< भजन संहिता 103 >

1 दाऊद का भजन हे मेरे मन, यहोवा को धन्य कह; और जो कुछ मुझ में है, वह उसके पवित्र नाम को धन्य कहे!
ଦାଉଦଙ୍କର ଗୀତ। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।
2 हे मेरे मन, यहोवा को धन्य कह, और उसके किसी उपकार को न भूलना।
ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ;
3 वही तो तेरे सब अधर्म को क्षमा करता, और तेरे सब रोगों को चंगा करता है,
ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି;
4 वही तो तेरे प्राण को नाश होने से बचा लेता है, और तेरे सिर पर करुणा और दया का मुकुट बाँधता है,
ସେ ବିନାଶରୁ ତୁମ୍ଭ ଜୀବନ ମୁକ୍ତ କରନ୍ତି; ସେ ସ୍ନେହପୂର୍ଣ୍ଣ କରୁଣା ଓ ଦୟାରୂପ ମୁକୁଟରେ ତୁମ୍ଭକୁ ଭୂଷିତ କରନ୍ତି;
5 वही तो तेरी लालसा को उत्तम पदार्थों से तृप्त करता है, जिससे तेरी जवानी उकाब के समान नई हो जाती है।
ସେ ଉତ୍ତମ ବସ୍ତୁରେ ତୁମ୍ଭର ମୁଖ ତୃପ୍ତ କରନ୍ତି; ତହୁଁ ଉତ୍କ୍ରୋଶ ପକ୍ଷୀ ନ୍ୟାୟ ତୁମ୍ଭର ନୂତନ ଯୌବନ ହୁଏ।
6 यहोवा सब पिसे हुओं के लिये धर्म और न्याय के काम करता है।
ସଦାପ୍ରଭୁ ଧର୍ମକର୍ମ ସାଧନ କରନ୍ତି ଓ ଉପଦ୍ରବଗ୍ରସ୍ତ ସମସ୍ତଙ୍କ ପକ୍ଷରେ ସୁବିଚାର ନିଷ୍ପତ୍ତି କରନ୍ତି।
7 उसने मूसा को अपनी गति, और इस्राएलियों पर अपने काम प्रगट किए।
ସେ ମୋଶାଙ୍କୁ ଆପଣା ପଥ ଓ ଇସ୍ରାଏଲ-ସନ୍ତାନଗଣକୁ ଆପଣା କ୍ରିୟାସବୁ ଜଣାଇଲେ।
8 यहोवा दयालु और अनुग्रहकारी, विलम्ब से कोप करनेवाला और अति करुणामय है
ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର ଓ ଅତ୍ୟନ୍ତ ଦୟାଳୁ।
9 वह सर्वदा वाद-विवाद करता न रहेगा, न उसका क्रोध सदा के लिये भड़का रहेगा।
ସେ ନିରନ୍ତର ଧମକାଇବେ ନାହିଁ; କିଅବା ସଦାକାଳ ଆପଣା କ୍ରୋଧ ରଖିବେ ନାହିଁ।
10 १० उसने हमारे पापों के अनुसार हम से व्यवहार नहीं किया, और न हमारे अधर्म के कामों के अनुसार हमको बदला दिया है।
ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରି ନାହାନ୍ତି, କିଅବା ଆମ୍ଭମାନଙ୍କ ଅଧର୍ମାନୁସାରେ ଆମ୍ଭମାନଙ୍କୁ ପ୍ରତିଫଳ ଦେଇ ନାହାନ୍ତି।
11 ११ जैसे आकाश पृथ्वी के ऊपर ऊँचा है, वैसे ही उसकी करुणा उसके डरवैयों के ऊपर प्रबल है।
କାରଣ ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ।
12 १२ उदयाचल अस्ताचल से जितनी दूर है, उसने हमारे अपराधों को हम से उतनी ही दूर कर दिया है।
ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି।
13 १३ जैसे पिता अपने बालकों पर दया करता है, वैसे ही यहोवा अपने डरवैयों पर दया करता है।
ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି।
14 १४ क्योंकि वह हमारी सृष्टि जानता है; और उसको स्मरण रहता है कि मनुष्य मिट्टी ही है।
କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି; ଆମ୍ଭେମାନେ ଯେ ଧୂଳିମାତ୍ର, ଏହା ସେ ସ୍ମରଣ କରନ୍ତି।
15 १५ मनुष्य की आयु घास के समान होती है, वह मैदान के फूल के समान फूलता है,
ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ।
16 १६ जो पवन लगते ही ठहर नहीं सकता, और न वह अपने स्थान में फिर मिलता है।
ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ, ପୁଣି, ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ।
17 १७ परन्तु यहोवा की करुणा उसके डरवैयों पर युग-युग, और उसका धर्म उनके नाती-पोतों पर भी प्रगट होता रहता है,
ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,
18 १८ अर्थात् उन पर जो उसकी वाचा का पालन करते और उसके उपदेशों को स्मरण करके उन पर चलते हैं।
ପୁଣି, ପାଳନାର୍ଥେ ତାହାଙ୍କ ନିୟମସବୁ ସ୍ମରଣ କରନ୍ତି, ସେମାନଙ୍କ ପ୍ରତି ତାହାଙ୍କର ଧର୍ମ ପୁତ୍ରପୌତ୍ରାଦିକ୍ରମେ ଥାଏ।
19 १९ यहोवा ने तो अपना सिंहासन स्वर्ग में स्थिर किया है, और उसका राज्य पूरी सृष्टि पर है।
ସଦାପ୍ରଭୁ ସ୍ୱର୍ଗରେ ଆପଣା ସିଂହାସନ ସ୍ଥାପନ କରିଅଛନ୍ତି; ପୁଣି, ତାହାଙ୍କ ରାଜ୍ୟ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରେ।
20 २० हे यहोवा के दूतों, तुम जो बड़े वीर हो, और उसके वचन को मानते और पूरा करते हो, उसको धन्य कहो!
ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରାନ୍ତ ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।
21 २१ हे यहोवा की सारी सेनाओं, हे उसके सेवकों, तुम जो उसकी इच्छा पूरी करते हो, उसको धन्य कहो!
ହେ ସଦାପ୍ରଭୁଙ୍କର ପରିଚାରକ ଓ ତାହାଙ୍କ ଅଭିମତସାଧକ ସୈନ୍ୟ ସକଳ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।
22 २२ हे यहोवा की सारी सृष्टि, उसके राज्य के सब स्थानों में उसको धन्य कहो। हे मेरे मन, तू यहोवा को धन्य कह!
ହେ ସଦାପ୍ରଭୁଙ୍କ ହସ୍ତକୃତ କର୍ମସକଳ, ତୁମ୍ଭେମାନେ ତାହାଙ୍କ ରାଜ୍ୟର ସର୍ବତ୍ର ତାହାଙ୍କର ଧନ୍ୟବାଦ କର; ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର।

< भजन संहिता 103 >