< ヨシュア記 3 >

1 ヨシュアは朝早く起き、イスラエルの人々すべてとともにシッテムを出立して、ヨルダンに行き、それを渡らずに、そこに宿った。
ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ; ପୁଣି ସେ ଓ ଇସ୍ରାଏଲର ସମସ୍ତ ସନ୍ତାନ ଶିଟୀମରୁ ଯାତ୍ରା କରି ଯର୍ଦ୍ଦନରେ ଉପସ୍ଥିତ ହେଲେ; ମାତ୍ର ସେମାନେ ପାର ହେବା ପୂର୍ବେ ସେଠାରେ ବସା କଲେ।
2 三日の後、つかさたちは宿営の中を行き巡り、
ତହୁଁ ତିନି ଦିନ ଉତ୍ତାରେ ଅଧ୍ୟକ୍ଷମାନେ ଛାଉଣି ମଧ୍ୟଦେଇ ଗଲେ;
3 民に命じて言った、「レビびとである祭司たちが、あなたがたの神、主の契約の箱をかきあげるのを見るならば、あなたがたはその所を出立して、そのあとに従わなければならない。
ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ।
4 そうすれば、あなたがたは行くべき道を知ることができるであろう。あなたがたは前にこの道をとおったことがないからである。しかし、あなたがたと箱との間には、おおよそ二千キュビトの距離をおかなければならない。それに近づいてはならない」。
ତଥାପି ପରିମାଣାନୁସାରେ ତୁମ୍ଭମାନଙ୍କର ଓ ତାହାର ମଧ୍ୟରେ ପ୍ରାୟ ଦୁଇ ହଜାର ହାତ ଅନ୍ତର ରହିବ; ତୁମ୍ଭେମାନେ ଆପଣାମାନଙ୍କ ଗମନର ପଥ ଜାଣିବା ନିମନ୍ତେ ତାହା ନିକଟକୁ ଆସିବ ନାହିଁ, କାରଣ ଏଥିପୂର୍ବେ ତୁମ୍ଭେମାନେ ଏହି ପଥ ପାର ହୋଇଯାଇ ନାହଁ।”
5 ヨシュアはまた民に言った、「あなたがたは身を清めなさい。あす、主があなたがたのうちに不思議を行われるからである」。
ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣାକୁ ପବିତ୍ର କର, କାରଣ କାଲି ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟକ୍ରିୟା କରିବେ।”
6 ヨシュアは祭司たちに言った、「契約の箱をかき、民に先立って渡りなさい」。そこで彼らは契約の箱をかき、民に先立って進んだ。
ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, “ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର।” ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ।
7 主はヨシュアに言われた、「きょうからわたしはすべてのイスラエルの前にあなたを尊い者とするであろう。こうしてわたしがモーセと共にいたように、あなたとともにおることを彼らに知らせるであろう。
ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆମ୍ଭେ ଆଜି ଦିନ ସମୁଦାୟ ଇସ୍ରାଏଲଙ୍କ ସାକ୍ଷାତରେ ତୁମ୍ଭକୁ ସମ୍ଭ୍ରାନ୍ତ କରିବାକୁ ଆରମ୍ଭ କରିବା, ତହିଁରେ ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେହିପରି ତୁମ୍ଭ ସଙ୍ଗରେ ହେବା, ଏହା ସେମାନେ ଜ୍ଞାତ ହେବେ।
8 あなたは契約の箱をかく祭司たちに命じて言わなければならない、『あなたがたは、ヨルダンの水ぎわへ行くと、すぐ、ヨルダンの中に立ちとどまらなければならない』」。
ଏନିମନ୍ତେ ତୁମ୍ଭେ ନିୟମ-ସିନ୍ଦୁକବାହକ ଯାଜକମାନଙ୍କୁ ଆଜ୍ଞା ଦେଇ କୁହ, ‘ତୁମ୍ଭେମାନେ ଯର୍ଦ୍ଦନ ଜଳଧାରରେ ଉପସ୍ଥିତ ହେଲେ, ସେଠାରେ ଯର୍ଦ୍ଦନ ତୀରରେ ଠିଆ ହୋଇ ରହିବ।’”
9 ヨシュアはイスラエルの人々に言った、「あなたがたはここに近づいて、あなたがたの神、主の言葉を聞きなさい」。
ତହିଁରେ ଯିହୋଶୂୟ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନକୁ ଆସି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଶୁଣ।
10 そしてヨシュアは言った、「生ける神があなたがたのうちにおいでになり、あなたがたの前から、カナンびと、ヘテびと、ヒビびと、ペリジびと、ギルガシびと、アモリびと、エブスびとを、必ず追い払われることを、次のことによって、あなたがたは知るであろう。
ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପରିଷୀୟ ଓ ଗିର୍ଗାଶୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ି ଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ।
11 ごらんなさい。全地の主の契約の箱は、あなたがたに先立ってヨルダンを渡ろうとしている。
ଦେଖ, ସମଗ୍ର ଜଗତର ପ୍ରଭୁଙ୍କ ନିୟମ-ସିନ୍ଦୁକ ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନକୁ ଯାଉଅଛି।
12 それゆえ、今、イスラエルの部族のうちから、部族ごとにひとりずつ、合わせて十二人を選びなさい。
ଏନିମନ୍ତେ ତୁମ୍ଭେମାନେ ଇସ୍ରାଏଲର ଏକ ବଂଶରୁ ଏକ ଏକ ଜଣ, ଏରୂପେ ବାର ବଂଶରୁ ବାର ଜଣ ଗ୍ରହଣ କର।
13 全地の主なる神の箱をかく祭司たちの足の裏が、ヨルダンの水の中に踏みとどまる時、ヨルダンの水は流れをせきとめられ、上から流れくだる水はとどまって、うず高くなるであろう」。
ସମଗ୍ର ଜଗତର ପ୍ରଭୁ ସଦାପ୍ରଭୁଙ୍କର ସିନ୍ଦୁକ-ବାହକ ଯାଜକମାନଙ୍କ ପଦତଳ ଯର୍ଦ୍ଦନ ଜଳରେ ପ୍ରବିଷ୍ଟ ହେବାମାତ୍ର ସେହି ଯର୍ଦ୍ଦନର ଜଳ, ଅର୍ଥାତ୍‍, ଊର୍ଦ୍ଧ୍ୱସ୍ଥାନରୁ ଯେଉଁ ଜଳ ବହି ଆସୁଅଛି, ତାହା କଟା ହେବ ଓ ତାହା ଏକ ରାଶି ହୋଇ ସ୍ଥଗିତ ହେବ।”
14 こうして民はヨルダンを渡ろうとして天幕をいで立ち、祭司たちは契約の箱をかき、民に先立って行ったが、
ସେତେବେଳେ ଲୋକମାନେ ଯର୍ଦ୍ଦନ ପାର ହେବା ନିମନ୍ତେ ଆପଣା ଆପଣା ତମ୍ବୁରୁ ଯାତ୍ରା କରନ୍ତେ, ଯାଜକମାନେ ନିୟମ-ସିନ୍ଦୁକ ବହି ଲୋକମାନଙ୍କ ସମ୍ମୁଖସ୍ଥ ହେଲେ।
15 箱をかく者がヨルダンにきて、箱をかく祭司たちの足が水ぎわにひたると同時に、ヨルダンは刈入れの間中、岸一面にあふれるのであるが、
ଆଉ ଯଦ୍ୟପି ଶସ୍ୟଚ୍ଛେଦନର ସମସ୍ତ କାଳ ଯର୍ଦ୍ଦନର ସବୁ-ତୀର ଉପରକୁ ବଢ଼ି ଉଠେ, ତଥାପି ସିନ୍ଦୁକ-ବାହକମାନେ ଯେତେବେଳେ ଯର୍ଦ୍ଦନ ସମୀପରେ ଉପସ୍ଥିତ ହେଲେ, ସେତେବେଳେ ଜଳଧାରରେ ସିନ୍ଦୁକ-ବାହକ ଯାଜକମାନଙ୍କ ପାଦ ଜଳରେ ଡୁବିବା ମାତ୍ର,
16 上から流れくだる水はとどまって、はるか遠くのザレタンのかたわらにある町アダムのあたりで、うず高く立ち、アラバの海すなわち塩の海の方に流れくだる水は全くせきとめられたので、民はエリコに向かって渡った。
ଊର୍ଦ୍ଧ୍ୱରୁ ଆଗତ ସମସ୍ତ ଜଳ ସ୍ଥଗିତ ହୋଇ ସର୍ତ୍ତନ ନିକଟବର୍ତ୍ତୀ ଆଦମ ନଗରଠାରୁ ଅତି ଦୂରରେ ଏକ ରାଶି ହୋଇ ଉଠିଲା; ପୁଣି ପଦାଭୂମିର ସମୁଦ୍ର, ଅର୍ଥାତ୍‍, ଲବଣ ସମୁଦ୍ରଗାମୀ ଜଳ ସମ୍ପୂର୍ଣ୍ଣ ରୂପେ କଟା ହେଲା; ତହିଁରେ ଲୋକମାନେ ଯିରୀହୋ ସମ୍ମୁଖରେ ପାର ହୋଇଗଲେ।
17 すべてのイスラエルが、かわいた地を渡って行く間、主の契約の箱をかく祭司たちは、ヨルダンの中のかわいた地に立っていた。そしてついに民はみなヨルダンを渡り終った。
ଆଉ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଯାଜକମାନେ ଯର୍ଦ୍ଦନ ମଧ୍ୟରେ ଶୁଷ୍କ ଭୂମିରେ ସ୍ଥିର ରୂପେ ସ୍ଥଗିତ ରହିଲେ; ତହିଁରେ ସମୁଦାୟ ଇସ୍ରାଏଲ ଗୋଷ୍ଠୀ ନିଃଶେଷ ରୂପେ ଯର୍ଦ୍ଦନ ପାର ହେବା ଯାଏ ସମସ୍ତେ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।

< ヨシュア記 3 >