< 列王記Ⅰ 2 >

1 ダビデの死ぬ日が近づいたので、彼はその子ソロモンに命じて言った、
ଏଥିଉତ୍ତାରେ ଦାଉଦଙ୍କର ମରଣକାଳ ସନ୍ନିକଟ ହୁଅନ୍ତେ, ସେ ଆପଣା ପୁତ୍ର ଶଲୋମନଙ୍କୁ ଆଜ୍ଞା ଦେଇ କହିଲେ,
2 「わたしは世のすべての人の行く道を行こうとしている。あなたは強く、男らしくなければならない。
“ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି; ଏହେତୁ ତୁମ୍ଭେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର।
3 あなたの神、主のさとしを守り、その道に歩み、その定めと戒めと、おきてとあかしとを、モーセの律法にしるされているとおりに守らなければならない。そうすれば、あなたがするすべての事と、あなたの向かうすべての所で、あなたは栄えるであろう。
ତୁମ୍ଭେ ଯାହା ଯାହା କରିବ ଓ ଯେକୌଣସି ସ୍ଥାନକୁ ଯିବ, ସେହି ସବୁରେ ଯେପରି କୁଶଳ ପ୍ରାପ୍ତ ହୁଅ, ଏଥିପାଇଁ ମୋଶାଙ୍କ ବ୍ୟବସ୍ଥା-ଲିଖିତ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବିଧି ଓ ଆଜ୍ଞା ଓ ଶାସନ ଓ ପ୍ରମାଣ-ବାକ୍ୟ ପାଳନ କରି ତାହାଙ୍କ ପଥରେ ଚାଲ ଓ ତାହାଙ୍କର ରକ୍ଷଣୀୟ ରକ୍ଷା କର;
4 また主がさきにわたしについて語って『もしおまえの子たちが、その道を慎み、心をつくし、精神をつくして真実をもって、わたしの前に歩むならば、おまえに次いでイスラエルの位にのぼる人が、欠けることはなかろう』と言われた言葉を確実にされるであろう。
ତହିଁରେ ସଦାପ୍ରଭୁ ମୋʼ ବିଷୟରେ ଯାହା କହିଅଛନ୍ତି, ଯଥା, ‘ଯଦି ତୁମ୍ଭ ସନ୍ତାନମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ଆମ୍ଭ ଛାମୁରେ ସତ୍ୟାଚରଣ କରିବାକୁ ଆପଣା ଆପଣା ପଥରେ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ବସିବାକୁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ସେ ଆପଣାର ଏହି ବାକ୍ୟ ସଫଳ କରିବେ।’
5 またあなたはゼルヤの子ヨアブがわたしにした事、すなわち彼がイスラエルのふたりの軍の長ネルの子アブネルと、エテルの子アマサにした事を知っている。彼はこのふたりを殺して、戦争で流した地を太平の時に報い、罪のない者の血をわたしの腰のまわりの帯と、わたしの足のくつにつけた。
ଆହୁରି ସରୁୟାର ପୁତ୍ର ଯୋୟାବ ମୋʼ ପ୍ରତି ଯାହା କରିଅଛି, ପୁଣି, ଇସ୍ରାଏଲର ଦୁଇ ସେନାପତି, ନେର୍‍ର ପୁତ୍ର ଅବ୍‍ନର ଓ ଯେଥରର ପୁତ୍ର ଅମାସା ପ୍ରତି ଯାହା କରିଅଛି, ତାହା ତୁମ୍ଭେ ଜାଣ; ସେ ସେମାନଙ୍କୁ ବଧ କରି ସନ୍ଧି ସମୟରେ ଯୁଦ୍ଧ ସମୟର ନ୍ୟାୟ ରକ୍ତପାତ କଲା ଓ ସେହି ଯୁଦ୍ଧଯୋଗ୍ୟ ରକ୍ତ ଆପଣା କଟିସ୍ଥିତ ବନ୍ଧନୀରେ ଓ ପାଦସ୍ଥିତ ପାଦୁକାରେ ଲଗାଇଲା।
6 それゆえ、あなたの知恵にしたがって事を行い、彼のしらがを安らかに陰府に下らせてはならない。 (Sheol h7585)
ଏହେତୁ ତୁମ୍ଭେ ଆପଣା ଜ୍ଞାନାନୁସାରେ ତାହା ପ୍ରତି ବ୍ୟବହାର କର ଓ ତାହାର ପକ୍ୱକେଶ-ମସ୍ତକକୁ ଶାନ୍ତିରେ ପାତାଳକୁ ଯିବା ପାଇଁ ନ ଦିଅ। (Sheol h7585)
7 ただしギレアデびとバルジライの子らには恵みを施し、彼らをあなたの食卓で食事する人々のうちに加えなさい。彼らはわたしがあなたの兄弟アブサロムを避けて逃げた時、わたしを迎えてくれたからである。
ମାତ୍ର, ଗିଲୀୟଦୀୟ ବର୍ସିଲ୍ଲୟର ପୁତ୍ରମାନଙ୍କ ପ୍ରତି ଦୟା ପ୍ରକାଶ କର, ଆଉ, ତୁମ୍ଭ ମେଜରେ ଭୋଜନକାରୀମାନଙ୍କ ମଧ୍ୟରେ ସେମାନଙ୍କୁ ସ୍ଥାନ ଦିଅ; କାରଣ, ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାଇବା ସମୟରେ ସେମାନେ ସେପରି ମୋʼ ନିକଟକୁ ଆସିଥିଲେ।
8 またバホリムのベニヤミンびとゲラの子シメイがあなたと共にいる。彼はわたしがマハナイムへ行った時、激しいのろいの言葉をもってわたしをのろった。しかし彼がヨルダンへ下ってきて、わたしを迎えたので、わたしは主をさして彼に誓い、『わたしはつるぎをもってあなたを殺さない』と言った。
ଆଉ ଦେଖ, ତୁମ୍ଭ ନିକଟରେ ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମୀୟି ଅଛି; ମୁଁ ମହନୟିମକୁ ଯିବା ଦିନ ସେ ମୋତେ ଦାରୁଣ ଅଭିଶାପରେ ଅଭିଶାପ ଦେଇଥିଲା, ମାତ୍ର, ସେ ଯର୍ଦ୍ଦନ ନିକଟରେ ମୋତେ ଭେଟିବାକୁ ଆସିଥିଲା ଓ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଥିଲି, ମୁଁ ତୁମ୍ଭକୁ ଖଡ୍ଗରେ ବଧ କରିବି ନାହିଁ।
9 しかし彼を罪のない者としてはならない。あなたは知恵のある人であるから、彼になすべき事を知っている。あなたは彼のしらがを血に染めて陰府に下らせなければならない」。 (Sheol h7585)
ତୁମ୍ଭେ ତ ଜ୍ଞାନୀ ଲୋକ; ଏଣୁ ତାହାକୁ ନିରପରାଧ ମଣିବ ନାହିଁ; ଆଉ ତୁମ୍ଭର ତାହା ପ୍ରତି ଯାହା କର୍ତ୍ତବ୍ୟ, ତାହା ବୁଝିବ ଓ ତୁମ୍ଭେ ତାହାର ପକ୍ୱକେଶ-ମସ୍ତକ ରକ୍ତ ସହିତ ପାତାଳକୁ ଆଣିବ।” (Sheol h7585)
10 ダビデはその先祖と共に眠って、ダビデの町に葬られた。
ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ ଓ ଦାଉଦ-ନଗରରେ କବର ପାଇଲେ।
11 ダビデがイスラエルを治めた日数は四十年であった。すなわちヘブロンで七年、エルサレムで三十三年、王であった。
ଦାଉଦ ଇସ୍ରାଏଲ ଉପରେ ଚାଳିଶ ବର୍ଷ ରାଜ୍ୟ କଲେ; ସେ ସାତ ବର୍ଷ ହିବ୍ରୋଣରେ ରାଜ୍ୟ କଲେ ଓ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ।
12 このようにしてソロモンは父ダビデの位に座し、国は堅く定まった。
ଏଥିଉତ୍ତାରେ ଶଲୋମନ ଆପଣାର ପିତା ଦାଉଦଙ୍କର ସିଂହାସନରେ ଉପବିଷ୍ଟ ହେଲେ ଓ ତାଙ୍କର ରାଜ୍ୟ ଅତିଶୟ ଦୃଢ଼ ହେଲା।
13 さて、ハギテの子アドニヤがソロモンの母バテシバのところへきたので、バテシバは言った、「あなたは穏やかな事のためにきたのですか」。彼は言った、「穏やかな事のためです」。
ତହିଁରେ ହଗୀତର ପୁତ୍ର ଅଦୋନୀୟ ଶଲୋମନଙ୍କର ମାତା ବତ୍‍ଶେବା ନିକଟକୁ ଆସନ୍ତେ, ସେ ପଚାରିଲେ, “କୁଶଳରେ ଆସିଲ?” ସେ ଉତ୍ତର କଲା, “କୁଶଳରେ।”
14 彼はまた言った、「あなたに申しあげる事があります」。バテシバは言った、「言いなさい」。
ସେ ଆହୁରି କହିଲା, “ମୋହର ତୁମ୍ଭକୁ କିଛି କହିବାର ଅଛି।” ବତ୍‍ଶେବା କହିଲେ, “କୁହ।”
15 彼は言った、「ごぞんじのように、国はわたしのもので、イスラエルの人は皆わたしが王になるものと期待していました。しかし国は転じて、わたしの兄弟のものとなりました。彼のものとなったのは、主から出たことです。
ତହୁଁ ସେ କହିଲା, “ତୁମ୍ଭେ ଜାଣ ଯେ, ରାଜ୍ୟ ମୋହର ଥିଲା ଓ ମୁଁ ରାଜ୍ୟ କରିବି ବୋଲି ସମଗ୍ର ଇସ୍ରାଏଲ ମୋʼ ପ୍ରତି ଅନାଇଥିଲେ; ଯାହାହେଉ, ରାଜ୍ୟ ବଦଳି ଯାଇ ମୋʼ ଭାଇଙ୍କର ହୋଇଅଛି; କାରଣ, ତାହା ସଦାପ୍ରଭୁଙ୍କ ଆଡ଼ୁ ତାଙ୍କର ଥିଲା।
16 今わたしはあなたに一つのお願いがあります。断らないでください」。バテシバは彼に言った、「言いなさい」。
ଏଣୁ ଏବେ ମୁଁ ତୁମ୍ଭକୁ ଗୋଟିଏ ନିବେଦନ କରୁଅଛି, ମୋତେ ମନା ନ କର।” ବତ୍‍ଶେବା ତାହାକୁ କହିଲେ, “କୁହ।”
17 彼は言った、「どうかソロモン王に請うて、王はあなたに断るようなことはないでしょうからシュナミびとアビシャグをわたしに与えて妻にさせてください」。
ତହୁଁ ସେ କହିଲା, “ତୁମ୍ଭେ ଅନୁଗ୍ରହ କରି ଶୁନେମୀୟା ଅବୀଶଗକୁ ମୋʼ ସଙ୍ଗେ ବିବାହ ଦେବା ପାଇଁ ଶଲୋମନ ରାଜାଙ୍କୁ କୁହ, ସେ ତ ତୁମ୍ଭକୁ ନାସ୍ତି କରିବେ ନାହିଁ।”
18 バテシバは言った、「よろしい。わたしはあなたのために王に話しましょう」。
ଏଥିରେ ବତ୍‍ଶେବା କହିଲେ, “ଭଲ; ମୁଁ ତୁମ୍ଭ ପାଇଁ ରାଜାଙ୍କୁ କହିବି।”
19 バテシバはアドニヤのためにソロモン王に話すため、王のもとへ行った。王は立って迎え、彼女を拝して王座に着き、王母のために座を設けさせたので、彼女は王の右に座した。
ଏହେତୁ ବତ୍‍ଶେବା ଅଦୋନୀୟ ନିମନ୍ତେ କହିବା ପାଇଁ ଶଲୋମନ ରାଜାଙ୍କ ନିକଟକୁ ଗଲେ। ତହୁଁ ରାଜା ତାଙ୍କୁ ଭେଟିବା ପାଇଁ ଉଠି ପ୍ରଣାମ କଲେ ଓ ଆପଣା ସିଂହାସନରେ ବସି ରାଜମାତାଙ୍କ ନିମନ୍ତେ ଆସନ ରଖାଇଲେ; ତହିଁରେ ସେ ତାଙ୍କର ଦକ୍ଷିଣ ପାଖରେ ବସିଲେ।
20 そこでバテシバは言った、「あなたに一つの小さいお願いがあります。お断りにならないでください」。王は彼女に言った、「母上よ、あなたの願いを言ってください。わたしは断らないでしょう」。
ତେବେ ସେ କହିଲେ, “ତୁମ୍ଭଠାରେ ମୋହର ଏକ କ୍ଷୁଦ୍ର ନିବେଦନ ଅଛି; ମୋତେ ନାସ୍ତି ନ କର।” ତହୁଁ ରାଜା ତାଙ୍କୁ କହିଲେ, “ମୋହର ମାତା, କୁହ; କାରଣ, ମୁଁ ତୁମ୍ଭକୁ ନାସ୍ତି କରିବି ନାହିଁ।”
21 彼女は言った、「どうぞ、シュナミびとアビシャグをあなたの兄弟アドニヤに与えて、妻にさせてください」。
ଏଥିରେ ସେ କହିଲେ, “ଶୁନେମୀୟା ଅବୀଶଗକୁ ତୁମ୍ଭ ଭାଇ ଅଦୋନୀୟ ସହିତ ବିବାହ ଦିଆଯାଉ।”
22 ソロモン王は答えて母に言った、「どうしてアドニヤのためにシュナミびとアビシャグを求められるのですか。彼のためには国をも求めなさい。彼はわたしの兄で、彼の味方には祭司アビヤタルとゼルヤの子ヨアブがいるのですから」。
ତହୁଁ ଶଲୋମନ ରାଜା ଉତ୍ତର କରି ଆପଣା ମାତାଙ୍କୁ କହିଲେ, “ତୁମ୍ଭେ ଅଦୋନୀୟ ନିମନ୍ତେ ଶୁନେମୀୟା ଅବୀଶଗକୁ କାହିଁକି ମାଗୁଅଛ? ତାହା ପାଇଁ ରାଜ୍ୟ ମଧ୍ୟ ମାଗ, କାରଣ, ସେ ତ ମୋହର ବଡ଼ ଭାଇ; ହଁ ତାହା ପାଇଁ, ପୁଣି, ଅବୀୟାଥର ଯାଜକ ଓ ସରୁୟାର ପୁତ୍ର ଯୋୟାବ ପାଇଁ ମଧ୍ୟ ମାଗ।”
23 そしてソロモン王は主をさして誓って言った、「もしアドニヤがこの言葉によって自分の命を失うのでなければ、どんなにでもわたしを罰してください。
ସେତେବେଳେ ଶଲୋମନ ରାଜା ସଦାପ୍ରଭୁଙ୍କ ନାମରେ ଶପଥ କରି କହିଲେ, “ଯେବେ ଅଦୋନୀୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।
24 わたしを立てて、父ダビデの位にのぼらせ、主が約束されたように、わたしに一家を与えてくださった主は生きておられる。アドニヤはきょう殺されなければならない」。
ଏହେତୁ ଯେଉଁ ସଦାପ୍ରଭୁ ନିଜ ପ୍ରତିଜ୍ଞାନୁସାରେ ମୋତେ ସୁସ୍ଥିର କରି ମୋʼ ପିତା ଦାଉଦଙ୍କ ସିଂହାସନରେ ମୋତେ ବସାଇ ଅଛନ୍ତି ଓ ଯେ ମୋʼ ଗୃହ ଦୃଢ଼ କରିଅଛନ୍ତି, ତାହାଙ୍କ ଜୀବିତ ଥିବା ପ୍ରମାଣେ ଅଦୋନୀୟ ନିଶ୍ଚୟ ଆଜି ହତ ହେବ।”
25 ソロモン王はエホヤダの子ベナヤをつかわしたので、彼はアドニヤを撃って殺した。
ଏଉତ୍ତାରେ ଶଲୋମନ ରାଜା ଯିହୋୟାଦାର ପୁତ୍ର ବନାୟକୁ ପଠାଇଲେ; ତହୁଁ ସେ ତାହାକୁ ଆକ୍ରମଣ କରନ୍ତେ, ସେ ମଲା।
26 王はまた祭司アビヤタルに言った、「あなたの領地アナトテへ行きなさい。あなたは死に当る者ですが、さきにわたしの父ダビデの前に神、主の箱をかつぎ、またすべてわたしの父が受けた苦しみを、あなたも共に苦しんだので、わたしは、きょうは、あなたを殺しません」。
ଏଥିଉତ୍ତାରେ ରାଜା ଅବୀୟାଥର ଯାଜକଙ୍କୁ କହିଲେ, “ତୁମ୍ଭେ ଅନାଥୋତ୍‍କୁ ଆପଣା କ୍ଷେତ୍ରକୁ ଯାଅ; କାରଣ, ତୁମ୍ଭେ ମୃତ୍ୟୁୁଯୋଗ୍ୟ; ମାତ୍ର, ମୁଁ ତୁମ୍ଭକୁ ବର୍ତ୍ତମାନ ବଧ କରିବି ନାହିଁ, ଯେହେତୁ ତୁମ୍ଭେ ମୋʼ ପିତା ଦାଉଦଙ୍କ ସମ୍ମୁଖରେ ପ୍ରଭୁ ସଦାପ୍ରଭୁଙ୍କ ସିନ୍ଦୁକ ବହିଥିଲ, ଆହୁରି ମୋʼ ପିତାଙ୍କ ସମସ୍ତ ଦୁଃଖଭୋଗରେ ଦୁଃଖଭୋଗ କରିଥିଲ।”
27 そしてソロモンはアビヤタルを主の祭司職から追放した。こうして主がシロでエリの家について言われた主の言葉が成就した。
ଏନିମନ୍ତେ ସଦାପ୍ରଭୁ ଶୀଲୋରେ ଏଲିର ବଂଶ ବିଷୟରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟ ସିଦ୍ଧ କରିବା ପାଇଁ ଶଲୋମନ ଅବୀୟାଥରକୁ ସଦାପ୍ରଭୁଙ୍କ ଯାଜକ କର୍ମରୁ ଦୂର କରିଦେଲେ।
28 さてこの知らせがヨアブに達したので、ヨアブは主の幕屋にのがれて、祭壇の角をつかんだ。ヨアブはアブサロムを支持しなかったけれども、アドニヤを支持したからである。
ଏଉତ୍ତାରେ ଯୋୟାବ ନିକଟରେ ସମ୍ବାଦ ଉପସ୍ଥିତ ହେଲା, କାରଣ ଯୋୟାବ ଯଦ୍ୟପି ଅବଶାଲୋମର ଅନୁଗାମୀ ହେବା ପାଇଁ ବିପଥଗାମୀ ହୋଇ ନ ଥିଲା, ତଥାପି ଅଦୋନୀୟର ଅନୁଗାମୀ ହେବା ପାଇଁ ବିପଥଗାମୀ ହେଲା। ସେଥିସକାଶୁ ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।
29 ヨアブが主の幕屋にのがれて、祭壇のかたわらにいることを、ソロモン王に告げる者があったので、ソロモン王はエホヤダの子ベナヤをつかわし、「行って彼を撃て」と言った。
ଏଉତ୍ତାରେ ଦେଖ, “ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ବେଦି ନିକଟରେ ଅଛି,” ଏହି ସମ୍ବାଦ ଶଲୋମନ ରାଜାଙ୍କୁ ଦିଆଯାଆନ୍ତେ, ସେ ଯିହୋୟାଦାର ପୁତ୍ର ବନାୟକୁ ପଠାଇ କହିଲେ, ଯାଅ, ତାକୁ ଆକ୍ରମଣ କର।
30 ベナヤは主の幕屋へ行って彼に言った、「王はあなたに、出て来るようにと申されます」。しかし彼は言った、「いや、わたしはここで死にます」。ベナヤは王に復命して言った、「ヨアブはこう申しました。またわたしにこう答えました」。
ତହିଁରେ ବନାୟ ସଦାପ୍ରଭୁଙ୍କ ତମ୍ବୁକୁ ଯାଇ ତାହାକୁ କହିଲା, “ରାଜା କହିଅଛନ୍ତି, ବାହାରକୁ ଆସ।” ମାତ୍ର ସେ କହିଲା, “ନା, ମୁଁ ଏଠାରେ ମରିବି।” ଏଥିରେ ବନାୟ ପୁଣି, ରାଜାଙ୍କ ନିକଟକୁ ସମ୍ବାଦ ଆଣି କହିଲା, “ଯୋୟାବ ଏପରି କହିଲା ଓ ମୋତେ ଏପରି ଉତ୍ତର ଦେଲା।”
31 そこで王はベナヤに言った、「彼が言うようにし、彼を撃ち殺して葬り、ヨアブがゆえなく流した血のとがをわたしと、わたしの父の家から除き去りなさい。
ତେବେ ରାଜା ତାହାକୁ କହିଲେ, “ସେ ଯେପରି କହିଅଛି, ସେପରି କର, ତାହାକୁ ଆଘାତ କର ଓ ତାହାକୁ କବର ଦିଅ; ତହିଁରେ ଯୋୟାବ ଅକାରଣରେ ଯେଉଁ ରକ୍ତପାତ କରିଅଛି, ତହିଁର ଅପରାଧ ତୁମ୍ଭେ ମୋʼ ଠାରୁ ଓ ମୋʼ ପିତୃଗୃହରୁ ଦୂର କରିବ।
32 主はまたヨアブが血を流した行為を、彼自身のこうべに報いられるであろう。これは彼が自分よりも正しいすぐれたふたりの人、すなわちイスラエルの軍の長ネルの子アブネルと、ユダの軍の長エテルの子アマサを、つるぎをもって撃ち殺し、わたしの父ダビデのあずかり知らない事をしたからである。
ପୁଣି, ସଦାପ୍ରଭୁ ତାହାର ରକ୍ତପାତର ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତାଇବେ, କାରଣ, ସେ ମୋʼ ପିତା ଦାଉଦଙ୍କ ଅଜ୍ଞାତସାରରେ ଆପଣାଠାରୁ ଧାର୍ମିକ ଓ ଉତ୍ତମ, ଇସ୍ରାଏଲର ସେନାପତି ନେର୍‍ର ପୁତ୍ର ଅବ୍‍ନର ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା, ଏ ଦୁଇ ଜଣଙ୍କୁ ଆକ୍ରମଣ କରି ଖଡ୍ଗରେ ବଧ କରିଥିଲା।
33 それゆえ、彼らの血は永遠にヨアブのこうべと、その子孫のこうべに帰すであろう。しかしダビデと、その子孫と、その家と、その位とには、主から賜わる平安が永久にあるであろう」。
ତହୁଁ ସେମାନଙ୍କ ରକ୍ତପାତର ଅପରାଧ ଯୋୟାବର ମସ୍ତକରେ ଓ ସଦାକାଳ ତାହାର ବଂଶର ମସ୍ତକରେ ବର୍ତ୍ତିବ; ମାତ୍ର ଦାଉଦଙ୍କ ପ୍ରତି ଓ ତାଙ୍କ ବଂଶ ପ୍ରତି ଓ ତାଙ୍କ ଗୃହ ପ୍ରତି ଓ ତାଙ୍କ ସିଂହାସନ ପ୍ରତି, ସଦାପ୍ରଭୁଙ୍କଠାରୁ ସଦାକାଳ ଶାନ୍ତି ବର୍ତ୍ତିବ।”
34 そこでエホヤダの子ベナヤは上っていって、彼を撃ち殺した。彼は荒野にある自分の家に葬られた。
ଏଉତ୍ତାରେ ଯିହୋୟାଦାର ପୁତ୍ର ବନାୟ ଯାଇ ତାହାକୁ ଆକ୍ରମଣ କରି ବଧ କଲା ଓ ପ୍ରାନ୍ତରସ୍ଥ ତାହାର ନିଜ ଗୃହରେ ତାହାକୁ କବର ଦିଆଗଲା।
35 王はエホヤダの子ベナヤを、ヨアブに代って軍の長とした。王はまた祭司ザドクをアビヤタルに代らせた。
ପୁଣି, ରାଜା ତାହାର ପଦରେ ଯିହୋୟାଦାର ପୁତ୍ର ବନାୟକୁ ସେନାପତି କରି ନିଯୁକ୍ତ କଲେ ଓ ରାଜା ଅବୀୟାଥର ପଦରେ ସାଦୋକଙ୍କୁ ଯାଜକ କରି ନିଯୁକ୍ତ କଲେ।
36 また王は人をつかわし、シメイを召して言った、「あなたはエルサレムのうちに、自分のために家を建てて、そこに住み、そこからどこへも出てはならない。
ଏଉତ୍ତାରେ ରାଜା ଲୋକ ପଠାଇ ଶିମୀୟିକୁ ଡକାଇ କହିଲେ, “ଯିରୂଶାଲମରେ ଆପଣା ପାଇଁ ଏକ ଗୃହ ନିର୍ମାଣ କରି ସେଠାରେ ବାସ କର, ଆଉ ସେଠାରୁ ଅନ୍ୟ କୌଣସି ସ୍ଥାନକୁ ଯାଅ ନାହିଁ।
37 あなたが出て、キデロン川を渡る日には必ず殺されることを、しかと知らなければならない。あなたの血はあなたのこうべに帰すであろう」。
କାରଣ, ତୁମ୍ଭେ ଯେଉଁ ଦିନ ବାହାରି କିଦ୍ରୋଣ ନଦୀ ପାର ହେବ; ସେହି ଦିନ ତୁମ୍ଭେ ନିତାନ୍ତ ମରିବ, ଏହା ନିଶ୍ଚୟ ଜାଣ; ତୁମ୍ଭ ରକ୍ତପାତର ଅପରାଧ ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ।”
38 シメイは王に言った、「お言葉は結構です。王、わが主の仰せられるとおりに、しもべはいたしましょう」。こうしてシメイは久しくエルサレムに住んだ。
ତହିଁରେ ଶିମୀୟି ରାଜାଙ୍କୁ କହିଲା, “ଏ ଉତ୍ତମ କଥା; ମୋʼ ପ୍ରଭୁ ମହାରାଜ ଯେପରି କହିଅଛନ୍ତି, ଆପଣଙ୍କ ଦାସ ସେପରି କରିବ।” ଏଣୁ ଶିମୀୟି ଅନେକ ଦିନ ଯିରୂଶାଲମରେ ବାସ କଲା।
39 ところが三年の後、シメイのふたりの奴隷が、ガテの王マアカの子アキシのところへ逃げ去った。人々がシメイに告げて、「ごらんなさい、あなたの奴隷はガテにいます」と言ったので、
ଏଥିଉତ୍ତାରେ ତିନି ବର୍ଷ ଶେଷରେ ଶିମୀୟିର ଦାସମାନଙ୍କ ମଧ୍ୟରୁ ଦୁଇ ଜଣ ମାଖାର ପୁତ୍ର ଗାଥୀୟ ରାଜା ଆଖୀଶ୍‍ ନିକଟକୁ ପଳାଇଲେ। ଏଥିରେ ଲୋକେ ଶିମୀୟିକୁ ଜଣାଇ କହିଲେ, “ଦେଖ, ତୁମ୍ଭ ଦାସମାନେ ଗାଥ୍‍ ନଗରରେ ଅଛନ୍ତି।”
40 シメイは立って、ろばにくらを置き、ガテのアキシのところへ行って、その奴隷を尋ねた。すなわちシメイは行ってその奴隷をガテから連れてきたが、
ତହୁଁ ଶିମୀୟି ଉଠି ଗର୍ଦ୍ଦଭ ସଜାଇ ଆପଣା ଦାସମାନଙ୍କୁ ଅନ୍ୱେଷଣ କରିବା ପାଇଁ ଗାଥ୍‍ ନଗରକୁ ଆଖୀଶ୍‍ ନିକଟକୁ ଗଲା; ପୁଣି, ଶିମୀୟି ଯାଇ ଗାଥ୍‍ରୁ ଆପଣା ଦାସମାନଙ୍କୁ ଆଣିଲା।
41 シメイがエルサレムからガテへ行って帰ったことがソロモン王に聞えたので、
ତହୁଁ ଶଲୋମନଙ୍କୁ ସମ୍ବାଦ ଦିଆଗଲା ଯେ, “ଶିମୀୟି ଯିରୂଶାଲମରୁ ଗାଥ୍‍କୁ ଯାଇଥିଲା, ପୁଣି, ଫେରି ଆସିଅଛି।”
42 王は人をつかわし、シメイを召して言った、「わたしはあなたに主をさして誓わせ、かつおごそかにあなたを戒めて、『あなたが出て、どこかへ行く日には、必ず殺されることを、しかと知らなければならない』と言ったではないか。そしてあなたは、わたしに『お言葉は結構です。従います』と言った。
ଏଥିରେ ରାଜା ଲୋକ ପଠାଇ ଶିମୀୟିକୁ ଡକାଇ ତାହାକୁ କହିଲେ, “ତୁମ୍ଭେ ଯେଉଁ ଦିନ ବାହାରି ଅନ୍ୟ କୌଣସି ସ୍ଥାନରେ ଭ୍ରମଣ କରିବ, ସେହି ଦିନ ତୁମ୍ଭେ ନିତାନ୍ତ ମରିବ, ‘ଏହା ନିଶ୍ଚୟ ଜାଣ, ମୁଁ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଶପଥ କରାଇ ତୁମ୍ଭ ବିପକ୍ଷରେ କʼଣ ଏହି ସାକ୍ଷ୍ୟ ଦେଇ ନାହିଁ?’ ଆଉ ତୁମ୍ଭେ ମୋତେ କହିଥିଲ, ‘ମୁଁ ଯେଉଁ କଥା ଶୁଣିଲି, ତାହା ଉତ୍ତମ।’
43 ところで、あなたはなぜ主に対する誓いと、わたしが命じた命令を守らなかったのか」。
ତେବେ ତୁମ୍ଭେ ସଦାପ୍ରଭୁଙ୍କ ଶପଥ ଓ ତୁମ୍ଭକୁ ଦତ୍ତ ମୋହର ଆଜ୍ଞା କାହିଁକି ପାଳନ ନ କଲ?”
44 王はまたシメイに言った、「あなたは自分の心に、あなたがわたしの父ダビデにしたもろもろの悪を知っている。主はあなたの悪をあなたのこうべに報いられるであろう。
ରାଜା ଆହୁରି ଶିମୀୟିକୁ କହିଲେ, “ମୋହର ପିତା ଦାଉଦଙ୍କ ପ୍ରତି ତୁମ୍ଭର କୃତ ଯେସକଳ ଦୁଷ୍ଟତା ବିଷୟ ତୁମ୍ଭ ମନ ପ୍ରମାଣ ଦିଏ, ତାହା ତୁମ୍ଭେ ଜାଣୁଅଛ; ଏହେତୁ ସଦାପ୍ରଭୁ ତୁମ୍ଭ ଦୁଷ୍ଟତା ତୁମ୍ଭ ନିଜ ମସ୍ତକରେ ବର୍ତ୍ତାଇବେ।
45 しかしソロモン王は祝福をうけ、ダビデの位は永久に主の前に堅く立つであろう」。
ମାତ୍ର, ଶଲୋମନ ରାଜା ଆଶୀର୍ବାଦ ପ୍ରାପ୍ତ ହେବ ଓ ସଦାପ୍ରଭୁଙ୍କ ସମ୍ମୁଖରେ ଦାଉଦଙ୍କ ସିଂହାସନ ଅନନ୍ତକାଳ ସ୍ଥିରୀକୃତ ହେବ।”
46 王がエホヤダの子ベナヤに命じたので、彼は出ていってシメイを撃ち殺した。こうして国はソロモンの手に堅く立った。
ଏଉତ୍ତାରେ ରାଜା ଯିହୋୟାଦାର ପୁତ୍ର ବନାୟକୁ ଆଜ୍ଞା କରନ୍ତେ, ସେ ଯାଇ ତାହାକୁ ଆକ୍ରମଣ କଲା, ତହୁଁ ସେ ମଲା। ଏହିରୂପେ ଶଲୋମନଙ୍କ ହସ୍ତରେ ରାଜ୍ୟ ଦୃଢ଼ ହେଲା।

< 列王記Ⅰ 2 >