< Salmi 10 >

1 Perché, Signore, stai lontano, nel tempo dell'angoscia ti nascondi?
ହେ ସଦାପ୍ରଭୋ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ?
2 Il misero soccombe all'orgoglio dell'empio e cade nelle insidie tramate.
ଦୁଷ୍ଟର ଗର୍ବରେ ଦରିଦ୍ର ତପ୍ତ ଭାବରେ ତାଡ଼ିତ ହୁଏ; ସେମାନେ, ଆପଣାମାନଙ୍କ କଳ୍ପିତ କୌଶଳରେ ଧରା ପଡ଼ନ୍ତୁ।
3 L'empio si vanta delle sue brame, l'avaro maledice, disprezza Dio.
କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ।
4 L'empio insolente disprezza il Signore: «Dio non se ne cura: Dio non esiste»; questo è il suo pensiero.
ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ୱର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର।
5 Le sue imprese riescono sempre. Son troppo in alto per lui i tuoi giudizi: disprezza tutti i suoi avversari.
ତାହାର ସମସ୍ତ ଗତି ସର୍ବଦା ଦୃଢ଼; ମାତ୍ର ତୁମ୍ଭର ଶାସନ ତାହାର ଦୃଷ୍ଟିରୁ ଅତି ଊର୍ଦ୍ଧ୍ୱବର୍ତ୍ତୀ, ସେ ଆପଣାର ସମସ୍ତ ବିପକ୍ଷ ପ୍ରତି ଫୁତ୍କାର କରେ।
6 Egli pensa: «Non sarò mai scosso, vivrò sempre senza sventure».
ସେ ଆପଣା ମନେ ମନେ କହେ, “ମୋʼ ପ୍ରତି କିଛି ବିପଦ ଘଟିବ ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି।”
7 Di spergiuri, di frodi e d'inganni ha piena la bocca, sotto la sua lingua sono iniquità e sopruso.
ତାହାର ମୁଖ ଅଭିଶାପ, ଛଳନା ଓ ଉପଦ୍ରବରେ ପରିପୂର୍ଣ୍ଣ; ତାହାର ଜିହ୍ୱା ତଳେ ଅନିଷ୍ଟ ଓ ଅଧର୍ମ ଥାଏ।
8 Sta in agguato dietro le siepi, dai nascondigli uccide l'innocente.
ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ।
9 I suoi occhi spiano l'infelice, sta in agguato nell'ombra come un leone nel covo. Sta in agguato per ghermire il misero, ghermisce il misero attirandolo nella rete.
ଯେପରି ସିଂହ ଆପଣା ଗହ୍ୱରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଶିକାରୀ ସଦୃଶ୍ୟ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ।
10 Infierisce di colpo sull'oppresso, cadono gl'infelici sotto la sua violenza.
ସେ ଛକି ବସେ, ସେ ନଇଁ ପଡ଼େ, ତହୁଁ ଅସହାୟ ଲୋକେ ତାହାର ବଳିଷ୍ଠମାନଙ୍କ ଦ୍ୱାରା ପତିତ ହୁଅନ୍ତି।
11 Egli pensa: «Dio dimentica, nasconde il volto, non vede più nulla».
ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।”
12 Sorgi, Signore, alza la tua mano, non dimenticare i miseri.
ହେ ସଦାପ୍ରଭୋ, ଉଠ; ହେ ପରମେଶ୍ୱର, ଆପଣା ହସ୍ତ ଉଠାଅ; ଦୁଃଖୀମାନଙ୍କୁ ପାସୋର ନାହିଁ।
13 Perché l'empio disprezza Dio e pensa: «Non ne chiederà conto»?
ଦୁଷ୍ଟ ଲୋକ କାହିଁକି ପରମେଶ୍ୱରଙ୍କୁ ଅବଜ୍ଞା କରେ ଓ “ତୁମ୍ଭେ ଅନୁସନ୍ଧାନ କରିବ ନାହିଁ” ବୋଲି ସେ ଆପଣା ମନେ ମନେ କହେ?
14 Eppure tu vedi l'affanno e il dolore, tutto tu guardi e prendi nelle tue mani. A te si abbandona il misero, dell'orfano tu sei il sostegno. Spezza il braccio dell'empio e del malvagio;
ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ୱେଷ ପ୍ରତି ଦୃଷ୍ଟି କରୁଅଛ; ଅସହାୟ ଲୋକ ଆପଣାକୁ ତୁମ୍ଭଠାରେ ସମର୍ପଣ କରେ; ତୁମ୍ଭେ ପିତୃହୀନର ସହାୟ ହୋଇଅଛ।
15 Punisci il suo peccato e più non lo trovi.
ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗିଦିଅ; ଆଉ, ତୁମ୍ଭେ ମନ୍ଦ ଲୋକର କୌଣସି ଦୁଷ୍ଟତା ନ ପାଇବା ପର୍ଯ୍ୟନ୍ତ ତାହା ଅନୁସନ୍ଧାନ କର।
16 Il Signore è re in eterno, per sempre: dalla sua terra sono scomparse le genti.
ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି; ଅନ୍ୟ ଦେଶୀୟମାନେ ତାହାଙ୍କ ଦେଶରୁ ଲୁପ୍ତ ହୋଇଅଛନ୍ତି।
17 Tu accogli, Signore, il desiderio dei miseri, rafforzi i loro cuori, porgi l'orecchio
ହେ ସଦାପ୍ରଭୋ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ;
18 per far giustizia all'orfano e all'oppresso; e non incuta più terrore l'uomo fatto di terra.
ପିତୃହୀନ ଓ ଉପଦ୍ରବଗ୍ରସ୍ତ ଲୋକଙ୍କର ବିଚାର କରିବ, ତହିଁରେ ମୃତ୍ତିକାଜାତ ମନୁଷ୍ୟ ଆଉ ଭୟଙ୍କର ହୋଇ ପାରିବ ନାହିଁ।

< Salmi 10 >