< 創世記 2 >

1 こうして天と地と、その万象とが完成した。
ଏହିରୂପେ ଆକାଶମଣ୍ଡଳ ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା।
2 神は第七日にその作業を終えられた。すなわち、そのすべての作業を終って第七日に休まれた。
ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
3 神はその第七日を祝福して、これを聖別された。神がこの日に、そのすべての創造のわざを終って休まれたからである。
ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
4 これが天地創造の由来である。主なる神が地と天とを造られた時、
ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ,
5 地にはまだ野の木もなく、また野の草もはえていなかった。主なる神が地に雨を降らせず、また土を耕す人もなかったからである。
ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।
6 しかし地から泉がわきあがって土の全面を潤していた。
ପୁଣି, ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା।
7 主なる神は土のちりで人を造り、命の息をその鼻に吹きいれられた。そこで人は生きた者となった。
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
8 主なる神は東のかた、エデンに一つの園を設けて、その造った人をそこに置かれた。
ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ।
9 また主なる神は、見て美しく、食べるに良いすべての木を土からはえさせ、更に園の中央に命の木と、善悪を知る木とをはえさせられた。
ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍‍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।
10 また一つの川がエデンから流れ出て園を潤し、そこから分れて四つの川となった。
ଉଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା।
11 その第一の名はピソンといい、金のあるハビラの全地をめぐるもので、
ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେଶସମୂହକୁ ବେଷ୍ଟନ କରେ।
12 その地の金は良く、またそこはブドラクと、しまめのうとを産した。
ସେହି ଦେଶର ସୁବର୍ଣ୍ଣ ଉତ୍ତମ, ପୁଣି, ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମଇ।
13 第二の川の名はギホンといい、クシの全地をめぐるもの。
ଦ୍ୱିତୀୟ ନଦୀର ନାମ ଗୀହୋନ; ଏହା ସମସ୍ତ କୂଶ ଦେଶ ବେଷ୍ଟନ କରେ।
14 第三の川の名はヒデケルといい、アッスリヤの東を流れるもの。第四の川はユフラテである。
ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍‍।
15 主なる神は人を連れて行ってエデンの園に置き、これを耕させ、これを守らせられた。
ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ।
16 主なる神はその人に命じて言われた、「あなたは園のどの木からでも心のままに取って食べてよろしい。
ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରିପାର,
17 しかし善悪を知る木からは取って食べてはならない。それを取って食べると、きっと死ぬであろう」。
ମାତ୍ର, ସଦସତ୍‍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”
18 また主なる神は言われた、「人がひとりでいるのは良くない。彼のために、ふさわしい助け手を造ろう」。
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
19 そして主なる神は野のすべての獣と、空のすべての鳥とを土で造り、人のところへ連れてきて、彼がそれにどんな名をつけるかを見られた。人がすべて生き物に与える名は、その名となるのであった。
ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।
20 それで人は、すべての家畜と、空の鳥と、野のすべての獣とに名をつけたが、人にはふさわしい助け手が見つからなかった。
ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ।
21 そこで主なる神は人を深く眠らせ、眠った時に、そのあばら骨の一つを取って、その所を肉でふさがれた。
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।
22 主なる神は人から取ったあばら骨でひとりの女を造り、人のところへ連れてこられた。
ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ।
23 そのとき、人は言った。「これこそ、ついにわたしの骨の骨、わたしの肉の肉。男から取ったものだから、これを女と名づけよう」。
ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”
24 それで人はその父と母を離れて、妻と結び合い、一体となるのである。
ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
25 人とその妻とは、ふたりとも裸であったが、恥ずかしいとは思わなかった。
ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।

< 創世記 2 >