< 詩篇 112 >

1 主をほめたたえよ。主をおそれて、そのもろもろの戒めを大いに喜ぶ人はさいわいである。
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ।
2 その子孫は地において強くなり、正しい者のやからは祝福を得る。
ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ ସରଳ ଲୋକର ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।
3 繁栄と富とはその家にあり、その義はとこしえに、うせることはない。
ତାହାର ଗୃହରେ ଧନସମ୍ପତ୍ତି ଥାଏ ଓ ତାହାର ଧର୍ମ ସଦାକାଳସ୍ଥାୟୀ
4 光は正しい者のために暗黒の中にもあらわれる。主は恵み深く、あわれみに満ち、正しくいらせられる。
ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; ସେ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ।
5 恵みを施し、貸すことをなし、その事を正しく行う人はさいわいである。
ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।
6 正しい人は決して動かされることなく、とこしえに覚えられる。
କାରଣ ସେ କଦାପି ବିଚଳିତ ନୋହିବ; ଧାର୍ମିକ ଲୋକ ଅନନ୍ତକାଳ ସ୍ମରଣରେ ରହିବ।
7 彼は悪いおとずれを恐れず、その心は主に信頼してゆるがない。
ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ। ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ।
8 その心は落ち着いて恐れることなく、ついにそのあだについての願いを見る。
ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ।
9 彼は惜しげなく施し、貧しい者に与えた。その義はとこしえに、うせることはない。その角は誉を得てあげられる。
ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।
10 悪しき者はこれを見て怒り、歯をかみならして溶け去る。悪しき者の願いは滅びる。
ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦନ୍ତ ଘର୍ଷଣ କରିବ ଓ ତରଳି ଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ।

< 詩篇 112 >