< 詩篇 145 >

1 ダビデのさんびの歌 わが神、王よ、わたしはあなたをあがめ、世々かぎりなくみ名をほめまつります。
ପ୍ରଶଂସାର ଗୀତ; ଦାଉଦଙ୍କ ରଚିତ। ହେ ରାଜନ୍‍, ମୋହର ପରମେଶ୍ୱର, ମୁଁ ତୁମ୍ଭର ପ୍ରତିଷ୍ଠା କରିବି; ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି,
2 わたしは日ごとにあなたをほめ、世々かぎりなくみ名をほめたたえます。
ପ୍ରତିଦିନ ମୁଁ ତୁମ୍ଭର ଧନ୍ୟବାଦ କରିବି; ପୁଣି, ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।
3 主は大いなる神で、大いにほめたたえらるべきです。その大いなることは測り知ることができません。
ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ପୁଣି, ତାହାଙ୍କ ମାହାତ୍ମ୍ୟ ଅନନୁସନ୍ଧେୟ।
4 この代はかの代にむかってあなたのみわざをほめたたえ、あなたの大能のはたらきを宣べ伝えるでしょう。
ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟାସକଳର ପ୍ରଶଂସା କରିବେ ଓ ତୁମ୍ଭ ବିକ୍ରମର କର୍ମ ପ୍ରଚାର କରିବେ।
5 わたしはあなたの威厳の光栄ある輝きと、あなたのくすしきみわざとを深く思います。
ସେମାନେ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ବିଷୟ ପରସ୍ପର ମଧ୍ୟରେ କହିବେ ଓ ମୁଁ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ବିଷୟ ଧ୍ୟାନ କରିବି।
6 人々はあなたの恐るべきはたらきの勢いを語り、わたしはあなたの大いなることを宣べ伝えます。
ପୁଣି, ଲୋକମାନେ ତୁମ୍ଭ ଭୟାନକ କର୍ମର ପ୍ରଭାବ ବ୍ୟକ୍ତ କରିବେ; ପୁଣି, ମୁଁ ତୁମ୍ଭର ମାହାତ୍ମ୍ୟ ପ୍ରଚାର କରିବି।
7 彼らはあなたの豊かな恵みの思い出を言いあらわし、あなたの義を喜び歌うでしょう。
ସେମାନେ ତୁମ୍ଭର ମହାମଙ୍ଗଳଭାବ ବର୍ଣ୍ଣନା କରିବେ ଓ ତୁମ୍ଭ ଧର୍ମ ବିଷୟ ଗାନ କରିବେ।
8 主は恵みふかく、あわれみに満ち、怒ることおそく、いつくしみ豊かです。
ସଦାପ୍ରଭୁ କୃପାବାନ ଓ ସ୍ନେହଶୀଳ; କ୍ରୋଧରେ ଧୀର ଓ ଦୟାରେ ମହାନ।
9 主はすべてのものに恵みがあり、そのあわれみはすべてのみわざの上にあります。
ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ; ପୁଣି, ତାହାଙ୍କ ହସ୍ତକୃତ ସମସ୍ତ କର୍ମ ଉପରେ ତାହାଙ୍କର ଦୟା ଥାଏ।
10 主よ、あなたのすべてのみわざはあなたに感謝し、あなたの聖徒はあなたをほめまつるでしょう。
ହେ ସଦାପ୍ରଭୋ, ତୁମ୍ଭର ସମୁଦାୟ କର୍ମ ତୁମ୍ଭର ଧନ୍ୟବାଦ କରିବ; ତୁମ୍ଭର ସଦ୍‍ଭକ୍ତମାନେ ତୁମ୍ଭର ଧନ୍ୟବାଦ କରିବେ;
11 彼らはみ国の栄光を語り、あなたのみ力を宣べ、
ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି ଓ ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି,
12 あなたの大能のはたらきと、み国の光栄ある輝きとを人の子に知らせるでしょう。
ମନୁଷ୍ୟ-ସନ୍ତାନଗଣକୁ ତାହାଙ୍କ ବିକ୍ରମର କାର୍ଯ୍ୟସବୁ ଓ ତାହାଙ୍କ ରାଜ୍ୟର ଗୌରବଯୁକ୍ତ ପ୍ରଭାବ ଜଣାଇବେ।
13 あなたの国はとこしえの国です。あなたのまつりごとはよろずよに絶えることはありません。
ତୁମ୍ଭର ରାଜ୍ୟ ଅନନ୍ତକାଳସ୍ଥାୟୀ ରାଜ୍ୟ ଓ ତୁମ୍ଭର କର୍ତ୍ତୃତ୍ୱସକଳ ପୁରୁଷାନୁକ୍ରମସ୍ଥାୟୀ।
14 主はすべて倒れんとする者をささえ、すべてかがむ者を立たせられます。
ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି ଓ ନଇଁ ପଡ଼ିବା ଲୋକଙ୍କୁ ଉଠାନ୍ତି।
15 よろずのものの目はあなたを待ち望んでいます。あなたは時にしたがって彼らに食物を与えられます。
ସମସ୍ତଙ୍କର ଚକ୍ଷୁ ତୁମ୍ଭ ଅପେକ୍ଷାରେ ଥାଏ; ତୁମ୍ଭେ ଉପଯୁକ୍ତ ସମୟରେ ସେମାନଙ୍କୁ ଆହାର ଦେଉଅଛ।
16 あなたはみ手を開いて、すべての生けるものの願いを飽かせられます。
ତୁମ୍ଭେ ଆପଣା ହସ୍ତ ମେଲାଇ ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଅଛ।
17 主はそのすべての道に正しく、そのすべてのみわざに恵みふかく、
ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି,
18 すべて主を呼ぶ者、誠をもって主を呼ぶ者に主は近いのです。
ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି।
19 主はおのれを恐れる者の願いを満たし、またその叫びを聞いてこれを救われます。
ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ।
20 主はおのれを愛する者をすべて守られるが、悪しき者をことごとく滅ぼされます。
ସଦାପ୍ରଭୁ ଆପଣା ପ୍ରେମକାରୀ ସମସ୍ତଙ୍କୁ ରକ୍ଷା କରନ୍ତି; ମାତ୍ର ଦୁଷ୍ଟ ସମସ୍ତଙ୍କୁ ସେ ସଂହାର କରିବେ।
21 わが口は主の誉を語り、すべての肉なる者は世々かぎりなくその聖なるみ名をほめまつるでしょう。
ଆମ୍ଭର ମୁଖ ସଦାପ୍ରଭୁଙ୍କର ପ୍ରଶଂସା ବ୍ୟକ୍ତ କରିବ ଓ ସମୁଦାୟ ପ୍ରାଣୀ ଅନନ୍ତକାଳ ତାହାଙ୍କ ପବିତ୍ର ନାମର ଧନ୍ୟବାଦ କରନ୍ତୁ।

< 詩篇 145 >