< 詩篇 47 >

1 聖歌隊の指揮者によってうたわせたコラの子の歌 もろもろの民よ、手をうち、喜びの声をあげ、神にむかって叫べ。
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
2 いと高き主は恐るべく、全地をしろしめす大いなる王だからである。
କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା।
3 主はもろもろの民をわれらに従わせ、もろもろの国をわれらの足の下に従わせられた。
ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ।
4 主はその愛されたヤコブの誇をわれらの嗣業として、われらのために選ばれた。 (セラ)
ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟପାତ୍ର ଯାକୁବର ଗୌରବ ସ୍ୱରୂପ। (ସେଲା)
5 神は喜び叫ぶ声と共にのぼり、主はラッパの声と共にのぼられた。
ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି।
6 神をほめうたえよ、ほめうたえよ、われらの王をほめうたえよ、ほめうたえよ。
ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପ୍ରଶଂସା ଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପ୍ରଶଂସା ଗାନ କର।
7 神は全地の王である。巧みな歌をもってほめうたえよ。
କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସା ଗାନ କର।
8 神はもろもろの国民を統べ治められる。神はその聖なるみくらに座せられる。
ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ।
9 もろもろの民の君たちはつどい来て、アブラハムの神の民となる。地のもろもろの盾は神のものである。神は大いにあがめられる。
ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି।

< 詩篇 47 >