< Giovanni 1 >

1 NEL principio la Parola era, e la Parola era appo Dio, e la Parola era Dio.
ସୃଷ୍ଟିର ପୂର୍ବରୁ ବାକ୍ୟ ଥିଲେ, ବାକ୍ୟ ଈଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ବର ଥିଲେ।
2 Essa era nel principio appo Dio.
ସେ ଆଦ୍ୟରେ ଈଶ୍ବରଙ୍କ ସହିତ ଥିଲେ।
3 Ogni cosa è stata fatta per mezzo di essa; e senz'essa niuna cosa fatta è stata fatta.
ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ।
4 In lei era la vita, e la vita era la luce degli uomini.
ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ।
5 E la luce riluce nelle tenebre, e le tenebre non l'hanno compresa.
ସେହି ଜ୍ୟୋତିଃ ଅନ୍ଧକାରରେ ଜାଜ୍ୱଲ୍ୟମାନ ହୋଇ ଆସୁଅଛି, ଆଉ ଅନ୍ଧକାର ତାହା ଗ୍ରହଣ କରି ନାହିଁ।
6 Vi fu un uomo mandato da Dio, il cui nome [era] Giovanni.
ଈଶ୍ବରଙ୍କ ନିକଟରୁ ପ୍ରେରିତ ଜଣେ ବ୍ୟକ୍ତି ଉପସ୍ଥିତ ହେଲେ; ତାହାଙ୍କ ନାମ ଯୋହନ।
7 Costui venne per testimonianza, affin di testimoniar della Luce, acciocchè tutti credessero per mezzo di lui.
ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତାହାଙ୍କ ଦ୍ୱାରା ସମସ୍ତେ ବିଶ୍ୱାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ।
8 Egli non era la Luce, anzi [era mandato] per testimoniar della Luce.
ସେ ନିଜେ ସେହି ଜ୍ୟୋତିଃ ନ ଥିଲେ, କିନ୍ତୁ ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ।
9 [Colui, che è] la Luce vera, la quale illumina ogni uomo che viene nel mondo, era.
ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ।
10 Era nel mondo, e il mondo è stato fatto per mezzo d'esso; ma il mondo non l'ha conosciuto.
ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ।
11 Egli è venuto in casa sua, ed i suoi non l'hanno ricevuto.
ସେ ଆପଣା ରାଜ୍ୟକୁ ଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ।
12 Ma, a tutti coloro che l'hanno ricevuto, i quali credono nel suo nome, egli ha data questa ragione, d'esser fatti figliuoli di Dio;
ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍‍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;
13 i quali, non di sangue, nè di volontà di carne, nè di volontà d'uomo, ma son nati di Dio.
ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ବରଙ୍କଠାରୁ ଜାତ ହେଲେ।
14 E la Parola è stata fatta carne, ed è abitata fra noi (e noi abbiam contemplata la sua gloria, gloria, come dell'unigenito [proceduto] dal Padre), piena di grazia, e di verità.
ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
15 GIOVANNI testimoniò di lui, e gridò, dicendo: Costui è quel di cui io diceva: Colui che viene dietro a me mi è antiposto, perciocchè egli era prima di me.
ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋʼ ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି।
16 E noi tutti abbiamo ricevuto della sua pienezza, e grazia per grazia.
ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହପ୍ରାପ୍ତ ହୋଇଅଛୁ।
17 Perciocchè la legge è stata data per mezzo di Mosè, [ma] la grazia, e la verità sono venute per mezzo di Gesù Cristo.
କାରଣ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା।
18 Niuno vide giammai Iddio; l'unigenito Figliuolo, ch'è nel seno del Padre, è quel che l'ha dichiarato.
କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।
19 E questa è la testimonianza di Giovanni, quando i Giudei da Gerusalemme mandarono de' sacerdoti, e de' Leviti, per domandargli: Tu chi sei?
ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୁଦୀ ନେତାମାନେ ଯେତେବେଳେ ଯିରୂଶାଲମ ସହରରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ,
20 Ed egli riconobbe [chi egli era], e nol negò; anzi lo riconobbe, [dicendo: ] Io non sono il Cristo.
ସେ ସ୍ୱୀକାର କଲେ, ଅସ୍ୱୀକାର କଲେ ନାହିଁ; ସେ ସ୍ୱୀକାର କଲେ, ମୁଁ ଖ୍ରୀଷ୍ଟ ନୁହେଁ।
21 Ed essi gli domandarono: Che [sei] dunque? Sei tu Elia? Ed egli disse: Io nol sono. Sei tu il Profeta? Ed egli rispose: No.
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କଅଣ? ଆପଣ କଅଣ ଏଲୀୟ? ସେ କହିଲେ, ମୁଁ ନୁହେଁ। ଆପଣ କଅଣ ସେହି ଭାବବାଦୀ? ସେ ଉତ୍ତର ଦେଲେ, ନା।
22 Essi adunque gli dissero Chi sei? acciocchè rendiamo risposta a coloro che ci hanno mandati; che dici tu di te stesso?
ସେଥିରେ ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କୁ ପଠାଇଥିବା ଲୋକଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିସକାଶେ ଆପଣ କିଏ? ଆପଣ ନିଜ ବିଷୟରେ କଅଣ କହୁଅଛନ୍ତି?
23 Egli disse: Io [son] la voce di colui che grida nel deserto: Addirizzate la via del Signore, siccome il profeta Isaia ha detto.
ସେ କହିଲେ, “ଯିଶାଇୟ ଭାବବାଦୀ ଯେପରି କହିଥିଲେ, ‘ମୁଁ ସେହି ପ୍ରକାର ମରୁପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର।’”
24 Or coloro ch'erano stati mandati erano d'infra i Farisei.
ପୁଣି, ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ପ୍ରେରିତ ହୋଇଥିଲେ।
25 Ed essi gli domandarono, e gli dissero: Perchè dunque battezzi, se tu non sei il Cristo, nè Elia, nè il profeta?
ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତାହାହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି?
26 Giovanni rispose loro, dicendo: Io battezzo con acqua; ma nel mezzo di voi è presente uno, il qual voi non conoscete.
ଯୋହନ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଜଳରେ ବାପ୍ତିସ୍ମ ଦେଉଅଛି; ଯାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ, ସେ ତୁମ୍ଭମାନଙ୍କ ମଧ୍ୟରେ ବିଦ୍ୟମାନ;
27 Esso è colui che vien dietro a me, il qual mi è stato antiposto, di cui io non son degno di sciogliere il correggiuol della scarpa.
ସେ ମୋʼ ଉତ୍ତାରେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ।
28 Queste cose avvennero in Betabara, di là dal Giordano, ove Giovanni battezzava.
ଯର୍ଦ୍ଦନ ନଦୀର ପରପାରସ୍ଥ ଯେଉଁ ବେଥନୀୟାରେ ଯୋହନ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନରେ ଏହିସବୁ ଘଟିଲା।
29 Il giorno seguente, Giovanni vide Gesù che veniva a lui, e disse: Ecco l'Agnello di Dio, che toglie il peccato del mondo.
ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି।
30 Costui è quel del quale io diceva: Dietro a me viene un uomo, il qual mi è antiposto; perciocchè egli era prima di me.
ମୋʼ ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି।
31 E quant'è a me, io nol conosceva; ma, acciocchè egli sia manifestato ad Israele, per ciò son venuto, battezzando con acqua.
ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, କିନ୍ତୁ ସେ ଯେପରି ଇସ୍ରାଏଲ ନିକଟରେ ପ୍ରକାଶିତ ହୁଅନ୍ତି, ଏଥିସକାଶେ ମୁଁ ଜଳରେ ବାପ୍ତିସ୍ମ ଦେବାକୁ ଆସିଅଛି।
32 E Giovanni testimoniò, dicendo: Io ho veduto lo Spirito, ch'è sceso dal cielo in somiglianza di colomba, e si è fermato sopra lui.
ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ପବିତ୍ର ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ।
33 E quant'è a me, io nol conosceva; ma colui che mi ha mandato a battezzar con acqua mi avea detto: Colui sopra il quale tu vedrai scender lo Spirito, e fermarsi, è quel che battezza con lo Spirito Santo.
ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି।
34 Ed io l'ho veduto, e testifico che costui è il Figliuol di Dio.
ଆଉ, ମୁଁ ତାହା ଦେଖିଅଛି ଓ ସେ ଈଶ୍ବରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି।
35 IL giorno seguente, Giovanni di nuovo si fermò, con due de' suoi discepoli.
ତହିଁ ଆରଦିନ ପୁନର୍ବାର ଯୋହନ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣ ଠିଆ ହୋଇଥିଲେ;
36 Ed avendo riguardato in faccia Gesù che camminava, disse: Ecco l'Agnello di Dio.
ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ।
37 E i due discepoli l'udirono parlare, e seguitarono Gesù.
ସେହି ଦୁଇ ଜଣ ଶିଷ୍ୟ ତାହାଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଗଲେ।
38 E Gesù, rivoltosi, e veggendo che [lo] seguitavano, disse loro: Che cercate? Ed essi gli dissero: Rabbi (il che, interpretato, vuol dire: Maestro), dove dimori?
ଯୀଶୁ ବୁଲିପଡ଼ି ସେମାନଙ୍କୁ ପଛେ ପଛେ ଆସୁଥିବା ଦେଖି ପଚାରିଲେ, “ତୁମ୍ଭେମାନେ କଅଣ ଖୋଜୁଅଛ?” ସେମାନେ ତାହାଙ୍କୁ ପଚାରିଲେ, ରାବ୍‌ବୀ (ଅର୍ଥାତ୍‍ ଗୁରୁ), ଆପଣ କେଉଁଠାରେ ରୁହନ୍ତି?
39 Egli disse loro: Venite, e vedete[lo]. Essi [adunque] andarono, e videro ove egli dimorava, e stettero presso di lui quel giorno. Or era intorno le dieci ore.
ସେ ସେମାନଙ୍କୁ କହିଲେ, “ଆସ, ଦେଖିବ।” ସେଥିରେ ସେମାନେ ଯାଇ ତାହାଙ୍କ ବସା ଦେଖିଲେ, ପୁଣି, ସେହି ଦିନ ତାହାଙ୍କ ସାଙ୍ଗରେ ରହିଲେ; କାରଣ ସେତେବେଳେ ପ୍ରାୟ ସନ୍ଧ୍ୟା ଚାରି ଘଣ୍ଟା ହୋଇଥିଲା।
40 Andrea, fratello di Simon Pietro, era uno de' due, che aveano udito [quel ragionamento] da Giovanni, ed avean seguitato Gesù.
ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରିୟ ଥିଲେ।
41 Costui trovò il primo il suo fratello Simone, e gli disse: Noi abbiam trovato il Messia; il che, interpretato, vuol dire: Il Cristo; e lo menò da Gesù.
ସେ ପ୍ରଥମେ ଆପଣା ଭାଇ ଶିମୋନଙ୍କ ଦେଖା ପାଇ ତାହାଙ୍କୁ କହିଲେ, ଆମ୍ଭେମାନେ ମସୀହଙ୍କର (ଅର୍ଥାତ୍‍ ଖ୍ରୀଷ୍ଟଙ୍କୁ) ଦେଖା ପାଇଅଛୁ।
42 E Gesù, riguardatolo in faccia, disse: Tu sei Simone, figliuol di Giona; tu sarai chiamato Cefa, che vuol dire: Pietra.
ସେ ତାହାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ। ଯୀଶୁ ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ। ତୁମ୍ଭେ କୈଫା (ଅର୍ଥାତ୍‍ ପିତର) ନାମରେ ଖ୍ୟାତ ହେବ।”
43 Il giorno seguente, [Gesù] volle andare in Galilea, e trovò Filippo, e gli disse: Seguitami.
ତହିଁ ଆରଦିନ ଯୀଶୁ ଗାଲିଲୀକୁ ବାହାରିଯିବା ପାଇଁ ଇଚ୍ଛା କଲେ, ଆଉ ସେ ଫିଲିପ୍ପଙ୍କ ଦେଖା ପାଇ ତାହାଙ୍କୁ କହିଲେ, “ମୋହର ଅନୁଗମନ କର।”
44 Or Filippo era da Betsaida, della città d'Andrea e di Pietro.
ଫିଲିପ୍ପ ବେଥ୍‌ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରିୟ ଓ ପିତରଙ୍କର ନଗର ଥିଲା।
45 Filippo trovò Natanaele, e gli disse: Noi abbiam trovato colui, del quale Mosè nella legge, ed i profeti hanno scritto; [che è] Gesù, figliuol di Giuseppe, che [è] da Nazaret.
ଫିଲିପ୍ପ ନିଥନିୟେଲଙ୍କୁ ଦେଖା ପାଇ ତାହାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ।
46 E Natanaele gli disse: Può egli esservi bene alcuno da Nazaret? Filippo gli disse: Vieni, e vedi.
ନିଥନିୟେଲ ତାହାଙ୍କୁ ପଚାରିଲେ, “ନାଜରିତରୁ କି କୌଣସି ଉତ୍ତମ ବିଷୟ ଉତ୍ପନ୍ନ ହୋଇପାରେ?” ଫିଲିପ୍ପ ତାହାଙ୍କୁ କହିଲେ, “ଆସି ଦେଖ।”
47 Gesù vide venir Natanaele a sè, e disse di lui: Ecco veramente un Israelita, nel quale non vi è frode alcuna.
ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।”
48 Natanaele gli disse: Onde mi conosci? Gesù rispose, e gli disse: Avanti che Filippo ti chiamasse, quando tu eri sotto il fico, io ti vedeva.
ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମ୍ବିରିବୃକ୍ଷ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।”
49 Natanaele rispose, e gli disse: Maestro, tu sei il Figliuol di Dio; tu sei il Re d'Israele.
ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା।
50 Gesù rispose, e gli disse: Perciocchè io ti ho detto ch'io ti vedeva sotto il fico, tu credi; tu vedrai cose maggiori di queste.
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ଡିମ୍ବିରିବୃକ୍ଷ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ୱାସ କରୁଅଛ? ତୁମ୍ଭେ ଏହାଠାରୁ ଆହୁରି ମହତ‍୍-ମହତ‍୍ ବିଷୟ ଦେଖିବ।”
51 Poi gli disse: In verità, in verità, io vi dico, che da ora innanzi voi vedrete il cielo aperto, e gli angeli di Dio salienti, e discendenti sopra il Figliuol dell'uomo.
ପୁଣି, ସେ ତାହାଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଈଶ୍ବରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ।”

< Giovanni 1 >