< エレミヤ書 16 >

1 主の言葉はまたわたしに臨んだ、
ସଦାପ୍ରଭୁଙ୍କର ବାକ୍ୟ ଆହୁରି ମୋʼ ନିକଟରେ ଉପସ୍ଥିତ ହେଲା,
2 「あなたはこの所で妻をめとってはならない。またむすこ娘を持ってはならない。
ଯଥା, “ତୁମ୍ଭେ ଏହି ସ୍ଥାନରେ ବିବାହ କରିବ ନାହିଁ, କିଅବା ପୁତ୍ରକନ୍ୟା ଜାତ କରିବ ନାହିଁ।
3 この所で生れるむすこ娘と、この地でこれを産む母たちと、これを生む父たちとについて主はこう言われる、
କାରଣ ଏହି ସ୍ଥାନରେ ଜାତ ପୁତ୍ର ଓ କନ୍ୟାଗଣ ବିଷୟରେ ଓ ଏହି ଦେଶରେ ସେମାନଙ୍କର ପ୍ରସବକାରିଣୀ ମାତାମାନଙ୍କ ବିଷୟରେ, ଆଉ ସେମାନଙ୍କ ଜନ୍ମଦାତା ପିତୃଗଣ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି।
4 彼らは死の病にかかって死に、哀悼する者もなく、埋葬する者もなく、地のおもてに、糞土のようになる。またつるぎと、ききんに滅ぼされて、その死体は空の鳥と地の獣の食い物となる。
ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।
5 主はこう言われる、喪のある家に、はいってはならない。また行って、それを悲しみ嘆いてはならない。わたしがこの民からわたしの平安と、いつくしみと、あわれみとを取り去ったからであると、主は言われる。
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଶୋକ ଗୃହରେ ପ୍ରବେଶ କର ନାହିଁ, କିଅବା ସେମାନଙ୍କ ପାଇଁ ବିଳାପ ଅଥବା କ୍ରନ୍ଦନ କରିବା ପାଇଁ ଯାଅ ନାହିଁ; କାରଣ ସଦାପ୍ରଭୁ କହନ୍ତି ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଶାନ୍ତି ଓ ସ୍ନେହପୂର୍ଣ୍ଣ କରୁଣା ଓ ଦୟା ହରଣ କରିଅଛୁ।
6 大いなる者も小さき者も、この地に死ぬ。彼らは葬られず、また彼らのために悲しむ者もなく、自分の身を傷つける者もなく、髪をそる者もない。
ଏହି ଦେଶରେ ମହାନ ଓ କ୍ଷୁଦ୍ର ଉଭୟ ଲୋକ ମରିବେ; ସେମାନଙ୍କୁ କବର ଦିଆଯିବ ନାହିଁ, ଅଥବା ଲୋକେ ସେମାନଙ୍କ ନିମନ୍ତେ ବିଳାପ କରିବେ ନାହିଁ, କିଅବା ସେମାନଙ୍କ ନିମନ୍ତେ ଆପଣା ଆପଣା ଅଙ୍ଗରେ ଅସ୍ତ୍ରାଘାତ ଅଥବା ମସ୍ତକ ମୁଣ୍ଡନ କରିବେ ନାହିଁ;
7 悲しむ者のためにパンをさいて、死者のためにこれを慰める者はなく、また父あるいは母のために慰めの杯をこれに与えて飲ませる者もない。
କିଅବା ମୃତ ଲୋକମାନଙ୍କ ନିମନ୍ତେ ଶୋକକାରୀମାନଙ୍କୁ ସାନ୍ତ୍ୱନା କରିବା ପାଇଁ ଲୋକେ ରୁଟି ଭାଙ୍ଗିବେ ନାହିଁ; ଅଥବା ଆପଣା ଆପଣା ପିତା ଓ ମାତା ନିମନ୍ତେ ପାନ କରିବା ପାଇଁ ସାନ୍ତ୍ୱନାସୂଚକ ପାତ୍ର ଦେବେ ନାହିଁ।
8 またあなたは宴会をする家にはいって、人々と共にすわって食い飲みしてはならない。
ପୁଣି, ତୁମ୍ଭେ ଭୋଜନପାନ କରିବା ନିମନ୍ତେ ସେମାନଙ୍କ ସଙ୍ଗେ ବସିବା ପାଇଁ କୌଣସି ଭୋଜି ଗୃହକୁ ଯିବ ନାହିଁ।
9 万軍の主、イスラエルの神はこう言われる、見よ、あなたの目の前で、あなたのなおこの世にいる間に、わたしは喜びの声と楽しみの声、花婿の声と花嫁の声とをこの所に絶やしてしまう。
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ଓ ତୁମ୍ଭମାନଙ୍କ ସମୟରେ ଏହି ସ୍ଥାନରୁ ଆମୋଦ-ପ୍ରମୋଦର ଧ୍ୱନି ଓ ଆନନ୍ଦର ଧ୍ୱନି, ବରର ରବ ଓ କନ୍ୟାର ରବ ନିବୃତ୍ତ କରାଇବା।
10 あなたがこのすべての言葉をこの民に告げるとき、彼らがあなたに尋ねて、『主がわれわれにこの大きな災を宣告されるのはどうしてですか。われわれにどんな悪い所があるのですか。われわれの神、主にそむいて、われわれが犯した罪とはなんですか』と言うならば、
ଆଉ, ତୁମ୍ଭେ ଏହିସବୁ କଥା ଏ ଲୋକମାନଙ୍କ ନିକଟରେ ଯେତେବେଳେ ପ୍ରକାଶ କରିବ ଓ ସେମାନେ ତୁମ୍ଭକୁ କହିବେ, ‘ସଦାପ୍ରଭୁ କାହିଁକି ଏହିସବୁ ମହା ଅମଙ୍ଗଳର କଥା ଆମ୍ଭମାନଙ୍କ ବିରୁଦ୍ଧରେ କହିଅଛନ୍ତି? ଅବା ଆମ୍ଭମାନଙ୍କର ଅପରାଧ କି? ଅବା ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ବିରୁଦ୍ଧରେ କି ପାପ କରିଅଛୁ?’
11 あなたは彼らに答えなければならない、『主は仰せられる、それはあなたがたの先祖がわたしを捨てて他の神々に従い、これに仕え、これを拝し、またわたしを捨て、わたしの律法を守らなかったからである。
ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି।
12 あなたがたは、あなたがたの先祖よりも、いっそう悪いことをした。見よ、あなたがたはおのおの自分の悪い強情な心に従い、わたしに聞き従うことはしない。
ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁ ନାହଁ;
13 それゆえ、わたしはあなたがたをこの地より追い出し、あなたがたも、あなたがたの先祖も知らない地に行かせる。その所であなたがたは昼夜、ほかの神々に仕えるようになる。これはわたしがあなたがたにあわれみを示さないからである』と。
ଏହେତୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଦେଶରେ ନିକ୍ଷେପ କରିବା; ଆଉ, ସେଠାରେ ତୁମ୍ଭେମାନେ ଦିବାରାତ୍ର ଅନ୍ୟ ଦେବଗଣର ସେବା କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ କିଛିମାତ୍ର ଅନୁଗ୍ରହ କରିବା ନାହିଁ।’”
14 主は言われる、それゆえ、見よ、こののち『イスラエルの民をエジプトの地から導き出した主は生きておられる』とは言わないで、
ଏନିମନ୍ତେ ସଦାପ୍ରଭୁ କହନ୍ତି, “ଦେଖ, ‘ଇସ୍ରାଏଲ-ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;’
15 『イスラエルの民を北の国と、そのすべて追いやられた国々から導き出した主は生きておられる』という日がくる。わたしが彼らを、その先祖に与えた彼らの地に導きかえすからである。
ମାତ୍ର ‘ଇସ୍ରାଏଲ-ସନ୍ତାନଗଣକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ସେ ସେମାନଙ୍କୁ ତଡ଼ି ଦେଇଥିଲେ, ସେହି ସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,’ ଏପରି ସମୟ ଆସୁଅଛି; ପୁଣି, ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲୁ, ସେମାନଙ୍କର ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଆଣିବା।
16 主は言われる、見よ、わたしは多くの漁夫を呼んできて、彼らをすなどらせ、また、そののち多くの猟師を呼んできて、もろもろの山、もろもろの丘、および岩の裂け目から彼らをかり出させる。
ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ।
17 わたしの目は彼らのすべての道を見ているからである。みなわたしに隠れてはいない。またその悪はわたしの目に隠れることはない。
କାରଣ ସେମାନଙ୍କର ସମସ୍ତ ପଥରେ ଆମ୍ଭର ଦୃଷ୍ଟି ଅଛି; ସେମାନେ ଆମ୍ଭ ସାକ୍ଷାତରୁ ଲୁଚା ନୁହନ୍ତି, କିଅବା ସେମାନଙ୍କର ଅଧର୍ମ ଆମ୍ଭ ଦୃଷ୍ଟିରେ ଅଗୋଚର ନୁହେଁ।
18 わたしはその悪とその罪の報いを二倍にする。彼らがその忌むべき偶像の死体をもって、わたしの地を汚し、その憎むべきものをもって、わたしの嗣業を満たしたからである」。
ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା, କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁ ରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।”
19 主、わが力、わが城、悩みの時の、のがれ場よ、万国の民は地の果からあなたのもとにきて申します、「われわれの先祖が受け嗣いだのは、ただ偽りと、役に立たないつまらない事ばかりです。
ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟ ସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍‍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।
20 人が自分で神々を造ることができましょうか。そういうものは神ではありません」。
ମନୁଷ୍ୟ କି ଆପଣା ନିମନ୍ତେ ଈଶ୍ୱର ନିର୍ମାଣ କରିବ? ସେ ତ ଈଶ୍ୱର ନୁହେଁ।”
21 「それゆえ、見よ、わたしは彼らに知らせよう。すなわち、この際わたしの力と、わたしの勢いとを知らせよう。彼らはわたしの名が、主であることを知るようになる」。
“ଏନିମନ୍ତେ ଦେଖ, ଆମ୍ଭେ ସେମାନଙ୍କୁ ଜ୍ଞାତ କରାଇବା, ଆମେ ଏହି ଏକ ଥର ସେମାନଙ୍କୁ ଆମ୍ଭର ହସ୍ତ ଓ ଆମ୍ଭର ପରାକ୍ରମ ଜ୍ଞାତ କରାଇବା; ତହିଁରେ ଆମ୍ଭର ନାମ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ।”

< エレミヤ書 16 >