍କ ଉପରେ ସେହି ଗୃହ ପଡ଼ିଗଲା। ଏହିରୂପେ ତାହାର ଜୀବନ କାଳର ହତ ଲୋକ ଅପେକ୍ଷା ତାହାର ମରଣ କାଳର ହତ ଲୋକ ଅଧିକ ହେଲେ।
31 ३१ तब उसके भाई और उसके पिता के सारे घराने के लोग आए, और उसे उठाकर ले गए, और सोरा और एश्ताओल के मध्य उसके पिता मानोह की कब्र में मिट्टी दी। उसने इस्राएल का न्याय बीस वर्ष तक किया था।
ଏଥିଉତ୍ତାରେ ତାହାର ଭ୍ରାତୃଗଣ ଓ ତାହାର ପିତୃଗୃହସ୍ଥ ସମସ୍ତେ ଆସି ତାହାକୁ ନେଇ ସରାୟ ଓ ଇଷ୍ଟାୟୋଲର ମଧ୍ୟସ୍ଥାନରେ ତାହାର ପିତା ମାନୋହର କବର ସ୍ଥାନରେ ତାହାକୁ କବର ଦେଲେ। ସେ କୋଡ଼ିଏ ବର୍ଷ ଇସ୍ରାଏଲର ବିଚାର କଲା।

< न्यायियों 16 >