< लैव्यव्यवस्था 5 >

1 “यदि कोई साक्षी होकर ऐसा पाप करे कि शपथ खिलाकर पूछने पर भी कि क्या तूने यह सुना अथवा जानता है, और वह बात प्रगट न करे, तो उसको अपने अधर्म का भार उठाना पड़ेगा।
ଆଉ, ଯଦି କୌଣସି ବ୍ୟକ୍ତି ସାକ୍ଷୀ ହୋଇ ଶପଥ କରାଇବାର କଥା ଶୁଣିଲେ ହେଁ, ଯାହା ସେ ଦେଖିଅଛି ବା ଜାଣିଅଛି, ତାହା ପ୍ରକାଶ ନ କରି ପାପ କରେ, ତେବେ ସେ ଆପଣା ଅପରାଧ ବୋହିବ।
2 अथवा यदि कोई किसी अशुद्ध वस्तु को अज्ञानता से छू ले, तो चाहे वह अशुद्ध जंगली पशु की, चाहे अशुद्ध घरेलू पशु की, चाहे अशुद्ध रेंगनेवाले जीव-जन्तु की लोथ हो, तो वह अशुद्ध होकर दोषी ठहरेगा।
ଅବା ଯଦି କେହି କୌଣସି ଅଶୁଚି ଦ୍ରବ୍ୟ, ଅର୍ଥାତ୍‍, ଅଶୁଚି ପଶୁର ଶବ, କି ଅଶୁଚି ଗୋମେଷାଦିର ଶବ, କି ଅଶୁଚି ଉରୋଗାମୀ ପ୍ରାଣୀର ଶବ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ ଓ ସେ ଅଶୁଚି ହୁଏ, ତେବେ ସେ ଦୋଷୀ ହେବ।
3 अथवा यदि कोई मनुष्य किसी अशुद्ध वस्तु को अज्ञानता से छू ले, चाहे वह अशुद्ध वस्तु किसी भी प्रकार की क्यों न हो जिससे लोग अशुद्ध हो जाते हैं तो जब वह उस बात को जान लेगा तब वह दोषी ठहरेगा।
କିଅବା ଯଦି ସେ ମନୁଷ୍ୟର ଅଶୁଚିକାରୀ କୌଣସି ଦ୍ରବ୍ୟ, ଅର୍ଥାତ୍‍, ଯଦ୍ଦ୍ୱାରା ମନୁଷ୍ୟ ଅଶୁଚି ହୁଏ, ଏପରି କିଛି ଦ୍ରବ୍ୟ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ, ତେବେ ସେ ତାହା ଜ୍ଞାତ ହେଲେ ଦୋଷୀ ହେବ।
4 अथवा यदि कोई बुरा या भला करने को बिना सोचे समझे शपथ खाए, चाहे किसी प्रकार की बात वह बिना सोचे-विचारे शपथ खाकर कहे, तो ऐसी बात में वह दोषी उस समय ठहरेगा जब उसे मालूम हो जाएगा।
ଅଥବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବିଚାରହୀନତା ପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବିଚାରହୀନତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ।
5 और जब वह इन बातों में से किसी भी बात में दोषी हो, तब जिस विषय में उसने पाप किया हो वह उसको मान ले,
ପୁଣି ଉକ୍ତ କୌଣସି ଏକ ବିଷୟରେ ସେ ଦୋଷୀ ହେଲେ, ଆପଣାର ସେହି କୃତ ପାପ ସ୍ୱୀକାର କରିବା ତାହାର କର୍ତ୍ତବ୍ୟ।
6 और वह यहोवा के सामने अपना दोषबलि ले आए, अर्थात् उस पाप के कारण वह एक मादा भेड़ या बकरी पापबलि करने के लिये ले आए; तब याजक उस पाप के विषय उसके लिये प्रायश्चित करे।
ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ସମ୍ମୁଖକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
7 “पर यदि उसे भेड़ या बकरी देने की सामर्थ्य न हो, तो अपने पाप के कारण दो पिण्डुक या कबूतरी के दो बच्चे दोषबलि चढ़ाने के लिये यहोवा के पास ले आए, उनमें से एक तो पापबलि के लिये और दूसरा होमबलि के लिये।
ଆଉ, ଯଦି ସେ ମେଷବତ୍ସା ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଦୋଷାର୍ଥକ ବଳି ରୂପେ ଦୁଇ କପୋତ ବା ଦୁଇ ପାରାଛୁଆ ଆଣି ତହିଁରୁ ଗୋଟିଏକୁ ପାପ ନିମନ୍ତେ ଓ ଅନ୍ୟଟିକୁ ହୋମ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
8 वह उनको याजक के पास ले आए, और याजक पापबलि वाले को पहले चढ़ाए, और उसका सिर गले से मरोड़ डालें, पर अलग न करे,
ପୁଣି ସେ ଯାଜକ ନିକଟକୁ ସେମାନଙ୍କୁ ଆଣିବ, ତହୁଁ ଯାଜକ ପ୍ରଥମେ ପାପାର୍ଥକ ବଳି ଉତ୍ସର୍ଗ କରି ତାହାର ବେକରୁ ମୁଣ୍ଡ ମୋଡ଼ିବ, ମାତ୍ର ଦୁଇ ଖଣ୍ଡ କରିବ ନାହିଁ।
9 और वह पापबलि पशु के लहू में से कुछ वेदी के बाजू पर छिड़के, और जो लहू शेष रहे वह वेदी के पाए पर उण्डेला जाए; वह तो पापबलि ठहरेगा।
ତହୁଁ ସେ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ବେଦି ପାର୍ଶ୍ୱରେ ଛିଞ୍ଚିବ, ପୁଣି ଅବଶିଷ୍ଟ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ; ତାହା ପାପାର୍ଥକ ବଳିଦାନ।
10 १० तब दूसरे पक्षी को वह नियम के अनुसार होमबलि करे, और याजक उसके पाप का प्रायश्चित करे, और तब वह क्षमा किया जाएगा।
ତହିଁ ଉତ୍ତାରେ ସେ ବିଧି ଅନୁସାରେ ଅନ୍ୟଟିକୁ ହୋମାର୍ଥକ ବଳି ଉତ୍ସର୍ଗ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ।
11 ११ “यदि वह दो पिण्डुक या कबूतरी के दो बच्चे भी न दे सके, तो वह अपने पाप के कारण अपना चढ़ावा एपा का दसवाँ भाग मैदा पापबलि करके ले आए; उस पर न तो वह तेल डाले, और न लोबान रखे, क्योंकि वह पापबलि होगा
ମାତ୍ର ସେ ଯଦି ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଆପଣାର ଉପହାର ରୂପେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବ; ସେ ତହିଁ ଉପରେ ତୈଳ ଦେବ ନାହିଁ, କି କୁନ୍ଦୁରୁ ରଖିବ ନାହିଁ; କାରଣ ତାହା ପାପାର୍ଥକ ନୈବେଦ୍ୟ।
12 १२ वह उसको याजक के पास ले जाए, और याजक उसमें से अपनी मुट्ठी भर स्मरण दिलानेवाला भाग जानकर वेदी पर यहोवा के हवनों के ऊपर जलाए; वह तो पापबलि ठहरेगा।
ତହୁଁ ସେ ତାହା ଯାଜକ ନିକଟକୁ ଆଣିଲେ, ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ ତହିଁରୁ ଏକ ମୁଷ୍ଟି ନେଇ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହା ପାପାର୍ଥକ ନୈବେଦ୍ୟ।
13 १३ और इन बातों में से किसी भी बात के विषय में जो कोई पाप करे, याजक उसका प्रायश्चित करे, और तब वह पाप क्षमा किया जाएगा। और इस पापबलि का शेष अन्नबलि के शेष के समान याजक का ठहरेगा।”
ଏହିରୂପେ ଉକ୍ତ କୌଣସି ବିଷୟରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶୁ ତାହା ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ; ଆଉ, ଅବଶିଷ୍ଟ ଦ୍ରବ୍ୟ ଭକ୍ଷ୍ୟ ନୈବେଦ୍ୟ ତୁଲ୍ୟ ଯାଜକର ହେବ।”
14 १४ फिर यहोवा ने मूसा से कहा,
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
15 १५ “यदि कोई यहोवा की पवित्र की हुई वस्तुओं के विषय में भूल से विश्वासघात करे और पापी ठहरे, तो वह यहोवा के पास एक निर्दोष मेढ़ा दोषबलि के लिये ले आए; उसका दाम पवित्रस्थान के शेकेल के अनुसार उतने ही शेकेल चाँदी का हो जितना याजक ठहराए।
“କେହି ଯଦି ସତ୍ୟ-ଲଙ୍ଘନ କରି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଭୁଲବଶତଃ ପାପ କରେ, ତେବେ ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭର ନିରୂପିତ ପରିମାଣର ରୂପା ଦେଇ ପଲରୁ ଏକ ନିଖୁନ୍ତ ମେଷ ଆଣି ଦୋଷାର୍ଥକ ବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
16 १६ और जिस पवित्र वस्तु के विषय उसने पाप किया हो, उसमें वह पाँचवाँ भाग और बढ़ाकर याजक को दे; और याजक दोषबलि का मेढ़ा चढ़ाकर उसके लिये प्रायश्चित करे, तब उसका पाप क्षमा किया जाएगा।
ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେଉଁ ତ୍ରୁଟି କରିଅଛି, ତହିଁର ପରିଶୋଧ କରିବ, ତାହା ବ୍ୟତୀତ ପଞ୍ଚମାଂଶର ଏକାଂଶ ମଧ୍ୟ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ମେଷବଳି ଦ୍ୱାରା ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
17 १७ यदि कोई ऐसा पाप करे, कि उन कामों में से जिन्हें यहोवा ने मना किया है किसी काम को करे, तो चाहे वह उसके अनजाने में हुआ हो, तो भी वह दोषी ठहरेगा, और उसको अपने अधर्म का भार उठाना पड़ेगा।
ଆଉ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ପାପ କରେ; ଯଦ୍ୟପି ସେ ତାହା ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ, ପୁଣି ଆପଣାର ଅପରାଧ ବୋହିବ।
18 १८ इसलिए वह एक निर्दोष मेढ़ा दोषबलि करके याजक के पास ले आए, वह उतने दाम का हो जितना याजक ठहराए, और याजक उसके लिये उसकी उस भूल का जो उसने अनजाने में की हो प्रायश्चित करे, और वह क्षमा किया जाएगा।
ସେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ରୂପେ ଯାଜକ ନିକଟକୁ ଆଣିବ; ପୁଣି ଯେଉଁ ବିଷୟରେ ସେ ଭୁଲବଶତଃ ପାପ କଲା ଓ ତାହା ଜାଣିଲା ନାହିଁ, ଯାଜକ ତହିଁ ସକାଶୁ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
19 १९ यह दोषबलि ठहरे; क्योंकि वह मनुष्य निःसन्देह यहोवा के सम्मुख दोषी ठहरेगा।”
ତାହା ଦୋଷାର୍ଥକ ବଳି, ସେ ସଦାପ୍ରଭୁଙ୍କ ଛାମୁରେ ନିତାନ୍ତ ଦୋଷୀ।”

< लैव्यव्यवस्था 5 >