< サムエル記Ⅰ 31 >

1 さてペリシテびとはイスラエルと戦った。イスラエルの人々はペリシテびとの前から逃げ、多くの者は傷ついてギルボア山にたおれた。
ଏଥିମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍‍ବୋୟ ପର୍ବତରେ ହତ ହୋଇ ପଡ଼ିଲେ।
2 ペリシテびとはサウルとその子らに攻め寄り、そしてペリシテびとはサウルの子ヨナタン、アビナダブ、およびマルキシュアを殺した。
ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ।
3 戦いは激しくサウルに迫り、弓を射る者どもがサウルを見つけて、彼を射たので、サウルは射る者たちにひどい傷を負わされた。
ଏହିରୂପେ ଶାଉଲଙ୍କ ସଙ୍ଗରେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଅତିଶୟ ଆହତ ହେଲେ।
4 そこでサウルはその武器を執る者に言った、「つるぎを抜き、それをもってわたしを刺せ。さもないと、これらの無割礼の者どもがきて、わたしを刺し、わたしをなぶり殺しにするであろう」。しかしその武器を執る者は、ひじょうに恐れて、それに応じなかったので、サウルは、つるぎを執って、その上に伏した。
ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ;” କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।
5 武器を執る者はサウルが死んだのを見て、自分もまたつるぎの上に伏して、彼と共に死んだ。
ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କ ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ତାଙ୍କ ସଙ୍ଗରେ ମଲା।
6 こうしてサウルとその三人の子たち、およびサウルの武器を執る者、ならびにその従者たちは皆、この日共に死んだ。
ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ଅସ୍ତ୍ରବାହକ ଓ ତାଙ୍କର ନିଜ ଲୋକ ସମସ୍ତେ ସେହି ଦିନ ଏକସଙ୍ଗରେ ମଲେ।
7 イスラエルの人々で、谷の向こう側、およびヨルダンの向こう側にいる者が、イスラエルの人々の逃げるのを見、またサウルとその子たちの死んだのを見て町々を捨てて逃げたので、ペリシテびとはきてその中に住んだ。
ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିର ଅନ୍ୟ ପାର୍ଶ୍ୱସ୍ଥ ଓ ଯର୍ଦ୍ଦନ ସେପାରିସ୍ଥ ଇସ୍ରାଏଲ ଲୋକମାନେ ନଗର ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।
8 あくる日、ペリシテびとは殺された者から、はぎ取るためにきたが、サウルとその三人の子たちがギルボア山にたおれているのを見つけた。
ଏଥିଉତ୍ତାରେ ପର ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ତିନି ପୁତ୍ରଙ୍କୁ ଗିଲ୍‍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।
9 彼らはサウルの首を切り、そのよろいをはぎ取り、ペリシテびとの全地に人をつかわして、この良い知らせを、その偶像と民とに伝えさせた。
ତହୁଁ ସେମାନେ ତାଙ୍କର ମସ୍ତକ ଛେଦନ କରି ତାଙ୍କର ସଜ୍ଜାଦି ଫିଟାଇ ନେଲେ, ଆଉ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।
10 また彼らは、そのよろいをアシタロテの神殿に置き、彼のからだをベテシャンの城壁にくぎづけにした。
ପୁଣି, ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍‍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବେଥ୍-ଶାନ ପ୍ରାଚୀରରେ ଟାଙ୍ଗି ଦେଲେ।
11 ヤベシ・ギレアデの住民たちは、ペリシテびとがサウルにした事を聞いて、
ଏଉତ୍ତାରେ ଯାବେଶ-ଗିଲୀୟଦ ନିବାସୀମାନେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ କର୍ମର ସମ୍ବାଦ ପାଆନ୍ତେ,
12 勇士たちはみな立ち、夜もすがら行って、サウルのからだと、その子たちのからだをベテシャンの城壁から取りおろし、ヤベシにきて、これをそこで焼き、
ସମସ୍ତ ବିକ୍ରମଶାଳୀ ଲୋକ ଉଠି ସେହି ରାତ୍ରିସାରା ଗମନ କରି ଶାଉଲଙ୍କର ଓ ତାଙ୍କର ପୁତ୍ରମାନଙ୍କ ଶରୀର ବେଥ୍-ଶାନ ପ୍ରାଚୀରରୁ ଯାବେଶକୁ ନେଇ ସେଠାରେ ସେସବୁ ଦଗ୍ଧ କଲେ।
13 その骨を取って、ヤベシのぎょりゅうの木の下に葬り、七日の間、断食した。
ପୁଣି, ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁ ବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ।

< サムエル記Ⅰ 31 >