< Atti 17 >

1 ED essendo passati per Anfipoli, e per Apollonia, vennero in Tessalonica, dove era la sinagoga de' Giudei;
ପରେ ପାଉଲ ଏବଂ ଶିଲା ଆଂଫିପଲି ଓ ଆପଲ୍ଲୋନିଆ ସହରଗୁଡ଼ିକ ଦେଇ ଯାତ୍ରା କରି ଥେସଲନୀକୀ ସହରକୁ ଆସିଲେ; ସେଠାରେ ଯିହୁଦୀମାନଙ୍କର ଗୋଟିଏ ସମାଜଗୃହ ଥିଲା।
2 e Paolo, secondo la sua usanza, entrò da loro; e per tre sabati tenne loro ragionamenti [tratti] dalle scritture,
ଆଉ ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି, ତିନୋଟି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ,
3 dichiarando, e proponendo [loro], ch'era convenuto che il Cristo sofferisse, e risuscitasse da' morti; e ch'esso (il quale, [disse egli], io vi annunzio) era Gesù il Cristo.
ପୁଣି, ଖ୍ରୀଷ୍ଟଙ୍କର ଯେ ଦୁଃଖଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ, ଏହାର ସ୍ପଷ୍ଟ ପ୍ରମାଣ ଦେଲେ।
4 Ed alcuni di loro credettero, e si aggiunsero con Paolo e Sila; come anche gran numero di Greci religiosi, e delle donne principali non poche.
ସେଥିରେ ସେମାନଙ୍କ ମଧ୍ୟରୁ କେତେକ ଜଣ ବିଶ୍ୱାସ କରି ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ; ପୁଣି, ଯିହୁଦୀମତାବଲମ୍ବୀ ଗ୍ରୀକ୍‍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ଓ ଅନେକ ଭଦ୍ର ମହିଳା ସେମାନଙ୍କ ସହିତ ଯୋଗ ଦେଲେ।
5 Ma i Giudei, ch'erano increduli, mossi d'invidia, preser con loro certi uomini malvagi della gente di piazza; e, raccolta una turba, commossero a tumulto la città; ed avendo assalita la casa di Giasone, cercavano di trarli fuori al popolo.
କିନ୍ତୁ ଯିହୁଦୀମାନେ ଈର୍ଷାରେ ଜଳିଉଠି ବଜାରର କେତେକ ଦୁଷ୍ଟ ଲୋକଙ୍କୁ ସାଙ୍ଗରେ ଘେନି ଲୋକଗହଳ କରି ନଗରରେ ଗଣ୍ଡଗୋଳ ଲଗାଇଦେଲେ, ଆଉ ଯାସୋନଙ୍କ ଗୃହ ଆକ୍ରମଣ କରି ସେମାନଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ପାଇଁ ଚେଷ୍ଟା କଲେ।
6 Ma, non avendoli trovati, trassero Giasone, ed alcuni de' fratelli, a' rettori della città, gridando: Costoro che hanno messo sottosopra il mondo sono eziandio venuti qua.
ମାତ୍ର ସେମାନଙ୍କୁ ନ ପାଇବାରୁ ସେମାନେ ଯାସୋନ ଓ କେତେକ ବିଶ୍ୱାସୀ ଭାଇମାନଙ୍କୁ ନଗରର ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣିଆଣି ଉଚ୍ଚସ୍ୱରରେ ଡାକି କହିଲେ, ଏ ଯେଉଁ ଲୋକଗୁଡ଼ାକ ଜଗତକୁ ଓଲଟପାଲଟ କରିପକାଇଲେଣି, ସେମାନେ ଏଠାକୁ ମଧ୍ୟ ଆସିଅଛନ୍ତି; ସେମାନଙ୍କୁ ଯାସୋନ ଗ୍ରହଣ କରିଅଛି।
7 E Giasone li ha raccolti; ed essi tutti fanno contro agli statuti di Cesare, dicendo esservi un altro re, [cioè] Gesù.
ଯୀଶୁ ନାମରେ ଆଉ ଜଣେ ରାଜା ଅଛି ବୋଲି କହି ଏମାନେ ସମସ୍ତେ କାଇସରଙ୍କ ଆଜ୍ଞାର ବିରୁଦ୍ଧାଚରଣ କରୁଅଛନ୍ତି।
8 E commossero il popolo, e i rettori della città, che udivano queste cose.
ସେମାନଙ୍କର ଏହି କଥା ଶୁଣି ଲୋକସମୂହ ଓ ନଗରର ଶାସନକର୍ତ୍ତାମାନେ ବିଚଳିତ ହେଲେ।
9 Ma pure essi, ricevuta cauzione da Giasone e dagli altri, li lasciarono andare.
ପରେ ସେମାନେ ଯାସୋନ ଓ ତାହାଙ୍କ ସଙ୍ଗୀମାନଙ୍କଠାରୁ ଜାମିନ୍ ନେଇ ସେମାନଙ୍କୁ ଛାଡ଼ିଦେଲେ।
10 E i fratelli subito di notte mandarono via Paolo e Sila, in Berrea; ed essi, essendovi giunti, andarono nella sinagoga de' Giudei.
ପୁଣି, ଭାଇମାନେ ଅବିଳମ୍ବରେ ପାଉଲ ଓ ଶୀଲାଙ୍କୁ ରାତି ସମୟରେ ବେରିୟା ନଗରକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୁଦୀମାନଙ୍କ ସମାଜଗୃହକୁ ଗଲେ।
11 Or costoro furon più generosi che gli altri ch' [erano] in Tessalonica; e con ogni prontezza ricevettero la parola, esaminando tuttodì le scritture, [per vedere] se queste cose stavano così.
ଥେସଲନୀକୀ ସହରରେ ଥିବା ଯିହୁଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ। ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ।
12 Molti adunque di loro credettero, e non piccol numero di donne Greche onorate, e d'uomini.
ତେଣୁ ସେମାନଙ୍କ ମଧ୍ୟରୁ ଅନେକେ ଓ ଗ୍ରୀକ୍‌ମାନଙ୍କ ମଧ୍ୟରୁ ଅନେକ ସମ୍ଭ୍ରାନ୍ତ ମହିଳା ଓ ପୁରୁଷ ମଧ୍ୟ ବିଶ୍ୱାସ କଲେ।
13 Ma, quando i Giudei di Tessalonica ebbero inteso che la parola di Dio era da Paolo stata annunziata eziandio in Berrea, vennero anche là, commovendo le turbe.
କିନ୍ତୁ ଯେତେବେଳେ ଥେସଲନୀକୀ ସହରରେ ଯିହୁଦୀମାନେ ଜାଣିଲେ ଯେ, ଈଶ୍ବରଙ୍କ ବାକ୍ୟ ପାଉଲଙ୍କ ଦ୍ୱାରା ବେରିୟାରେ ସୁଦ୍ଧା ପ୍ରଚାରିତ ହେଉଅଛି, ସେତେବେଳେ ସେମାନେ ସେ ସ୍ଥାନକୁ ମଧ୍ୟ ଆସି ଲୋକସମୂହଙ୍କୁ ଉତ୍ତେଜିତ ଓ ବିଚଳିତ କଲେ।
14 Ma allora i fratelli mandarono prontamente fuori Paolo, acciocchè se ne andasse, facendo vista [di andare] al mare; e Sila, e Timoteo rimasero quivi.
ସେଥିରେ ଭାଇମାନେ ଅବିଳମ୍ବରେ ପାଉଲଙ୍କୁ ସମୁଦ୍ର ଆଡ଼କୁ ଯିବା ପାଇଁ ପଠାଇଦେଲେ, ଆଉ ଶୀଲା ଓ ତୀମଥି ସେହି ସ୍ଥାନରେ ରହିଲେ।
15 E COLORO che aveano la cura di por Paolo in salvo, lo condussero sino in Atene; e, ricevuta [da lui] commission [di dire] a Sila, ed a Timoteo, che quanto prima venissero a lui, si partirono.
କିନ୍ତୁ ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ଘେନିଗଲେ, ସେମାନେ ତାହାଙ୍କୁ ଆଥିନୀ ପର୍ଯ୍ୟନ୍ତ ଆଣିଲେ, ଆଉ ଶୀଲା ଓ ତୀମଥି ଯେପରି ଅତି ଶୀଘ୍ର ତାହାଙ୍କ ନିକଟକୁ ଆସନ୍ତି, ଏହି ଆଜ୍ଞା ପାଇ ସେମାନେ ପ୍ରସ୍ଥାନ କଲେ।
16 Ora, mentre Paolo li aspettava in Atene, lo spirito suo s'inacerbiva in lui, veggendo la città piena d'idoli.
ଆଥିନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାହାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା।
17 Egli adunque ragionava nella sinagoga coi Giudei, e con le persone religiose, ed ogni dì in su la piazza con coloro che si scontravano.
ତେଣୁ ସେ ସମାଜଗୃହରେ ଯିହୁଦୀ ଓ ଯିହୁଦୀମତାବଲମ୍ବୀ ଅଣଯିହୁଦୀମାନଙ୍କ ସହିତ, ଆଉ ବଜାର ଛକରେ ପ୍ରତିଦିନ ଯେଉଁମାନଙ୍କ ସାଙ୍ଗରେ ଦେଖା ହେଉଥିଲା, ସେମାନଙ୍କୁ ଉପଦେଶ ଦେଉଥିଲେ।
18 Ed alcuni de' filosofi Epicurei, e Stoici, conferivan con lui. Ed alcuni dicevano: Che vuol dire questo cianciatore? E gli altri: Egli pare essere annunziatore di dii stranieri; perciocchè egli evangelizzava loro Gesù, e la risurrezione.
ସେଥିରେ ଏପିକୂୂରୀୟ ଓ ସ୍ତୋୟିକ ଦର୍ଶନଶାସ୍ତ୍ରର କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କଅଣ କହିବାକୁ ଇଚ୍ଛା କରୁଅଛି? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ।
19 E lo presero, e lo menarono nell'Areopago, dicendo: Potrem noi sapere qual [sia] questa nuova dottrina, la qual tu proponi?
ପରେ ସେମାନେ ତାହାଙ୍କୁ ଆରିୟପାଗକୁ ଘେନିଯାଇ କହିଲେ, ଏହି ଯେ ନୂତନ ଶିକ୍ଷା ଆପଣ ଦେଉଅଛନ୍ତି, ତାହା କଅଣ ବୋଲି ଆମ୍ଭେମାନେ ଜାଣି ପାରିବା କି?
20 Perciocchè tu ci rechi agli orecchi cose strane; noi vogliamo dunque sapere che cosa si vogliano coteste cose.
କାରଣ ଆପଣ କେତେକ ଅଦ୍ଭୁତ ବିଷୟ ଆମ୍ଭମାନଙ୍କ କର୍ଣ୍ଣଗୋଚର କରୁଅଛନ୍ତି; ଅତଏବ ଏହି ସମସ୍ତ କଥାର ଅର୍ଥ କଅଣ, ଆମ୍ଭେମାନେ ତାହା ଜାଣିବାକୁ ଇଚ୍ଛା କରୁ।
21 Or tutti gli Ateniesi, e i forestieri che dimoravano [in quella città], non passavano il tempo ad altro, che a dire, o ad udire alcuna cosa di nuovo.
ଆଥିନୀ ସହରର ଲୋକ ସମସ୍ତେ ଓ ସେଠାରେ ପ୍ରବାସୀ ବିଦେଶୀୟମାନେ କେବଳ କୌଣସି ନୂତନ କଥା କହିବା ଓ ଶୁଣିବା ଛଡ଼ା ଆଉ କାହିଁରେ କାଳକ୍ଷେପଣ କରୁ ନ ଥିଲେ।
22 E Paolo, stando in piè in mezzo dell'Areopago, disse: Uomini Ateniesi, io vi veggo quasi troppo religiosi in ogni cosa.
ଏଥିରେ ପାଉଲ ଆରିୟପାଗର ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ହେ ଆଥିନୀ ସହରର ଲୋକମାନେ, ଆପଣମାନେ ଯେ ସମସ୍ତ ବିଷୟରେ ବଡ଼ ଦେବ ଭକ୍ତ, ଏହା ମୁଁ ଦେଖୁଅଛି।
23 Perciocchè, passando, e considerando le vostre deità, ho trovato eziandio un altare, sopra il quale era scritto: ALL'IDDIO SCONOSCIUTO. Quello adunque il qual voi servite, senza conoscerlo, io ve l'annunzio.
କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜିତ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, “ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ।” ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାହାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି।
24 L'Iddio che ha fatto il mondo, e tutte le cose che [sono] in esso, essendo Signore del cielo e della terra, non abita in tempii fatti d'opera di mani.
ଯେଉଁ ଈଶ୍ବର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିର-ସମୂହରେ ବାସ କରନ୍ତି ନାହିଁ,
25 E non è servito per mani d'uomini, [come] avendo bisogno d'alcuna cosa; egli che dà a tutti e la vita, e il fiato, ed ogni cosa.
କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ୱାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ୱୟଂ ସମସ୍ତଙ୍କୁ ଜୀବନ, ନିଶ୍ୱାସ, ଓ ସମସ୍ତ ପଦାର୍ଥ ଦାନ କରନ୍ତି।
26 Ed ha fatto d'un medesimo sangue tutta la generazion degli uomini, per abitar sopra tutta la faccia della terra, avendo determinati i tempi prefissi, ed i confini della loro abitazione;
ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି,
27 acciocchè cerchino il Signore, se pur talora potessero, [come] a tastone, trovarlo: benchè egli non sia lungi da ciascun di noi.
ସେମାନେ ଯେପରି ଈଶ୍ବରଙ୍କର ଅନ୍ୱେଷଣ କରି କାଳେ ଦରାଣ୍ଡି ଦରାଣ୍ଡି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାନ୍ତି।
28 Poichè in lui viviamo, e ci moviamo, e siamo; siccome ancora alcuni de' vostri poeti hanno detto: Perciocchè noi siamo eziandio sua progenie.
କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, “କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ।”
29 Essendo noi adunque progenie di Dio, non dobbiamo stimar che la Deità sia simigliante ad oro, o ad argento, od a pietra; a scoltura d'arte, e d'invenzione umana.
ତେବେ, ଆମ୍ଭେମାନେ ଈଶ୍ବରଙ୍କର ବଂଶ ହେବାରୁ ଈଶ୍ବରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ୍ ନୁହେଁ।
30 Avendo Iddio adunque dissimulati i tempi dell'ignoranza, al presente dinunzia per tutto a tutti gli uomini che si ravveggano.
ଈଶ୍ବର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ-ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;
31 Perciocchè egli ha ordinato un giorno, nel quale egli giudicherà il mondo in giustizia, per quell'uomo, il quale egli ha stabilito; di che ha fatta fede a tutti, avendolo suscitato da' morti.
କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏହି ବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି।
32 Quando udirono [mentovar] la risurrezion de' morti, altri se ne facevano beffe, altri dicevano: Noi ti udiremo un'altra volta intorno a ciò.
ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା।
33 E così Paolo uscì del mezzo di loro.
ଏହି ପ୍ରକାରେ ପାଉଲ ସେମାନଙ୍କ ମଧ୍ୟରୁ ବାହାରିଗଲେ।
34 Ed alcuni si aggiunsero con lui, e credettero; fra i quali [fu] anche Dionigio l'Areopagita, ed una donna [chiamata] per nome Damaris, ed altri con loro.
କିନ୍ତୁ କୌଣସି କୌଣସି ଲୋକ ତାହାଙ୍କ ସପକ୍ଷ ହୋଇ ବିଶ୍ୱାସ କଲେ; ସେମାନଙ୍କ ମଧ୍ୟରେ ଏରିୟପାଗୀୟ ଦିୟନୂସୀୟ, ଦାମାରି ନାମ୍ନୀ ଜଣେ ମହିଳା ସେମାନଙ୍କ ସହିତ ଆଉ କେତେକ ଲୋକ ଥିଲେ।

< Atti 17 >