< 士師記 18 >

1 そのころイスラエルには王がなかった。そのころダンびとの部族はイスラエルの部族のうちにあって、その日までまだ嗣業の地を得なかったので自分たちの住むべき嗣業の地を求めていた。
ସେହି ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ସେତେବେଳେ ଦାନ୍ ବଂଶ ବସତି ନିମନ୍ତେ ଅଧିକାର ଖୋଜୁଥିଲେ; କାରଣ ସେଦିନ ପର୍ଯ୍ୟନ୍ତ ଇସ୍ରାଏଲ ବଂଶ ମଧ୍ୟରେ ସେମାନଙ୍କ ଅଧିକାର ପାଇ ନ ଥିଲା।
2 それでダンの人々は自分の部族の総勢のうちから、勇者五人をゾラとエシタオルからつかわして土地をうかがい探らせた。すなわち彼らに言った、「行って土地を探ってきなさい」。彼らはエフライムの山地に行き、ミカの家に着いて、そこに宿ろうとした。
ଏଣୁ ଦାନ୍-ସନ୍ତାନଗଣ ଆପଣାମାନଙ୍କ ସଂଖ୍ୟା ମଧ୍ୟରୁ ସ୍ୱଗୋଷ୍ଠୀୟ ପାଞ୍ଚ ଜଣ ବୀର ପୁରୁଷଙ୍କୁ ଦେଶ ଭ୍ରମଣ ଓ ଅନୁସନ୍ଧାନ କରିବାକୁ ସରାୟ ଓ ଇଷ୍ଟାୟୋଲଠାରୁ ପଠାଇଲେ ଓ ସେମାନଙ୍କୁ କହିଲେ, “ଯାଇ ଦେଶ ଅନୁସନ୍ଧାନ କର;” ତହିଁରେ ସେମାନେ ଇଫ୍ରୟିମ-ପର୍ବତମୟ ଦେଶସ୍ଥିତ ମୀଖାର ଗୃହ ପର୍ଯ୍ୟନ୍ତ ଆସି ସେଠାରେ ରାତ୍ରି କ୍ଷେପଣ କଲେ।
3 彼らがミカの家に近づいたとき、レビびとである若者の声を聞きわけたので、身をめぐらしてそこにはいって彼に言った、「だれがあなたをここに連れてきたのですか。あなたはここで何をしているのですか。ここになんの用があるのですか」。
ସେମାନେ ମୀଖାର ଗୃହ ନିକଟରେ ଥିବା ବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, “ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କଅଣ କରୁଅଛ? ଓ ତୁମ୍ଭର ଏଠାରେ କଅଣ ଅଛି?”
4 若者は彼らに言った、「ミカが、かようかようにしてわたしを雇ったので、わたしはその祭司となったのです」。
ତହିଁରେ ସେ ସେମାନଙ୍କୁ କହିଲା, ମୀଖା ମୋହର ପ୍ରତି ଏହି ଏହି ପ୍ରକାର ବ୍ୟବହାର କଲା, “ସେ ମୋତେ ବେତନ ଦେଇ ନିଯୁକ୍ତ କରିଅଛି ଓ ମୁଁ ତାହାର ଯାଜକ ହୋଇଅଛି।”
5 彼らは言った、「どうぞ、神に伺って、われわれが行く道にしあわせがあるかどうかを知らせてください」。
ତହୁଁ ସେମାନେ ତାହାକୁ କହିଲେ, “ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ୱରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ।”
6 その祭司は彼らに言った、「安心して行きなさい。あなたがたが行く道は主が見守っておられます」。
ତହୁଁ ଯାଜକ ସେମାନଙ୍କୁ କହିଲା, କୁଶଳରେ ଯାଅ; “ତୁମ୍ଭମାନଙ୍କ ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି।”
7 そこで五人の者は去ってライシに行き、そこにいる民を見ると、彼らは安らかに住まい、その穏やかで安らかなことシドンびとのようであって、この国には一つとして欠けたものがなく、富を持ち、またシドンびとと遠く離れており、ほかの民と交わることがなかった。
ଏଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍‍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କିରୂପେ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶାନ୍ତ ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ୱବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।
8 かくて彼らがゾラとエシタオルにおる兄弟たちのもとに帰ってくると、兄弟たちは彼らに言った、「いかがでしたか」。
ଏଥିଉତ୍ତାରେ ସେହି ପାଞ୍ଚ ଜଣ ସରାୟ ଓ ଇଷ୍ଟାୟୋଲରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, “କି ବିଚାର?”
9 彼らは言った、「立って彼らのところに攻め上りましょう。われわれはかの地を見たが、非常に豊かです。あなたがたはなぜじっとしているのですか。ためらわずに進んで行って、かの地を取りなさい。
ତହିଁରେ ସେମାନେ କହିଲେ, “ଉଠ, ସେମାନଙ୍କ ବିରୁଦ୍ଧରେ ଯିବା; କାରଣ ଆମ୍ଭେମାନେ ସେ ଦେଶ ଦେଖିଲୁ, ଦେଖ, ସେ ଦେଶ ଅତି ଉତ୍ତମ; ଆଉ ତୁମ୍ଭେମାନେ କି ତୁନି ହୋଇ ରହିଅଛ? ସେହି ଦେଶକୁ ଯିବାକୁ ଓ ପ୍ରବେଶ କରି ତାହା ଅଧିକାର କରିବାକୁ ଆଳସ୍ୟ କର ନାହିଁ।
10 あなたがたが行けば、安らかにおる民の所に行くでしょう。その地は広く、神はそれをあなたがたの手に賜わるのです。そこには地にあるもの一つとして欠けているものはありません」。
ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ; ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ।”
11 そこでダンの氏族のもの六百人が武器を帯びて、ゾラとエシタオルを出発し、
ତହିଁରେ ସେଠାରୁ ଦାନୀୟ ଗୋଷ୍ଠୀର ଛଅ ଶହ ଲୋକ ଯୁଦ୍ଧାସ୍ତ୍ରରେ ସସଜ୍ଜ ହୋଇ ସରାୟ ଓ ଇଷ୍ଟାୟୋଲରୁ ଯାତ୍ରା କଲେ।
12 上って行ってユダのキリアテ・ヤリムに陣を張った。このゆえに、その所は今日までマハネダンと呼ばれる。それはキリアテ・ヤリムの西にある。
ପୁଣି ସେମାନେ ଉଠିଯାଇ ଯିହୁଦା-ଅନ୍ତର୍ଗତ କିରୀୟଥ୍‍-ଯିୟାରୀମ୍‍ରେ ଛାଉଣି ସ୍ଥାପନ କଲେ; ଏହି କାରଣରୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନକୁ ମହନୀ-ଦାନ (ଦାନ୍‍ର ଛାଉଣି) କହନ୍ତି; ଦେଖ, ତାହା କିରୀୟଥ୍‍-ଯିୟାରୀମ୍‍ର ପଛରେ ଅଛି।
13 彼らはそこからエフライムの山地に進み、ミカの家に着いた。
ଏଥିଉତ୍ତାରେ ସେମାନେ ସେଠାରୁ ଇଫ୍ରୟିମ-ପର୍ବତମୟ ଦେଶ ଆଡ଼େ ଯାଇ ମୀଖାର ଗୃହ ପର୍ଯ୍ୟନ୍ତ ଗଲେ।
14 かのライシの国をうかがいに行った五人の者はその兄弟たちに言った、「あなたがたはこれらの家にエポデとテラピムと刻んだ像と鋳た像のあるのを知っていますか。それであなたがたは今、なすべきことを決めなさい」。
ସେତେବେଳେ ଯେଉଁ ପାଞ୍ଚ ଜଣ ଲୟିଶ୍‍ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ଆପଣା ଭ୍ରାତୃଗଣକୁ କହିଲେ, “ଏହି ଗୃହରେ ଯେ ଏକ ଏଫୋଦ ଓ ଠାକୁରମାନ, ଆଉ ଏକ ଖୋଦିତ ପ୍ରତିମା ଓ ଏକ ଢଳା ପ୍ରତିମା ଅଛି, ଏହା କʼଣ ତୁମ୍ଭେମାନେ ଜାଣ? ଏଣୁ ତୁମ୍ଭମାନଙ୍କର କି କର୍ତ୍ତବ୍ୟ, ତାହା ବିବେଚନା କର।”
15 そこで彼らはその方へ身をめぐらして、かのレビびとの若者の家すなわちミカの家に行って、彼に安否を問うた。
ତହୁଁ ସେମାନେ ସେଆଡ଼େ ଯାଇ ମୀଖାର ଗୃହରେ ସେହି ଲେବୀୟ ଯୁବାର ଗୃହକୁ ଆସି ତାହାର ମଙ୍ଗଳ ବାର୍ତ୍ତା ପଚାରିଲେ।
16 しかし武器を帯びた六百人のダンの人々は門の入口に立っていた。
ପୁଣି ଯୁଦ୍ଧାସ୍ତ୍ରରେ ସସଜ୍ଜ ଦାନ୍-ସନ୍ତାନଗଣର ସେହି ଛଅ ଶହ ପୁରୁଷ ଦ୍ୱାର-ପ୍ରବେଶ ସ୍ଥାନରେ ଛିଡ଼ା ହୋଇ ରହିଲେ।
17 かの土地をうかがいに行った五人の者は上って行って、そこにはいり、刻んだ像とエポデとテラピムと鋳た像とを取ったが、祭司は武器を帯びた六百人の者と共に門の入口に立っていた。
ଏଥିରେ ଦେଶାନୁସନ୍ଧାନ ନିମିତ୍ତ ଯାଇଥିବା ସେହି ପାଞ୍ଚ ଜଣ ଉପରକୁ ଗଲେ, ପୁଣି ତହିଁ ଭିତରକୁ ଯାଇ ଖୋଦିତ ପ୍ରତିମା ଓ ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଉଠାଇ ନେଲେ; ସେସମୟରେ ଯାଜକ ଦ୍ୱାର-ପ୍ରବେଶ ସ୍ଥାନରେ ଯୁଦ୍ଧାସ୍ତ୍ରରେ ସସଜ୍ଜ ସେହି ଛଅ ଶହ ଲୋକ ସଙ୍ଗରେ ଛିଡ଼ା ହୋଇଥିଲା।
18 彼らがミカの家にはいって刻んだ像とエポデとテラピムと鋳た像とを取った時、祭司は彼らに言った、「あなたがたは何をなさいますか」。
ଆଉ ସେହି ଲୋକମାନେ ମୀଖା ଗୃହକୁ ଯାଇ ଖୋଦିତ ପ୍ରତିମା, ଏଫୋଦ ଓ ଠାକୁରମାନ ଓ ଢଳା ପ୍ରତିମା ଆଣନ୍ତେ, ଯାଜକ ସେମାନଙ୍କୁ କହିଲା, “ତୁମ୍ଭେମାନେ କଅଣ କରୁଅଛ?”
19 彼らは言った、「黙りなさい。あなたの手を口にあてて、われわれと一緒にきて、われわれのために父とも祭司ともなりなさい。ひとりの家の祭司であるのと、イスラエルの一部族、一氏族の祭司であるのと、どちらがよいですか」。
ତହିଁରେ ସେମାନେ ତାହାକୁ କହିଲେ, “ତୁନି ହୁଅ, ଆପଣା ମୁହଁରେ ହାତ ଦିଅ, ଆମ୍ଭମାନଙ୍କ ସଙ୍ଗେ ଚାଲ ଓ ଆମ୍ଭମାନଙ୍କ ପିତା ଓ ଯାଜକ ହୁଅ; ଏକ ଲୋକର ଗୃହରେ ଯାଜକ ହେବା ତୁମ୍ଭର ଭଲ, କି ଇସ୍ରାଏଲୀୟ ଏକ ବଂଶ ଓ ଗୋଷ୍ଠୀର ଯାଜକ ହେବା ଭଲ?”
20 祭司は喜んで、エポデとテラピムと刻んだ像とを取り、民のなかに加わった。
ଏଥିରେ ଯାଜକର ମନ ଆନନ୍ଦିତ ହେଲା, ତହୁଁ ସେ ଏଫୋଦ ଓ ଠାକୁରମାନ ଓ ଖୋଦିତ ପ୍ରତିମା ନେଇ ଲୋକମାନଙ୍କ ମଧ୍ୟରେ ଚାଲିଲା।
21 かくて彼らは身をめぐらして去り、その子供たちと家畜と貨財をさきにたてて進んだが、
ଏଥିଉତ୍ତାରେ ସେମାନେ ମୁଖ ଫେରାଇ ପ୍ରସ୍ଥାନ କଲେ, ପୁଣି ବାଳକ ଓ ପଶୁ ଓ ସାମଗ୍ରୀ ଆପଣାମାନଙ୍କ ଆଗେ ଚଳାଇଲେ।
22 ミカの家をはるかに離れたとき、ミカは家に近い家の人々を集め、ダンの人々に追いつき、
ସେମାନେ ମୀଖାର ଗୃହରୁ କିଛି ଦୂର ଗଲା ଉତ୍ତାରେ ମୀଖାର ଗୃହ ନିକଟ ଗୃହବାସୀମାନେ ଦଳବଦ୍ଧ ହୋଇ ଦାନ୍-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ।
23 ダンの人々を呼んだので、彼らはふり向いてミカに言った、「あなたがそのように仲間を連れてきたのは、どうしたのですか」。
ପୁଣି ଦାନ୍-ସନ୍ତାନଗଣକୁ ଡାକ ପକାଇଲେ। ତହୁଁ ସେମାନେ ମୁଖ ଫେରାଇ ମୀଖାକୁ କହିଲେ, ତୁମ୍ଭର କଅଣ ହେଲା ଯେ, “ତୁମ୍ଭେ ଏପରି ଦଳବଦ୍ଧ ହୋଇ ଆସୁଅଛ?”
24 彼は言った、「あなたがたが、わたしの造った神々および祭司を奪い去ったので、わたしに何が残っていますか。しかるにあなたがたがわたしに向かって『どうしたのですか』と言われるとは何事ですか」。
ତହିଁରେ ସେ କହିଲା, “ମୋର ବନାଇଲା ଦେବତାମାନଙ୍କୁ, ପୁଣି ଯାଜକକୁ ତୁମ୍ଭେମାନେ ତ ନେଇ ଚାଲି ଆସିଲ, ବାକି ମୋହର ଆଉ କଅଣ ଅଛି? ଆହୁରି କହୁଅଛ, ‘ତୁମ୍ଭର କଅଣ ହେଲା?’”
25 ダンの人々は彼に言った、「あなたは大きな声を出さないがよい。気の荒い連中があなたに撃ちかかって、あなたは自分の命と家族の命を失うようになるでしょう」。
ତହିଁରେ ଦାନ୍-ସନ୍ତାନଗଣ ତାହାକୁ କହିଲେ, “ଆମ୍ଭମାନଙ୍କ ମଧ୍ୟରେ ତୁମ୍ଭ ରବ ଶୁଣା ନ ଯାଉ, କେଜାଣି କ୍ରୋଧୀ ଲୋକେ ତୁମ୍ଭକୁ ଆକ୍ରମଣ କରିବେ, ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପରିବାରର ପ୍ରାଣ ହରାଇବ।”
26 こうしてダンの人々は去って行ったが、ミカは彼らの強いのを見て、くびすをかえして自分の家に帰った。
ଏଉତ୍ତାରେ ଦାନ୍-ସନ୍ତାନଗଣ ଆପଣା ପଥରେ ଗମନ କଲେ; ପୁଣି ମୀଖା ସେମାନଙ୍କୁ ଆପଣାଠାରୁ ଅଧିକ ବଳବାନ ଦେଖି, ଆପଣା ଗୃହକୁ ଫେରିଗଲା।
27 さて彼らはミカが造った物と、ミカと共にいた祭司とを奪ってライシにおもむき、穏やかで、安らかな民のところへ行って、つるぎをもって彼らを撃ち、火をつけてその町を焼いたが、
ତହୁଁ ସେମାନେ ମୀଖାର ନିର୍ମିତ ବସ୍ତୁସବୁ ଓ ତାହାର ଯାଜକକୁ ନେଇ ଲୟିଶ୍‍ରେ ସେହି ଶାନ୍ତ ଓ ନିର୍ଭୟ ହୋଇ ରହିଥିବା ଲୋକମାନଙ୍କ ନିକଟରେ ଉପସ୍ଥିତ ହେଲେ ଓ ସେମାନଙ୍କୁ ଖଡ୍ଗଧାରରେ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।
28 シドンを遠く離れており、ほかの民との交わりがなかったので、それを救うものがなかった。その町はベテレホブに属する谷にあった。彼らは町を建てなおしてそこに住み、
ପୁଣି ଉଦ୍ଧାରକର୍ତ୍ତା କେହି ନ ଥିଲା, କାରଣ ତାହା ସୀଦୋନଠାରୁ ଦୂର ଥିଲା, ଆଉ ଅନ୍ୟ କାହାରି ସଙ୍ଗେ ସେମାନଙ୍କର ସମ୍ପର୍କ ନ ଥିଲା; ଆଉ ତାହା ବେଥ୍-ରହୋବ ନିକଟସ୍ଥ ତଳଭୂମିରେ ଥିଲା। ଏଉତ୍ତାରେ ସେମାନେ ସେହି ନଗର ନିର୍ମାଣ କରି ସେଠାରେ ବାସ କଲେ।
29 イスラエルに生れた先祖ダンの名にしたがって、その町の名をダンと名づけた。その町の名はもとはライシであった。
ପୁଣି ଆପଣାମାନଙ୍କ ପୂର୍ବପୁରୁଷ ଯେ ଇସ୍ରାଏଲର ପୁତ୍ର ଦାନ୍, ତାହାର ନାମାନୁସାରେ ସେହି ନଗରର ନାମ ଦାନ୍ ରଖିଲେ; ମାତ୍ର ଆଦ୍ୟରେ ସେହି ନଗରର ନାମ ଲୟିଶ୍‍ ଥିଲା।
30 そしてダンの人々は刻んだ像を自分たちのために安置し、モーセの孫すなわちゲルショムの子ヨナタンとその子孫がダンびとの部族の祭司となって、国が捕囚となる日にまで及んだ。
ପୁଣି ଦାନ୍-ସନ୍ତାନଗଣ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ; ପୁଣି ସେହି ଦେଶୀୟ ଲୋକମାନେ ବନ୍ଦୀ ରୂପେ ଦେଶାନ୍ତରିତ ହେବା ଯାଏ ମୋଶାର ପୌତ୍ର, ଗେର୍ଶୋମର ପୁତ୍ର ଯୋନାଥନ ଓ ତାହାର ସନ୍ତାନଗଣ ଦାନ୍ ବଂଶର ଯାଜକ ହେଲେ।
31 神の家がシロにあったあいだ、常に彼らはミカが造ったその刻んだ像を飾って置いた。
ଶୀଲୋରେ ପରମେଶ୍ୱରଙ୍କ ଗୃହ ଥିବାର ସମସ୍ତ ସମୟ ସେମାନେ ଆପଣାମାନଙ୍କ ପାଇଁ ମୀଖାର ନିର୍ମିତ ସେହି ଖୋଦିତ ପ୍ରତିମା ସ୍ଥାପନ କରି ରଖିଲେ।

< 士師記 18 >