< サムエル記Ⅰ 23 >

1 さて人々はダビデに告げて言った、「ペリシテびとがケイラを攻めて、打ち場の穀物をかすめています」。
ଏଥିଉତ୍ତାରେ ଲୋକମାନେ ଦାଉଦଙ୍କୁ ଜଣାଇ କହିଲେ, ଦେଖ, ପଲେଷ୍ଟୀୟମାନେ କିୟୀଲା ନଗର ବିରୁଦ୍ଧରେ ଯୁଦ୍ଧ କରି ଖଳାରୁ ଶସ୍ୟ ଲୁଟୁଅଛନ୍ତି।
2 そこでダビデは主に問うて言った、「わたしが行って、このペリシテびとを撃ちましょうか」。主はダビデに言われた、「行ってペリシテびとを撃ち、ケイラを救いなさい」。
ଏନିମନ୍ତେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, “ମୁଁ ଯାଇ କି ଏହି ପଲେଷ୍ଟୀୟମାନଙ୍କୁ ଆଘାତ କରିବି?” ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, “ଯାଅ, ପଲେଷ୍ଟୀୟମାନଙ୍କୁ ଆଘାତ କରି କିୟୀଲାକୁ ଉଦ୍ଧାର କର।”
3 しかしダビデの従者たちは彼に言った、「われわれは、ユダのここにおってさえ、恐れているのに、ましてケイラへ行って、ペリシテびとの軍に当ることができましょうか」。
ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, “ଦେଖ, ଆମ୍ଭେମାନେ ଏ ଯିହୁଦା ଦେଶରେ ଭୟ କରୁଅଛୁ; ଯେବେ ପଲେଷ୍ଟୀୟମାନଙ୍କ ସୈନ୍ୟଗଣ ବିରୁଦ୍ଧରେ କିୟୀଲାକୁ ଯିବା, ତେବେ କେତେ ଅଧିକ ଭୟ ନ କରିବା?”
4 ダビデが重ねて主に問うたところ、主は彼に答えて言われた、「立って、ケイラへ下りなさい。わたしはペリシテびとをあなたの手に渡します」。
ତେଣୁ ଦାଉଦ ସଦାପ୍ରଭୁଙ୍କୁ ପୁନର୍ବାର ପଚାରିଲେ। ତହିଁରେ ସଦାପ୍ରଭୁ ଉତ୍ତର ଦେଇ କହିଲେ, “ଉଠ, କିୟୀଲାକୁ ଯାଅ; କାରଣ ଆମ୍ଭେ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”
5 ダビデとその従者たちはケイラへ行って、ペリシテびとと戦い、彼らの家畜を奪いとり、彼らを多く撃ち殺した。こうしてダビデはケイラの住民を救った。
ଏଥିରେ ଦାଉଦ ଓ ତାଙ୍କର ଲୋକମାନେ କିୟୀଲାକୁ ଯାଇ ପଲେଷ୍ଟୀୟମାନଙ୍କ ସଙ୍ଗରେ ଯୁଦ୍ଧ କଲେ ଓ ସେମାନଙ୍କ ପଶୁଗଣକୁ ନେଇଗଲେ ଓ ମହାସଂହାରରେ ସେମାନଙ୍କୁ ସଂହାର କଲେ। ଏହିରୂପେ ଦାଉଦ କିୟୀଲା ନିବାସୀମାନଙ୍କୁ ଉଦ୍ଧାର କଲେ।
6 アヒメレクの子アビヤタルは、ケイラにいるダビデのもとにのがれてきた時、手にエポデをもって下ってきた。
ଯେତେବେଳେ ଅହୀମେଲକ୍‍ର ପୁତ୍ର ଅବୀୟାଥର କିୟୀଲାକୁ ଦାଉଦଙ୍କ କତିକି ପଳାଇ ଆସିଥିଲା, ସେତେବେଳେ ଏକ ଏଫୋଦ ହାତରେ ନେଇ ଆସିଥିଲା।
7 さてダビデのケイラにきたことがサウルに聞えたので、サウルは言った、「神はわたしの手に彼をわたされた。彼は門と貫の木のある町にはいって、自分で身を閉じこめたからである」。
ପୁଣି, ଦାଉଦ କିୟୀଲାକୁ ଆସିଅଛି ବୋଲି ଶାଉଲଙ୍କୁ କୁହାଯାଆନ୍ତେ, ଶାଉଲ କହିଲେ, “ପରମେଶ୍ୱର ତାହାକୁ ମୋʼ ହସ୍ତରେ ପରିତ୍ୟାଗ କରିଅଛନ୍ତି; ଯେହେତୁ ସେ ଦ୍ୱାର ଓ ଅର୍ଗଳବିଶିଷ୍ଟ ନଗରରେ ପ୍ରବେଶ କରିବା ହେତୁରୁ ଅବରୁଦ୍ଧ ହୋଇଅଛି।”
8 そこでサウルはすべての民を戦いに呼び集めて、ケイラに下り、ダビデとその従者を攻め囲もうとした。
ଏଥିରେ କିୟୀଲାକୁ ଯାଇ ଦାଉଦଙ୍କୁ ଓ ତାଙ୍କର ଲୋକମାନଙ୍କୁ ଘେରିବା ପାଇଁ ଶାଉଲ ଆପଣାର ସମସ୍ତ ଲୋକଙ୍କୁ ଯୁଦ୍ଧକୁ ଡକାଇଲେ।
9 ダビデはサウルが自分に害を加えようとしているのを知って、祭司アビヤタルに言った、「エポデを持ってきてください」。
ପୁଣି, ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରତିକୂଳରେ ମନ୍ଦ କଳ୍ପନା କରିଅଛନ୍ତି; ଏଣୁ ସେ ଅବୀୟାଥର ଯାଜକକୁ କହିଲେ, “ଏଠାକୁ ଏଫୋଦ ଆଣ।”
10 そしてダビデは言った、「イスラエルの神、主よ、しもべはサウルがケイラにきて、わたしのために、この町を滅ぼそうとしていることを確かに聞きました。
ତେବେ ଦାଉଦ କହିଲେ, ହେ ସଦାପ୍ରଭୋ, “ଇସ୍ରାଏଲର ପରମେଶ୍ୱର, ଶାଉଲ କିୟୀଲାକୁ ଆସି ମୋʼ ସକାଶେ ସେହି ନଗର ଉଚ୍ଛିନ୍ନ କରିବାକୁ ଚାହୁଁଅଛନ୍ତି ବୋଲି ତୁମ୍ଭ ଦାସ ନିଶ୍ଚିତ ରୂପେ ଶୁଣିଅଛି।
11 ケイラの人々はわたしを彼の手に渡すでしょうか。しもべの聞いたように、サウルは下ってくるでしょうか。イスラエルの神、主よ、どうぞ、しもべに告げてください」。主は言われた、「彼は下って来る」。
କିୟୀଲା ନିବାସୀମାନେ କʼଣ ମୋତେ ତାଙ୍କ ହସ୍ତରେ ସମର୍ପି ଦେବେ? ତୁମ୍ଭ ଦାସ ଯେପରି ଶୁଣିଅଛି, ସେପରି କʼଣ ଶାଉଲ ଆସିବେ? ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ଆପଣା ଦାସକୁ ଏହା ଜଣାଅ।” ତହିଁରେ ସଦାପ୍ରଭୁ କହିଲେ, “ସେ ଆସିବ।”
12 ダビデは言った、「ケイラの人々はわたしと従者たちをサウルの手にわたすでしょうか」。主は言われた、「彼らはあなたがたを渡すであろう」。
ତେବେ ଦାଉଦ କହିଲେ, “କିୟୀଲା ନିବାସୀମାନେ ମୋତେ ଓ ମୋʼ ଲୋକମାନଙ୍କୁ କʼଣ ଶାଉଲଙ୍କ ହସ୍ତରେ ସମର୍ପଣ କରିବେ?” ତହିଁରେ ସଦାପ୍ରଭୁ କହିଲେ, “ସେମାନେ ତୁମ୍ଭକୁ ସମର୍ପଣ କରିବେ।”
13 そこでダビデとその六百人ほどの従者たちは立って、ケイラを去り、いずこともなくさまよった。ダビデのケイラから逃げ去ったことがサウルに聞えたので、サウルは戦いに出ることをやめた。
ତହୁଁ ଦାଉଦ ଓ ତାଙ୍କର ଊଣାଧିକ ଛଅ ଶହ ଲୋକ ଉଠି କିୟୀଲାରୁ ପ୍ରସ୍ଥାନ କଲେ ଓ ଯେଉଁଠାକୁ ଯାଇ ପାରିଲେ, ସେଠାକୁ ଗଲେ। ଏଥିରେ ଦାଉଦ କିୟୀଲାରୁ ପଳାଇ ଯାଇଅଛି ବୋଲି ଶାଉଲଙ୍କୁ କୁହାଗଲା; ତେଣୁ ସେ ଯିବାରୁ କ୍ଷାନ୍ତ ହେଲେ।
14 ダビデは荒野にある要害におり、またジフの荒野の山地におった。サウルは日々に彼を尋ね求めたが、神は彼をその手に渡されなかった。
ଏଥିଉତ୍ତାରେ ଦାଉଦ ପ୍ରାନ୍ତରସ୍ଥ ନାନା ଦୁର୍ଗମ ସ୍ଥାନରେ ବାସ କରି ସୀଫ୍‍ ପ୍ରାନ୍ତରସ୍ଥ ପର୍ବତମୟ ଦେଶରେ ରହିଲେ। ପୁଣି, ଶାଉଲ ପ୍ରତିଦିନ ତାଙ୍କର ଅନ୍ୱେଷଣ କଲେ, ମାତ୍ର ପରମେଶ୍ୱର ତାଙ୍କୁ ତାଙ୍କ ହାତରେ ଦେଲେ ନାହିଁ।
15 さてダビデはサウルが自分の命を求めて出てきたので恐れた。その時ダビデはジフの荒野のホレシにいたが、
ଏଉତ୍ତାରେ ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରାଣ ନେବା ପାଇଁ ବାହାର ହୋଇ ଆସିଅଛନ୍ତି; ସେସମୟରେ ଦାଉଦ ସୀଫ୍‍ ପ୍ରାନ୍ତରସ୍ଥ ବଣରେ ଥିଲେ।
16 サウルの子ヨナタンは立って、ホレシにいるダビデのもとに行き、神によって彼を力づけた。
ଏଣୁ ଶାଉଲଙ୍କର ପୁତ୍ର ଯୋନାଥନ ଉଠି ଦାଉଦଙ୍କ କତିକି ବଣକୁ ଗଲା ଓ ପରମେଶ୍ୱରଙ୍କଠାରେ ତାଙ୍କ ହସ୍ତ ସବଳ କଲା।
17 そしてヨナタンは彼に言った、「恐れるにはおよびません。父サウルの手はあなたに届かないでしょう。あなたはイスラエルの王となり、わたしはあなたの次となるでしょう。このことは父サウルも知っています」。
ପୁଣି, ସେ ତାଙ୍କୁ କହିଲା, “ଭୟ ନ କର; କାରଣ ମୋର ପିତା ଶାଉଲଙ୍କର ହସ୍ତ ତୁମ୍ଭକୁ ପାଇବ ନାହିଁ; ପୁଣି, ତୁମ୍ଭେ ଇସ୍ରାଏଲ ଉପରେ ରାଜା ହେବ ଓ ମୁଁ ତୁମ୍ଭର ଦ୍ୱିତୀୟ ହେବି; ଏହା ମଧ୍ୟ ମୋର ପିତା ଶାଉଲ ଜାଣନ୍ତି।”
18 こうして彼らふたりは主の前で契約を結び、ダビデはホレシにとどまり、ヨナタンは家に帰った。
ଏଥିରେ ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ; ତହୁଁ ଦାଉଦ ବଣରେ ବାସ କଲେ ଓ ଯୋନାଥନ ଆପଣା ଘରକୁ ଗଲା।
19 その時ジフびとはギベアにいるサウルのもとに上って行き、そして言った、「ダビデは、荒野の南にあるハキラの丘の上のホレシの要害に隠れて、われわれと共にいるではありませんか。
ଏଉତ୍ତାରେ ସୀଫୀୟ ଲୋକମାନେ ଗିବୀୟାକୁ ଶାଉଲଙ୍କ କତିକି ଆସି କହିଲେ, “ଦାଉଦ କʼଣ ଆମ୍ଭମାନଙ୍କ ମଧ୍ୟରେ ମରୁଭୂମିର ଦକ୍ଷିଣ ଦିଗସ୍ଥ ହଖୀଲା ପର୍ବତର ବଣରେ ନାନା ଦୁର୍ଗମ ସ୍ଥାନରେ ଲୁଚି ରହି ନାହିଁ?
20 それゆえ王よ、あなたが下って行こうという望みのとおり、いま下ってきてください。われわれは彼を王の手に渡します」。
ଏହେତୁ ହେ ମହାରାଜ, ଆପଣଙ୍କ ଆଗମନର ସମସ୍ତ ମନୋବାଞ୍ଛାନୁସାରେ ଆସନ୍ତୁ, ପୁଣି, ମହାରାଜଙ୍କ ହସ୍ତରେ ତାହାକୁ ସମର୍ପଣ କରିବା ଭାର ଆମ୍ଭମାନଙ୍କର।”
21 サウルは言った、「あなたがたはわたしに同情を寄せてくれたのです。どうぞ主があなたがたを祝福されるように。
ତହୁଁ ଶାଉଲ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଆଶୀର୍ବାଦର ପାତ୍ର; କାରଣ ତୁମ୍ଭେମାନେ ମୋʼ ପ୍ରତି କୃପା କଲ।
22 あなたがたは行って、なお確かめてください。彼のよく行く所とだれがそこで彼を見たかを見きわめてください。人の語るところによると、彼はひじょうに悪賢いそうだ。
ମୁଁ ବିନୟ କରୁଅଛି, ତୁମ୍ଭେମାନେ ଯାଇ ଆହୁରି ସ୍ଥିର କର ଓ କେଉଁଠାରେ ତାହାର ଖୋଜ ପଡ଼ିଅଛି, କିଏ ତାହାକୁ ସେଠାରେ ଦେଖିଅଛି, ଏହା ବୁଝି ଦେଖ; କାରଣ ମୋତେ କୁହାଯାଇଅଛି ଯେ, ସେ ଅତି ସତର୍କ ହୋଇ ଚଳୁଅଛି।
23 それで、あなたがたは彼が隠れる隠れ場所をみな見きわめ、確かな知らせをもってわたしの所に帰ってきなさい。その時わたしはあなたがたと共に行きます。もし彼がこの地にいるならば、わたしはユダの氏族をあまねく尋ねて彼を捜しだします」。
ଏହେତୁ ଯେ ଯେ ଲୁଚିବା ସ୍ଥାନରେ ସେ ଆପଣାକୁ ଲୁଚାଏ, ସେସବୁ ଦେଖି ବୁଝ ଓ ତୁମ୍ଭେମାନେ ମୋʼ କତିକି ନିଶ୍ଚୟ ଫେରି ଆସ, ତହିଁରେ ମୁଁ ତୁମ୍ଭମାନଙ୍କ ସଙ୍ଗେ ଯିବି; ସେ ଯେବେ ଦେଶରେ ଥାଏ, ତେବେ ମୁଁ ଯିହୁଦାର ସମୁଦାୟ ସହସ୍ର ମଧ୍ୟରେ ତାହାକୁ ଖୋଜିବି।”
24 彼らは立って、サウルに先立ってジフへ行った。さてダビデとその従者たちは荒野の南のアラバにあるマオンの荒野にいた。
ତହୁଁ ସେମାନେ ଉଠି ଶାଉଲଙ୍କ ଆଗେ ସୀଫ୍‍କୁ ଗଲେ; ସେତେବେଳେ ଦାଉଦ ଓ ତାଙ୍କର ଲୋକମାନେ ମରୁଭୂମିର ଦକ୍ଷିଣସ୍ଥିତ ପଦାରେ ମାୟୋନ୍‍ ପ୍ରାନ୍ତରରେ ଥିଲେ।
25 そしてサウルとその従者たちはきて彼を捜した。人々がこれをダビデに告げたので、ダビデはマオンの荒野にある岩の所へ下って行った。サウルはこれを聞いて、マオンの荒野にきてダビデを追った。
ଏଣୁ ଶାଉଲ ଓ ତାଙ୍କର ଲୋକମାନେ ତାଙ୍କୁ ଖୋଜିବାକୁ ଗଲେ; ମାତ୍ର ଲୋକମାନେ ଦାଉଦଙ୍କୁ ଏହା ଜଣାନ୍ତେ, ସେ ଶୈଳକୁ ଓହ୍ଲାଇ ଆସି ମାୟୋନ୍‍ ପ୍ରାନ୍ତରରେ ରହିଲେ। ଏଉତ୍ତାରେ ଶାଉଲ ତାହା ଶୁଣି ମାୟୋନ୍‍ ପ୍ରାନ୍ତରରେ ଦାଉଦଙ୍କ ପଛେ ପଛେ ଗୋଡ଼ାଇଲେ।
26 サウルは山のこちら側を行き、ダビデとその従者たちとは山のむこう側を行った。そしてダビデは急いでサウルからのがれようとした。サウルとその従者たちが、ダビデとその従者たちを囲んで捕えようとしたからである。
ପୁଣି, ଶାଉଲ ପର୍ବତର ଏକ ପାର୍ଶ୍ୱକୁ ଗଲେ, ଆଉ ଦାଉଦ ଓ ତାଙ୍କର ଲୋକମାନେ ଅନ୍ୟ ପାର୍ଶ୍ୱକୁ ଗଲେ; ତହୁଁ ଦାଉଦ ଶାଉଲଙ୍କ ଭୟରୁ ପଳାଇବାକୁ ଚଞ୍ଚଳ ହେଲେ; କାରଣ ଶାଉଲ ଓ ତାଙ୍କର ଲୋକମାନେ ଦାଉଦଙ୍କୁ ଓ ତାଙ୍କର ଲୋକଙ୍କୁ ଧରିବା ନିମନ୍ତେ ସେମାନଙ୍କ ଚାରିଆଡ଼େ ଘେରିଥିଲେ।
27 その時、サウルの所に、ひとりの使者がきて言った、「ペリシテびとが国を侵しています。急いできてください」。
ଏପରି ସମୟରେ ଜଣେ ଦୂତ ଶାଉଲଙ୍କ ନିକଟକୁ ଆସି କହିଲା, “ଶୀଘ୍ର ଆସନ୍ତୁ; କାରଣ ପଲେଷ୍ଟୀୟମାନେ ଦେଶ ଆକ୍ରମଣ କଲେଣି।”
28 そこでサウルはダビデを追うことをやめて帰り、行ってペリシテびとに当った。それで人々は、その所を「のがれの岩」と名づけた。
ତହୁଁ ଶାଉଲ ଦାଉଦଙ୍କର ପଶ୍ଚାତ୍‍ ଗୋଡ଼ାଇବାରୁ ଫେରି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ଏଣୁ ସେମାନେ ସେହି ସ୍ଥାନର ନାମ ସେଲା-ହମ୍ମହଲିକୋତ୍‍ (ବିଭାଗକାରୀ ଶୈଳ) ରଖିଲେ।
29 ダビデはそこから上ってエンゲデの要害にいた。
ଏଉତ୍ତାରେ ଦାଉଦ ସେହି ସ୍ଥାନରୁ ଯାଇ ଐନଗଦୀସ୍ଥ ଦୁର୍ଗମ ସ୍ଥାନରେ ବାସ କଲେ।

< サムエル記Ⅰ 23 >