< Proverbi 6 >

1 Figliuol mio, se ti sei reso garante per il tuo prossimo, se ti sei impegnato per un estraneo,
ହେ ମୋହର ପୁତ୍ର, ଯଦି ତୁମ୍ଭେ ଆପଣା ପ୍ରତିବାସୀର ବନ୍ଧକ ହୋଇଥାଅ, ଯଦି ପର ପାଇଁ ହାତ ଦେଇଥାଅ,
2 sei còlto nel laccio dalle parole della tua bocca, sei preso dalle parole della tua bocca.
ତେବେ ତୁମ୍ଭେ ଆପଣା ମୁଖର ବାକ୍ୟରୂପ ଫାନ୍ଦରେ ପଡ଼ିଅଛ ଓ ଆପଣା ମୁଖର କଥାରେ ଧରା ଯାଇଅଛ।
3 Fa’ questo, figliuol mio; disimpegnati, perché sei caduto in mano del tuo prossimo. Va’, gettati ai suoi piedi, insisti,
ହେ ମୋହର ପୁତ୍ର, ତୁମ୍ଭେ ଏବେ ଏହି କର୍ମ କର, ଆପଣାକୁ ଉଦ୍ଧାର କର; ଯେହେତୁ ତୁମ୍ଭେ ଆପଣା ବନ୍ଧୁର ହସ୍ତଗତ ହୋଇଅଛ; ଯାଅ, ଆପଣାକୁ ନମ୍ର କରି ତୁମ୍ଭ ପ୍ରତିବାସୀକୁ ବାରମ୍ବାର ବିନତି କର।
4 non dar sonno ai tuoi occhi né sopore alle tue palpebre;
ତୁମ୍ଭେ ଆପଣା ଚକ୍ଷୁକୁ ନିଦ୍ରା ଯିବାକୁ ଦିଅ ନାହିଁ, କିଅବା ଆପଣା ଚକ୍ଷୁର ପତାକୁ ଢୁଳାଇବାକୁ ଦିଅ ନାହିଁ।
5 disimpegnati come il cavriolo di man del cacciatore, come l’uccello di mano dell’uccellatore.
ଆପଣାକୁ ହରିଣ ପରି ବ୍ୟାଧର ହାତରୁ, ପକ୍ଷୀ ପରି ଜାଲିଆର ହାତରୁ ଉଦ୍ଧାର କର।
6 Va’, pigro, alla formica; considera il suo fare, e diventa savio!
ହେ ଅଳସୁଆ, ତୁମ୍ଭେ ପିମ୍ପୁଡ଼ି ପାଖକୁ ଯାଅ, ତାହାର କ୍ରିୟା ବିବେଚନା କର ଓ ଜ୍ଞାନୀ ହୁଅ।
7 Essa non ha né capo, né sorvegliante, né padrone;
ତାହାର ବିଚାରକର୍ତ୍ତା କିମ୍ବା ଅଧ୍ୟକ୍ଷ କିମ୍ବା ପ୍ରଭୁ କେହି ନ ଥିଲେ ହେଁ ସେ ଗ୍ରୀଷ୍ମକାଳରେ ଆପଣା ଖାଦ୍ୟ ପ୍ରସ୍ତୁତ କରେ,
8 prepara il suo cibo nell’estate, e raduna il suo mangiare durante la raccolta.
ପୁଣି, ଫସଲ ସମୟରେ ଆହାର ସଞ୍ଚୟ କରେ।
9 Fino a quando, o pigro, giacerai? quando ti desterai dal tuo sonno?
ହେ ଅଳସୁଆ, ତୁମ୍ଭେ କେତେ କାଳ ଶୋଇ ରହିଥିବ? ତୁମ୍ଭେ କେତେବେଳେ ନିଦ୍ରା ଭାଙ୍ଗି ଉଠିବ?
10 Dormire un po’, sonnecchiare un po’, incrociare un po’ le mani per riposare…
ଆଉ ଟିକିଏ ଶୋଇଲେ, ଆଉ ଟିକିଏ ଢୁଳାଇଲେ, ଆଉ ଟିକିଏ ନିଦ୍ରା ଯିବା ପାଇଁ ହାତ ଭିଡ଼ିମୋଡ଼ି ହେଲେ,
11 e la tua povertà verrà come un ladro, e la tua indigenza, come un uomo armato.
ତୁମ୍ଭର ଦରିଦ୍ରାବସ୍ଥା ଖଣ୍ଟ ପରି, ପୁଣି, ତୁମ୍ଭର ଦୀନତା ସସଜ୍ଜ ଲୋକ ପରି ଉପସ୍ଥିତ ହେବ।
12 L’uomo da nulla, l’uomo iniquo cammina colla falsità sulle labbra;
ବେଲିଆଲ୍ ସନ୍ତାନ, ଅପରାଧୀ ମନୁଷ୍ୟ; ସେ ସର୍ବଦା କୁଟିଳ ମୁଖ କରି ଚାଲେ;
13 ammicca cogli occhi, parla coi piedi, fa segni con le dita;
ସେ ଆଖିରେ ଠାରଇ, ସେ ଗୋଡ଼ରେ କଥା କହଇ, ସେ ଅଙ୍ଗୁଳି ଦ୍ୱାରା ସଙ୍କେତ କରେ;
14 ha la perversità nel cuore, macchina del male in ogni tempo, semina discordie;
ତାହାର ଅନ୍ତଃକରଣରେ କୁଟିଳତା ଥାଏ, ସେ ସର୍ବଦା ଅନିଷ୍ଟ ଚିନ୍ତା କରେ; ସେ କଳିର ବୀଜ ବୁଣେ।
15 perciò la sua ruina verrà ad un tratto, in un attimo sarà distrutto, senza rimedio.
ଏଣୁ ତାହାର ବିପଦ ହଠାତ୍‍ ଉପସ୍ଥିତ ହେବ, ପୁଣି, ସେ ପ୍ରତିକାର ବିନା ଅକସ୍ମାତ୍‍ ଭଗ୍ନ ହେବ।
16 Sei cose odia l’Eterno, anzi sette gli sono in abominio:
ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ।
17 gli occhi alteri, la lingua bugiarda, le mani che spandono sangue innocente,
ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ ଜିହ୍ୱା ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ;
18 il cuore che medita disegni iniqui, i piedi che corron frettolosi al male,
ଅନିଷ୍ଟ ଚିନ୍ତକ ଅନ୍ତଃକରଣ, କୁକର୍ମ କରିବାକୁ ବେଗଗାମୀ ଚରଣ;
19 il falso testimonio che proferisce menzogne, e chi semina discordie tra fratelli.
ମିଥ୍ୟାସାକ୍ଷୀ ଯେ ମିଥ୍ୟା କହେ ଓ ଯେ ଭାଇମାନଙ୍କ ମଧ୍ୟରେ କଳିର ବୀଜ ବୁଣେ।
20 Figliuol mio, osserva i precetti di tuo padre, e non trascurare gl’insegnamenti di tua madre;
ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ।
21 tienteli del continuo legati sul cuore e attaccati al collo.
ତାହା ସର୍ବଦା ତୁମ୍ଭ ହୃଦୟରେ ବାନ୍ଧି ରଖ, ଆପଣା ଗଳଦେଶରେ ବାନ୍ଧ।
22 Quando camminerai, ti guideranno; quando giacerai, veglieranno su te; quando ti risveglierai, ragioneranno teco.
ତୁମ୍ଭେ ଚାଲିବା ବେଳେ ତାହା ତୁମ୍ଭକୁ ପଥ ଦେଖାଇବ, ଆଉ ଶୋଇବା ବେଳେ ତାହା ତୁମ୍ଭର ପ୍ରହରୀ ହେବ; ତୁମ୍ଭେ ଜାଗିବା ବେଳେ ତାହା ତୁମ୍ଭ ସଙ୍ଗେ ଆଳାପ କରିବ।
23 Poiché il precetto è una lampada e l’insegnamento una luce, e le correzioni della disciplina son la via della vita,
ଯେହେତୁ ସେହି ଆଜ୍ଞା ପ୍ରଦୀପ ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ;
24 per guardarti dalla donna malvagia dalle parole lusinghevoli della straniera.
ସେ ତୁମ୍ଭକୁ ଦୁଷ୍ଟା ସ୍ତ୍ରୀଠାରୁ ଓ ପରସ୍ତ୍ରୀର ଜିହ୍ୱାର ଚାଟୁବାଦରୁ ରକ୍ଷା କରିବ।
25 Non bramare in cuor tuo la sua bellezza, e non ti lasciar prendere dalle sue palpebre;
ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ।
26 ché per una donna corrotta uno si riduce a un pezzo di pane, e la donna adultera sta in agguato contro un’anima preziosa.
ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ, ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ।
27 Uno si metterà forse del fuoco in seno senza che i suoi abiti si brucino?
କେହି ଯେବେ ଆପଣା ବକ୍ଷସ୍ଥଳରେ ନିଆଁ ରଖେ, ତେବେ ତାହାର ବସ୍ତ୍ର କʼଣ ପୋଡ଼ି ଯିବ ନାହିଁ?
28 camminerà forse sui carboni accesi senza scottarsi i piedi?
ଅବା କେହି ଯେବେ ଜ୍ୱଳନ୍ତା ଅଙ୍ଗାର ଉପରେ ଚାଲେ, ତେବେ ତାହାର ପାଦରେ କʼଣ ଫୋଟକା ହେବ ନାହିଁ?
29 Così è di chi va dalla moglie del prossimo; chi la tocca non rimarrà impunito.
ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ଡିତ ନୋହିବ।
30 Non si disprezza il ladro che ruba per saziarsi quand’ha fame;
ଚୋର କ୍ଷୁଧିତ ହୋଇ ପ୍ରାଣରକ୍ଷାର୍ଥେ ଯଦି ଚୋରି କରେ, ତେବେ ଲୋକେ ତାହାକୁ ତୁଚ୍ଛ କରନ୍ତି ନାହିଁ।
31 se è còlto, restituirà anche il settuplo, darà tutti i beni della sua casa.
ମାତ୍ର ସେ ଧରା ପଡ଼ିଲେ, ତାକୁ ସାତ ଗୁଣ ଫେରାଇ ଦେବାକୁ ହେବ; ଆପଣା ଗୃହର ସର୍ବସ୍ୱ ତାକୁ ଦେବାକୁ ପଡ଼ିବ।
32 Ma chi commette un adulterio è privo di senno; chi fa questo vuol rovinar se stesso.
ଜଣେ ବ୍ୟଭିଚାରୀ ପୁରୁଷ ନିତାନ୍ତ ନିର୍ବୋଧ; ଯେ ନିଜ ପ୍ରାଣନାଶ କରିବ, ସେ ହିଁ ତାହା କରେ।
33 Troverà ferite ed ignominia, e l’obbrobrio suo non sarà mai cancellato;
ସେ ଆଘାତ ଓ ଅପମାନ ପାଇବ; ପୁଣି, ତାହାର କଳଙ୍କ ମାର୍ଜିତ ହେବ ନାହିଁ।
34 ché la gelosia rende furioso il marito, il quale sarà senza pietà nel dì della vendetta;
ଯେହେତୁ ସ୍ତ୍ରୀ ବିଷୟକ ଈର୍ଷା ମନୁଷ୍ୟର ପ୍ରଚଣ୍ଡ କ୍ରୋଧର ବିଷୟ; ପ୍ରତିହିଂସା କରିବା ବେଳେ ସେ କିଛି କ୍ଷମା କରିବ ନାହିଁ।
35 non avrà riguardo a riscatto di sorta, e anche se tu moltiplichi i regali, non sarà soddisfatto.
ସେ କୌଣସି ପ୍ରାୟଶ୍ଚିତ୍ତକୁ ଗ୍ରାହ୍ୟ କରିବ ନାହିଁ; କିଅବା ତୁମ୍ଭେ ବହୁତ ଲାଞ୍ଚ ଦେଲେ ହେଁ ସେ ମାନିବ ନାହିଁ।

< Proverbi 6 >