< アモス書 1 >

1 テコアの牧者の中なるアモスの言 是はユダの王ウジヤの世 イスラエルの王ヨアシの子ヤラベアムの世 地震の二年前に彼が見されたる者にてイスラエルの事を論るなり 其言に云く
ଯିହୁଦାର ରାଜା ଉଷୀୟର ଅଧିକାର ସମୟରେ ଓ ଯୋୟାଶ୍‍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେଉଁ ଯେଉଁ ଦର୍ଶନ ପାଇଲେ, ତଦ୍‍ବିଷୟକ ତାଙ୍କର ବାକ୍ୟ।
2 ヱホバ、シオンより呼號りエルサレムより聲を出したまふ 牧者の牧塲は哀きカルメルの巓は枯る
ପୁଣି ସେ କହିଲେ, “ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ।”
3 ヱホバかく言たまふ ダマスコは三の罪あり 四の罪あれば我かならず之を罰して赦さじ 即ち彼らは鐵の打禾車をもてギレアデを打り
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଦମ୍ମେଶକର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି;
4 我ハザエルの家に火を遣りベネハダデの宮殿を焚ん
ମାତ୍ର ଆମ୍ଭେ ହସାୟେଲ ରାଜାଙ୍କ ବଂଶ ନିକଟକୁ ଅଗ୍ନି ପ୍ରେରଣ କରିବା ଓ ତାହା ବିନ୍‍ହଦଦ୍‍ର ଅଟ୍ଟାଳିକାସବୁ ଗ୍ରାସ କରିବ।
5 我ダマスコの關を碎きアベンの谷の中よりその居民を絶のぞきベテエデンの中より王の杖を執る者を絶のぞかん スリアの民は擄へられてキルにゆかん ヱホバこれを言ふ
ପୁଣି, ଆମ୍ଭେ ଦମ୍ମେଶକର ଅର୍ଗଳ ଭାଙ୍ଗି ପକାଇବା ଓ ଆବନ ଉପତ୍ୟକାରୁ ନିବାସକାରୀକୁ ଓ ବେଥ୍-ଏଦନ ବଂଶରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା। ପୁଣି, ସଦାପ୍ରଭୁ କହନ୍ତି, ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍‍କୁ ଯିବେ।”
6 ヱホバかく言たまふ ガザは三の罪あり 四の罪あれば我かならず之を罰して赦さじ 即ち彼らは俘囚をことごとく曳ゆきてこれをエドムに付せり
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇଗଲେ।
7 我ガザの石垣の内に火を遣り一切の殿を焚ん
ମାତ୍ର ଆମ୍ଭେ ଘସାର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।
8 我アシドドの中よりその居民を絶のぞきアシケロンの中より王の杖を執る者を絶除かん 我また手を反してエクロンを撃ん ペリシテ人の遺れる者亡ぶべし 主ヱホバこれを言ふ
ଆଉ, ଆମ୍ଭେ ଅସ୍ଦୋଦରୁ ନିବାସକାରୀକୁ ଓ ଅସ୍କିଲୋନରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା; ଆମ୍ଭେ ଇକ୍ରୋଣ ସହରର ବିପକ୍ଷରେ ଆପଣା ହସ୍ତ ଫେରାଇବା ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
9 ヱホバかく言たまふ ツロは三の罪あり 四の罪あれば我かならず之を罰して赦さじ 即ち彼らは俘囚をことごとくエドムに付しまた兄弟の契約を忘れたり
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ;
10 我ツロの石垣の内に火を遣り一切の殿を焚ん
ମାତ୍ର ଆମ୍ଭେ ସୋରର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।”
11 ヱホバかく言たまふ エドムは三の罪あり 四の罪あれば我かならず之を罰して赦さじ 即ち彼は劍をもてその兄弟を追ひ全く憐憫の情を斷ち恒に怒りて人を害し永くその憤恨をたくはへたり
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।
12 我テマンに火を遣りポヅラの一切の殿を焚ん
ମାତ୍ର ଆମ୍ଭେ ତୈମନ୍‍ ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ବସ୍ରାର ଅଟ୍ଟାଳିକାସବୁ ଗ୍ରାସ କରିବ।”
13 ヱホバかく言たまふ アンモンの人々は三の罪あり 四の罪あれば我かならず之を罰して赦さじ 即ち彼らはその國境を廣めんとてギレアデの孕める婦を剖たり
ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ-ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି।
14 我ラバの石垣の内に火を放ちその一切の殿を焚ん 是は戰鬪の日に吶喊の聲をもて爲され暴風の日に旋風をもて爲されん
ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ୱଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ଡ ତୋଫାନ ସହିତ ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।
15 彼らの王はその牧伯等と諸共に擄へられて往ん ヱホバこれを言ふ
ପୁଣି, ସେମାନଙ୍କର ରାଜା, ସେ ଓ ତାହାର ଅଧିପତିଗଣ ଏକ ସଙ୍ଗେ ନିର୍ବାସିତ ହୋଇଯିବେ। ଏହା ସଦାପ୍ରଭୁ କହନ୍ତି।”

< アモス書 1 >