< 民数記 5 >

1 ヱホバ、モーセに告て言たまはく
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 イスラエルの子孫に命じて癩病人と流出ある者と死骸に汚されたる者とを盡く營の外に出さしめよ
“ପ୍ରତ୍ୟେକ କୁଷ୍ଠୀକୁ ଓ ପ୍ରତ୍ୟେକ ପ୍ରମେହୀକୁ ଓ ଶବ ଛୁଇଁ ଅଶୁଚି ହେବା ପ୍ରତ୍ୟେକ ପ୍ରାଣୀକୁ ଛାଉଣିରୁ ବାହାର କରିବା ପାଇଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ।
3 男女をわかたず汝等これを出して營の外に居しめ彼等をしてその營を汚さしむべからず我その諸營の中に住なり
ତୁମ୍ଭେମାନେ ପୁରୁଷ ଓ ସ୍ତ୍ରୀ ଦୁହିଁଙ୍କୁ ବାହାର କରିବ, ତୁମ୍ଭେମାନେ ଛାଉଣିର ବାହାରେ ସେମାନଙ୍କୁ ରଖିବ; ସେମାନଙ୍କର ଯେଉଁ ଛାଉଣି ମଧ୍ୟରେ ଆମ୍ଭେ ବାସ କରୁ, ତାହା ସେମାନେ ଅଶୁଚି ନ କରନ୍ତୁ।”
4 イスラエルの子孫かく爲して之を營の外に出せりすなはちヱホバのモーセに告たまひし如くにイスラエルの子孫然なしぬ
ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହିରୂପ କଲେ, ପୁଣି, ଛାଉଣିର ବାହାରେ ସେମାନଙ୍କୁ ରଖିଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି କହିଲେ, ଇସ୍ରାଏଲ-ସନ୍ତାନଗଣ ସେପରି କଲେ।
5 ヱホバまたモーセに告て言たまはく
ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
6 イスラエルの子孫に告よ男または女もし人の犯す罪を犯してヱホバに悖りその身罪ある者とならば
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ମନୁଷ୍ୟମାନଙ୍କ ମଧ୍ୟରେ ପ୍ରଚଳିତ କୌଣସି ପାପ କରେ ଓ ସେହି ପ୍ରାଣୀ ଦଣ୍ଡନୀୟ ହୁଏ,
7 その犯せし罪を言あらはしその物の代價にその五分の一を加へてこれを己が罪を犯せる者に付してその償を爲べし
ତେବେ ସେ ଆପଣା କୃତ ପାପ ସ୍ୱୀକାର କରିବ ଓ ସମ୍ପୂର୍ଣ୍ଣ ରୂପେ ଆପଣା ଦୋଷ ସକାଶୁ କ୍ଷତିପୂରଣ ଦେବ ଓ ତହିଁର ପଞ୍ଚମାଂଶ ଅଧିକ ମିଶାଇ ଯାହା ବିରୁଦ୍ଧରେ ଦୋଷ କରିଅଛି, ତାହାକୁ ଦେବ।
8 然ど若その罪の償を受べき親戚その人にあらざる時はその罪の償をヱホバになして之を祭司に歸せしむべしまた彼のために用ひて贖をなすところの贖罪の牡羊も祭司に歸す
ମାତ୍ର ଯାହାକୁ ଦୋଷ ନିମନ୍ତେ କ୍ଷତିପୂରଣ ଦିଆଯାଇ ପାରେ, ଏପରି ମୁକ୍ତିକର୍ତ୍ତା ଜ୍ଞାତି ଯଦି ସେହି ଲୋକର ନ ଥାଏ, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଦୋଷାର୍ଥକ କ୍ଷତିପୂରଣ ଦିଆଯାଏ, ତାହା ଯାଜକର ହେବ; ତାହା ବ୍ୟତୀତ ଯଦ୍ଦ୍ୱାରା ତାହା ପାଇଁ ପ୍ରାୟଶ୍ଚିତ୍ତ କରାଯିବ, ସେହି ପ୍ରାୟଶ୍ଚିତ୍ତାର୍ଥକ ମେଷବଳି ହିଁ ଦେବାକୁ ହେବ।
9 イスラエルの子孫の擧祭となして祭司に携へ來る所の聖物は皆祭司に歸す
ପୁଣି, ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ପବିତ୍ର ବସ୍ତୁ ମଧ୍ୟରୁ ଯେତେ ଉତ୍ତୋଳନୀୟ ଉପହାର ଯାଜକ ନିକଟକୁ ଆଣନ୍ତି, ତାହାସବୁ ତାହାର ହେବ।
10 諸の人の聖別て献る物は祭司に歸し凡て人の祭司に付す物は祭司に歸するなり
ପ୍ରତ୍ୟେକ ମନୁଷ୍ୟର ଉତ୍ସର୍ଗିତ ପବିତ୍ର ବସ୍ତୁ ତାହାର ହେବ; ମନୁଷ୍ୟ ଯେକୌଣସି ବସ୍ତୁ ଯାଜକକୁ ଦିଏ, ତାହା ତାହାର ହେବ।”
11 ヱホバ、モーセに告て言たまはく
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
12 イスラエルの子孫に告てこれに言へ人の妻道ならぬ事を爲てその夫に罪を犯すあり
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ଭାର୍ଯ୍ୟା ଯଦି ବିପଥଗାମିନୀ ହୋଇ ତାହା ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ,
13 人かれと交合したるにその事夫の目にかくれて露顯ず彼その身を汚したれどこれが證人となる者なく彼またその時に執へられもせざるあり
ଅର୍ଥାତ୍‍, ଯଦି କୌଣସି ପୁରୁଷ ତାହା ସହିତ ସହବାସ କରେ ଓ ତାହା ତାହାର ସ୍ୱାମୀର ଦୃଷ୍ଟିରୁ ଅଗୋଚର ହୋଇ ଗୁପ୍ତ ହୁଏ ଓ ସେ ଅଶୁଚି ହୁଏ, ପୁଣି, ତାହା ବିରୁଦ୍ଧରେ କେହି ସାକ୍ଷୀ ନ ଥାଏ, କିଅବା ସେ କର୍ମ ସମୟରେ ଧରା ପଡ଼ି ନ ଥାଏ;
14 すなはち妻その身を汚したる事ありて夫猜疑の心を起してその妻を疑ふことあり又は妻その身を汚したる事なきに夫猜疑の心を起してその妻を疑ふことある時は
ଆଉ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୁଏ ଓ ଭାର୍ଯ୍ୟା ଅଶୁଚି ହେବାରୁ ତାହା ପ୍ରତି ଈର୍ଷାରେ ଜ୍ୱଳେ; ଅବା ଭାର୍ଯ୍ୟା ଅଶୁଚି ନୋହିଲେ ହେଁ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ତାହା ପ୍ରତି ଈର୍ଷାରେ ଜ୍ୱଳେ;
15 夫その妻を祭司の許に携へきたり大麥の粉一エパの十分の一をこれがために禮物として持きたるべしその上に油を灌べからずまた乳香を加ふべからず是は猜疑の禮物記念の禮物にして罪を誌えしむる者なればなり
ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍‍ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ।
16 祭司はまたその婦人を近く進ませてヱホバの前に立しめ
ଏଉତ୍ତାରେ ଯାଜକ ସେହି ସ୍ତ୍ରୀକୁ ନିକଟକୁ ଆଣି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ।
17 瓦の器に聖水を入れ幕屋の下の地の土を取てその水に放ち
ପୁଣି, ଯାଜକ ମୃତ୍ତିକା ପାତ୍ରରେ ପବିତ୍ର ଜଳ ନେବ ଓ ଯାଜକ ଆବାସର ଚଟାଣରୁ ଧୂଳି ନେଇ ସେହି ଜଳରେ ପକାଇବ।
18 其婦人をヱホバの前に立せ婦人にその頭を露さしめて記念の禮物すなはち猜疑の禮物をその手に持すべし而して祭司は詛を來らするとこるの苦き水を手に執り
ତହୁଁ ଯାଜକ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍‍ ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ତାହାର ହସ୍ତରେ ଦେବ; ପୁଣି, ଯାଜକ ଆପଣା ହସ୍ତରେ ଅଭିଶାପଜନକ ତିକ୍ତ ଜଳ ରଖିବ।
19 婦を誓せてこれに言べし人もし汝と寝たる事あらず汝また汝の夫を措て道ならぬ事を爲て汚穢に染しこと無ば詛を來する此苦水より害を受ること有ざれ
ଆଉ ଯାଜକ ସେହି ସ୍ତ୍ରୀକୁ ଶପଥ କରାଇ କହିବ, ଯଦି କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରି ନ ଥାଏ ଓ ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି କ୍ରିୟା କରି ନ ଥାଅ, ତେବେ ତୁମ୍ଭେ ଏହି ଅଭିଶାପଜନକ ତିକ୍ତ ଜଳରୁ ମୁକ୍ତ ହୁଅ।
20 然ど汝もし汝の夫を措き道ならぬ事を爲てその身を汚し汝の夫ならざる人と寝たる事あらば
ମାତ୍ର ଯଦି ତୁମ୍ଭେ ଆପଣା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇଥାଅ ଓ ତୁମ୍ଭେ ଅଶୁଚି ହୋଇଥାଅ, ପୁଣି, ତୁମ୍ଭ ସ୍ୱାମୀ ବ୍ୟତୀତ ଅନ୍ୟ କୌଣସି ପୁରୁଷ ତୁମ୍ଭ ସହିତ ଶୟନ କରିଥାଏ;
21 (祭司その婦人をして詛を來らする誓をなさしめて祭司その婦人に言べし)ヱホバ汝の腿を痩しめ汝の腹を脹れしめ汝をして汝の民の指て詛ふ者指て誓ふ者とならしめたまへ
ତେବେ ସଦାପ୍ରଭୁ ତୁମ୍ଭର ଊରୁ ଅବଶ କରାଇ ଓ ତୁମ୍ଭର ଉଦର ଫୁଲାଇ ତୁମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭଙ୍କୁ ଶପଥ ଓ ରାଣର ଫଳ ଭୋଗ କରାଉନ୍ତୁ;
22 また詛を來らするこの水汝の腸にいりて汝の腹を脹れさせ汝の腿を痩させんとその時婦人はアーメン、アーメンと言べし
ତହିଁରେ ଏହି ଅଭିଶାପଜନକ ଜଳ ତୁମ୍ଭ ଉଦର ଫୁଲାଇବାକୁ ଓ ଊରୁ ଅବଶ କରାଇବାକୁ ତୁମ୍ଭ ଉଦରରେ ପ୍ରବେଶ କରୁ; ଏହି ସକଳ କଥା କହି ଯାଜକ ରାଣଯୁକ୍ତ ଶପଥ ଦ୍ୱାରା ସେହି ସ୍ତ୍ରୀକୁ ଶପଥ କରାଇବ; ତହିଁରେ ସେହି ସ୍ତ୍ରୀ ଆମେନ୍‍ କହିବ।
23 而して祭司この詛を書に筆記しその苦水にて之を洗おとし
ପୁଣି, ଯାଜକ ସେହି ଅଭିଶାପର କଥା ନଳାକାର ପୁସ୍ତକରେ ଲେଖିବ ଓ ତାହା ପୋଛି ତିକ୍ତ ଜଳରେ ପକାଇବ।
24 婦人をしてその詛を來らする水を飮しむべしその詛を來らする水かれの中にいりて苦ならん
ତହୁଁ ସେ ସେହି ସ୍ତ୍ରୀକୁ ଅଭିଶାପଜନକ ତିକ୍ତ ଜଳ ପିଆଇବ; ତହିଁରେ ସେହି ଅଭିଶାପଜନକ ଜଳ ତାହା ଉଦରରେ ପ୍ରବେଶ କରି ତିକ୍ତ ହେବ।
25 祭司まづその婦人の手より猜疑の禮物を取りその禮物をヱホバの前に搖てこれを壇に持來り
ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ, ପୁଣି, ବେଦି ଉପରକୁ ଆଣିବ;
26 而して祭司其禮物の中より記念の分一握をとりて之を壇の上に焚き然る後婦人にその水を飮しむべし
ତହୁଁ ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ମୁଠିଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନେଇ ବେଦି ଉପରେ ଦଗ୍ଧ କରିବ ଓ ତହିଁ ଉତ୍ତାରେ ସେହି ସ୍ତ୍ରୀକୁ ସେହି ଜଳ ପାନ କରାଇବ।
27 その水を之に飮しめたる時はもしかれその身を汚し夫に罪を犯したる事あるに於てはその詛を來らする水かれの中に入て苦くなりその腹脹れその腿痩て自己はその民の指て詛ふ者とならん
ପୁଣି, ସେ ସେହି ସ୍ତ୍ରୀକୁ ଜଳ ପାନ କରାଇଲେ ଏପରି ହେବ, ଯଦି ସେହି ସ୍ତ୍ରୀ ଆପଣା ସ୍ୱାମୀ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅଶୁଚି ହୋଇଥାଏ, ତେବେ ସେହି ଅଭିଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ତିକ୍ତ ହେବ ଓ ତାହାର ଉଦର ଫୁଲିବ ଓ ତାହାର ଊରୁ ଅବଶ ହେବ; ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଅଭିଶାପ ସ୍ୱରୂପ ହେବ।
28 然ど彼もしその身を汚しし事あらずして潔からば害を受ずして能く子を生ん
ଆଉ ଯଦି ସେହି ସ୍ତ୍ରୀ ଅଶୁଚି ନ ହୋଇ ଶୁଚି ଥାଏ, ତେବେ ସେ ମୁକ୍ତ ହେବ ଓ ଗର୍ଭଧାରଣ କରିବ।
29 是すなはち猜疑の律法なり妻たる者その夫を措き道ならぬ事を爲て身を汚しし時
ଏହା ଈର୍ଷା ବିଷୟକ ବ୍ୟବସ୍ଥା, ଯଥା, ଭାର୍ଯ୍ୟା ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମିନୀ ହୋଇ ଅଶୁଚି ହେଲେ,
30 また夫たる者猜疑の心を起してその妻を疑ふ時はその婦人をヱホバの前におきて祭司その律法のごとく之に行ふべきなり
ଅବା କୌଣସି ପୁରୁଷ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ଆପଣା ଭାର୍ଯ୍ୟା ପ୍ରତି ଈର୍ଷାରେ ଜ୍ୱଳିଲେ, ସେ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି, ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ।
31 斯せば夫は罪なく妻はその罪を任ん
ତହିଁରେ ସେହି ପୁରୁଷ ଅପରାଧରୁ ମୁକ୍ତ ହେବ ଓ ସେହି ସ୍ତ୍ରୀ ଆପଣା ଆପଣା ଅପରାଧ ବୋହିବ।”

< 民数記 5 >