< 歴代誌Ⅱ 19 >

1 ユダの王ヨシャパテは、つつがなくエルサレムの自分の家に帰った。
ଏଉତ୍ତାରେ ଯିହୁଦାର ରାଜା ଯିହୋଶାଫଟ୍‍ ଯିରୂଶାଲମକୁ ଆପଣା ଗୃହକୁ କୁଶଳରେ ଫେରିଗଲେ।
2 そのとき、先見者ハナニの子エヒウが出てヨシャパテを迎えて言った、「あなたは悪人を助け、主を憎む者を愛してよいのですか。それゆえ怒りが主の前から出て、あなたの上に臨みます。
ପୁଣି ହନାନିର ପୁତ୍ର ଯେହୂ ଦର୍ଶକ ତାଙ୍କୁ ଭେଟିବାକୁ ବାହାରକୁ ଯାଇ ଯିହୋଶାଫଟ୍‍ ରାଜାଙ୍କୁ କହିଲା, “ଦୁଷ୍ଟମାନଙ୍କର ସାହାଯ୍ୟ କରିବା, ପୁଣି ଯେଉଁମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି, ସେମାନଙ୍କୁ ପ୍ରେମ କରିବା କି ତୁମ୍ଭର କର୍ତ୍ତବ୍ୟ? ଏହି କାର୍ଯ୍ୟ ହେତୁ ସଦାପ୍ରଭୁଙ୍କଠାରୁ ତୁମ୍ଭ ଉପରେ କୋପ ଉପସ୍ଥିତ।
3 しかしあなたには、なお良い事もあります。あなたはアシラ像を国の中から除き、心を傾けて神を求められました」。
ତଥାପି ତୁମ୍ଭେ ଯେ ଦେଶରୁ ଆଶେରା ମୂର୍ତ୍ତି ଦୂର କରିଦେଇଅଛ ଓ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବେଶ କରିଅଛ, ଏଥିରେ ତୁମ୍ଭଠାରେ କୌଣସି କୌଣସି ସଦ୍‍ଭାବ ପ୍ରକାଶ ପାଇଅଛି।”
4 ヨシャパテはエルサレムに住んでいたが、また出て、ベエルシバからエフライムの山地まで民の中を巡り、先祖たちの神、主に彼らを導き返した。
ପୁଣି ଯିହୋଶାଫଟ୍‍ ଯିରୂଶାଲମରେ ବାସ କଲେ; ଆଉ ସେ ପୁନର୍ବାର ବେର୍‍ଶେବାଠାରୁ ଇଫ୍ରୟିମର ପର୍ବତମୟ ଦେଶ ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରେ ଗତାୟାତ କରି ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତି ସେମାନଙ୍କୁ ଫେରାଇ ଆଣିଲେ।
5 彼はまたユダの国中、すべての堅固な町ごとに裁判人を置いた。
ଆଉ, ସେ ଦେଶର ସର୍ବତ୍ର ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସମୂହରେ ନଗରକୁ ନଗର ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।
6 そして裁判人たちに言った、「あなたがたは自分のする事に気をつけなさい。あなたがたは人のために裁判するのではなく、主のためにするのです。あなたがたが裁判する時には、主はあなたがたと共におられます。
ଓ ସେହି ବିଚାରକର୍ତ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା କର, ତାହା ବିବେଚନା କର; କାରଣ ତୁମ୍ଭେମାନେ ମନୁଷ୍ୟ ନିମନ୍ତେ ନୁହେଁ, ମାତ୍ର ସଦାପ୍ରଭୁଙ୍କ ନିମନ୍ତେ ବିଚାର କରୁଅଛ; ପୁଣି ବିଚାରରେ ସେ ତୁମ୍ଭର ସହାୟ ଅଟନ୍ତି।
7 だからあなたがたは主を恐れ、慎んで行いなさい。われわれの神、主には不義がなく、人をかたより見ることなく、まいないを取ることもないからです」。
ଏହେତୁ ସଦାପ୍ରଭୁଙ୍କ ଭୟ ତୁମ୍ଭମାନଙ୍କ ଉପରେ ଅଧିଷ୍ଠିତ ହେଉ; ସାବଧାନ ହୋଇ ତାହା କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଅଧର୍ମ କି ମୁଖାପେକ୍ଷା କି ଲାଞ୍ଚ ଗ୍ରହଣ କରିବାର ନାହିଁ।”
8 ヨシャパテはまたレビびと、祭司、およびイスラエルの氏族の長たちを選んでエルサレムに置き、主のために裁判を行い、争議の解決に当らせた。彼らはエルサレムに居住した。
ଆହୁରି, ଯିହୋଶାଫଟ୍‍ ଯିରୂଶାଲମରେ ସଦାପ୍ରଭୁଙ୍କ ପକ୍ଷରେ ବିଚାର ଓ ବିବାଦ ଭଞ୍ଜନ କରିବା ନିମନ୍ତେ, ଲେବୀୟମାନଙ୍କ ଓ ଯାଜକମାନଙ୍କ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କ ମଧ୍ୟରୁ ଲୋକ ନିଯୁକ୍ତ କଲେ। ତହୁଁ ସେମାନେ ଯିରୂଶାଲମକୁ ଫେରିଗଲେ।
9 ヨシャパテは彼らに命じて言った、「あなたがたは主を恐れ、真実と真心とをもって行わなければならない。
ପୁଣି, ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଭୟରେ ବିଶ୍ୱସ୍ତ ରୂପେ ଓ ସିଦ୍ଧ ଅନ୍ତଃକରଣରେ ଏହିପରି କର।
10 すべてその町々に住んでいるあなたがたの兄弟たちから、血を流した事または律法と戒め、定めとおきてなどの事について訴えてきたならば、彼らをさとして、主の前に罪を犯させず、怒りがあなたがたと、あなたがたの兄弟たちに臨まないようにしなさい。そのようにすれば、あなたがたは罪を犯すことがないでしょう。
ପୁଣି, ଆପଣା ଆପଣା ନଗରବାସୀ ତୁମ୍ଭମାନଙ୍କ ଭ୍ରାତୃଗଣ ଦ୍ୱାରା ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବ୍ୟବସ୍ଥା ଓ ଆଜ୍ଞା, ବିଧି ଓ ଶାସନ ମଧ୍ୟରେ କୌଣସି ବିବାଦ କୌଣସି ସମୟରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲେ ଯେପରି ସେମାନେ ସଦାପ୍ରଭୁଙ୍କ ପ୍ରତି ଦୋଷୀ ନୋହିବେ, ଆଉ ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉପରେ କୋପ ନ ବର୍ତ୍ତିବ, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ଚେତନା ଦେବ; ଏହା କଲେ, ତୁମ୍ଭେମାନେ ଦୋଷୀ ନୋହିବ।
11 見よ、祭司長アマリヤは、あなたがたの上にいて、主の事をすべてつかさどり、イシマエルの子、ユダの家のつかさゼバデヤは王の事をすべてつかさどり、またレビびとはあなたがたの前にあって役人となります。雄々しく行動しなさい。主は正直な人と共におられます」。
ଆଉ ଦେଖ, ସଦାପ୍ରଭୁଙ୍କ ସମସ୍ତ ବିଷୟରେ ପ୍ରଧାନ ଯାଜକ ଅମରୀୟ, ପୁଣି ରାଜାଙ୍କର ସମସ୍ତ ବିଷୟରେ ଇଶ୍ମାୟେଲର ପୁତ୍ର ଯିହୁଦା-ବଂଶାଧ୍ୟକ୍ଷ ସବଦୀୟ ତୁମ୍ଭମାନଙ୍କ ଉପରେ ନିଯୁକ୍ତ ଅଛନ୍ତି; ମଧ୍ୟ ଲେବୀୟମାନେ ତୁମ୍ଭମାନଙ୍କ ସମ୍ମୁଖରେ ଶାସନକର୍ତ୍ତା ହେବେ। ସାହସିକ ହୋଇ କର୍ମ କର ଓ ସଦାପ୍ରଭୁ ସୁଜନର ସହବର୍ତ୍ତୀ ହେଉନ୍ତୁ।”

< 歴代誌Ⅱ 19 >