< エレミヤ書 26 >

1 ユダの王ヨシヤの子エホヤキムが世を治めた初めのころ、主からこの言葉があった、
ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ରାଜତ୍ଵର ଆରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା,
2 「主はこう仰せられる、主の宮の庭に立ち、わたしがあなたに命じて言わせるすべての言葉を、主の宮で礼拝するために来ているユダの町々の人々に告げなさい。ひと言をも言い残しておいてはならない。
“ଯଥା, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୁଅ ଓ ସଦାପ୍ରଭୁଙ୍କ ଗୃହରେ ପ୍ରମାଣ କରିବା ପାଇଁ ଯିହୁଦାର ନଗରସମୂହରୁ ଆଗତ ଲୋକମାନଙ୍କୁ ଯେଉଁ ସକଳ କଥା କହିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହାସବୁ ସେମାନଙ୍କୁ କୁହ; ଗୋଟିଏ କଥା ଛାଡ଼ ନାହିଁ।
3 彼らが聞いて、おのおのその悪い道を離れることがあるかも知れない。そのとき、わたしは彼らの行いの悪いために、災を彼らに下そうとしたのを思いなおす。
ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା।
4 あなたは彼らに言いなさい、『主はこう仰せられる、もしあなたがたがわたしに聞き従わず、わたしがあなたがたの前に定めおいた律法を行わず、
ପୁଣି, ତୁମ୍ଭେ ସେମାନଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯଦି ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ,
5 わたしがあなたがたに、しきりにつかわすわたしのしもべである預言者の言葉に聞き従わないならば、(あなたがたは聞き従わなかったが、)
ଆମ୍ଭର ଯେଉଁ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଆମ୍ଭେ ଅତି ପ୍ରଭାତରେ ଉଠି ତୁମ୍ଭମାନଙ୍କ ନିକଟକୁ ପଠାଇ ଆସିଅଛୁ, ମାତ୍ର ତୁମ୍ଭେମାନେ ମନୋଯୋଗ କରି ନାହଁ, ସେମାନଙ୍କ ବାକ୍ୟରେ ଯଦି ତୁମ୍ଭେମାନେ ମନୋଯୋଗ ନ କରିବ;
6 わたしはこの宮をシロのようにし、またこの町を地の万国にのろわれるものとする』」。
ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।’”
7 祭司と預言者およびすべての民は、エレミヤが主の宮でこれらの言葉を語るのを聞いた。
ପୁଣି, ଯିରିମୀୟ ସଦାପ୍ରଭୁଙ୍କ ଗୃହରେ ଏହିସବୁ କଥା କହିବାର ଯାଜକମାନେ ଓ ଭବିଷ୍ୟଦ୍‍ବକ୍ତାମାନେ ଓ ଲୋକ ସମସ୍ତେ ଶୁଣିଲେ।
8 エレミヤが主に命じられたすべての言葉を民に告げ終った時、祭司と預言者および民はみな彼を捕えて言った、「あなたは死ななければならない。
ଆଉ, ଯିରିମୀୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାପିତ ସକଳ କଥା କହିବାର ସମାପ୍ତ କଲା ଉତ୍ତାରେ, ଯାଜକ, ଭବିଷ୍ୟଦ୍‍ବକ୍ତାମାନେ ଓ ଲୋକ ସମସ୍ତେ ତାଙ୍କୁ ଧରି କହିଲେ, “ତୁମ୍ଭେ ନିଶ୍ଚୟ ମରିବ।
9 なぜあなたは主の名によって預言し、この宮はシロのようになり、この町は荒されて住む人もなくなるであろうと言ったのか」と。民はみな主の宮に集まってエレミヤを取り囲んだ。
‘ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲ?’” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ।
10 ユダのつかさたちはこの事を聞いて王の宮殿を出て主の宮に上り、主の宮の「新しい門」の入口に座した。
ଏଥିଉତ୍ତାରେ ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ଗୃହକୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନରେ ବସିଲେ।
11 祭司と預言者らは、つかさたちとすべての民に訴えて言った、「この人は死刑に処すべき者です。あなたがたが自分の耳で聞かれたように、この町に逆らう預言をしたのです」。
ତହିଁରେ ଯାଜକମାନେ ଓ ଭବିଷ୍ୟଦ୍‍ବକ୍ତାମାନେ, ଅଧିପତିମାନଙ୍କୁ ଓ ଲୋକ ସମସ୍ତଙ୍କୁ ଏହି କଥା କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛି, ଏହା ତୁମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛ।”
12 その時エレミヤは、つかさたちとすべての民に言った、「主はわたしをつかわし、この宮とこの町にむかって、預言をさせられたので、そのすべての言葉をあなたがたは聞いた。
ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍‍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ।
13 それで、あなたがたは今、あなたがたの道と行いを改め、あなたがたの神、主の声に聞き従いなさい。そうするならば主はあなたがたに災を下そうとしたことを思いなおされる。
ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷାନ୍ତ ହେବେ।
14 見よ、わたしはあなたがたの手の中にある。あなたがたの目に、良いと見え、正しいと思うことをわたしに行うがよい。
ମାତ୍ର ଦେଖ, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି: ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋʼ ପ୍ରତି କର।
15 ただ明らかにこのことを知っておきなさい。もしあなたがたがわたしを殺すならば、罪なき者の血はあなたがたの身と、この町と、その住民とに帰する。まことに主がわたしをつかわして、このすべての言葉をあなたがたの耳に、告げさせられたからである」。
କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।”
16 つかさたちと、すべての民とは、祭司と預言者に言った、「この人は死刑に処すべき者ではない。われわれの神、主の名によってわれわれに語ったのである」。
ତହିଁରେ ଅଧିପତିମାନେ ଓ ଲୋକ ସମସ୍ତେ ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ ନୁହେଁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ସେ ଆମ୍ଭମାନଙ୍କୁ କଥା କହିଅଛି।”
17 その時この地の長老たち数人が立って、そこに集まっているすべての者に告げて言った、
ସେତେବେଳେ ଦେଶର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେହି କେହି ଉଠି ଲୋକମାନଙ୍କ ସମସ୍ତ ସମାଜକୁ ଏହି କଥା କହିଲେ,
18 「ユダの王ヒゼキヤの世に、モレシテびとミカはユダのすべての民に預言して言った、『万軍の主はこう仰せられる、シオンは畑のように耕され、エルサレムは石塚となり、宮の山は木のおい茂る高い所となる』。
“ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।’
19 ユダの王ヒゼキヤと、すべてのユダの人は彼を殺そうとしたことがあろうか。ヒゼキヤは主を恐れ、主の恵みを求めたので、主は彼らに災を下すとお告げになったのを思いなおされたではないか。しかし、われわれは、自分の身に大きな災を招こうとしている」。
ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କʼଣ ତାହାଙ୍କୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷାନ୍ତ ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।”
20 主の名によって預言した人がほかにもあった。すなわちキリアテ・ヤリムのシマヤの子ウリヤである。彼はエレミヤとおなじような言葉をもって、この町とこの地にむかって預言した。
ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟଥ୍‍-ଯିୟାରୀମସ୍ଥ ଶମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଥିଲେ।
21 エホヤキム王と、そのすべての勇士と、すべてのつかさたちはその言葉を聞いた。そして王は彼を殺そうと思ったが、ウリヤはこれを聞いて恐れ、エジプトに逃げて行ったので、
ତହିଁରେ ଯିହୋୟାକୀମ୍‍ ରାଜା, ଆପଣା ବୀରମାନଙ୍କ ଓ ସମସ୍ତ ଅଧିପତିମାନଙ୍କ ସହିତ ସେହି କଥା ଶୁଣନ୍ତେ, ରାଜା ତାହାକୁ ବଧ କରିବାକୁ ଚେଷ୍ଟା କଲା; ମାତ୍ର ଊରୀୟ ଏହା ଶୁଣି ଭୀତ ହୋଇ ମିସରକୁ ପଳାଇଗଲା।
22 エホヤキム王は人をエジプトにつかわした。すなわちアクボルの子エルナタンと他の数名の人を、エジプトにつかわした。
ତହିଁରେ ଯିହୋୟାକୀମ୍‍ ରାଜା ମିସରକୁ ଲୋକ ପଠାଇଲା, ଅର୍ଥାତ୍‍, ଅକ୍‍ବୋରର ପୁତ୍ର ଇଲ୍‍ନାଥନ୍‍କୁ ଓ ତାହା ସଙ୍ଗେ ଅନ୍ୟ କେତେକ ଲୋକଙ୍କୁ ମିସରକୁ ପଠାଇଲା;
23 彼らはウリヤをエジプトから引き出し、エホヤキム王のもとに連れてきたので、王はつるぎをもって彼を殺し、その死体を共同墓地に捨てさせた。
ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍‍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର ସ୍ଥାନରେ ତାହାର ଶବ ପକାଇଦେଲା।
24 しかしシャパンの子アヒカムはエレミヤを助け、民の手に渡されて殺されることのないようにした。
ମାତ୍ର ଶାଫନ୍‍ର ପୁତ୍ର ଅହୀକାମ ଯିରିମୀୟଙ୍କ ସପକ୍ଷ ଥିବାରୁ ହତ ହେବା ନିମନ୍ତେ ଯିରିମୀୟ ଲୋକମାନଙ୍କ ହସ୍ତରେ ସମର୍ପିତ ହେଲେ ନାହିଁ।

< エレミヤ書 26 >