< エレミヤ書 24 >

1 バビロンの王ネブカデレザルがユダの王エホヤキムの子エコニヤおよびユダの君たちと工匠と鍛冶をエルサレムからバビロンに移して後、主はわたしにこの幻をお示しになった。見よ、主の宮の前に置かれているいちじくを盛った二つのかごがあった。
ବାବିଲର ରାଜା ନବୂଖଦ୍‍ନିତ୍ସର, ଯିହୋୟାକୀମ୍‍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍‍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକର ଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମ୍ବିରି ଫଳ ରଖାଯାଇଅଛି।
2 その一つのかごには、はじめて熟したような非常に良いいちじくがあり、ほかのかごには非常に悪くて食べられないほどの悪いいちじくが入れてあった。
ଏକ ଡାଲାରେ ଆଦ୍ୟପକ୍ୱ ଡିମ୍ବିରି ଫଳ ତୁଲ୍ୟ ଅତି ଉତ୍ତମ ଡିମ୍ବିରି ଥିଲା; ପୁଣି, ଅନ୍ୟ ଡାଲାରେ ଅତି ମନ୍ଦ ଡିମ୍ବିରି ଫଳ ଥିଲା, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।
3 主はわたしに、「エレミヤよ、何を見るか」と言われた。わたしは、「いちじくです。その良いいちじくは非常によく、悪いほうのいちじくは非常に悪くて、食べられません」と答えた。
ତେବେ ସଦାପ୍ରଭୁ ମୋତେ କହିଲେ, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଡିମ୍ବିରି ଫଳ, ଉତ୍ତମ ଡିମ୍ବିରି ଅତି ଉତ୍ତମ ଓ ମନ୍ଦ ଡିମ୍ବିରି ଅତି ମନ୍ଦ, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।”
4 主の言葉がまたわたしに臨んだ、
ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା।
5 「イスラエルの神、主はこう仰せられる、この所からカルデヤびとの地に追いやったユダの捕われ人を、わたしはこの良いいちじくのように顧みて恵もう。
“ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍‍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମ୍ବିରି ଫଳ ତୁଲ୍ୟ ଜ୍ଞାନ କରିବା।
6 わたしは彼らに目をかけてこれを恵み、彼らをこの地に返し、彼らを建てて倒さず、植えて抜かない。
କାରଣ ଆମ୍ଭେ ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ଆପଣା ଦୃଷ୍ଟି ରଖିବା ଓ ସେମାନଙ୍କୁ ପୁନର୍ବାର ଏହି ଦେଶକୁ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା ଓ ଭଗ୍ନ କରିବା ନାହିଁ; ଆମ୍ଭେ ସେମାନଙ୍କୁ ରୋପଣ କରିବା ଓ ଉତ୍ପାଟନ କରିବା ନାହିଁ।
7 わたしは彼らにわたしが主であることを知る心を与えよう。彼らはわたしの民となり、わたしは彼らの神となる。彼らは一心にわたしのもとに帰ってくる。
ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।
8 主はこう仰せられる、わたしはユダの王ゼデキヤとそのつかさたち、およびエルサレムの人の残ってこの地にいる者、ならびにエジプトの地に住んでいる者を、この悪くて食べられない悪いいちじくのようにしよう。
ଆଉ, ଯେପରି ସେହି ମନ୍ଦ ଡିମ୍ବିରି ଫଳ ଏଡ଼େ ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ସେପରି ସଦାପ୍ରଭୁ କହନ୍ତି, ଆମ୍ଭେ ନିଶ୍ଚୟ ଯିହୁଦାର ରାଜା ସିଦିକୀୟକୁ, ତାହାର ଅଧିପତିଗଣକୁ ଓ ଯିରୂଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶରେ ଅଛନ୍ତି, ସେମାନଙ୍କୁ ଓ ଯେଉଁମାନେ ମିସର ଦେଶରେ ବାସ କରନ୍ତି, ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା।
9 わたしは彼らを地のもろもろの国で、忌みきらわれるものとし、またわたしの追いやるすべての所で、はずかしめに会わせ、ことわざとなり、あざけりと、のろいに会わせる。
ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ିଦେବା, ସେହି ସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।
10 わたしはつるぎと、ききんと、疫病を彼らのうちに送って、ついに彼らをわたしが彼らとその先祖とに与えた地から絶えさせる」。
ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା।”

< エレミヤ書 24 >