< エレミヤ書 28 >

1 その年、すなわちユダの王ゼデキヤの治世の初め、その第四年の五月、ギベオン出身の預言者であって、アズルの子であるハナニヤは、主の宮で祭司とすべての民の前でわたしに語って言った、
ଏଥିଉତ୍ତାରେ ସେହି ବର୍ଷ, ଅର୍ଥାତ୍‍, ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍‍ ନିବାସୀ ଅସୂରର ପୁତ୍ର ହନାନୀୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା,
2 「万軍の主、イスラエルの神はこう仰せられる、わたしはバビロンの王のくびきを砕いた。
“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗିଅଛୁ।
3 二年の内に、バビロンの王ネブカデネザルが、この所から取ってバビロンに携えて行った主の宮の器を、皆この所に帰らせる。
ବାବିଲର ରାଜା ନବୂଖଦ୍‍ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ପୁନର୍ବାର ଏହି ସ୍ଥାନକୁ ଆଣିବା।
4 わたしはまたユダの王エホヤキムの子エコニヤと、バビロンに行ったユダのすべての捕われ人をこの所に帰らせる。それは、わたしがバビロンの王のくびきを、砕くからであると主は言われる」。
ପୁଣି, ଯିହୋୟାକୀମ୍‍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍‍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।”
5 そこで預言者エレミヤは主の宮のうちに立っている祭司とすべての民の前で、預言者ハナニヤに言った。
ତହିଁରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ପରମେଶ୍ୱରଙ୍କ ଗୃହରେ ଠିଆ ହୋଇଥିବା ଯାଜକମାନଙ୍କ ସାକ୍ଷାତରେ ଓ ସମସ୍ତ ଲୋକଙ୍କ ସାକ୍ଷାତରେ ହନାନୀୟ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ,
6 すなわち預言者エレミヤは言った、「アァメン。どうか主がこのようにしてくださるように。どうかあなたの預言した言葉が成就して、バビロンに携えて行った主の宮の器とすべての捕われ人を、主がバビロンから再びこの所に帰らせてくださるように。
ଅର୍ଥାତ୍‍, ଯିରିମୀୟ ଭବିଷ୍ୟଦ୍‍ବକ୍ତା ଏହା କହିଲେ, “ଆମେନ୍‍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ।
7 ただし、今わたしがあなたとすべての民の聞いている所で語るこの言葉を聞きなさい。
ତଥାପି ମୁଁ ତୁମ୍ଭ କର୍ଣ୍ଣଗୋଚରରେ ଓ ସମଗ୍ର ଲୋକଙ୍କ କର୍ଣ୍ଣଗୋଚରରେ ଏହି ଯେଉଁ କଥା କହିଅଛି, ତାହା ଶୁଣ।
8 わたしと、あなたの先に出た預言者は、むかしから、多くの地と大きな国について、戦いと、ききんと、疫病の事を預言した。
ତୁମ୍ଭର ଓ ମୋର ପୂର୍ବରେ ଥିବା ପୁରାତନ କାଳର ଭବିଷ୍ୟଦ୍‍ବକ୍ତାମାନେ ଅନେକ ଦେଶ ଓ ବୃହତ ବୃହତ ରାଜ୍ୟ ବିରୁଦ୍ଧରେ ଯୁଦ୍ଧ, ଅମଙ୍ଗଳ ଓ ମହାମାରୀ ବିଷୟକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛନ୍ତି।
9 平和を預言する預言者は、その預言者の言葉が成就するとき、真実に主がその預言者をつかわされたのであることが知られるのだ」。
ଯେଉଁ ଭବିଷ୍ୟଦ୍‍ବକ୍ତା ଶାନ୍ତିର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ, ସେହି ଭବିଷ୍ୟଦ୍‍ବକ୍ତାଙ୍କର ବାକ୍ୟ ସଫଳ ହେଲା ଉତ୍ତାରେ ସିନା ସଦାପ୍ରଭୁ ପ୍ରକୃତରେ ତାହାକୁ ପଠାଇଅଛନ୍ତି ବୋଲି ଜଣା ପଡ଼େ।”
10 そこで預言者ハナニヤは預言者エレミヤの首から、くびきを取って、それを砕いた。
ତହିଁରେ ହନାନୀୟ ଭବିଷ୍ୟଦ୍‍ବକ୍ତା ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି କାଢ଼ିନେଇ ତାହା ଭାଙ୍ଗି ପକାଇଲା।
11 そしてハナニヤは、すべての民の前で語り、「主はこう仰せられる、『わたしは二年のうちに、このように、万国民の首からバビロンの王ネブカデネザルのくびきを離して砕く』」と言った。預言者エレミヤは去って行った。
ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏହିରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍‍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା।” ଏଥିରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ଆପଣା ବାଟରେ ଚାଲିଗଲେ।
12 預言者ハナニヤが預言者エレミヤの首から、くびきを離して砕いた後、しばらくして主の言葉がエレミヤに臨んだ、
ହନାନୀୟ ଭବିଷ୍ୟଦ୍‍ବକ୍ତା ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି ଭାଙ୍ଗିଲା ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
13 「行って、ハナニヤに告げなさい、『主はこう仰せられる、あなたは木のくびきを砕いたが、わたしはそれに替えて鉄のくびきを作ろう。
“ତୁମ୍ଭେ ଯାଇ ହନାନୀୟକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କାଷ୍ଠର ଯୁଆଳି ଭାଙ୍ଗିଅଛ ପ୍ରମାଣ; ମାତ୍ର ତହିଁ ବଦଳରେ ତୁମ୍ଭେ ଲୁହାର ଯୁଆଳି ପ୍ରସ୍ତୁତ କରିବ।
14 万軍の主、イスラエルの神はこう仰せられる、わたしは鉄のくびきをこの万国民の首に置いて、バビロンの王ネブカデネザルに仕えさせる。彼らはこれに仕える。わたしは野の獣をも彼に与えた』」。
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ।’”
15 預言者エレミヤはまた預言者ハナニヤに言った、「ハナニヤよ、聞きなさい。主があなたをつかわされたのではない。あなたはこの民に偽りを信じさせた。
ତହିଁରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ହନାନୀୟ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଉଅଛ।
16 それゆえ主は仰せられる、『わたしはあなたを地のおもてから除く。あなたは主に対する反逆を語ったので、今年のうちに死ぬのだ』と」。
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରିଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।’”
17 預言者ハナニヤはその年の七月に死んだ。
ତହିଁରେ ହନାନୀୟ ଭବିଷ୍ୟଦ୍‍ବକ୍ତା ସେହି ବର୍ଷର ସପ୍ତମ ମାସରେ ମଲେ।

< エレミヤ書 28 >