< ヘブル人への手紙 9 >

1 さて、初めの契約にも、礼拝についてのさまざまな規定と、地上の聖所とがあった。
ପ୍ରକୃତରେ ସେହି ପ୍ରଥମ ନିୟମର ମଧ୍ୟ ଉପାସନା ସମ୍ବନ୍ଧୀୟ ନାନା ବିଧିବିଧାନ ଓ ଗୋଟିଏ ପାର୍ଥିବ ପବିତ୍ର ସ୍ଥାନ ଥିଲା।
2 すなわち、まず幕屋が設けられ、その前の場所には燭台と机と供えのパンとが置かれていた。これが、聖所と呼ばれた。
କାରଣ ଗୋଟିଏ ତମ୍ବୁ ନିର୍ମିତ ହୋଇଥିଲା, ସେଥିର ପ୍ରଥମ ଭାଗରେ ଦୀପବୃକ୍ଷ, ମେଜ ଓ ଉତ୍ସର୍ଗୀକୃତ ରୁଟି ଥିଲା ତାହାକୁ ପବିତ୍ର ସ୍ଥାନ ବୋଲି କହନ୍ତି।
3 また第二の幕の後に、別の場所があり、それは至聖所と呼ばれた。
ପୁଣି, ଦ୍ୱିତୀୟ ଯବନିକାର ପଶ୍ଚାତରେ ତମ୍ବୁର ଯେଉଁ ଭାଗ ଥିଲା, ତାହାକୁ ମହାପବିତ୍ର ସ୍ଥାନ ବୋଲି କହନ୍ତି;
4 そこには金の香壇と全面金でおおわれた契約の箱とが置かれ、その中にはマナのはいっている金のつぼと、芽を出したアロンのつえと、契約の石板とが入れてあり、
ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମ-ସିନ୍ଦୁକ ଥିଲା। ସେହି ନିୟମ-ସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା,
5 箱の上には栄光に輝くケルビムがあって、贖罪所をおおっていた。これらのことについては、今ここで、いちいち述べることができない。
ଆଉ ତାହା ଉପରେ ପାପାଚ୍ଛାଦନକୁ ଛାୟା କରୁଥିବା ଈଶ୍ବରଙ୍କ ଗୌରବସୂଚକ ଦୁଇଟି କିରୂବ ଥିଲେ; ସେହିସବୁ ବିଷୟରେ ଏବେ ଆମ୍ଭେମାନେ ସବିଶେଷ କହି ନ ପାରୁ।
6 これらのものが、以上のように整えられた上で、祭司たちは常に幕屋の前の場所にはいって礼拝をするのであるが、
ଏହିସବୁ ଏହି ପ୍ରକାରେ ପ୍ରସ୍ତୁତ ହୋଇଥିବାରୁ ଯାଜକମାନେ ଉପାସନା କରିବା ନିମନ୍ତେ ତମ୍ବୁର ପ୍ରଥମ ଭାଗରେ ସର୍ବଦା ପ୍ରବେଶ କରନ୍ତି,
7 幕屋の奥には大祭司が年に一度だけはいるのであり、しかも自分自身と民とのあやまちのためにささげる血をたずさえないで行くことはない。
କିନ୍ତୁ ଦ୍ୱିତୀୟ ଭାଗରେ କେବଳ ମହାଯାଜକ ବର୍ଷକୁ ଥରେ ପ୍ରବେଶ କରନ୍ତି, ଆଉ ସେ ଆପଣାର ଓ ଲୋକମାନଙ୍କର ଅଜ୍ଞାନକୃତ ପାପ ନିମନ୍ତେ ଉତ୍ସର୍ଗ କରିବାର ରକ୍ତ ନ ନେଇ ପ୍ରବେଶ କରନ୍ତି ନାହିଁ।
8 それによって聖霊は、前方の幕屋が存在している限り、聖所にはいる道はまだ開かれていないことを、明らかに示している。
ଏଥିରେ ପବିତ୍ର ଆତ୍ମା ଏହା ପ୍ରକାଶ କରନ୍ତି ଯେ, ପ୍ରଥମ ତମ୍ବୁ ରହିଥିବା ପର୍ଯ୍ୟନ୍ତ ପବିତ୍ର ସ୍ଥାନରେ ପ୍ରବେଶ କରିବାର ପଥ ପ୍ରକାଶିତ ହୋଇ ନାହିଁ।
9 この幕屋というのは今の時代に対する比喩である。すなわち、供え物やいけにえはささげられるが、儀式にたずさわる者の良心を全うすることはできない。
ଏହି ପ୍ରଥମ ତମ୍ବୁ ବର୍ତ୍ତମାନ ସମୟ ନିମନ୍ତେ ନିଦର୍ଶନ ସ୍ୱରୂପ, ଆଉ ତଦନୁସାରେ ଦାନ ଓ ବଳି ଉଭୟ ଉତ୍ସର୍ଗ କରାଯାଏ, କିନ୍ତୁ ଏହିସବୁ ଉପାସକକୁ ବିବେକଗତ ସିଦ୍ଧି ଦାନ କରିପାରେ ନାହିଁ;
10 それらは、ただ食物と飲み物と種々の洗いごとに関する行事であって、改革の時まで課せられている肉の規定にすぎない。
ଏହି ସମସ୍ତ ଖାଦ୍ୟ, ପେୟ ଓ ବିବିଧପ୍ରକାର ଶୁଚିକ୍ରିୟା ସଂଶୋଧନର ସମୟ ପର୍ଯ୍ୟନ୍ତ ପାଳନୀୟ ଶାରୀରିକ ବିଧିବିଧାନମାତ୍ର।
11 しかしキリストがすでに現れた祝福の大祭司としてこられたとき、手で造られず、この世界に属さない、さらに大きく、完全な幕屋をとおり、
କିନ୍ତୁ ଖ୍ରୀଷ୍ଟ ବର୍ତ୍ତମାନ ଉତ୍ତମ ବିଷୟର ମହାଯାଜକ ସ୍ୱରୂପେ ଉପସ୍ଥିତ ହୋଇ ଏହି ସୃଷ୍ଟିରୁ ଭିନ୍ନ ଅହସ୍ତକୃତ ମହତ୍ ଓ ଶ୍ରେଷ୍ଠତର ତମ୍ବୁ ଦେଇ ଯାଇ ଛାଗ ଓ ଗୋବତ୍ସର ରକ୍ତ ନୁହେଁ,
12 かつ、やぎと子牛との血によらず、ご自身の血によって、一度だけ聖所にはいられ、それによって永遠のあがないを全うされたのである。 (aiōnios g166)
ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନନ୍ତ ମୁକ୍ତି ସାଧନ କରିଅଛନ୍ତି। (aiōnios g166)
13 もし、やぎや雄牛の血や雌牛の灰が、汚れた人たちの上にまきかけられて、肉体をきよめ聖別するとすれば、
କାରଣ ଯଦି ଛାଗ ଓ ବୃଷମାନଙ୍କ ରକ୍ତ ପୁଣି, ଅଶୁଚିମାନଙ୍କ ଉପରେ ସେଚିତ ଗାଭୀଭସ୍ମ ଶରୀରକୁ ପବିତ୍ର କରେ,
14 永遠の聖霊によって、ご自身を傷なき者として神にささげられたキリストの血は、なおさら、わたしたちの良心をきよめて死んだわざを取り除き、生ける神に仕える者としないであろうか。 (aiōnios g166)
ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ! (aiōnios g166)
15 それだから、キリストは新しい契約の仲保者なのである。それは、彼が初めの契約のもとで犯した罪過をあがなうために死なれた結果、召された者たちが、約束された永遠の国を受け継ぐためにほかならない。 (aiōnios g166)
ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଈଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି। (aiōnios g166)
16 いったい、遺言には、遺言者の死の証明が必要である。
କାରଣ ଚୁକ୍ତି କରାଯାଇଥିଲେ ଚୁକ୍ତି କରିଥିବା ବ୍ୟକ୍ତିଙ୍କ ମୃତ୍ୟୁର ପ୍ରମାଣ ଆବଶ୍ୟକ।
17 遺言は死によってのみその効力を生じ、遺言者が生きている間は、効力がない。
ଯେଣୁ ମୃତ୍ୟୁ ଘଟିଲେ ଚୁକ୍ତି ବଳବନ୍ତ ହୁଏ, କାରଣ ଚୁକ୍ତି କରିଥିବା ଲୋକ ଜୀବିତ ଥିବା ପର୍ଯ୍ୟନ୍ତ ତାହା କଦାପି କାର୍ଯ୍ୟକାରୀ ହୁଏ ନାହିଁ।
18 だから、初めの契約も、血を流すことなしに成立したのではない。
ଏଥିନିମନ୍ତେ ପ୍ରଥମ ନିୟମ ମଧ୍ୟ ବିନା ରକ୍ତରେ ପ୍ରତିଷ୍ଠିତ ହୋଇ ନ ଥିଲା।
19 すなわち、モーセが、律法に従ってすべての戒めを民全体に宣言したとき、水と赤色の羊毛とヒソプとの外に、子牛とやぎとの血を取って、契約書と民全体とにふりかけ、
କାରଣ ମୋଶା ଲୋକମାନଙ୍କ ନିକଟରେ ବ୍ୟବସ୍ଥାନୁଯାୟୀ ସମସ୍ତ ଆଜ୍ଞା ପ୍ରକାଶ କଲା ଉତ୍ତାରେ ଜଳ, ଲୋହିତବର୍ଣ୍ଣ ମେଷଲୋମ ଓ ଏଜୋବ ସହିତ ଗୋବତ୍ସ ଓ ଛାଗର ରକ୍ତ ଘେନି ନିୟମପୁସ୍ତକ ଓ ସମସ୍ତ ଲୋକଙ୍କ ଉପରେ ସେଚନ କରି କହିଲେ,
20 そして、「これは、神があなたがたに対して立てられた契約の血である」と言った。
ଈଶ୍ବର ତୁମ୍ଭମାନଙ୍କ ସମ୍ବନ୍ଧରେ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ସେହି ନିୟମର ରକ୍ତ ଏହି।
21 彼はまた、幕屋と儀式用の器具いっさいにも、同様に血をふりかけた。
ଆହୁରି ମଧ୍ୟ ସେ ତମ୍ବୁ ଓ ଯାଜକୀୟ ପରିଚର୍ଯ୍ୟାର ସମସ୍ତ ପାତ୍ର ଉପରେ ସେହିପରି ରକ୍ତ ସେଚନ କଲେ।
22 こうして、ほとんどすべての物が、律法に従い、血によってきよめられたのである。血を流すことなしには、罪のゆるしはあり得ない。
ପୁଣି, ମୋଶାଙ୍କ ବ୍ୟବସ୍ଥା ଅନୁସାରେ ପ୍ରାୟ ସମସ୍ତ ବିଷୟ ରକ୍ତ ଦ୍ୱାରା ଶୁଚିକୃତ ହୁଏ, ଆଉ ରକ୍ତପାତ ବିନା ପାପ କ୍ଷମା ହୁଏ ନାହିଁ।
23 このように、天にあるもののひな型は、これらのものできよめられる必要があるが、天にあるものは、これらより更にすぐれたいけにえで、きよめられねばならない。
ଅତଏବ, ସ୍ୱର୍ଗସ୍ଥ ବିଷୟଗୁଡ଼ିକର ଦୃଷ୍ଟାନ୍ତ ସମସ୍ତ ଏହିସବୁ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ ଥିଲା, କିନ୍ତୁ ସ୍ୱର୍ଗୀୟ ବିଷୟଗୁଡ଼ିକ ତ ଏହି ସବୁଠାରୁ ଶ୍ରେଷ୍ଠତର ବଳିଦାନ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ।
24 ところが、キリストは、ほんとうのものの模型にすぎない、手で造った聖所にはいらないで、上なる天にはいり、今やわたしたちのために神のみまえに出て下さったのである。
କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଈଶ୍ବରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି।
25 大祭司は、年ごとに、自分以外のものの血をたずさえて聖所にはいるが、キリストは、そのように、たびたびご自身をささげられるのではなかった。
ମହାଯାଜକ ଯେପରି ଅନ୍ୟର ରକ୍ତ ଘେନି ବର୍ଷକୁ ବର୍ଷ ମହାପବିତ୍ର ସ୍ଥାନରେ ପ୍ରବେଶ କରନ୍ତି, ସେହିପରି ସେ ଯେ ଥରକୁଥର ଆପଣାକୁ ଉତ୍ସର୍ଗ କରିବେ, ତାହା ନୁହେଁ;
26 もしそうだとすれば、世の初めから、たびたび苦難を受けねばならなかったであろう。しかし事実、ご自身をいけにえとしてささげて罪を取り除くために、世の終りに、一度だけ現れたのである。 (aiōn g165)
ତାହାହେଲେ ଜଗତର ପତ୍ତନ ସମୟଠାରୁ ଥରକୁଥର ତାହାଙ୍କୁ ମୃତ୍ୟୁଭୋଗ କରିବାକୁ ହୋଇଥାଆନ୍ତା; କିନ୍ତୁ ଏବେ ସେ ଯୁଗାନ୍ତ ସମୟରେ ଆପଣାକୁ ବଳି ରୂପେ ଉତ୍ସର୍ଗ କରିବା ଦ୍ୱାରା ପାପ ଦୂର କରିବାକୁ ପ୍ରକାଶିତ ହୋଇଅଛନ୍ତି। (aiōn g165)
27 そして、一度だけ死ぬことと、死んだ後さばきを受けることとが、人間に定まっているように、
ମନୁଷ୍ୟମାନଙ୍କ ନିମନ୍ତେ ଯେପରି ଥରେ ମାତ୍ର ମୃତ୍ୟୁ,
28 キリストもまた、多くの人の罪を負うために、一度だけご自身をささげられた後、彼を待ち望んでいる人々に、罪を負うためではなしに二度目に現れて、救を与えられるのである。
ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେ ମାତ୍ର ଉତ୍ସର୍ଗୀକୃତ ହେଲେ, କିନ୍ତୁ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।

< ヘブル人への手紙 9 >