< 2 Cronache 28 >

1 ACHAZ [era] d'età di vent'anni, quando cominciò a regnare; e regnò sedici anni in Gerusalemme; e non fece ciò che piace al Signore, come Davide, suo padre.
ଆହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।
2 Anzi camminò per le vie dei re d'Israele; ed anche fece delle statue di getto a' Baali.
ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ମଧ୍ୟ ବାଲ୍‍ଦେବଗଣ ଉଦ୍ଦେଶ୍ୟରେ ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କଲେ।
3 Ed incensò nella valle del figliuolo di Hinnom, e arse de' suoi figliuoli col fuoco, seguendo le abbominazioni delle genti, le quali il Signore avea scacciate d'innanzi a' figliuoli d'Israele.
ଆହୁରି, ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରିଥିଲେ, ସେମାନଙ୍କର ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ସନ୍ତାନଗଣକୁ ଅଗ୍ନିରେ ଦଗ୍ଧ କଲେ।
4 Egli sacrificava eziandio, e faceva profumi negli alti luoghi, e sopra i colli, e sotto ogni albero verdeggiante.
ପୁଣି, ସେ ଉଚ୍ଚସ୍ଥଳୀରେ ଓ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
5 Laonde il Signore Iddio suo lo diede in mano del re de' Siri; ed essi lo sconfissero, e presero prigione una gran moltitudine [della] sua [gente], e [la] menarono in Damasco. Egli fu eziandio dato in mano del re d'Israele, il quale lo sconfisse d'una grande sconfitta.
ଏହେତୁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଅରାମ-ରାଜାର ହସ୍ତରେ ତାଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ତାଙ୍କୁ ପରାସ୍ତ କଲେ ଓ ତାଙ୍କର ଅସଂଖ୍ୟ ଲୋକଙ୍କୁ ବନ୍ଦୀ କରି ଦମ୍ମେଶକକୁ ନେଇଗଲେ। ମଧ୍ୟ ସେ ଇସ୍ରାଏଲ ରାଜାଙ୍କର ହସ୍ତରେ ସମର୍ପିତ ହୁଅନ୍ତେ, ସେ ତାଙ୍କୁ ମହାସଂହାରରେ ପରାସ୍ତ କଲେ।
6 E Peca, figliuolo di Remalia, uccise in un giorno cenventimila [uomini] di Giuda, tutti uomini di valore; perciocchè aveano abbandonato il Signore Iddio de' lor padri.
କାରଣ ରମଲୀୟର ପୁତ୍ର ପେକହ ଯିହୁଦାରେ ଏକ ଲକ୍ଷ କୋଡ଼ିଏ ହଜାର ବିକ୍ରମଶାଳୀ ଲୋକଙ୍କୁ ଏକ ଦିନରେ ବଧ କଲା; ଯେଣୁ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ।
7 E Zicri, [uomo] possente di Efraim, uccise Maaseia, figliuolo del re, e Azricam, mastro del palazzo, ed Elcana, la seconda [persona] dopo il re.
ପୁଣି, ସିଖ୍ରି ନାମରେ ଇଫ୍ରୟିମୀୟ ଏକ ବିକ୍ରମଶାଳୀ ଲୋକ ରାଜପୁତ୍ର ମାସେୟକୁ ଓ ଗୃହାଧ୍ୟକ୍ଷ ଅସ୍ରୀକାମକୁ ଓ ରାଜାଙ୍କର ଦ୍ୱିତୀୟ (ସ୍ଥାନୀୟ) ଇଲ୍‍କାନାକୁ ବଧ କଲା।
8 E i figliuoli d'Israele menarono prigioni dugentomila [persone] de' lor fratelli, tra donne, figliuoli e figliuole; e anche fecero sopra loro una gran preda, la quale conducevano in Samaria.
ଆଉ, ଇସ୍ରାଏଲ ସନ୍ତାନମାନେ ଆପଣାମାନଙ୍କ ଭ୍ରାତୃଗଣର ସ୍ତ୍ରୀ, ପୁତ୍ର ଓ କନ୍ୟା, ଦୁଇ ଲକ୍ଷ ପ୍ରାଣୀକୁ ବନ୍ଦୀ କରି ନେଇଗଲେ, ମଧ୍ୟ ସେମାନଙ୍କଠାରୁ ବହୁତ ଲୁଟଦ୍ରବ୍ୟ ନେଲେ ଓ ସେହି ଲୁଟ ଦ୍ରବ୍ୟସବୁ ଶମରୀୟାକୁ ଆଣିଲେ।
9 Or quivi era un profeta del Signore, il cui nome [era] Oded; ed egli uscì incontrò all'esercito, ch'entrava in Samaria; e disse loro: Ecco, il Signore Iddio de' vostri padri, perchè era adirato contro a Giuda, ve li ha dati nelle mani; e voi ne avete uccisi a furore tanti, che [il numero] arriva infino al cielo.
ମାତ୍ର ସେଠାରେ ଓଦେଦ୍‍ ନାମରେ ସଦାପ୍ରଭୁଙ୍କର ଜଣେ ଭବିଷ୍ୟଦ୍‍ବକ୍ତା ଥିଲେ; ସେ ଶମରୀୟାକୁ ଆଗତ ସୈନ୍ୟଦଳ ସଙ୍ଗେ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ କହିଲା, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ଯିହୁଦା ପ୍ରତି କୋପାନ୍ୱିତ ହେବାରୁ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ଆଉ ତୁମ୍ଭେମାନେ ଗଗନସ୍ପର୍ଶୀ କ୍ରୋଧାଗ୍ନି ଦ୍ୱାରା ସେମାନଙ୍କୁ ବଧ କରିଅଛ।
10 E pure ancora al presente voi deliberate di sottomettervi per servi, e per serve, i figliuoli di Giuda e di Gerusalemme. Non [è egli vero], che [già] non [v'è] altro in voi, se non colpe contro al Signore Iddio vostro?
ଆଉ, ଏବେ ତୁମ୍ଭେମାନେ ଯିହୁଦାର ଓ ଯିରୂଶାଲମର ସନ୍ତାନସନ୍ତତିଗଣକୁ ଆପଣାମାନଙ୍କର ବନ୍ଧାଦାସ ଓ ବନ୍ଧାଦାସୀ କରି ରଖିବାକୁ ମନସ୍ଥ କରୁଅଛ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ କʼଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସ୍ୱକୃତ ଅପରାଧ ନାହିଁ?
11 Ora dunque, ascoltatemi, e riconducete i prigioni che avete presi d'infra i vostri fratelli; perciocchè [v'è] ira accesa del Signore contro a voi.
ଏହେତୁ ଏବେ ଆମ୍ଭ କଥା ଶୁଣ, ଆଉ ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତୃଗଣ ମଧ୍ୟରୁ ଯେଉଁମାନଙ୍କୁ ବନ୍ଦୀ କରି ଆଣିଅଛ, ସେମାନଙ୍କୁ ଫେରି ପଠାଇଦିଅ; କାରଣ ତୁମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ରହିଅଛି।”
12 Allora certi uomini principali de' capi de' figliuoli di Efraim, [cioè: ] Azaria, figliuolo di Iohanan, Berechia, figliuolo di Messillemot, Ezechia, figliuolo di Sallum, ed Amasa, figliuolo di Haldai, si levarono contro a quelli che venivano dalla guerra, e dissero loro:
ଏଥିରେ ଯିହୋହାନନ୍‍ର ପୁତ୍ର ଅସରୀୟ, ମଶିଲ୍ଲୋମୋତ୍‍ର ପୁତ୍ର ବେରିଖୀୟ ଓ ଶଲ୍ଲୁମ୍‍ର ପୁତ୍ର ଯିହିଷ୍କିୟ ଓ ହଦ୍‍ଲୟର ପୁତ୍ର ଅମାସା, ଏହି କେତେକ ଇଫ୍ରୟିମ-ସନ୍ତାନଗଣର ପ୍ରଧାନ ଲୋକ ଯୁଦ୍ଧରୁ ଆଗତ ଲୋକମାନଙ୍କ ବିରୁଦ୍ଧରେ ଠିଆ ହୋଇ ସେମାନଙ୍କୁ କହିଲେ,
13 Voi non menerete qua entro questi prigioni; perciocchè ciò che voi pensate [fare è] per renderci colpevoli appo il Signore, accrescendo il numero de' nostri peccati e delle nostre colpe; conciossiachè noi siamo grandemente colpevoli, e [vi sia] ira accesa contro ad Israele.
“ତୁମ୍ଭେମାନେ ବନ୍ଦୀମାନଙ୍କୁ ଏହି ସ୍ଥାନକୁ ଆଣିବ ନାହିଁ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆମ୍ଭମାନଙ୍କୁ ଆହୁରି ଅପରାଧଗ୍ରସ୍ତ କରିବା ପାଇଁ ଆମ୍ଭମାନଙ୍କର ପାପ ଓ ଅପରାଧସକଳର ବୃଦ୍ଧି କରିବାକୁ ମନସ୍ଥ କରୁଅଛ; ଆମ୍ଭମାନଙ୍କର ଭାରୀ ଅପରାଧ ହୋଇଅଛି ଓ ଇସ୍ରାଏଲ ଉପରେ ପ୍ରଚଣ୍ଡ କ୍ରୋଧ ରହିଅଛି।”
14 Allora gli uomini di guerra rilasciarono i prigioni e la preda, in presenza dei capi e di tutta la raunanza.
ତହିଁରେ ଅସ୍ତ୍ରଧାରୀ ଲୋକମାନେ ସେହି ବନ୍ଦୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଅଧିପତିମାନଙ୍କର ଓ ସମଗ୍ର ସମାଜର ସମ୍ମୁଖରେ ରଖିଲେ।
15 E quegli uomini suddetti si levarono, e presero i prigioni, e vestirono delle spoglie tutti [que]' di loro [ch'erano] ignudi; e dopo averli rivestiti e calzati, diedero loro da mangiare e da bere, e li unsero; e ricondussero sopra degli asini quelli d'infra loro che non si potevano reggere; e li menarono in Gerico, città delle palme, appresso i lor fratelli; poi se ne ritornarono in Samaria.
ତହିଁରେ ପୂର୍ବୋକ୍ତ ଲୋକମାନେ ଉଠି ବନ୍ଦୀମାନଙ୍କୁ ନେଲେ ଓ ଲୁଟିତ ଦ୍ରବ୍ୟ ନେଇ ସେମାନଙ୍କ ମଧ୍ୟରେ ସମସ୍ତ ବସ୍ତ୍ରହୀନ ଲୋକଙ୍କୁ ବସ୍ତ୍ର ଓ ପାଦୁକା ପିନ୍ଧାଇଲେ ଓ ସେମାନଙ୍କୁ ଭୋଜନପାନ କରିବାକୁ ଦେଇ ତୈଳ ମର୍ଦ୍ଦନ କଲେ ଓ ସେମାନଙ୍କ ମଧ୍ୟରୁ ଦୁର୍ବଳ ସମସ୍ତଙ୍କୁ ଗର୍ଦ୍ଦଭରେ ଚଢ଼ାଇ ଖର୍ଜ୍ଜୁରପୁର ଯିରୀହୋକୁ ସେମାନଙ୍କ ଭ୍ରାତୃଗଣ ନିକଟକୁ ନେଇଗଲେ; ଏଥିଉତ୍ତାରେ ସେମାନେ ଶମରୀୟାକୁ ଫେରି ଆସିଲେ।
16 In quel tempo il re Achaz mandò ai re degli Assiri per soccorso.
ସେହି ସମୟରେ ଆହସ୍‌ ରାଜା ଆପଣାର ସାହାଯ୍ୟ ପାଇଁ ଅଶୂରୀୟ ରାଜାମାନଙ୍କ ନିକଟକୁ ଲୋକ ପଠାଇଲେ।
17 (Or anche gl'Idumei erano venuti, ed aveano percosso Giuda, e [ne] aveano menati de' prigioni.
କାରଣ ଇଦୋମୀୟ ଲୋକମାନେ ପୁନର୍ବାର ଯିହୁଦା ଦେଶକୁ ଆସି ପରାସ୍ତ କରି ଅନେକଙ୍କୁ ବନ୍ଦୀ କରି ନେଇ ଯାଇଥିଲେ।
18 Ed anche i Filistei erano scorsi sopra le città della pianura, e della parte meridionale di Giuda, e aveano preso Bet-semes, ed Aialon, e Ghederot, e Soco, e le terre del suo territorio; e Timna, e le terre del suo territorio; e Ghimzo, e le terre del suo territorio; ed abitavano in esse.
ପଲେଷ୍ଟୀୟମାନେ ମଧ୍ୟ ତଳଭୂମିର ଓ ଯିହୁଦା-ଦକ୍ଷିଣାଞ୍ଚଳର ନଗରମାନ ଆକ୍ରମଣ କରି ବେଥ୍-ଶେମଶ ଓ ଅୟାଲୋନ୍‍ ଓ ଗଦେରୋତ୍‍, ପୁଣି ସୋଖୋ ଓ ତହିଁର ଉପନଗର, ତିମ୍ନା ଓ ତହିଁର ଉପନଗର, ଗିମ୍‍ସୋ ଓ ତହିଁର ଉପନଗରସକଳ ହସ୍ତଗତ କରି ସେଠାରେ ବାସ କରୁଥିଲେ।
19 Perciocchè il Signore avea abbassato Giuda per cagione di Achaz, re d'Israele; perciocchè egli avea cagionato una [gran] licenza in Giuda, ed avea commesso ogni sorte di misfatti contro al Signore.)
କାରଣ ଇସ୍ରାଏଲର ରାଜା ଆହସ୍‌ଙ୍କ ସକାଶୁ ସଦାପ୍ରଭୁ ଯିହୁଦାକୁ ଖର୍ବ କଲେ; ଯେଣୁ ସେ ଯିହୁଦା ମଧ୍ୟରେ ସ୍ୱେଚ୍ଛାଚାର କରି ସଦାପ୍ରଭୁଙ୍କ ବିରୁଦ୍ଧରେ ନିତାନ୍ତ ସତ୍ୟ-ଲଙ୍ଘନ କରିଥିଲେ।
20 E Tillegat-pilneser, re degli Assiri, venne a lui; ma egli lo mise in distretta, e non lo fortificò.
ଏଥିଉତ୍ତାରେ ଅଶୂରର ରାଜା ତିଗ୍ଲତ୍‍-ପିଲ୍‍ନେଷର ତାଙ୍କ ନିକଟକୁ ଆସିଲା, ମାତ୍ର ତାଙ୍କୁ ବଳ ନ ଦେଇ କ୍ଳେଶ ଦେଲା।
21 Perciocchè Achaz prese una parte [de' tesori] della Casa del Signore, e della casa del re, e de' principali [del popolo]; e [li] diede al re degli Assiri, il qual però non gli diede alcuno aiuto.
କାରଣ ଆହସ୍‌ ସଦାପ୍ରଭୁଙ୍କ ଗୃହରୁ ଓ ରାଜାଙ୍କର ଓ ଅଧିପତିମାନଙ୍କ ଗୃହରୁ ଧନ ହରଣ କରି ଅଶୂରର ରାଜାଙ୍କୁ ଦେଲେ; ମାତ୍ର ତଦ୍ଦ୍ୱାରା ତାଙ୍କର ସାହାଯ୍ୟ ହେଲା ନାହିଁ।
22 Ed al tempo ch'egli era distretto, egli continuava vie più a commetter misfatti contro al Signore; tale [era] il re Achaz.
ପୁଣି, ସେହି ଆହସ୍‌ ରାଜା ଆପଣାର କ୍ଳେଶ ସମୟରେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆହୁରି ସତ୍ୟ-ଲଙ୍ଘନ କଲେ।
23 E sacrificò agl'iddii di Damasco che l'aveano sconfitto, e disse: Poichè gl'iddii dei re di Siria li aiutano, io sacrificherò loro, acciocchè aiutino ancora me. Ma quelli gli furono cagione di far traboccar lui e tutto Israele.
କାରଣ ଯେଉଁ ଦମ୍ମେଶକୀୟ ଦେବଗଣ ତାଙ୍କୁ ପରାସ୍ତ କରିଥିଲେ, ସେମାନଙ୍କ ଉଦ୍ଦେଶ୍ୟରେ ସେ ବଳିଦାନ କଲେ; ଆଉ ସେ କହିଲେ, ଅରାମୀୟ ରାଜାମାନଙ୍କ ଦେବଗଣ ସେମାନଙ୍କର ସାହାଯ୍ୟ କରିଅଛନ୍ତି, ଏହେତୁ ମୁଁ ସେମାନଙ୍କ ନିକଟରେ ବଳିଦାନ କରିବି, ତହିଁରେ ସେମାନେ ମୋହର ସାହାଯ୍ୟ କରିବେ। ମାତ୍ର ସେମାନେ ତାଙ୍କର ଓ ସମଗ୍ର ଇସ୍ରାଏଲର ବିନାଶର କାରଣ ହେଲେ।
24 Ed Achaz raccolse i vasellamenti della Casa di Dio e [li] spezzò; e serrò le porte della Casa del Signore, e si fece degli altari per tutti i canti di Gerusalemme.
ଏଉତ୍ତାରେ ଆହସ୍‌ ପରମେଶ୍ୱରଙ୍କ ଗୃହର ପାତ୍ରସକଳ ଏକତ୍ର କଲେ ଓ ପରମେଶ୍ୱରଙ୍କ ଗୃହର ସେହି ପାତ୍ରସବୁ କାଟି ଖଣ୍ଡ ଖଣ୍ଡ କଲେ ଓ ସଦାପ୍ରଭୁଙ୍କ ଗୃହର କବାଟସବୁ ବନ୍ଦ କଲେ; ପୁଣି ସେ ଯିରୂଶାଲମର ପ୍ରତ୍ୟେକ କୋଣରେ ଆପଣା ପାଇଁ ଯଜ୍ଞବେଦି ନିର୍ମାଣ କଲେ।
25 E fece degli alti luoghi in ogni città di Giuda, per far profumi ad altri dii; ed irritò il Signore Iddio de' suoi padri.
ଆହୁରି, ସେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଯିହୁଦାର ପ୍ରତ୍ୟେକ ନଗରରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ସଦାପ୍ରଭୁ ତାଙ୍କର ପିତୃଗଣଙ୍କର ପରମେଶ୍ୱରଙ୍କୁ ବିରକ୍ତ କଲେ।
26 Ora, quant'è al rimanente de' fatti di Achaz, e tutti i suoi portamenti, primi ed ultimi, ecco, queste cose [sono] scritte nel libro dei re di Giuda e d'Israele.
ତାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ଆଦ୍ୟନ୍ତସକଳ ଆଚରଣ, ଦେଖ, ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ପୁସ୍ତକରେ ଲେଖାଅଛି।
27 Poi Achaz giacque co' suoi padri, e fu seppellito in Gerusalemme, nella città; ma non fu messo nelle sepolture dei re d'Israele. Ed Ezechia, suo figliuolo, regnò in luogo suo.
ଏଉତ୍ତାରେ ଆହସ୍‌ଙ୍କ ମୃତ୍ୟୁ ପରେ, ଲୋକମାନେ ଯିରୂଶାଲମରେ, ନଗର ମଧ୍ୟରେ ତାଙ୍କୁ କବର ଦେଲେ; କାରଣ ସେମାନେ ତାଙ୍କୁ ଇସ୍ରାଏଲର ରାଜାମାନଙ୍କ କବରକୁ ଆଣିଲେ ନାହିଁ; ତହିଁ ଉତ୍ତାରେ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ।

< 2 Cronache 28 >