< 歴代誌Ⅱ 16 >

1 アサの治世の三十六年にイスラエルの王バアシャはユダに攻め上り、ユダの王アサの所にだれをも出入りさせないためにラマを築いた。
ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକୁ ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା, ଆସାଙ୍କ ରାଜତ୍ଵର ଛତିଶ ବର୍ଷରେ ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ।
2 そこでアサは主の宮と王の家の宝蔵から金銀を取り出し、ダマスコに住んでいるスリヤの王ベネハダデに贈って言った、
ତହିଁରେ ଆସା ସଦାପ୍ରଭୁଙ୍କର ଗୃହ ଓ ରାଜଗୃହର ଭଣ୍ଡାରରୁ ରୂପା ଓ ସୁନା ଆଣି ଦମ୍ମେଶକ ନିବାସୀ ଅରାମୀୟ ରାଜା ବିନ୍‍ହଦଦ୍‍ ନିକଟକୁ ପଠାଇ ଏହି କଥା କହିଲେ,
3 「わたしの父とあなたの父の間のように、わたしとあなたの間に同盟を結びましょう。わたしはあなたに金銀を贈ります。行って、あなたとイスラエルの王バアシャとの同盟を破り、彼をわたしから撤退させてください」。
“ମୋʼ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ଯେପରି ନିୟମ ଥିଲା, ସେହିପରି ତୁମ୍ଭ ମୋʼ ମଧ୍ୟରେ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନା ପଠାଇଅଛି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗିଦିଅ, ତହିଁରେ ସେ ମୋʼ ନିକଟରୁ ପ୍ରସ୍ଥାନ କରିବ।”
4 ベネハダデはアサ王の言うことを聞き、自分の軍勢の長たちをつかわしてイスラエルの町々を攻め、イヨンとダンとアベル・マイムおよびナフタリのすべての倉の町を撃った。
ଏଥିରେ ବିନ୍‍ହଦଦ୍‍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲ ନଗର ବିରୁଦ୍ଧରେ ପଠାଇଲା; ତହୁଁ ସେମାନେ ଇୟୋନ୍‍ ଓ ଦାନ୍ ଓ ଆବେଲ୍‍-ମୟିମ୍‍ ଓ ନପ୍ତାଲିରେ ସମସ୍ତ ଭଣ୍ଡାର ନଗର ପରାସ୍ତ କଲେ।
5 バアシャはこれを聞いて、ラマを築くことをやめ、その工事を廃した。
ତହିଁରେ ବାଶା ଏହି କଥା ଶୁଣି ରାମା ନଗର ଦୃଢ଼କରଣରୁ କ୍ଷାନ୍ତ ହୋଇ ଆପଣା କାର୍ଯ୍ୟ ସ୍ଥଗିତ ରଖିଲା।
6 そこでアサ王はユダの全国の人々を引き連れ、バアシャがラマを建てるために用いた石と木材を運んでこさせ、それをもってゲバとミヅパを建てた。
ତେବେ ଆସା ରାଜା ସମଗ୍ର ଯିହୁଦାର ଲୋକଙ୍କୁ ନେଲେ; ପୁଣି ବାଶା ଯେଉଁ ପ୍ରସ୍ତର ଓ କାଷ୍ଠରେ ରାମା ନଗର ନିର୍ମାଣ କରିଥିଲା, ତାହାସବୁ ସେମାନେ ବହି ନେଇଗଲେ; ଆଉ ତଦ୍ଦ୍ୱାରା ସେ ଗେବା ଓ ମିସ୍ପା ନଗର ଦୃଢ଼ କଲେ।
7 そのころ先見者ハナニがユダの王アサのもとに来て言った、「あなたがスリヤの王に寄り頼んで、あなたの神、主に寄り頼まなかったので、スリヤ王の軍勢はあなたの手からのがれてしまった。
ସେସମୟରେ ହନାନି ଦର୍ଶକ ଯିହୁଦାର ରାଜା ଆସାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର ନ କରି ଅରାମୀୟ ରାଜା ଉପରେ ନିର୍ଭର କଲ, ଏହେତୁ ଅରାମୀୟ ରାଜ୍ୟର ସୈନ୍ୟ ତୁମ୍ଭ ହସ୍ତରୁ ବଞ୍ଚିଗଲେ।
8 かのエチオピヤびとと、リビアびとは大軍で、その戦車と騎兵は、はなはだ多かったではないか。しかしあなたが主に寄り頼んだので、主は彼らをあなたの手に渡された。
କୂଶୀୟ ଓ ଲୂବୀୟମାନେ ଅପାର ଅପାର ରଥ ଓ ଅଶ୍ୱାରୂଢ଼ ସହିତ କି ଏକ ମହାସୈନ୍ୟ ନ ଥିଲେ? ତଥାପି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବାରୁ ସେ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।
9 主の目はあまねく全地を行きめぐり、自分に向かって心を全うする者のために力をあらわされる。今度の事では、あなたは愚かな事をした。ゆえにこの後、あなたに戦争が臨むであろう」。
କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ। ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”
10 するとアサはその先見者を怒って、獄屋に入れた。この事のために激しく彼を怒ったからである。アサはまたそのころ民のある者をしえたげた。
ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ୱିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଅତ୍ୟାଚାର କଲେ।
11 見よ、アサの始終の行為は、ユダとイスラエルの列王の書にしるされている。
ଦେଖ, ଏହି ଆସାଙ୍କର ଆଦ୍ୟନ୍ତ କ୍ରିୟାର ବୃତ୍ତାନ୍ତ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖାଅଛି।
12 アサはその治世の三十九年に足を病み、その病は激しくなったが、その病の時にも、主を求めないで医者を求めた。
ଆସା ଆପଣା ରାଜତ୍ଵର ଅଣଚାଳିଶ ବର୍ଷରେ ପାଦରୋଗଗ୍ରସ୍ତ ହେଲେ; ତାଙ୍କର ରୋଗ ଅତିଶୟ ହୋଇଥିଲା; ତଥାପି ରୋଗ ସମୟରେ ସେ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ ନାହିଁ, ମାତ୍ର ବୈଦ୍ୟମାନଙ୍କର ଅନ୍ୱେଷଣ କଲେ।
13 アサは先祖たちと共に眠り、その治世の四十一年に死んだ。
ଆଉ ଆସା ଆପଣା ରାଜତ୍ଵର ଏକଚାଳିଶ ବର୍ଷରେ ପ୍ରାଣତ୍ୟାଗ କରି ଆପଣା ପିତୃଗଣ ସହିତ କବରପ୍ରାପ୍ତ ହେଲେ।
14 人々は彼が自分のためにダビデの町に掘っておいた墓に葬り、製香の術をもって造った様々の香料を満たした床に横たえ、彼のためにおびただしく香をたいた。
ଆଉ ସେ ଦାଉଦ-ନଗରରେ ଆପଣା ପାଇଁ ଯେଉଁ କବର ଖୋଳିଥିଲେ, ତାଙ୍କର ସେହି କବରରେ ଲୋକମାନେ ତାଙ୍କୁ କବର ଦେଲେ ଓ ଗନ୍ଧବଣିକର ପ୍ରକ୍ରିୟାରେ ପ୍ରସ୍ତୁତ ନାନା ପ୍ରକାର ସୁଗନ୍ଧି ଦ୍ରବ୍ୟରେ ପୂର୍ଣ୍ଣ ଶଯ୍ୟାରେ ତାଙ୍କୁ ଶୁଆଇଲେ ଓ ତାଙ୍କ ନିମନ୍ତେ ସେମାନେ ଅତି ବଡ଼ ଦାହ କଲେ।

< 歴代誌Ⅱ 16 >