< エズラ記 8 >

1 アルタシャスタ王の治世に、バビロンからわたしと一緒に上って来た者の氏族の長、およびその系譜は次のとおりである。
ଅର୍ତ୍ତକ୍ଷସ୍ତ ରାଜାର ଅଧିକାର ସମୟରେ ଆପଣା ଆପଣା ପିତୃବଂଶର ଯେଉଁ ପ୍ରଧାନବର୍ଗ ଆମ୍ଭ ସଙ୍ଗେ ବାବିଲରୁ ଯାତ୍ରା କଲେ, ସେମାନଙ୍କର ବଂଶାବଳୀ ଏହି, ଯଥା,
2 ピネハスの子孫のうちではゲルショム。イタマルの子孫のうちではダニエル。ダビデの子孫のうちではシカニヤの子ハットシ。
ପୀନହସ୍‍ର ସନ୍ତାନଗଣ ମଧ୍ୟରୁ ଗେର୍ଶୋମ; ଈଥାମରର ସନ୍ତାନଗଣ ମଧ୍ୟରୁ ଦାନିୟେଲ; ଦାଉଦଙ୍କର ସନ୍ତାନଗଣ ମଧ୍ୟରୁ ହଟୂଶ୍‍।
3 パロシの子孫のうちではゼカリヤおよび彼と共に系譜に載せられた男百五十人。
ଶଖନୀୟର ସନ୍ତାନଗଣ ମଧ୍ୟରୁ; ପରିୟୋଶର ସନ୍ତାନଗଣ ମଧ୍ୟରୁ ଜିଖରୀୟ ଓ ପୁରୁଷମାନଙ୍କ ବଂଶାବଳୀ କ୍ରମେ ତାହା ସଙ୍ଗେ ଗଣିତ ଏକ ଶହ ପଚାଶ ଜଣ।
4 パハテ・モアブの子孫のうちではゼラヒヤの子エリヨエナイおよび彼と共にある男二百人。
ପହତ୍‍-ମୋୟାବର ସନ୍ତାନଗଣ ମଧ୍ୟରୁ ସରହୀୟର ପୁତ୍ର ଇଲୀହୋଐନୟ ଓ ତାହା ସଙ୍ଗେ ଦୁଇ ଶହ ପୁରୁଷ।
5 ザッツの子孫のうちではヤハジエルの子シカニヤおよび彼と共にある男三百人。
ଶଖନୀୟର ସନ୍ତାନଗଣ ମଧ୍ୟରୁ ଯହସୀୟେଲର ପୁତ୍ର; ତାହା ସଙ୍ଗେ ତିନି ଶହ ପୁରୁଷ।
6 アデンの子孫のうちではヨナタンの子エベデおよび彼と共にある男五十人。
ଆଉ, ଆଦୀନର ସନ୍ତାନଗଣ ମଧ୍ୟରୁ ଯୋନାଥନର ପୁତ୍ର ଏବଦ୍‍ ଓ ତାହା ସଙ୍ଗେ ପଚାଶ ପୁରୁଷ।
7 エラムの子孫のうちではアタリヤの子エサヤおよび彼と共にある男七十人。
ପୁଣି, ଏଲମ୍‍ର ସନ୍ତାନଗଣ ମଧ୍ୟରୁ ଅଥଲୀୟର ପୁତ୍ର ଯିଶାୟାହ ଓ ତାହା ସଙ୍ଗେ ସତୁରି ପୁରୁଷ।
8 シパテヤの子孫のうちではミカエルの子ゼバデヤおよび彼と共にある男八十人。
ଆଉ, ଶଫଟୀୟର ସନ୍ତାନଗଣ ମଧ୍ୟରୁ ମୀଖାୟେଲର ପୁତ୍ର ସବଦୀୟ ଓ ତାହା ସଙ୍ଗେ ଅଶୀ ପୁରୁଷ।
9 ヨアブの子孫のうちではエヒエルの子オバデヤおよび彼と共にある男二百十八人。
ଯୋୟାବର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଓବଦୀୟ ଓ ତାହା ସଙ୍ଗେ ଦୁଇ ଶହ ଅଠର ପୁରୁଷ।
10 バニの子孫のうちではヨシピアの子シロミテおよび彼と共にある男百六十人。
ଆଉ, ଶଲୋମୀତ୍‍ର ସନ୍ତାନଗଣ ମଧ୍ୟରୁ ଯୋଷିଫୀୟର ପୁତ୍ର ଓ ତାହା ସଙ୍ଗେ ଏକ ଶହ ଷାଠିଏ ପୁରୁଷ।
11 ベバイの子孫のうちではベバイの子ゼカリヤおよび彼と共にある男二十八人。
ପୁଣି, ବେବୟର ସନ୍ତାନଗଣ ମଧ୍ୟରୁ ବେବୟର ପୁତ୍ର ଜିଖରୀୟ ଓ ତାଙ୍କ ସଙ୍ଗେ ଅଠାଇଶ ପୁରୁଷ।
12 アズガデの子孫のうちではハッカタンの子ヨハナンおよび彼と共にある男百十人。
ଅସ୍ଗଦର ସନ୍ତାନଗଣ ମଧ୍ୟରୁ ହକାଟନର ପୁତ୍ର ଯୋହାନନ୍‍ ଓ ତାହା ସଙ୍ଗେ ଏକ ଶହ ଦଶ ପୁରୁଷ।
13 アドニカムの子孫のうちでは後に来た者どもで、その名はエリペレテ、ユエル、シマヤおよび彼らと共にある男六十人。
ଆଉ, ଅଦୋନୀକାମର ସନ୍ତାନଗଣ ମଧ୍ୟରୁ କନିଷ୍ଠମାନେ ଓ ସେମାନଙ୍କ ନାମ ଏହି, ଇଲୀଫେଲଟ୍‍, ଯିୟୀୟେଲ୍‍ ଓ ଶମୟୀୟ; ସେମାନଙ୍କ ସଙ୍ଗେ ଷାଠିଏ ପୁରୁଷ।
14 ビグワイの子孫のうちではウタイとザックルおよび彼らと共にある男七十人である。
ଆଉ, ବିଗ୍‍ବୟର ସନ୍ତାନଗଣ ମଧ୍ୟରୁ ଊଥୟ ଓ ସକ୍କୁର ଓ ସେମାନଙ୍କ ସଙ୍ଗେ ସତୁରି ପୁରୁଷ।
15 わたしは彼らをアハワに流れる川のほとりに集めて、そこに三日のあいだ露営した。わたしは民と祭司とを調べたが、そこにはレビの子孫はひとりもいなかったので、
ପୁଣି, ମୁଁ ଏମାନଙ୍କୁ ଅହବାଗାମିନୀ ନଦୀ ନିକଟରେ ଏକତ୍ର କଲି; ଆଉ, ସେଠାରେ ଆମ୍ଭେମାନେ ଛାଉଣି କରି ତିନି ଦିନ ରହିଲୁ; ଏଥିରେ ମୁଁ ଲୋକମାନଙ୍କୁ ଓ ଯାଜକମାନଙ୍କୁ ନିରୀକ୍ଷଣ କରି ଲେବୀର ସନ୍ତାନଗଣ ମଧ୍ୟରୁ କାହାକୁ ପାଇଲି ନାହିଁ।
16 人をつかわしてエリエゼル、アリエル、シマヤ、エルナタン、ヤリブ、エルナタン、ナタン、ゼカリヤ、メシュラムという首長たる人々を招き、またヨヤリブ、およびエルナタンのような見識のある人々を招いた。
ତେବେ ମୁଁ ଇଲୀୟେଜର, ଅରୀୟେଲ, ଶମୟୀୟ, ଇଲ୍‍ନାଥନ୍‍, ଯାରିବ, ଇଲ୍‍ନାଥନ୍‍, ନାଥନ, ଜିଖରୀୟ ଓ ମଶୁଲ୍ଲମ୍‍, ଏହି ପ୍ରଧାନ ଲୋକମାନଙ୍କୁ; ମଧ୍ୟ ଯୋୟାରୀବ୍‍ ଓ ଇଲ୍‍ନାଥନ୍‍ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି।
17 そしてわたしはカシピアという所の首長イドのもとに彼らをつかわし、カシピアという所にいるイドと、その兄弟である宮に仕えるしもべたちに告ぐべき言葉を、彼らに授け、われわれの神の宮のために、仕え人をわれわれに連れて来いと言った。
ଏଥିଉତ୍ତାରେ ମୁଁ ସେମାନଙ୍କୁ କାସିଫିଆ ନାମକ ସ୍ଥାନର ପ୍ରଧାନ ଲୋକ ଇଦ୍ଦୋ ନିକଟକୁ ପଠାଇଲି; ପୁଣି, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ନିମନ୍ତେ ଆମ୍ଭମାନଙ୍କ ନିକଟକୁ ପରିଚାରକମାନଙ୍କୁ ଆଣ ବୋଲି କାସିଫିଆ ସ୍ଥାନସ୍ଥ ଇଦ୍ଦୋକୁ ଓ ତାହାର ଭ୍ରାତୃଗଣ ନଥୀନୀୟମାନଙ୍କୁ କହିବା ପାଇଁ ମୁଁ ସେମାନଙ୍କୁ ଆଦେଶ କଲି।
18 われわれの神がよくわれわれを助けられたので、彼らはイスラエルの子、レビの子、マヘリの子孫のうちの思慮深い人、すなわちセレビヤおよびその子らとその兄弟たち十八人を、われわれに連れて来、
ତହୁଁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେମାନେ ଇସ୍ରାଏଲର ପୌତ୍ର, ଲେବୀର ପୁତ୍ର ମହଲିର ସନ୍ତାନଗଣ ମଧ୍ୟରୁ ଏକ ଜଣ ପ୍ରବୀଣ ଲୋକକୁ; ପୁଣି, ଶେରେବୀୟ ଓ ତାହାର ପୁତ୍ର ଓ ଭ୍ରାତୃଗଣ ସମେତ ଅଠର ଜଣକୁ;
19 またハシャビヤおよび彼と共に、メラリの子孫のエサヤとその兄弟およびその子ら二十人、
ଆଉ, ହଶବୀୟ ଓ ତାହା ସଙ୍ଗେ ମରାରି-ସନ୍ତାନଗଣ ମଧ୍ୟରୁ ଯିଶାୟାହ, ତାହାର ଭ୍ରାତୃଗଣ ଓ ସେମାନଙ୍କ ପୁତ୍ରଗଣ ସମେତ କୋଡ଼ିଏ ଜଣକୁ;
20 および宮に仕えるしもべ、すなわちダビデとそのつかさたちが、レビびとに仕えさせるために選んだ宮に仕えるしもべ二百二十人を連れてきた。これらの者は皆その名を言って記録された。
ଆଉ, ଦାଉଦ ଓ ଅଧିପତିମାନେ ଯେଉଁ ନଥୀନୀୟମାନଙ୍କୁ ଲେବୀୟମାନଙ୍କ ସେବାକାର୍ଯ୍ୟ ନିମନ୍ତେ ଦେଇଥିଲେ, ସେମାନଙ୍କ ମଧ୍ୟରୁ ଦୁଇ ଶହ କୋଡ଼ିଏ ଜଣ ନଥୀନୀୟ ଲୋକ ଆଣିଲେ; ଏସମସ୍ତଙ୍କ ନାମ ଲିଖିତ ହେଲା।
21 そこでわたしは、かしこのアハワ川のほとりで断食を布告し、われわれの神の前で身をひくくし、われわれと、われわれの幼き者と、われわれのすべての貨財のために、正しい道を示されるように神に求めた。
ଏଥିଉତ୍ତାରେ ଆମ୍ଭମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ବାଳକ ବାଳିକା ଓ ସକଳ ସମ୍ପତ୍ତି ନିମନ୍ତେ ଏକ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ଆମ୍ଭେ ଅହବା ନଦୀ ନିକଟରେ ଉପବାସର ଘୋଷଣା କଲୁ।
22 これは、われわれがさきに王に告げて、「われわれの神の手は、神を求めるすべての者の上にやさしく下り、その威力と怒りとはすべて神を捨てる者の上に下る」と言ったので、わたしは道中の敵に対して、われわれを守るべき歩兵と騎兵とを、王に頼むことを恥じたからである。
କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ।
23 そこでわれわれは断食して、このことをわれわれの神に求めたところ、神はその願いを聞きいれられた。
ଏହେତୁ ଆମ୍ଭେମାନେ ଉପବାସ କଲୁ ଓ ତହିଁ ନିମନ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କଲୁ; ତହିଁରେ ସେ ଆମ୍ଭମାନଙ୍କ ପ୍ରତି ପ୍ରସନ୍ନ ହେଲେ।
24 わたしはおもだった祭司十二人すなわちセレビヤ、ハシャビヤおよびその兄弟十人を選び、
ତହୁଁ ମୁଁ ଯାଜକମାନଙ୍କ ମଧ୍ୟରୁ ବାର ଜଣ ପ୍ରଧାନ ଲୋକଙ୍କୁ, ଅର୍ଥାତ୍‍, ଶେରେବୀୟ, ହଶବୀୟ ଓ ସେମାନଙ୍କ ସହିତ ସେମାନଙ୍କର ଦଶ ଜଣ ଭ୍ରାତାଙ୍କୁ ପୃଥକ କଲି;
25 金銀および器物、すなわち王と、その議官と、その諸侯およびすべて在留のイスラエルびとが、われわれの神の宮のためにささげた奉納物を量って彼らに渡した。
ଆଉ, ରାଜା ଓ ତାହାର ମନ୍ତ୍ରୀଗଣ ଓ ତାହାର ଅଧିପତିମାନେ ଓ ଉପସ୍ଥିତ ଇସ୍ରାଏଲ ଲୋକ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ନିମନ୍ତେ ଯେଉଁ ରୂପା ଓ ସୁନା ଓ ପାତ୍ରସକଳ ଉପହାର ରୂପେ ପ୍ରଦାନ କରିଥିଲେ, ତାହା ସେମାନଙ୍କୁ ତୌଲି ଦେଲି;
26 わたしが量って彼らの手に渡したものは、銀六百五十タラント、銀の器百タラント、金百タラントであった。
ମୁଁ ସେମାନଙ୍କ ହସ୍ତରେ ଛଅ ଶହ ପଚାଶ ତାଳନ୍ତ ରୂପା ଓ ଶହେ ତାଳନ୍ତ ରୌପ୍ୟମୟ ପାତ୍ର; ଶହେ ତାଳନ୍ତ ସୁନା;
27 また金の大杯が二十あって、一千ダリクに当る。また光り輝く青銅の器二個あって、その尊いこと金のようである。
ଏକ ହଜାର ଡ୍ରାକ୍‌ମା (ଗ୍ରୀସ୍‌ଦେଶୀୟ ମୁଦ୍ରା) ମୂଲ୍ୟର କୋଡ଼ିଏ ସ୍ୱର୍ଣ୍ଣମୟ ପାତ୍ର, ପୁଣି ସ୍ୱର୍ଣ୍ଣ ତୁଲ୍ୟ ବହୁମୂଲ୍ୟ, ଉତ୍ତମ ଉଜ୍ଜ୍ୱଳ ପିତ୍ତଳର ଦୁଇ ପାତ୍ର ତୌଲି ଦେଲି।
28 そしてわたしは彼らに言った、「あなたがたは主に聖別された者である。この器物も聖である。またこの金銀は、あなたがたの先祖の神、主にささげた真心よりの供え物である。
ପୁଣି, ମୁଁ ସେମାନଙ୍କୁ କହିଲି, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟ ଓ ପାତ୍ରସକଳ ମଧ୍ୟ ପବିତ୍ର ଅଟେ; ଆଉ, ଏହି ରୂପା ଓ ସୁନା ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଅଟେ।
29 あなたがたはエルサレムで、主の宮のへやの中で、祭司長、レビびとおよびイスラエルの氏族のかしらたちの前で、これを量るまで、見張り、かつ守りなさい」。
ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହର କୋଠରିରେ ପ୍ରଧାନ ଯାଜକବର୍ଗର ଓ ଲେବୀୟମାନଙ୍କର ଓ ଇସ୍ରାଏଲୀୟ ପିତୃ ବଂଶାଧିପତିମାନଙ୍କ ସାକ୍ଷାତରେ ଏହାସବୁ ତୌଲି ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ସତର୍କ ହୁଅ ଓ ଏହାସବୁ ରକ୍ଷା କର।”
30 そこで祭司およびレビびとたちは、その金銀および器物を、エルサレムにあるわれわれの神の宮に携えて行くため、その重さのものを受け取った。
ତହିଁରେ ଯାଜକମାନେ ଓ ଲେବୀୟମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହକୁ ଆଣିବା ପାଇଁ ସେହି ତୌଲା ରୂପା ଓ ସୁନା ଓ ପାତ୍ରସକଳ ଗ୍ରହଣ କଲେ।
31 われわれは正月の十二日に、アハワ川を出立してエルサレムに向かったが、われわれの神の手は、われわれの上にあって、敵の手および道に待ち伏せする者の手から、われわれを救われた。
ଏଥିଉତ୍ତାରେ ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ପ୍ରଥମ ମାସର ଦ୍ୱାଦଶ ଦିନ ଅହବା ନଦୀ ନିକଟରୁ ପ୍ରସ୍ଥାନ କଲୁ; ଆମ୍ଭମାନଙ୍କ ପରମେଶ୍ୱରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା, ଆଉ ପଥ ମଧ୍ୟରେ ସେ ଶତ୍ରୁ ଓ ଛକି ବସିବା ଲୋକ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲେ।
32 われわれはエルサレムに着いて、三日そこにいたが、
ତହିଁରେ ଆମ୍ଭେମାନେ ଯିରୂଶାଲମରେ ଉପସ୍ଥିତ ହୋଇ ସେଠାରେ ତିନି ଦିନ ବିଶ୍ରାମ କଲୁ।
33 四日目にわれわれの神の宮の内で、その金銀および器物を、ウリヤの子祭司メレモテの手に量って渡した。ピネハスの子エレアザルが彼と共にいた。またエシュアの子ヨザバデ、およびビンヌイの子ノアデヤのふたりのレビびとも、彼らと共にいた。
ତହୁଁ ଚତୁର୍ଥ ଦିନ ସେହି ରୂପା ଓ ସୁନା ଓ ପାତ୍ରସକଳ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ତୌଲା ଯାଇ ଊରୀୟ ଯାଜକର ପୁତ୍ର ମରେମୋତ୍‍ ହସ୍ତରେ ଦିଆଗଲା; ତାହା ସଙ୍ଗେ ପୀନହସ୍‍ର ପୁତ୍ର ଇଲୀୟାସର ଥିଲା; ଆଉ, ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍‍ ଓ ବିନ୍ନୁୟିର ପୁତ୍ର ନୋୟଦୀୟ, ଏହି ଲେବୀୟମାନେ ଥିଲେ;
34 すなわちそのすべての数と重さとを調べ、その重さは皆書きとめられた。
ସମଗ୍ର ଦ୍ରବ୍ୟ ଗଣିତ ଓ ପରିମିତ ହୋଇ ଦିଆଗଲା ଓ ସେହି ସମୟରେ ସେହିସବୁର ଓଜନ ଲେଖାଗଲା।
35 そのとき捕囚の人々で捕囚から帰って来た者は、イスラエルの神に燔祭をささげた。すなわちイスラエル全体のために雄牛十二頭、雄羊九十六頭、小羊七十七頭をささげ、また罪祭として雄やぎ十二頭をささげた。これらはみな、主にささげた燔祭である。
ନିର୍ବାସନରୁ ଆଗତ ବନ୍ଦୀତ୍ୱର ସନ୍ତାନଗଣ ସମଗ୍ର ଇସ୍ରାଏଲ ନିମନ୍ତେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ବାର ବୃଷ, ଛୟାନବେ ମେଷ, ସତସ୍ତରି ମେଷଶାବକ, ପାପାର୍ଥକ ବଳି ନିମନ୍ତେ ବାର ଛାଗ ଉତ୍ସର୍ଗ କଲେ; ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି ଥିଲା।
36 彼らはまた王の命令書を、王の総督たち、および川向こうの州の知事たちに渡したので、彼らは民と神の宮とを援助した。
ଏଥିଉତ୍ତାରେ ସେମାନେ ନଦୀ ସେପାରିସ୍ଥ ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷମାନଙ୍କୁ ରାଜାଜ୍ଞା ପତ୍ର ସମର୍ପଣ କଲେ; ତହିଁରେ ସେମାନେ ଲୋକମାନଙ୍କର ଓ ପରମେଶ୍ୱରଙ୍କ ଗୃହକାର୍ଯ୍ୟର ସାହାଯ୍ୟ କଲେ।

< エズラ記 8 >