< 士師記 2 >

1 主の使がギルガルからボキムに上って言った、「わたしはあなたがたをエジプトから上らせて、あなたがたの先祖に誓った地に連れてきて、言った、『わたしはあなたと結んだ契約を決して破ることはない。
ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ଗିଲ୍‍ଗଲ୍‍ରୁ ବୋଖୀମକୁ ଆସିଲେ, ଆଉ ସେ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲୁ, ସେଠାକୁ ତୁମ୍ଭମାନଙ୍କୁ ଆଣିଅଛୁ; ପୁଣି ଆମ୍ଭେ କହିଲୁ, ‘ଆମ୍ଭେ ତୁମ୍ଭମାନଙ୍କ ସହିତ ଆପଣା ନିୟମ ଅନନ୍ତକାଳ ପର୍ଯ୍ୟନ୍ତ ଲଙ୍ଘନ କରିବା ନାହିଁ।
2 あなたがたはこの国の住民と契約を結んではならない。彼らの祭壇をこぼたなければならない』と。しかし、あなたがたはわたしの命令に従わなかった。あなたがたは、なんということをしたのか。
ଆଉ ତୁମ୍ଭେମାନେ ଏହି ଦେଶନିବାସୀମାନଙ୍କ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭାଙ୍ଗି ପକାଇବ;’ ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ, କାହିଁକି ତୁମ୍ଭେମାନେ ଏହି କର୍ମ କରିଅଛ?
3 それでわたしは言う、『わたしはあなたがたの前から彼らを追い払わないであろう。彼らはかえってあなたがたの敵となり、彼らの神々はあなたがたのわなとなるであろう』と」。
ଏଥିପାଇଁ ଆମ୍ଭେ ମଧ୍ୟ କହିଲୁ, ‘ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ; ମାତ୍ର ସେମାନେ ତୁମ୍ଭମାନଙ୍କ ପାର୍ଶ୍ୱରେ କଣ୍ଟକ ଓ ସେମାନଙ୍କ ଦେବତାମାନେ ତୁମ୍ଭମାନଙ୍କ ପ୍ରତି ଫାନ୍ଦ ହେବେ।’”
4 主の使がこれらの言葉をイスラエルのすべての人々に告げたので、民は声をあげて泣いた。
ଯେତେବେଳେ ସଦାପ୍ରଭୁଙ୍କ ଦୂତ ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ, ସେତେବେଳେ ଲୋକମାନେ ରବ ଉଠାଇ ରୋଦନ କଲେ।
5 それでその所の名をボキムと呼んだ。そして彼らはその所で主に犠牲をささげた。
ଏନିମନ୍ତେ ସେମାନେ ସେହି ସ୍ଥାନର ନାମ ବୋଖୀମ ରଖିଲେ; ପୁଣି ସେମାନେ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।
6 ヨシュアが民を去らせたので、イスラエルの人々はおのおのその領地へ行って土地を獲た。
ଯିହୋଶୂୟ ଆପଣା ନିକଟରୁ ଲୋକମାନଙ୍କୁ ବିଦାୟ କଲା ଉତ୍ତାରେ ଇସ୍ରାଏଲ ସନ୍ତାନମାନଙ୍କର ପ୍ରତ୍ୟେକେ ଅଧିକାର କରିବା ନିମନ୍ତେ ଆପଣା ଆପଣା ଦେଶକୁ ଗଲେ।
7 民はヨシュアの在世中も、またヨシュアのあとに生き残った長老たち、すなわち主がかつてイスラエルのために行われたすべての大いなるわざを見た人々の在世中も主に仕えた。
ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ ମହତ କର୍ମ ଦେଖିଥିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଯିହୋଶୂୟଙ୍କ ଉତ୍ତାରେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଲୋକମାନେ ସଦାପ୍ରଭୁଙ୍କ ସେବା କଲେ।
8 こうして主のしもべヌンの子ヨシュアは百十歳で死んだ。
ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ।
9 人々は彼をエフライムの山地のガアシ山の北のテムナテ・ヘレスにある彼の領地内に葬った。
ତହୁଁ ଲୋକମାନେ ଗାଶ୍‍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନତ୍‍-ହେରସରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।
10 そしてその時代の者もまたことごとくその先祖たちのもとにあつめられた。その後ほかの時代が起ったが、これは主を知らず、また主がイスラエルのために行われたわざをも知らなかった。
ପୁଣି ସେହି ପିଢ଼ିର ସମସ୍ତ ଲୋକେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେଲେ; ସେମାନଙ୍କ ପରେ ଯେଉଁ ପିଢ଼ିର ଲୋକମାନେ ସଦାପ୍ରଭୁଙ୍କୁ ଜାଣି ନ ଥିଲେ, କି ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କର କୃତ କର୍ମ ଦେଖି ନ ଥିଲେ, ଏପରି ଲୋକେ ସେମାନଙ୍କ ଉତ୍ତାରେ ଉଠିଲେ।
11 イスラエルの人々は主の前に悪を行い、もろもろのバアルに仕え、
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍‍ ଦେବତାଗଣର ସେବା କଲେ।
12 かつてエジプトの地から彼らを導き出された先祖たちの神、主を捨てて、ほかの神々すなわち周囲にある国民の神々に従い、それにひざまずいて、主の怒りをひき起した。
ପୁଣି ଯେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ, ସେହି ସଦାପ୍ରଭୁ ଆପଣାମାନଙ୍କ ପୈତୃକ ପରମେଶ୍ୱରଙ୍କୁ ତ୍ୟାଗ କଲେ ଓ ଅନ୍ୟ ଦେବତାଗଣର, ଅର୍ଥାତ୍‍, ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକମାନଙ୍କ ଦେବତାଗଣର ଅନୁଗାମୀ ହୋଇ ସେମାନଙ୍କୁ ପ୍ରଣାମ କଲେ; ଏରୂପେ ସେମାନେ ସଦାପ୍ରଭୁଙ୍କୁ ବିରକ୍ତ କଲେ।
13 すなわち彼らは主を捨てて、バアルとアシタロテに仕えたので、
ଆହୁରି ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବାଲ୍‍ଦେବ ଓ ଅଷ୍ଟାରୋତ୍‍ ଦେବୀଗଣର ସେବା କଲେ।
14 主の怒りがイスラエルに対して燃え、かすめ奪う者の手にわたして、かすめ奪わせ、かつ周囲のもろもろの敵の手に売られたので、彼らは再びその敵に立ち向かうことができなかった。
ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ।
15 彼らがどこへ行っても、主の手は彼らに災をした。これは主がかつて言われ、また主が彼らに誓われたとおりで、彼らはひどく悩んだ。
ସଦାପ୍ରଭୁ ଯେପରି କହିଥିଲେ ଓ ସଦାପ୍ରଭୁ ସେମାନଙ୍କ ନିକଟରେ ଯେପରି ଶପଥ କରିଥିଲେ, ତଦନୁସାରେ ସେମାନେ ଯେଉଁଆଡ଼େ ଗଲେ, ସେଆଡ଼େ ଅମଙ୍ଗଳ କରିବାକୁ ସଦାପ୍ରଭୁଙ୍କ ହସ୍ତ ସେମାନଙ୍କର ବିରୁଦ୍ଧ ହେଲା; ଏହିପରି ସେମାନେ ଭାରୀ କ୍ଳେଶରେ ପଡ଼ିଲେ।
16 その時、主はさばきづかさを起して、彼らをかすめ奪う者の手から救い出された。
ତହୁଁ ସଦାପ୍ରଭୁ ବିଚାରକର୍ତ୍ତାଗଣଙ୍କୁ ଉତ୍ଥାପନ କରି ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।
17 しかし彼らはそのさばきづかさにも従わず、かえってほかの神々を慕ってそれと姦淫を行い、それにひざまずき、先祖たちが主の命令に従って歩んだ道を、いちはやく離れ去って、そのようには行わなかった。
ତଥାପି ସେମାନେ ଆପଣାମାନଙ୍କ ବିଚାରକର୍ତ୍ତାମାନଙ୍କ କଥା ଶୁଣିଲେ ନାହିଁ, ମାତ୍ର ଅନ୍ୟ ଦେବତାଗଣର ଅନୁଗମନ କରି ବ୍ୟଭିଚାର କଲେ ଓ ସେମାନଙ୍କୁ ପ୍ରଣାମ କଲେ; ସେମାନଙ୍କର ପିତୃଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ଯେଉଁ ପଥରେ ଗମନ କଲେ, ସେମାନେ ତଦନୁସାରେ ନ କରି ସେହି ପଥରୁ ଶୀଘ୍ର ବିମୁଖ ହେଲେ।
18 主が彼らのためにさばきづかさを起されたとき、そのさばきづかさの在世中、主はさばきづかさと共におられて、彼らを敵の手から救い出された。これは彼らが自分をしえたげ悩ました者のゆえに、うめき悲しんだので、主が彼らをあわれまれたからである。
ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍ଥାପନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ।
19 しかしさばきづかさが死ぬと、彼らはそむいて、先祖たちにまさって悪を行い、ほかの神々に従ってそれに仕え、それにひざまずいてそのおこないをやめず、かたくなな道を離れなかった。
ମାତ୍ର ସେହି ବିଚାରକର୍ତ୍ତାର ମୃତ୍ୟୁୁ ହୁଅନ୍ତେ, ସେମାନେ ପୁନର୍ବାର ଫେରି ସେମାନଙ୍କ ପିତୃଲୋକଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟାଚରଣ କଲେ ଓ ଅନ୍ୟ ଦେବତାଗଣର ସେବା କରି ଓ ସେମାନଙ୍କୁ ପ୍ରଣାମ କରି ସେମାନଙ୍କର ଅନୁଗାମୀ ହେଲେ; ସେମାନେ ଆପଣା ଆପଣା କ୍ରିୟାରୁ ଓ ଅବାଧ୍ୟତା-ମାର୍ଗରୁ କ୍ଷାନ୍ତ ହେଲେ ନାହିଁ।
20 それで主はイスラエルに対し激しく怒って言われた、「この民はわたしがかつて先祖たちに命じた契約を犯し、わたしの命令に従わないゆえ、
ଏହେତୁ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି ସେ କହିଲେ, “ଆମ୍ଭେ ଏହି ଲୋକମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ଏମାନେ ଲଙ୍ଘନ କରିଅଛନ୍ତି ଓ ଆମ୍ଭର ରବ ଶୁଣୁ ନାହାନ୍ତି।
21 わたしもまたヨシュアが死んだときに残しておいた国民を、この後、彼らの前から追い払わないであろう。
ଏହେତୁ ଯିହୋଶୂୟ ମରଣକାଳରେ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅବଶିଷ୍ଟ ରଖିଲା, ଆମ୍ଭେ ମଧ୍ୟ ସେମାନଙ୍କୁ ଏମାନଙ୍କ ସମ୍ମୁଖରୁ ଅଦ୍ୟାବଧି ଆଉ ତଡ଼ିଦେବା ନାହିଁ;
22 これはイスラエルが、先祖たちの守ったように主の道を守ってそれに歩むかどうかをわたしが試みるためである」。
ଯେପରି ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ମାର୍ଗ ରକ୍ଷା କରିଥିଲେ, ସେପରି ଏମାନେ ତହିଁରେ ଗମନ କରି ତାହା ରକ୍ଷା କରିବେ କି ନାହିଁ, ଏ ବିଷୟରେ ସେହି ଗୋଷ୍ଠୀୟମାନଙ୍କ ଦ୍ୱାରା ଆମ୍ଭେ ଇସ୍ରାଏଲକୁ ପରୀକ୍ଷା କରିବା।”
23 それゆえ主はこれらの国民を急いで追い払わずに残しておいて、ヨシュアの手にわたされなかったのである。
ଏଥିପାଇଁ ସଦାପ୍ରଭୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଶୀଘ୍ର ତଡ଼ି ନ ଦେଇ ଅବା ଯିହୋଶୂୟଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ ନ କରି ଅବଶିଷ୍ଟ ରଖିଲେ।

< 士師記 2 >