< 歴代誌Ⅱ 18 >

1 ヨシャパテは大いなる富と誉とをもち、アハブと縁を結んだ。
ଏହିରୂପେ ଯିହୋଶାଫଟ୍‍ ଅତିଶୟ ଧନବାନ ଓ ସମ୍ଭ୍ରାନ୍ତ ହେଲେ; ପୁଣି ସେ ଆହାବଙ୍କ ସଙ୍ଗେ କୁଟୁମ୍ବିତା କଲେ।
2 彼は数年の後、サマリヤに下って、アハブをおとずれた。アハブは彼と彼に従ってきた民のために羊と牛を多くほふり、ラモテ・ギレアデに一緒に攻め上ることを彼にすすめた。
ଆଉ, କେତେକ ବର୍ଷ ଉତ୍ତାରେ ସେ ଶମରୀୟା ଦେଶରେ ଆହାବଙ୍କୁ ଦର୍ଶନ କରିବାକୁ ଗଲେ। ତହିଁରେ ଆହାବ ତାଙ୍କ ନିମନ୍ତେ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ ଅନେକ ମେଷ ଓ ବଳଦ ମାରିଲେ ଓ ଆପଣା ସଙ୍ଗେ ରାମୋତ୍‍-ଗିଲୀୟଦକୁ ଯିବା ପାଇଁ ତାଙ୍କୁ ମଣାଇଲେ।
3 イスラエルの王アハブはユダの王ヨシャパテに言った、「あなたはわたしと一緒にラモテ・ギレアデに攻めて行きますか」。ヨシャパテは答えた、「わたしはあなたと一つです、わたしの民はあなたの民と一つです。わたしはあなたと一緒に戦いに臨みましょう」。
ଇସ୍ରାଏଲର ରାଜା ଆହାବ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ତୁମ୍ଭେ କି ମୋʼ ସଙ୍ଗେ ରାମୋତ୍‍-ଗିଲୀୟଦକୁ ଯିବ” ତହିଁରେ ସେ ଉତ୍ତର କଲେ, “ମୁଁ ତୁମ୍ଭ ପରି ଓ ମୋର ଲୋକ ତୁମ୍ଭର ଲୋକ ପରି; ଆମ୍ଭେମାନେ ଯୁଦ୍ଧରେ ତୁମ୍ଭର ସଙ୍ଗୀ ହେବୁ।”
4 ヨシャパテはまたイスラエルの王に言った、「まず主の言葉を求めなさい」。
ଆହୁରି ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କୁ କହିଲେ, “ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”
5 そこでイスラエルの王は預言者四百人を集めて彼らに言った、「われわれはラモテ・ギレアデに、戦いに行くべきか、あるいは控えるべきか」。彼らは言った、「上って行きなさい。神はそれを王の手にわたされるでしょう」。
ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍‍ବକ୍ତାମାନଙ୍କର ଚାରି ଶହ ଲୋକଙ୍କୁ ଏକତ୍ରିତ କରି ସେମାନଙ୍କୁ ପଚାରିଲେ; “ଆମ୍ଭେମାନେ କʼଣ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହିଁରେ ସେମାନେ କହିଲେ, “ଯାଉନ୍ତୁ, କାରଣ ପରମେଶ୍ୱର ତାହା ରାଜାଙ୍କ ହସ୍ତରେ ସମର୍ପଣ କରିବେ।”
6 ヨシャパテは言った、「ほかにわれわれが問うべき主の預言者はここにいませんか」。
ମାତ୍ର ଯିହୋଶାଫଟ୍‍ କହିଲେ, “ଏମାନଙ୍କ ଛଡ଼ା ଆମ୍ଭେମାନେ ଯାହାକୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍‍ବକ୍ତା କେହି କି ଏଠାରେ ନାହିଁ?”
7 イスラエルの王はヨシャパテに言った、「ほかになおひとりいます。われわれはこの人によって主に問うことができますが、彼はわたしについて良い事を預言したことがなく、常に悪いことだけを預言するので、わたしは彼を憎みます。その者はイムラの子ミカヤです」。ヨシャパテは言った、「王よ、そうは言わないでください」。
ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଆଉ ଜଣେ ଅଛି, ତାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ କେବେ ମଙ୍ଗଳର ନୁହେଁ, ମାତ୍ର ସବୁବେଳେ ଅମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ; ସେ ଇମ୍ଲର ପୁତ୍ର ମୀଖାୟ,” ତହିଁରେ ଯିହୋଶାଫଟ୍‍ କହିଲେ, “ରାଜା ଏପରି ନ କହନ୍ତୁ।”
8 そこでイスラエルの王はひとりの役人を呼んで、「イムラの子ミカヤを急いで連れてきなさい」と言った。
ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷଙ୍କୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”
9 さてイスラエルの王およびユダの王ヨシャパテは王の衣を着て、サマリヤの門の入口の広場におのおのその玉座に座し、預言者たちは皆その前で預言していた。
ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍‍ ଆପଣା ଆପଣା ରାଜବସ୍ତ୍ର ପିନ୍ଧି ଆପଣା ଆପଣା ସିଂହାସନରେ ବସିଥିଲେ, ସେମାନେ ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟସ୍ଥ ମେଲାରେ ବସିଥିଲେ; ଆଉ ସମସ୍ତ ଭବିଷ୍ୟଦ୍‍ବକ୍ତା ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିଲେ,
10 ケナアナの子ゼデキヤは鉄の角を造って言った、「主はこう仰せられます、『あなたはこれらの角をもってスリヤびとを突いて滅ぼし尽しなさい』」。
ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
11 預言者たちは皆そのように預言して言った、「ラモテ・ギレアデに上っていって勝利を得なさい。主はそれを王の手にわたされるでしょう」。
ତହିଁରେ ସବୁ ଭବିଷ୍ୟଦ୍‍ବକ୍ତା ତଦ୍ରୂପ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍‍-ଗିଲୀୟଦକୁ ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜାଙ୍କ ହସ୍ତରେ ସମର୍ପଣ କରିବେ।”
12 さてミカヤを呼びに行った使者は彼に言った、「預言者たちは一致して王に良い事を言いました。どうぞ、あなたの言葉も、彼らのひとりの言葉のようにし、良い事を言ってください」。
ପୁଣି, ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍‍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭ ବାକ୍ୟ ସେମାନଙ୍କ ବାକ୍ୟ ତୁଲ୍ୟ ହେଉ ଓ ତୁମ୍ଭେ ମଙ୍ଗଳର କଥା କୁହ।”
13 ミカヤは言った、「主は生きておられる。わが神の言われることをわたしは申します」。
ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯାହା ମୋʼ ପରମେଶ୍ୱର କହିବେ, ତାହା ହିଁ ମୁଁ କହିବି।”
14 彼が王の所へ行くと、王は彼に言った、「ミカヤよ、われわれはラモテ・ギレアデに戦いに行くべきか、あるいは控えるべきか」。彼は言った、「上って行って勝利を得なさい。彼らはあなたの手にわたされるでしょう」。
ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହୁଁ ସେ କହିଲା, “ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; ସେମାନେ ଆପଣମାନଙ୍କ ହସ୍ତରେ ସମର୍ପିତ ହେବେ।”
15 しかし王は彼に言った、「幾たびあなたを誓わせたら、あなたは主の名をもって、ただ真実のみをわたしに告げるだろうか」。
ଏଥିରେ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନା ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି।”
16 彼は言った、「わたしはイスラエルが皆牧者のない羊のように山に散っているのを見ました。すると主は『これらの者は主人をもっていない。彼らをそれぞれ安らかに、その家に帰らせよ』と言われました」。
ତହିଁରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି; ଆଉ ସଦାପ୍ରଭୁ କହିଲେ, ଏମାନଙ୍କର ସ୍ୱାମୀ ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।”
17 イスラエルの王はヨシャパテに言った、「わたしはあなたに、彼はわたしについて良い事を預言せず、ただ悪い事だけを預言すると告げたではありませんか」。
ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଏ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହି ନାହିଁ?”
18 ミカヤは言った、「それだから主の言葉を聞きなさい。わたしは主がその玉座に座し、天の万軍がその右左に立っているのを見たが、
ପୁଣି ମୀଖାୟ କହିଲା, “ଏହେତୁ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟକୁ ଉଭା ହେବାର ଦେଖିଲି।
19 主は、『だれがイスラエルの王アハブをいざなって、ラモテ・ギレアデに上らせ、彼を倒れさせるであろうか』と言われた。するとひとりは、こうしようと言い、ひとりは、ああしようと言った。
ତହିଁରେ ସଦାପ୍ରଭୁ କହିଲେ, ‘ଇସ୍ରାଏଲର ରାଜା ଆହାବ ଯେପରି ରାମୋତ୍‍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସୁଲାଇବ?’ ତହିଁରେ ଜଣେ ଏପ୍ରକାର ଓ ଅନ୍ୟ ଜଣ ସେପ୍ରକାର କହିଲେ।
20 その時一つの霊が進み出て、主の前に立ち、『わたしが彼をいざないましょう』と言ったので、主は彼に『何をもってするか』と言われた。
ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ‘ମୁଁ ତାହାକୁ ଫୁସୁଲାଇବି।’ ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’
21 彼は『わたしが出て行って、偽りを言う霊となって、すべての預言者の口に宿りましょう』と言った。そこで主は『おまえは彼をいざなって、それをなし遂げるであろう。出て行って、そうしなさい』と言われた。
ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସୁଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’
22 それゆえ、主は偽りを言う霊をこの預言者たちの口に入れ、また主はあなたについて災を告げられたのです」。
ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ପୁଣି ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”
23 するとケナアナの子ゼデキヤが近寄ってミカヤのほおを打って言った、「主の霊がどの道からわたしを離れて行って、あなたに語りましたか」。
ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?”
24 ミカヤは言った、「あなたが奥の間にはいって身を隠す日に見るでしょう」。
ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକୁ ଯିବ, ସେହି ଦିନ ତାହା ଜାଣିବ।”
25 イスラエルの王は言った、「ミカヤを捕え、町のつかさアモンと王の子ヨアシの所へ引いて行って、
ପୁଣି ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ପୁନର୍ବାର ନଗରାଧ୍ୟକ୍ଷ ଆମୋନ୍‍ ଓ ରାଜପୁତ୍ର ଯୋୟାଶ୍‍ ନିକଟକୁ ନେଇଯାଅ;
26 言いなさい、『王はこう言う、この者を獄屋に入れ、少しばかりのパンと水をもって彼を養い、わたしが勝利を得て帰ってくるのを待て』と」。
ପୁଣି କୁହ, ‘ରାଜା ଏହି କଥା କହନ୍ତି, ଏହାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାହାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।’”
27 ミカヤは言った、「あなたがもし勝利を得て帰るならば、主はわたしによって語られなかったのです」。また彼は言った、「あなたがたすべての民よ、聞きなさい」。
ତହିଁରେ ମୀଖାୟ କହିଲା, “ଯେବେ ତୁମ୍ଭେ କୌଣସି ରୂପେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
28 こうしてイスラエルの王とユダの王ヨシャパテは、ラモテ・ギレアデに上った。
ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍‍ ରାଜା ରାମୋତ୍‍-ଗିଲୀୟଦକୁ ଗଲେ।
29 イスラエルの王はヨシャパテに言った、「わたしは姿を変えて戦いに行きましょう。しかしあなたは王の衣を着けなさい」。イスラエルの王は姿を変えて戦いに行った。
ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ।” ତହୁଁ ଇସ୍ରାଏଲର ରାଜା ଛଦ୍ମବେଶ ଧରିଲେ ଓ ସେମାନେ ଯୁଦ୍ଧକୁ ଗଲେ।
30 さて、スリヤの王は、その戦車隊長たちに命じて言った、「あなたがたは小さい者とも、大きい者とも戦ってはならない。ただイスラエルの王とのみ戦いなさい」。
ମାତ୍ର ଅରାମର ରାଜା ଆପଣାର ରଥାଧ୍ୟକ୍ଷମାନଙ୍କୁ ଆଜ୍ଞା କରି କହିଥିଲା, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”
31 戦車隊長らはヨシャパテを見たとき、これはきっとイスラエルの王だと思ったので、身を巡らしてこれと戦おうとした。しかしヨシャパテが呼ばわったので、主はこれを助けられた。すなわち神は敵を彼から離れさせられた。
ଏଣୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍‍ଙ୍କୁ ଦେଖି କହିଲେ, “ଏ ଇସ୍ରାଏଲର ରାଜା।” ତେଣୁ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ମାତ୍ର ଯିହୋଶାଫଟ୍‍ ଡାକ ପକାଇଲେ ଓ ସଦାପ୍ରଭୁ ତାଙ୍କର ସାହାଯ୍ୟ କଲେ; ଆଉ ପରମେଶ୍ୱର ସେମାନଙ୍କୁ ତାଙ୍କ ନିକଟରୁ ଫେରିଯିବା ପାଇଁ ପ୍ରବର୍ତ୍ତାଇଲେ।
32 戦車隊長らは彼がイスラエルの王でないのを見たので、彼を追うことをやめて引き返した。
ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ କ୍ଷାନ୍ତ ହେଲେ।
33 しかし、ひとりの人が、なにごころなく弓を引いて、イスラエルの王の胸当と、くさずりの間を射たので、彼はその車の御者に言った、「わたしは傷を受けたから、車をめぐらして、わたしを軍中から運び出せ」。
ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ସାଞ୍ଜୁଆର ଯୋଡ଼ ମଧ୍ୟରେ ଇସ୍ରାଏଲ-ରାଜାଙ୍କୁ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”
34 その日戦いは激しくなった。イスラエルの王は車の中に自分をささえて立ち、夕暮までスリヤびとに向かっていたが、日の入るころになって死んだ。
ସେହି ଦିନ ଯୁଦ୍ଧ ପ୍ରବଳ ହେଲା; ତଥାପି ଇସ୍ରାଏଲର ରାଜା ଆପଣା ରଥରେ ସନ୍ଧ୍ୟା ପର୍ଯ୍ୟନ୍ତ ଅରାମୀୟମାନଙ୍କ ସମ୍ମୁଖରେ ଆପଣାକୁ ଠିଆ କରି ରଖିଲେ; ପୁଣି, ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସେ ମଲେ।

< 歴代誌Ⅱ 18 >