< 士師記 19 >

1 其頃イスラエルに王なかりし時にあたりてエフライムの山の奧に一人のレビ人寄寓をりベテレヘムユダより一人の婦人をとりて妾となしたるに
ଇସ୍ରାଏଲ ମଧ୍ୟରେ ରାଜା ନ ଥିବା ସମୟରେ ଏପରି ଘଟିଲା ଯେ, ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶରେ ପ୍ରବାସୀ ଏକ ଲେବୀୟ ଲୋକ ବେଥଲିହିମ-ଯିହୁଦାରୁ ଏକ ଉପପତ୍ନୀ ଗ୍ରହଣ କଲା।
2 その妾彼に背きて姦淫を爲し去てベテレヘムユダなるその父の家にかへり其所に四月といふ日をおくれり
ପୁଣି ତାହାର ଉପପତ୍ନୀ ତାହା ବିରୁଦ୍ଧରେ କ୍ରୋଧ କରି ତାହା ନିକଟରୁ ବାହାରିଯାଇ ବେଥଲିହିମ ଯିହୁଦାରେ ଆପଣା ପିତୃଗୃହରେ ଚାରି ମାସ କାଳ ରହିଲା।
3 是に於てその夫彼をなだめて携かへらんとてその僕と二頭の驢馬をしたがへ起てかれの後をしたひゆきければその父の家に之を導きいたりしに女の父これを見て之に遇ことを悦こべり
ଏଥିଉତ୍ତାରେ ତାହାର ଉପପତି ତାହାକୁ ପ୍ରୀତିବଚନ କହି ଫେରାଇ ଆଣିବାକୁ ଆପଣା ସଙ୍ଗେ ଏକ ଦାସ ଓ ଦୁଇ ଗର୍ଦ୍ଦଭ ନେଇ ତାହା ନିକଟକୁ ଗଲା; ତହିଁରେ ସେହି ସ୍ତ୍ରୀ ତାହାକୁ ଆପଣା ପିତୃଗୃହକୁ ଆଣିଲା; ତହିଁରେ ସେହି ଯୁବତୀର ପିତା ସେହି ବ୍ୟକ୍ତିକୁ ଦେଖି ତାହା ସହିତ ସାକ୍ଷାତ କରି ଆନନ୍ଦିତ ହେଲା।
4 而してその女の父なる外舅彼をひきとめたれば則ち三日これと共に居り皆食飮して其所に宿りしが
ଏହେତୁରୁ ଲେବୀୟ ଲୋକର ଶ୍ୱଶୁର ସେହି ଯୁବତୀର ପିତା ତାହାକୁ ଅଟକାଇଲା, ତହୁଁ ସେ ତାହା ସଙ୍ଗେ ତିନି ଦିନ ରହିଲା, ପୁଣି ସେମାନେ ଭୋଜନପାନ କରି ସେଠାରେ ରାତ୍ରି କ୍ଷେପଣ କଲେ।
5 四日におよびて朝早く起あがり彼たちて去んとしければ女の父その婿に言ふ少許の食物をもて汝の心を強くして然る後に去れよと
ପୁଣି ଚତୁର୍ଥ ଦିନ ସେମାନେ ଅତି ପ୍ରଭାତରେ ଉଠିଲେ ଓ ସେ ପ୍ରସ୍ଥାନ କରିବାକୁ ଉଦ୍ୟତ ହୁଅନ୍ତେ, ସେହି ଯୁବତୀର ପିତା ଆପଣା ଜୁଆଁଇକି କହିଲା, “ମୁଠିଏ ଆହାର କରି ପ୍ରାଣ ତୃପ୍ତ କର; ତହିଁ ଉତ୍ତାରେ ଆପଣା ବାଟରେ ଯିବ।”
6 二人すなはち坐りて共に食飮しけるが女の父その人にいひけるは請ふ幸に今一夜を明し汝の心を樂ましめよと
ତହୁଁ ସେ ଦୁହେଁ ଏକତ୍ର ବସି ଭୋଜନପାନ କଲେ; ଏଥିରେ ସେହି ଯୁବତୀର ପିତା ସେହି ଲେବୀୟ ଲୋକକୁ କହିଲା, “ଅନୁଗ୍ରହ କରି ଏହି ରାତ୍ରିଟି ରହି ଯାଅ, ଆପଣା ମନକୁ ଖୁସି କର।”
7 其人起て去んとしけるに外舅これを強たれば遂に復其所に宿り
ତଥାପି ସେ ପ୍ରସ୍ଥାନ କରିବାକୁ ଉଠିଲା; ମାତ୍ର ତାହାର ଶ୍ୱଶୁର ତାହାକୁ ଅନୁରୋଧ କରନ୍ତେ, ସେ ପୁନର୍ବାର ରାତ୍ରି କ୍ଷେପଣ କଲା।
8 五日におよびて朝はやく起いでて去んとしたるに女の父これに言けるは請ふ汝の心を強くせよと是をもて日の昃るまでとどまりて共に食をなしけるが
ପୁଣି ସେ ପଞ୍ଚମ ଦିନ ଅତି ପ୍ରଭାତରେ ଉଠି ପ୍ରସ୍ଥାନ କରିବାକୁ ଉଦ୍ୟତ ହେଲା; ତହିଁରେ ଯୁବତୀର ପିତା କହିଲା, “ଅନୁଗ୍ରହ କରି ଆପଣା ପ୍ରାଣ ତୃପ୍ତ କର, ତୁମ୍ଭେମାନେ ଅପରାହ୍ନ ପର୍ଯ୍ୟନ୍ତ ରୁହ;” ଏଥିରେ ସେ ଦୁହେଁ ଭୋଜନ କଲେ।
9 其人つひに妾および僕とともに去んとて起あがりければ女の父彼に言ふ視よ今は日暮なんとす請ふ今一夜を明されよ視よ日昃たり汝此にやどりて汝の心をたのしませ明日蚤く起て出たち汝の家にいたれよと
ଏଥିଉତ୍ତାରେ ସେ ଲେବୀୟ ପୁରୁଷ ଓ ତାହାର ଉପପତ୍ନୀ ଓ ଦାସ ପ୍ରସ୍ଥାନ କରିବାକୁ ଉଠନ୍ତେ, ତାହାର ଶ୍ୱଶୁର ସେହି ଯୁବତୀର ପିତା ତାହାକୁ କହିଲା, “ଦେଖ, ଏବେ ତ ସନ୍ଧ୍ୟା ନିକଟ ହେଉଅଛି, ଅନୁଗ୍ରହ କରି ରାତ୍ରିଟି ରହି ଯାଅନ୍ତ ଦେଖ, ଦିନ ଗଡ଼ି ଯାଉଛି, ଏଠାରେ ମନ ଖୁସି କରିବା ପାଇଁ ରାତ୍ରିଟି କ୍ଷେପଣ କର; କାଲି ବଡ଼ି ସକାଳୁ ଉଠି ଆପଣା ବାଟରେ ଘରକୁ ଯିବ।”
10 然るに其人止宿ることを肯はずして起て去りヱブスの對面に至れり是はエルサレムなり鞍おける二の驢馬彼とともにあり妾も彼とともなりき
ମାତ୍ର ସେ ଲୋକ ସେହି ରାତ୍ରି ରହିବାକୁ ଅସମ୍ମତ ହୋଇ ଉଠି ପ୍ରସ୍ଥାନ କଲା ଓ ଯିବୂଷ, ଅର୍ଥାତ୍‍, ଯିରୂଶାଲମ ନିକଟରେ ଉପସ୍ଥିତ ହେଲା; ପୁଣି ତାହା ସଙ୍ଗେ ସସଜ୍ଜ ଯୋଡ଼ିଏ ଗଧ ଓ ମଧ୍ୟ ତାହାର ଉପପତ୍ନୀ ଥିଲେ।
11 彼らヱブスの近傍にをる時日はや沒んとしければ僕その主人にいひけるは請ふ來れ我等身をめぐらしてヱブス人の此邑にいりて其所に宿らんと
ସେମାନେ ଯିବୂଷର ନିକଟବର୍ତ୍ତୀ ହେବା ବେଳକୁ ପ୍ରାୟ ଦିନ ଶେଷ ହୋଇଥିଲା; ଏଥିରେ ଦାସ ତାହାର ମୁନିବକୁ କହିଲା, “ବିନୟ କରୁଅଛି, ଆସ, ଆମ୍ଭେମାନେ ଯିବୂଷୀୟମାନଙ୍କ ଏହି ନଗରକୁ ଯାଇ ସେଠାରେ ରାତ୍ରି କ୍ଷେପଣ କରୁ।”
12 その主人これに言けるは我等は彼所に身をめぐらしてイスラエルの子孫の邑ならざる外國の人の邑にいるべからずギベアに進みゆかんと
ମାତ୍ର ତାହାର ମୁନିବ ତାହାକୁ କହିଲା, “ଆମ୍ଭେମାନେ ବିଦେଶୀୟମାନଙ୍କ ନଗରକୁ ଯିବୁ ନାହିଁ, ତାହା ଇସ୍ରାଏଲ-ସନ୍ତାନଗଣର ନୁହେଁ; ମାତ୍ର ଆମ୍ଭେମାନେ ଗିବୀୟା ଯାଏ ଯିବୁ।”
13 すなはちその僕にいひけるは來れ我らギベアかラマか是等の處の一に就て止宿んと
ପୁଣି ସେ ଆପଣା ଦାସକୁ କହିଲା, “ଆସ, ଆମ୍ଭେମାନେ ଏହି ଦୁଇ ସ୍ଥାନରୁ କୌଣସି ଏକ ସ୍ଥାନକୁ ଯାଉ; ପୁଣି ଗିବୀୟା କି ରାମାରେ ରାତ୍ରି କାଟିବା।”
14 皆すすみ往きけるがベニヤミンのギベアの近邊にて日暮たれば
ତେଣୁ ସେମାନେ ଆପଣା ପଥରେ ଚାଲିଗଲେ; ପୁଣି ବିନ୍ୟାମୀନ୍‍ର ଅଧିକାରସ୍ଥ ଗିବୀୟାର ନିକଟବର୍ତ୍ତୀ ହେବା ବେଳେ ସୂର୍ଯ୍ୟ ଅସ୍ତ ହେଲା।
15 ギベアにゆきて宿らんとて其所に身をめぐらし入て邑の衢に坐しけるに誰も彼を家に接て宿らしむる者なかりき
ତହୁଁ ସେମାନେ ଗିବୀୟାରେ ରାତ୍ରି କାଟିବା ପାଇଁ ବାଟ ଛାଡ଼ିଗଲେ; ପୁଣି ସେମାନେ ନଗର ଭିତରକୁ ଯାଇ ଦାଣ୍ଡରେ ବସିଲେ; କାରଣ ରାତ୍ରି କାଟିବା ପାଇଁ ସେମାନଙ୍କୁ ଆପଣା ଘରକୁ ନେବାକୁ କେହି ନ ଥିଲା।
16 時に一人の老人日暮に田野の働作をやめて歸りきたる此人はエフライム山の者にしてギベアに寄寓れるなり但し此處の人はベニヤミン人なり
ସେତେବେଳେ ଦେଖ, ଜଣେ ବୃଦ୍ଧ ସନ୍ଧ୍ୟାକାଳେ ଆପଣା କ୍ଷେତ୍ରର କର୍ମରୁ ଆସୁଥିଲା; ସେ ଇଫ୍ରୟିମ-ପର୍ବତମୟ ଦେଶର ଲୋକ ଓ ଗିବୀୟାରେ ପ୍ରବାସ କରୁଥିଲା; ମାତ୍ର ସେ ସ୍ଥାନର ଲୋକମାନେ ବିନ୍ୟାମୀନ୍ ବଂଶୀୟ ଥିଲେ।
17 彼目をあげて旅人の邑の衢にをるを見たり老人すなはちいひけるは汝は何所にゆくなるや何所より來れるやと
ପୁଣି ସେ ଲୋକ ଅନାଇ ନଗରର ଦାଣ୍ଡରେ ସେହି ପଥିକକୁ ଦେଖିଲା ଓ ସେହି ବୃଦ୍ଧ ଲୋକ ପଚାରିଲା, “ତୁମ୍ଭେ କେଉଁଠାକୁ ଯାଉଅଛ? ପୁଣି କେଉଁଠାରୁ ଆସିଅଛ?”
18 その人これにいひけるは我らはベテレヘムユダよりエフライム山の奧におもむく者なり我は彼所の者にて既にベテレヘムユダにゆき今ヱホバの室に詣らんとするなるが誰もわれを家に接ものあらず
ତହିଁରେ ସେ ତାହାକୁ କହିଲା, “ଆମ୍ଭେମାନେ ବେଥଲିହିମ-ଯିହୁଦାରୁ ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶକୁ ଯାଉଅଛୁ; ଆମ୍ଭେ ସେହି ସ୍ଥାନର ଲୋକ ଓ ବେଥଲିହିମ ଯିହୁଦାକୁ ଯାଇଥିଲୁ; ଏବେ ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଉଅଛି; ମାତ୍ର କେହି ମୋତେ ଆପଣା ଘରକୁ ନେବାକୁ ନାହିଁ।
19 然ど驢馬の藁も飼蒭もあり又我と汝の婢および僕等とともなる少者の用ふべき食物も酒も在て何も事缺るところなし
ତଥାପି ଆମ୍ଭ ପାଖରେ ଆମ୍ଭମାନଙ୍କ ଗଧ ପାଇଁ ପାଳକୁଟା ଓ ଦାନା, ଉଭୟ ଅଛି; ମଧ୍ୟ ମୋʼ ପାଇଁ ଓ ତୁମ୍ଭର ଏହି ଦାସୀ ପାଇଁ ଓ ତୁମ୍ଭ ଦାସ ସଙ୍ଗେ ଥିବା ଏହି ଯୁବା ପାଇଁ ରୁଟି ଓ ଦ୍ରାକ୍ଷାରସ ଅଛି; କୌଣସି ବିଷୟରେ କିଛି ଅଭାବ ନାହିଁ।”
20 老人いひけるは願くは汝安かれ汝が需むる者は我そなへん唯衢に宿るなかれと
ତହୁଁ ସେହି ବୃଦ୍ଧ ଲୋକ କହିଲା, “ତୁମ୍ଭର ମଙ୍ଗଳ ହେଉ; ଯେ କୌଣସିମତେ ହେଉ, ତୁମ୍ଭର ସବୁ ଅଭାବର ଭାର ମୋହର ଉପରେ; କୌଣସିମତେ ଦାଣ୍ଡରେ ରୁହ ନାହିଁ।”
21 かれをその家に携れ驢馬に飼ふ彼らすなはち足をあらひて食飮せしが
ତହିଁରେ ସେ ସେମାନଙ୍କୁ ଆପଣା ଘରକୁ ଆଣି ଗଧମାନଙ୍କୁ ଖାଦ୍ୟ ଦେଲା, ପୁଣି ସେମାନେ ପାଦ ଧୋଇ ଭୋଜନପାନ କଲେ।
22 その心を樂ませをる時にあたりて邑の人々の邪なる者その家をとりかこみ戸を打たたきて家の主人なる老人に言ふ汝の家にきたれる人をひき出せ我らこれを犯さんと
ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ଦୁଷ୍ଟ ଲୋକମାନେ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, “ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହା ସହିତ ଶାରୀରିକ ସମ୍ବନ୍ଧ କରିବା।”
23 是に於て家の主人なる人かれらの所にいでゆきてこれに言けるは否わが兄弟よ惡をなす勿れ此人すでにわが家にいりたればこの愚なる事をなすなかれ
ତହିଁରେ ସେହି ଗୃହକର୍ତ୍ତା ବାହାରକୁ ସେମାନଙ୍କ ନିକଟକୁ ଯାଇ କହିଲା, “ନାହିଁ ନାହିଁ, ଆମ୍ଭର ଭ୍ରାତୃଗଣ, ବିନୟ କରୁଅଛୁ, ଏପରି ଦୁଷ୍କର୍ମ କର ନାହିଁ; ଏ ପୁରୁଷ ଆମ୍ଭ ଘରକୁ ଆସିଅଛି, ଏଥିପାଇଁ ଏହି ମୂଢ଼ତାର କର୍ମ ନ କର।
24 我が處女なる女と此人の妾とあるにより我これを今つれいだすべければ汝らかれらを辱しめ汝等の好むところをこれに爲せ唯この人には斯る愚なる事を爲すなかれと
ଦେଖ, ମୋହର ଅବିବାହିତା କନ୍ୟା ଓ ସେ ଲୋକର ଉପପତ୍ନୀ ଅଛି; ମୁଁ ସେମାନଙ୍କୁ ଆଣି ଦେଉଅଛି ପଛେ, ତୁମ୍ଭେମାନେ ସେମାନଙ୍କୁ ଭ୍ରଷ୍ଟ କର ଓ ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଭଲ, ତାହା ସେମାନଙ୍କ ସଙ୍ଗେ କର; ମାତ୍ର ଏହି ପୁରୁଷ ପ୍ରତି ଏପରି କୌଣସି ମୂଢ଼ତା ନ କର।”
25 然るにその人々これを聽いれざるにより其人その妾をとりてこれを彼らの所にいだしやりければすなはちこれを犯して朝にいたるまで終夜これを辱しめ日のいづる頃にいたりて釋てり
ତଥାପି ସେମାନେ ତାହା କଥା ଶୁଣିଲେ ନାହିଁ; ତେଣୁ ସେହି ଲେବୀୟ ପୁରୁଷ ଆପଣା ଉପପତ୍ନୀ କି ଧରି ବାହାରକୁ ସେମାନଙ୍କ ନିକଟକୁ ଆଣିଲା; ତହିଁରେ ସେମାନେ ସେହି ସ୍ତ୍ରୀ ସହିତ ଶାରୀରିକ ସମ୍ବନ୍ଧ କଲେ ଓ ପ୍ରଭାତ ପର୍ଯ୍ୟନ୍ତ ରାତ୍ରିସାରା ତାହା ପ୍ରତି ଅତ୍ୟାଚାର କଲେ; ପୁଣି ପ୍ରଭାତ ହେବା ବେଳକୁ ତାହାକୁ ଛାଡ଼ିଦେଲେ।
26 是をもて婦黎明にきたりてその夫のをる彼人の家の門に仆れ夜のあくるまで其處に臥をる
ତହୁଁ ରାତ୍ରି ପାହାନ୍ତା ବେଳକୁ ସେହି ସ୍ତ୍ରୀ ତାହାର ସ୍ୱାମୀ ରହୁଥିବା ଲୋକର ଗୃହଦ୍ୱାର ନିକଟରେ ଆଲୁଅ ହେବା ପର୍ଯ୍ୟନ୍ତ ପଡ଼ି ରହିଲା।
27 その主朝におよびておきいで家の戸をひらきて出去んとせしがその妾の婦の家の門にたふれをりて手を閾の上におくを見ければ
ଏଥିଉତ୍ତାରେ ପ୍ରଭାତ ହୁଅନ୍ତେ, ତାହାର ସ୍ୱାମୀ ଉଠି ଆପଣା ବାଟରେ ଯିବା ପାଇଁ ଗୃହଦ୍ୱାର ଫିଟାଇ ବାହାରକୁ ଗଲା; ମାତ୍ର ଦେଖ, ତାହାର ଉପପତ୍ନୀ ସେହି ସ୍ତ୍ରୀ ଗୃହଦ୍ୱାର ନିକଟରେ ପଡ଼ିଛି, ତାହାର ଦୁଇ ହାତ ଦ୍ୱାରବନ୍ଧ ଉପରେ ଅଛି।
28 これにむかひ起よ我ら出往んと言たれども何の答もあらざりき是によりてその人これを驢馬にのせたちて己の所におもむきしが
ତହୁଁ ସେ ତାହାକୁ କହିଲା, “ଉଠ, ଚାଲ ଆମ୍ଭେମାନେ ଯିବା;” ମାତ୍ର ସେ ଉତ୍ତର ଦେଲା ନାହିଁ; ତେବେ ସେ ତାହାକୁ ଗଧ ଉପରକୁ ନେଲା; ଆଉ ସେହି ଲେବୀୟ ପୁରୁଷ ଉଠି ଆପଣା ସ୍ଥାନକୁ ପ୍ରସ୍ଥାନ କଲା।
29 家にいたるにおよびて刀をとり其妾を執へて骨ぐるみこれを十二分にたちわりて之をイスラエルの四方の境におくりければ
ଏଥିଉତ୍ତାରେ ସେ ଆପଣା ଗୃହରେ ପହଞ୍ଚିଲା ଉତ୍ତାରେ ଖଣ୍ଡେ ଛୁରୀ ନେଇ ଆପଣା ଉପପତ୍ନୀର ଅସ୍ଥିର ଖଞ୍ଜ ଅନୁସାରେ ବାର ଖଣ୍ଡରେ ବିଭକ୍ତ କରି ଇସ୍ରାଏଲର ସମସ୍ତ ଅଞ୍ଚଳକୁ ପଠାଇଲା।
30 之を見る者皆いふイスラエルの子孫がエジプトの地より出のぼりし日より今日にいたるまで斯のごとき事は行はれしことなく見えしことなし思をめぐらし相議りて言ふことをせよ
ତହିଁରେ ଯେତେ ଲୋକ ତାହା ଦେଖିଲେ, ସମସ୍ତେ କହିଲେ, “ଇସ୍ରାଏଲ-ସନ୍ତାନଗଣ ମିସର ଦେଶରୁ ବାହାରି ଆସିବା ଦିନାବଧି ଆଜି ପର୍ଯ୍ୟନ୍ତ ଏପରି କର୍ମ କେବେ କରାଯାଇ ନାହିଁ କି ଦେଖାଯାଇ ନାହିଁ; ଏ ବିଷୟରେ ମନୋଯୋଗ କର, ମନ୍ତ୍ରଣା ନିଅ ଓ କୁହ।”

< 士師記 19 >