< 申命記 33 >

1 神の人モーセは死ぬ前にイスラエルの人々を祝福した。祝福の言葉は次のとおりである。
ପରମେଶ୍ୱରଙ୍କ ଲୋକ ମୋଶା ଆପଣା ମୃତ୍ୟୁୁ ପୁର୍ବରୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି।
2 「主はシナイからこられ、セイルからわれわれにむかってのぼられ、パランの山から光を放たれ、ちよろずの聖者の中からこられた。その右の手には燃える火があった。
ସେ କହିଲେ, “ସଦାପ୍ରଭୁ ସୀନୟରୁ ଆସିଲେ, ସେ ସେୟୀରରୁ ସେମାନଙ୍କ ପ୍ରତି ଉଦିତ ହେଲେ; ସେ ପାରଣ ପର୍ବତରୁ ସୁପ୍ରକାଶିତ ହେଲେ ଓ ସେ ଅୟୁତ ଅୟୁତ ପବିତ୍ର ପ୍ରାଣୀମାନଙ୍କ ନିକଟରୁ ଆସିଲେ; ତାହାଙ୍କ ଦକ୍ଷିଣ ହସ୍ତରେ ସେମାନଙ୍କ ପାଇଁ ଅଗ୍ନିମୟ ବ୍ୟବସ୍ଥା ଥିଲା।”
3 まことに主はその民を愛される。すべて主に聖別されたものは、み手のうちにある。彼らはあなたの足もとに座して、教をうける。
ହଁ, ସେ ଲୋକମାନଙ୍କୁ ପ୍ରେମ କରନ୍ତି; ତାହାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସେମାନେ ତୁମ୍ଭର ଚରଣ ତଳେ ବସିଲେ; ପ୍ରତ୍ୟେକ ଜଣ ତୁମ୍ଭ ବାକ୍ୟରୁ ଗ୍ରହଣ କରିବେ।
4 モーセはわれわれに律法を授けて、ヤコブの会衆の所有とさせた。
ମୋଶା ଆମ୍ଭମାନଙ୍କୁ ବ୍ୟବସ୍ଥା ଆଦେଶ କଲେ, ତାହା ଯାକୁବ-ସମାଜର ଅଧିକାର।
5 民のかしらたちが集まり、イスラエルの部族がみな集まった時、主はエシュルンのうちに王となられた」。
ଲୋକମାନଙ୍କ ପ୍ରଧାନବର୍ଗର ସମାଗମ ସମୟରେ, ସମସ୍ତ ଇସ୍ରାଏଲ ବଂଶ ଏକତ୍ର ହେବା ବେଳେ ସେ ଯିଶୁରୁଣରେ ରାଜା ଥିଲେ।
6 「ルベンは生きる、死にはしない。しかし、その人数は少なくなるであろう」。
ରୁବେନ୍‍ ବଞ୍ଚି ଥାଉ ଓ ନ ମରୁ; ତଥାପି ତାହାର ଲୋକ ସଂଖ୍ୟକ ହେଉନ୍ତୁ।
7 ユダについては、こう言った、「主よ、ユダの声を聞いて、彼をその民に導きかえしてください。み手をもって、彼のために戦ってください。彼を助けて、敵に当らせてください」。
ଯିହୁଦା ପ୍ରତି ଆଶୀର୍ବାଦ ଏହି ସେ କହିଲେ, “ହେ ସଦାପ୍ରଭୋ, ଯିହୁଦାର ରବ ଶୁଣ ଓ ତାହାର ନିଜ ଲୋକଙ୍କ ନିକଟକୁ ତାହାକୁ ଆଣ; ସେ ନିଜ ହସ୍ତରେ ଆପଣା ପାଇଁ ଯୁଦ୍ଧ କଲା; ତାହାର ବିପକ୍ଷଗଣ ବିରୁଦ୍ଧରେ ତୁମ୍ଭେ ତାହାର ଉପକାରୀ ହେବ।”
8 レビについては言った、「あなたのトンミムをレビに与えてください。ウリムをあなたに仕える人に与えてください。かつてあなたはマッサで彼を試み、メリバの水のほとりで彼と争われた。
ପୁଣି, ସେ ଲେବୀ ବିଷୟରେ କହିଲେ, “ତୁମ୍ଭର ତୁମ୍ମୀମ୍‍ ଓ ଉରୀମ୍‍ ତୁମ୍ଭ ଧାର୍ମିକ ପୁରୁଷ ସହିତ ଅଛି, ତୁମ୍ଭେ ମଃସାରେ ତାହାର ପରୀକ୍ଷା କଲ, ମିରୀବାଃ ଜଳ ନିକଟରେ ତୁମ୍ଭେ ତାହା ସଙ୍ଗେ ବିରୋଧ କଲ।”
9 彼はその父、その母について言った、『わたしは彼らを顧みない』。彼は自分の兄弟をも認めず、自分の子供をも顧みなかった。彼らはあなたの言葉にしたがい、あなたの契約を守ったからである。
ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲା, “ଆମ୍ଭେ ସେମାନଙ୍କୁ ଦେଖି ନାହୁଁ; ଅବା ସେ ଆପଣା ଭାଇମାନଙ୍କୁ ସ୍ୱୀକାର କଲା ନାହିଁ, କିଅବା ସେ ତାହାର ନିଜ ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। ସେମାନେ ତୁମ୍ଭର ବାକ୍ୟ ମାନିଅଛନ୍ତି ଓ ତୁମ୍ଭର ନିୟମ ରକ୍ଷା କରନ୍ତି।”
10 彼らはあなたのおきてをヤコブに教え、あなたの律法をイスラエルに教え、薫香をあなたの前に供え、燔祭を祭壇の上にささげる。
ସେମାନେ ଯାକୁବକୁ ତୁମ୍ଭର ଶାସନ ଓ ଇସ୍ରାଏଲକୁ ତୁମ୍ଭର ବ୍ୟବସ୍ଥା ଶିକ୍ଷା ଦେବେ। ସେମାନେ ତୁମ୍ଭ ସମ୍ମୁଖରେ ଧୂପ ଓ ତୁମ୍ଭ ବେଦି ଉପରେ ହୋମବଳି ରଖିବେ।
11 主よ、彼の力を祝福し、彼の手のわざを喜び受けてください。彼に逆らう者と、彼を憎む者との腰を打ち砕いて、立ち上がることのできないようにしてください」。
ହେ ସଦାପ୍ରଭୋ, ତାହାର ସମ୍ପତ୍ତିକୁ ଆଶୀର୍ବାଦ କର ଓ ତାହା ହସ୍ତର କର୍ମ ଗ୍ରହଣ କର; ଯେଉଁମାନେ ତାହା ବିରୁଦ୍ଧରେ ଉଠନ୍ତି ଓ ଯେଉଁମାନେ ତାହାକୁ ଘୃଣା କରନ୍ତି, ସେମାନଙ୍କ କଟିଦେଶ ଭାଙ୍ଗି ପକାଅ, ଯେପରି ସେମାନେ ପୁନର୍ବାର ଉଠି ନ ପାରିବେ।
12 ベニヤミンについては言った、「主に愛される者、彼は安らかに主のそばにおり、主は終日、彼を守り、その肩の間にすまいを営まれるであろう」。
ସେ ବିନ୍ୟାମୀନ୍ ବିଷୟରେ କହିଲେ, “ସଦାପ୍ରଭୁଙ୍କ ପ୍ରିୟ ଲୋକ ତାହାଙ୍କ ନିକଟରେ ନିର୍ଭୟରେ ବାସ କରିବ; ସେ ସାରାଦିନ ତାହାକୁ ଆବୋରି ରଖନ୍ତି ଓ ସେ ତାହାର ସ୍କନ୍ଧଦ୍ୱୟ ମଧ୍ୟରେ ବାସ କରନ୍ତି।”
13 ヨセフについては言った、「どうぞ主が彼の地を祝福されるように。上なる天の賜物と露、下に横たわる淵の賜物、
ଆଉ ସେ ଯୋଷେଫ ବିଷୟରେ କହିଲେ, “ସଦାପ୍ରଭୁଙ୍କ ଦ୍ୱାରା ତାହାର ଦେଶ ଆଶୀର୍ବାଦ ପ୍ରାପ୍ତ ହେଉ; ଆକାଶର ଉତ୍ତମ ଦ୍ରବ୍ୟରେ, ଶିଶିରରେ ଓ ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରେ,
14 日によって産する尊い賜物、月によって生ずる尊い賜物、
ପୁଣି, ସୂର୍ଯ୍ୟର ଫଳ ସ୍ୱରୂପ ଉତ୍ତମ ଦ୍ରବ୍ୟରେ ଓ ଚନ୍ଦ୍ରର ଫଳ ସ୍ୱରୂପ ଉତ୍ତମ ଦ୍ରବ୍ୟରେ,
15 いにしえの山々の産する賜物、とこしえの丘の尊い賜物、
ପୁରାତନ ପର୍ବତମାନର ଉତ୍ତମ ଦ୍ରବ୍ୟରେ ଓ ନିତ୍ୟସ୍ଥାୟୀ ଗିରିଗଣର ଉତ୍ତମ ଦ୍ରବ୍ୟରେ,
16 地とそれに満ちる尊い賜物、しばの中におられた者の恵みが、ヨセフの頭に臨み、その兄弟たちの君たる者の頭の頂にくだるように。
ଆଉ ପୃଥିବୀର ଓ ତତ୍‍ପୂରକ ବସ୍ତୁର ଉତ୍ତମ ଦ୍ରବ୍ୟରେ ଓ ଯେ ବୁଦାରେ ବାସ କଲେ, ତାହାଙ୍କ ଅନୁଗ୍ରହରେ (ତାହାର ଦେଶ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେଉ) ଯୋଷେଫର ମସ୍ତକରେ ଆଶୀର୍ବାଦ ବର୍ତ୍ତୁ, ଯେ ଆପଣା ଭ୍ରାତୃଗଣ ନିକଟରୁ ପୃଥକ ହୋଇଥିଲା, ତାହାର ମସ୍ତକାଗ୍ରରେ ଆଶୀର୍ବାଦ ବର୍ତ୍ତୁ।
17 彼の牛のういごは威厳があり、その角は野牛の角のよう、これをもって国々の民をことごとく突き倒し、地のはてにまで及ぶ。このような者はエフライムに幾万とあり、またこのような者はマナセに幾千とある」。
ତାହାର ବୃଷଭର ପ୍ରଥମଜାତ ତାହାର ମହିମା ସ୍ୱରୂପ, ପୁଣି ତାହାର ଶୃଙ୍ଗ ଅରଣା ଷଣ୍ଢର ଶୃଙ୍ଗ ତୁଲ୍ୟ ତଦ୍ଦ୍ୱାରା ସେ ସବୁ ଗୋଷ୍ଠୀକୁ, ପୃଥିବୀର ସୀମାସ୍ଥିତ ସମସ୍ତଙ୍କୁ ଭୁସି ପକାଇବ। ସେ ଶୃଙ୍ଗ ଇଫ୍ରୟିମର ଅୟୁତ ଲୋକ ଓ ସେ ଶୃଙ୍ଗ ମନଃଶିର ସହସ୍ର ସହସ୍ର ଲୋକ।”
18 ゼブルンについては言った、「ゼブルンよ、あなたは外に出て楽しみを得よ。イッサカルよ、あなたは天幕にいて楽しみを得よ。
ସବୂଲୂନ ବିଷୟରେ ସେ କହିଲେ, “ହେ ସବୂଲୂନ, ତୁମ୍ଭେ ଆପଣା ଯାତ୍ରାରେ ଓ ହେ ଇଷାଖର, ତୁମ୍ଭେ ଆପଣା ତମ୍ବୁରେ ଆନନ୍ଦ କର;
19 彼らは国々の民を山に招き、その所で正しい犠牲をささげるであろう。彼らは海の富を吸い、砂に隠れた宝を取るからである」。
ସେମାନେ ଲୋକମାନଙ୍କୁ ପର୍ବତକୁ ନିମନ୍ତ୍ରଣ କରିବେ; ସେଠାରେ ସେମାନେ ଧର୍ମବଳି ଉତ୍ସର୍ଗ କରିବେ; କାରଣ ସେମାନେ ସମୁଦ୍ରର ବହୁଳ ପଦାର୍ଥ ଓ ବାଲୁକାର ଗୁପ୍ତ ଧନ ଭୋଗ କରିବେ।”
20 ガドについては言った、「ガドを大きくする者は、ほむべきかな。ガドは、ししのように伏し、腕や頭の頂をかき裂くであろう。
ପୁଣି, ଗାଦ୍‍ ବିଷୟରେ ସେ କହିଲେ, “ଯେ ଗାଦ୍‍କୁ ବିସ୍ତାର କରନ୍ତି, ସେ ଧନ୍ୟ; ସେ ସିଂହ ପରି ବାସ କରେ, ପୁଣି, ସେ ବାହୁ, ମସ୍ତକର ତାଳୁ ସୁଦ୍ଧା ବିଦୀର୍ଣ୍ଣ କରେ।
21 彼は初穂の地を自分のために選んだ。そこには将軍の分も取り置かれていた。彼は民のかしらたちと共にきて、イスラエルと共に主の正義と審判とを行った」。
ସେ ଆପଣା ପାଇଁ ପ୍ରଥମ ଅଂଶ ନିରୀକ୍ଷଣ କଲା; କାରଣ ସେଠାରେ ବ୍ୟବସ୍ଥାପକର (ଦତ୍ତ) ଅଂଶ ରକ୍ଷିତ ଥିଲା; ମାତ୍ର ସେ ଲୋକମାନଙ୍କ ପ୍ରଧାନବର୍ଗ ସହିତ ଆସିଲା; ସେ ସଦାପ୍ରଭୁଙ୍କ ନ୍ୟାୟକର୍ମ ଓ ଇସ୍ରାଏଲ ସହିତ ତାହାଙ୍କର ଶାସନ ସିଦ୍ଧ କଲା।”
22 ダンについては言った、「ダンはししの子であって、バシャンからおどりでる」。
ପୁଣି, ସେ ଦାନ୍ ବିଷୟରେ କହିଲେ, “ଦାନ୍ ସିଂହଛୁଆ ସେ ବାଶନରୁ କୁଦା ମାରେ।”
23 ナフタリについては言った、「ナフタリよ、あなたは恵みに満たされ、主の祝福に満ちて、湖とその南の地を所有する」。
ପୁଣି, ସେ ନପ୍ତାଲି ବିଷୟରେ କହିଲେ, “ହେ ନପ୍ତାଲି, ତୁମ୍ଭେ ଅନୁଗ୍ରହରେ ତୃପ୍ତ ଓ ସଦାପ୍ରଭୁଙ୍କ ଆଶୀର୍ବାଦରେ ପରିପୂର୍ଣ୍ଣ; ତୁମ୍ଭେ ପଶ୍ଚିମ ଓ ଦକ୍ଷିଣ ଦିଗ ଅଧିକାର କର।”
24 アセルについては言った、「アセルは他の子らにまさって祝福される。彼はその兄弟たちに愛せられ、その足を油にひたすことができるように。
ପୁଣି, ସେ ଆଶେର ବିଷୟରେ କହିଲେ, “ଆଶେର ସନ୍ତାନସନ୍ତତିରେ ଆଶୀର୍ବାଦ ପ୍ରାପ୍ତ ହେଉ; ସେ ଆପଣା ଭ୍ରାତୃଗଣ ନିକଟରେ ଗ୍ରାହ୍ୟ ହେଉ ଓ ସେ ଆପଣା ଚରଣ ତୈଳରେ ବୁଡ଼ାଉ।
25 あなたの貫の木は鉄と青銅、あなたの力はあなたの年と共に続くであろう」。
ତୁମ୍ଭର ଅର୍ଗଳ ଲୌହ ଓ ପିତ୍ତଳମୟ ହେବ; ପୁଣି, ଯେପରି ତୁମ୍ଭର ଦିନ, ସେପରି ତୁମ୍ଭର ବଳ ହେବ।”
26 「エシュルンよ、神に並ぶ者はほかにない。あなたを助けるために天に乗り、威光をもって空を通られる。
ହେ ଯିଶୁରୁଣ, ପରମେଶ୍ୱରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ଡଳରେ ଓ ନିଜ ଗୌରବରେ ଗଗନମଣ୍ଡଳରେ ଆରୋହଣ କରି ଗମନ କରନ୍ତି।
27 とこしえにいます神はあなたのすみかであり、下には永遠の腕がある。敵をあなたの前から追い払って、『滅ぼせ』と言われた。
ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ିଦେଲେ, ଆଉ “ବିନାଶ କର” ବୋଲି କହିଲେ।
28 イスラエルは安らかに住み、ヤコブの泉は穀物とぶどう酒の地に、ひとりいるであろう。また天は露をくだすであろう。
ତହିଁରେ ଇସ୍ରାଏଲ ନିର୍ଭୟରେ ବାସ କଲା, ଯାକୁବର ନିର୍ଝର ଏକାକୀ ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶରେ ବାସ କଲା ହଁ, ତାହାର ଆକାଶରୁ ମଧ୍ୟ ଶିଶିର କ୍ଷରେ।
29 イスラエルよ、あなたはしあわせである。だれがあなたのように、主に救われた民があるであろうか。主はあなたを助ける盾、あなたの威光のつるぎ、あなたの敵はあなたにへつらい服し、あなたは彼らの高き所を踏み進むであろう」。
ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାର ପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ୍ଗ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।

< 申命記 33 >