< ಅರಣ್ಯಕಾಂಡ 33 >

1 ಮೋಶೆ ಮತ್ತು ಆರೋನರ ಕೈಕೆಳಗೆ ಐಗುಪ್ತ ದೇಶದೊಳಗಿಂದ ಸೈನ್ಯಸೈನ್ಯವಾಗಿ ಹೊರಟ ಇಸ್ರಾಯೇಲರ ಪ್ರಯಾಣಗಳ ವಿವರ:
ଇସ୍ରାଏଲ-ସନ୍ତାନଗଣ ମୋଶା ଓ ହାରୋଣଙ୍କର ହସ୍ତାଧୀନ ହୋଇ ଆପଣା ଆପଣା ସୈନ୍ୟଶ୍ରେଣୀ କ୍ରମେ ମିସର ଦେଶରୁ ବାହାରି ଆସିବା ସମୟରେ ଯେଉଁ ଯାତ୍ରା କରିଥିଲେ, ତହିଁର ବିବରଣ ଏହି।
2 ಮೋಶೆ ಯೆಹೋವನ ಅಪ್ಪಣೆಯ ಪ್ರಕಾರ ಇಸ್ರಾಯೇಲರ ಪ್ರಯಾಣಗಳ ವಿವರಗಳನ್ನು ಬರೆದನು.
ମୋଶା ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ଯାତ୍ରାନୁସାରେ ସେମାନଙ୍କ ଗମନର ବିବରଣ ଲେଖିଲେ; ସେମାନଙ୍କ ଗମନାନୁସାରେ ସେମାନଙ୍କ ଯାତ୍ରାର ବିବରଣ ଏହି।
3 ಮೊದಲನೆಯ ತಿಂಗಳಿನ ಹದಿನೈದನೆಯ ದಿನದಲ್ಲಿ ಪಸ್ಕಹಬ್ಬದ ಮರುದಿನದಲ್ಲಿ ಇಸ್ರಾಯೇಲರು ಐಗುಪ್ತ್ಯರ ಎದುರಿನಲ್ಲೇ ರಮ್ಸೇಸಿನಿಂದ ಹೊರಟರು.
ପ୍ରଥମ ମାସର ପଞ୍ଚଦଶ ଦିନରେ ସେମାନେ ରାମିଷେଷ୍‍ଠାରୁ ଯାତ୍ରା କଲେ;
4 ಆ ಕಾಲದಲ್ಲಿ ಯೆಹೋವನು ಐಗುಪ್ತ್ಯರ ದೇವತೆಗಳನ್ನು ಶಿಕ್ಷಿಸಿ, ಐಗುಪ್ತ್ಯರ ಚೊಚ್ಚಲಮಕ್ಕಳನ್ನು ಸಂಹರಿಸಿದ್ದರಿಂದ ಅವರು ಆ ಮಕ್ಕಳ ಶವಗಳನ್ನು ಸಮಾಧಿಮಾಡುತ್ತಿದ್ದರು.
ନିସ୍ତାର ପର୍ବର ପରଦିନ ପ୍ରାତଃକାଳରେ ମିସରୀୟମାନେ ସଦାପ୍ରଭୁଙ୍କ ଦ୍ୱାରା ସଂହାରିତ ପ୍ରଥମଜାତ ସମସ୍ତଙ୍କୁ କବର ଦେଉଥିବା ସମୟରେ ଇସ୍ରାଏଲ-ସନ୍ତାନଗଣ ମିସରୀୟ ସମସ୍ତ ଲୋକଙ୍କ ସାକ୍ଷାତରେ ଊର୍ଦ୍ଧ୍ୱ ହସ୍ତରେ ବାହାରିଲେ; ସଦାପ୍ରଭୁ ସେମାନଙ୍କ ଦେବଗଣକୁ ମଧ୍ୟ ଦଣ୍ଡ ଦେଇଥିଲେ।
5 ಇಸ್ರಾಯೇಲರು ರಮ್ಸೇಸಿನಿಂದ ಹೊರಟು ಸುಕ್ಕೋತಿನಲ್ಲಿ ಇಳಿದುಕೊಂಡರು.
ଇସ୍ରାଏଲ-ସନ୍ତାନଗଣ ରାମିଷେଷ୍‍ଠାରୁ ଯାତ୍ରା କରି ସୁକ୍କୋତରେ ଛାଉଣି ସ୍ଥାପନ କଲେ।
6 ಸುಕ್ಕೋತಿನಿಂದ ಹೊರಟು ಅರಣ್ಯದ ಅಂಚಿನಲ್ಲಿರುವ ಏತಾಮಿನಲ್ಲಿ ಇಳಿದುಕೊಂಡರು.
ପୁଣି, ସେମାନେ ସୁକ୍କୋତରୁ ଯାତ୍ରା କରି ପ୍ରାନ୍ତରର ସୀମାସ୍ଥିତ ଏଥମରେ ଛାଉଣି ସ୍ଥାପନ କଲେ।
7 ಏತಾಮಿನಿಂದ ಹೊರಟು ಬಾಳ್ಚೆಫೋನಿಗೆ ಎದುರಾಗಿರುವ ಪೀಹಹೀರೋತಿಗೆ ತಿರುಗಿಕೊಂಡು ಮಿಗ್ದೋಲಿನ ಪೂರ್ವದಲ್ಲಿ ಇಳಿದುಕೊಂಡರು.
ତହୁଁ ସେମାନେ ଏଥମରୁ ଯାତ୍ରା କରି ବାଲ-ସଫୋନର ସମ୍ମୁଖସ୍ଥିତ ପୀହହୀରୋତକୁ ଫେରି ଆସିଲେ ଓ ମିଗ୍‍ଦୋଲର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।
8 ಪೀಹಹೀರೋತಿನಿಂದ ಹೊರಟು ಸಮುದ್ರದ ಮಧ್ಯದಲ್ಲೇ ನಡೆದು ಅರಣ್ಯಕ್ಕೆ ಬಂದರು. ಏತಾಮಿನ ಅರಣ್ಯದಲ್ಲಿ ಮೂರು ದಿನ ಪ್ರಯಾಣಮಾಡಿ ಮಾರಾ ಎಂಬ ಸ್ಥಳದಲ್ಲಿ ಇಳಿದುಕೊಂಡರು.
ଏଉତ୍ତାରେ ସେମାନେ ପୀହହୀରୋତର ସମ୍ମୁଖରୁ ଯାତ୍ରା କରି ସମୁଦ୍ର ମଧ୍ୟଦେଇ ପ୍ରାନ୍ତରରେ ପ୍ରବେଶ କଲେ ଓ ଏଥମ ପ୍ରାନ୍ତରରେ ତିନି ଦିନର ପଥ ଯାଇ ମାରାରେ ଛାଉଣି ସ୍ଥାପନ କଲେ।
9 ಮಾರಾದಿಂದ ಹೊರಟು ಏಲೀಮಿಗೆ ಬಂದರು. ಅಲ್ಲಿ ಹನ್ನೆರಡು ನೀರಿನ ಒರತೆಗಳೂ, ಎಪ್ಪತ್ತು ಖರ್ಜೂರದ ಮರಗಳೂ ಇದ್ದುದರಿಂದ ಅಲ್ಲಿಯೇ ಇಳಿದುಕೊಂಡರು.
ପୁଣି, ମାରାରୁ ଯାତ୍ରା କରି ଏଲୀମରେ ଉପସ୍ଥିତ ହେଲେ; ସେହି ଏଲୀମରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ଏଣୁ ସେମାନେ ସେହି ସ୍ଥାନରେ ଛାଉଣି ସ୍ଥାପନ କଲେ।
10 ೧೦ ಏಲೀಮಿನಿಂದ ಹೊರಟು ಕೆಂಪು ಸಮುದ್ರದ ದಡದಲ್ಲಿ ಇಳಿದುಕೊಂಡರು.
ତହୁଁ ସେମାନେ ଏଲୀମରୁ ଯାତ୍ରା କରି ସୂଫ ସାଗର ନିକଟରେ ଛାଉଣି ସ୍ଥାପନ କଲେ।
11 ೧೧ ಕೆಂಪು ಸಮುದ್ರದಿಂದ ಹೊರಟು ಸೀನ್ ಮರುಭೂಮಿಯಲ್ಲಿ ಇಳಿದುಕೊಂಡರು.
ପୁଣି, ସେମାନେ ସୂଫ ସାଗର ନିକଟରୁ ଯାତ୍ରା କରି ସୀନ୍‍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ।
12 ೧೨ ಸೀನ್ ಮರುಭೂಮಿಯಿಂದ ಹೊರಟು ದೊಪ್ಕದಲ್ಲಿ ಇಳಿದುಕೊಂಡರು.
ପୁଣି, ସେମାନେ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ଦପ୍କାରେ ଛାଉଣି ସ୍ଥାପନ କଲେ।
13 ೧೩ ದೊಪ್ಕದಿಂದ ಹೊರಟು ಆಲೂಷಿನಲ್ಲಿ ಇಳಿದುಕೊಂಡರು.
ସେମାନେ ଦପ୍କାରୁ ଯାତ୍ରା କରି ଆଲୁଶରେ ଛାଉଣି ସ୍ଥାପନ କଲେ।
14 ೧೪ ಆಲೂಷಿನಿಂದ ಹೊರಟು ರೆಫೀದೀಮಿನಲ್ಲಿ ಇಳಿದುಕೊಂಡರು. ಅಲ್ಲಿ ಜನರಿಗೆ ಕುಡಿಯುವುದಕ್ಕೆ ನೀರು ಸಿಕ್ಕಲಿಲ್ಲ.
ପୁଣି, ସେମାନେ ଆଲୁଶରୁ ଯାତ୍ରା କରି ରଫୀଦୀମରେ ଛାଉଣି ସ୍ଥାପନ କଲେ; ସେହି ସ୍ଥାନରେ ଲୋକମାନଙ୍କର ପିଇବା ନିମନ୍ତେ ଜଳ ନ ଥିଲା।
15 ೧೫ ರೆಫೀದೀಮಿನಿಂದ ಹೊರಟು ಸೀನಾಯಿ ಮರುಭೂಮಿಯಲ್ಲಿ ಇಳಿದುಕೊಂಡರು.
ଏଉତ୍ତାରେ ସେମାନେ ରଫୀଦୀମରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ
16 ೧೬ ಸೀನಾಯಿ ಮರುಭೂಮಿಯಿಂದ ಹೊರಟು ಕಿಬ್ರೋತ್ ಹತಾವದಲ್ಲಿ ಇಳಿದುಕೊಂಡರು.
ଓ ସେମାନେ ସୀନୟ ପ୍ରାନ୍ତରରୁ ଯାତ୍ରା କରି କିବ୍ରୋତ୍‍-ହତ୍ତାବାରେ ଛାଉଣି ସ୍ଥାପନ କଲେ।
17 ೧೭ ಕಿಬ್ರೋತ್ ಹತಾವದಿಂದ ಹೊರಟು ಹಚೇರೋತಿನಲ್ಲಿ ಇಳಿದುಕೊಂಡರು.
ପୁଣି, ସେମାନେ କିବ୍ରୋତ୍‍-ହତ୍ତାବାରୁ ଯାତ୍ରା କରି ହତ୍ସେରୋତରେ ଛାଉଣି ସ୍ଥାପନ କଲେ।
18 ೧೮ ಹಚೇರೋತಿನಿಂದ ಹೊರಟು ರಿತ್ಮದಲ್ಲಿ ಇಳಿದುಕೊಂಡರು.
ପୁଣି, ସେମାନେ ହତ୍ସେରୋତରୁ ଯାତ୍ରା କରି ରିତ୍ମାରେ ଛାଉଣି ସ୍ଥାପନ କଲେ
19 ೧೯ ರಿತ್ಮದಿಂದ ಹೊರಟು ರಿಮ್ಮೋನ್ ಪೆರೆಚಿನಲ್ಲಿ ಇಳಿದುಕೊಂಡರು.
ଓ ସେମାନେ ରିତ୍ମାରୁ ଯାତ୍ରା କରି ରିମ୍ମୋନ୍‍-ପେରସରେ ଛାଉଣି ସ୍ଥାପନ କଲେ।
20 ೨೦ ರಿಮ್ಮೋನ್ ಪೆರೆಚಿನಿಂದ ಹೊರಟು ಲಿಬ್ನದಲ್ಲಿ ಇಳಿದುಕೊಂಡರು.
ପୁଣି, ସେମାନେ ରିମ୍ମୋନ୍‍-ପେରସରୁ ଯାତ୍ରା କରି ଲିବ୍‍ନାରେ ଛାଉଣି ସ୍ଥାପନ କଲେ।
21 ೨೧ ಲಿಬ್ನದಿಂದ ಹೊರಟು ರಿಸ್ಸದಲ್ಲಿ ಇಳಿದುಕೊಂಡರು.
ପୁଣି, ସେମାନେ ଲିବ୍‍ନାରୁ ଯାତ୍ରା କରି ରିସ୍ସାରେ ଛାଉଣି ସ୍ଥାପନ କଲେ।
22 ೨೨ ರಿಸ್ಸದಿಂದ ಹೊರಟು ಕೆಹೇಲಾತದಲ್ಲಿ ಇಳಿದುಕೊಂಡರು.
ପୁଣି, ସେମାନେ ରିସ୍ସାରୁ ଯାତ୍ରା କରି କହେଲାତରେ ଛାଉଣି ସ୍ଥାପନ କଲେ,
23 ೨೩ ಕೆಹೇಲಾತದಿಂದ ಹೊರಟು ಶೆಫೆರ್ ಬೆಟ್ಟದಲ್ಲಿ ಇಳಿದುಕೊಂಡರು.
ଓ ସେମାନେ କହେଲାତରୁ ଯାତ୍ରା କରି ଶେଫର ପର୍ବତରେ ଛାଉଣି ସ୍ଥାପନ କଲେ
24 ೨೪ ಶೆಫೆರ್ ಬೆಟ್ಟದಿಂದ ಹೊರಟು ಹರಾದದಲ್ಲಿ ಇಳಿದುಕೊಂಡರು.
ତହୁଁ ସେମାନେ ଶେଫର ପର୍ବତରୁ ଯାତ୍ରା କରି ହରାଦାରେ ଛାଉଣି ସ୍ଥାପନ କଲେ,
25 ೨೫ ಹರಾದದಿಂದ ಹೊರಟು ಮಖೇಲೋತಿನಲ್ಲಿ ಇಳಿದುಕೊಂಡರು.
ଓ ସେମାନେ ହରାଦାରୁ ଯାତ୍ରା କରି ମଖେଲୋତରେ ଛାଉଣି ସ୍ଥାପନ କଲେ,
26 ೨೬ ಮಖೇಲೋತಿನಿಂದ ಹೊರಟು ತಹತಿನಲ್ಲಿ ಇಳಿದುಕೊಂಡರು.
ଓ ସେମାନେ ମଖେଲୋତରୁ ଯାତ୍ରା କରି ତହତରେ ଛାଉଣି ସ୍ଥାପନ କଲେ।
27 ೨೭ ತಹತಿನಿಂದ ಹೊರಟು ತೆರಹದಲ್ಲಿ ಇಳಿದುಕೊಂಡರು.
ସେମାନେ ତହତରୁ ଯାତ୍ରା କରି ତେରହରେ ଛାଉଣି ସ୍ଥାପନ କଲେ,
28 ೨೮ ತೆರಹದಿಂದ ಹೊರಟು ಮಿತ್ಕದಲ್ಲಿ ಇಳಿದುಕೊಂಡರು.
ଓ ସେମାନେ ତେରହରୁ ଯାତ୍ରା କରି ମିତ୍‍କାରେ ଛାଉଣି ସ୍ଥାପନ କଲେ
29 ೨೯ ಮಿತ್ಕದಿಂದ ಹೊರಟು ಹಷ್ಮೋನದಲ್ಲಿ ಇಳಿದುಕೊಂಡರು.
ଓ ସେମାନେ ମିତ୍‍କାରୁ ଯାତ୍ରା କରି ହଶ୍‍ମୋନାରେ ଛାଉଣି ସ୍ଥାପନ କଲେ,
30 ೩೦ ಹಷ್ಮೋನದಿಂದ ಹೊರಟು ಮೋಸೇರೋತಿನಲ್ಲಿ ಇಳಿದುಕೊಂಡರು.
ଓ ସେମାନେ ହଶ୍‍ମୋନାରୁ ଯାତ୍ରା କରି ମୋଷେରୋତରେ ଛାଉଣି ସ୍ଥାପନ କଲେ।
31 ೩೧ ಮೋಸೇರೋತಿನಿಂದ ಹೊರಟು ಬೆನೇಯಾಕಾನಿನಲ್ಲಿ ಇಳಿದುಕೊಂಡರು.
ପୁଣି, ସେମାନେ ମୋଷେରୋତରୁ ଯାତ୍ରା କରି ବନେୟାକନରେ ଛାଉଣି ସ୍ଥାପନ କଲେ,
32 ೩೨ ಬೆನೇಯಾಕಾನಿನಿಂದ ಹೊರಟು ಹೋರ್ಹಗಿದ್ಗಾದಿನಲ್ಲಿ ಇಳಿದುಕೊಂಡರು.
ଓ ସେମାନେ ବନେୟାକନରୁ ଯାତ୍ରା କରି ହୋର୍ହଗିଦ୍‍ଗଦରେ ଛାଉଣି ସ୍ଥାପନ କଲେ
33 ೩೩ ಹೋರ್ಹಗಿದ್ಗಾದಿನಿಂದ ಹೊರಟು ಯೊಟ್ಬಾತದಲ್ಲಿ ಇಳಿದುಕೊಂಡರು.
ଓ ସେମାନେ ହୋର୍ହଗିଦ୍‍ଗଦରୁ ଯାତ୍ରା କରି ଯଟ୍‍ବାଥାରେ ଛାଉଣି ସ୍ଥାପନ କଲେ,
34 ೩೪ ಯೊಟ್ಬಾತದಿಂದ ಹೊರಟು ಅಬ್ರೋನದಲ್ಲಿ ಇಳಿದುಕೊಂಡರು.
ଓ ସେମାନେ ଯଟ୍‍ବାଥାରୁ ଯାତ୍ରା କରି ଆବ୍ରୋଣାରେ ଛାଉଣି ସ୍ଥାପନ କଲେ।
35 ೩೫ ಅಬ್ರೋನದಿಂದ ಹೊರಟು ಎಚ್ಯೋನ್ ಗೆಬೆರಿನಲ್ಲಿ ಇಳಿದುಕೊಂಡರು.
ପୁଣି, ସେମାନେ ଆବ୍ରୋଣାରୁ ଯାତ୍ରା କରି ଇତ୍‍ସିୟୋନ-ଗେବରରେ ଛାଉଣି ସ୍ଥାପନ କଲେ।
36 ೩೬ ಎಚ್ಯೋನ್ ಗೆಬೆರಿನಿಂದ ಹೊರಟು ಕಾದೇಶೆಂಬ ಚಿನ್ ಮರುಭೂಮಿಯಲ್ಲಿ ಇಳಿದುಕೊಂಡರು.
ପୁଣି, ସେମାନେ ଇତ୍‍ସିୟୋନ-ଗେବରରୁ ଯାତ୍ରା କରି ସୀନ୍‍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ (ଏହାକୁ କାଦେଶ କହନ୍ତି),
37 ೩೭ ಕಾದೇಶಿನಿಂದ ಹೊರಟು ಎದೋಮ್ಯರ ದೇಶದ ಅಂಚಿನಲ್ಲಿರುವ ಹೋರ್ ಬೆಟ್ಟದ ಬಳಿಯಲ್ಲಿ ಇಳಿದುಕೊಂಡರು.
ଓ ସେମାନେ କାଦେଶରୁ ଯାତ୍ରା କରି ଇଦୋମ ଦେଶର ପ୍ରାନ୍ତରସ୍ଥିତ ହୋର ପର୍ବତରେ ଛାଉଣି ସ୍ଥାପନ କଲେ।
38 ೩೮ ಮಹಾಯಾಜಕನಾದ ಆರೋನನು ಯೆಹೋವನಿಂದ ಅಪ್ಪಣೆಯನ್ನು ಹೊಂದಿ ಹೋರ್ ಬೆಟ್ಟವನ್ನು ಹತ್ತಿ, ಇಸ್ರಾಯೇಲರು ಐಗುಪ್ತ ದೇಶದಿಂದ ಹೊರಟ ನಲ್ವತ್ತನೆಯ ವರ್ಷದ ಐದನೆಯ ತಿಂಗಳಿನ ಮೊದಲನೆಯ ದಿನದಲ್ಲಿ ಅಲ್ಲೇ ಪ್ರಾಣಬಿಟ್ಟನು.
ଏଥିଉତ୍ତାରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି, ଇସ୍ରାଏଲ-ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ।
39 ೩೯ ಆರೋನನು ಹೋರ್ ಬೆಟ್ಟದಲ್ಲಿ ಸತ್ತಾಗ ಅವನು ನೂರ ಇಪ್ಪತ್ತಮೂರು ವರ್ಷದವನಾಗಿದ್ದನು.
ଆଉ ହୋର ପର୍ବତରେ ମରିବା ସମୟରେ ହାରୋଣଙ୍କର ବୟସ ଏକ ଶହ ତେଇଶ ବର୍ଷ ଥିଲା।
40 ೪೦ ಇಸ್ರಾಯೇಲರು ಬರುತ್ತಾರೆಂಬ ವರ್ತಮಾನವನ್ನು ಕಾನಾನ್ ದೇಶದ ದಕ್ಷಿಣ ಪ್ರಾಂತ್ಯದಲ್ಲಿ ವಾಸವಾಗಿದ್ದ ಕಾನಾನ್ಯನಾದ ಅರಾದ್ ಪಟ್ಟಣದ ಅರಸನು ಕೇಳಿದನು.
ଏଥିଉତ୍ତାରେ କିଣାନର ଦକ୍ଷିଣ ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ-ସନ୍ତାନଗଣର ଆଗମନ ସମ୍ବାଦ ଶୁଣିଲେ।
41 ೪೧ ಇಸ್ರಾಯೇಲರು ಹೋರ್ ಬೆಟ್ಟದಿಂದ ಹೊರಟು ಚಲ್ಮೋನದಲ್ಲಿ ಇಳಿದುಕೊಂಡರು.
ଆଉ ସେମାନେ ହୋର ପର୍ବତରୁ ଯାତ୍ରା କରି ସଲ୍‍ମୋନାରେ ଛାଉଣି ସ୍ଥାପନ କଲେ,
42 ೪೨ ಚಲ್ಮೋನದಿಂದ ಹೊರಟು ಪೂನೋನಿನಲ್ಲಿ ಇಳಿದುಕೊಂಡರು.
ଓ ସେମାନେ ସଲ୍‍ମୋନାରୁ ଯାତ୍ରା କରି ପୂନୋନରେ ଛାଉଣି ସ୍ଥାପନ କଲେ,
43 ೪೩ ಪೂನೋನಿನಿಂದ ಹೊರಟು ಓಬೋತಿನಲ್ಲಿ ಇಳಿದುಕೊಂಡರು.
ଓ ସେମାନେ ପୂନୋନରୁ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ।
44 ೪೪ ಓಬೋತಿನಿಂದ ಹೊರಟು ಮೋವಾಬ್ಯರ ಗಡಿಯಲ್ಲಿರುವ ಯೊರ್ದನ್ ನದಿಯ ಆಚೆಯಿರುವ ಇಯ್ಯೀಮಿನಲ್ಲಿ ಇಳಿದುಕೊಂಡರು.
ତହୁଁ ସେମାନେ ଓବୋତରୁ ଯାତ୍ରା କରି ମୋୟାବ ପ୍ରାନ୍ତସ୍ଥିତ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ,
45 ೪೫ ಇಯ್ಯೀಮಿನಿಂದ ಹೊರಟು ದೀಬೋನ್ ಗಾದಿನಲ್ಲಿ ಇಳಿದುಕೊಂಡರು.
ଓ ସେମାନେ ଇୟୀ-ଅବାରୀମରୁ ଯାତ୍ରା କରି ଦୀବୋନ୍‍-ଗାଦ୍‍ରେ ଛାଉଣି ସ୍ଥାପନ କଲେ,
46 ೪೬ ದೀಬೋನ್ ಗಾದಿನಿಂದ ಹೊರಟು ಅಲ್ಮೋನ್ ದಿಬ್ಲಾತಯಿಮಿನಲ್ಲಿ ಇಳಿದುಕೊಂಡರು.
ଓ ସେମାନେ ଦୀବୋନ୍‍-ଗାଦ୍‍ରୁ ଯାତ୍ରା କରି ଅଲମୋନ-ଦିବ୍‍ଲାଥୟିମରେ ଛାଉଣି ସ୍ଥାପନ କଲେ।
47 ೪೭ ಅಲ್ಮೋನ್ ದಿಬ್ಲಾತಯಿಮಿನಿಂದ ಹೊರಟು ಅಬಾರೀಮ್ ಬೆಟ್ಟಗಳಲ್ಲಿರುವ ನೇಬೋವಿನ ಪೂರ್ವದಲ್ಲಿ ಇಳಿದುಕೊಂಡರು.
ତହୁଁ ସେମାନେ ଅଲମୋନ-ଦିବ୍‍ଲାଥୟିମରୁ ଯାତ୍ରା କରି ନବୋ-ସମ୍ମୁଖସ୍ଥିତ ଅବାରୀମ୍ ପର୍ବତରେ ଛାଉଣି ସ୍ଥାପନ କଲେ।
48 ೪೮ ಅಬಾರೀಮ್ ಬೆಟ್ಟಗಳಿಂದ ಹೊರಟು ಯೆರಿಕೋ ಪಟ್ಟಣದ ಹತ್ತಿರ ಯೊರ್ದನ್ ನದಿಯ ತೀರದಲ್ಲಿ ಮೋವಾಬ್ಯರ ಮೈದಾನದಲ್ಲಿ ಇಳಿದುಕೊಂಡರು.
ପୁଣି, ସେମାନେ ଅବାରୀମ୍ ପର୍ବତରୁ ଯାତ୍ରା କରି ଯିରୀହୋ ସମ୍ମୁଖସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।
49 ೪೯ ಅವರು ಮೋವಾಬ್ಯರ ಮೈದಾನದಲ್ಲಿ ಬೇತ್ ಯೆಷೀಮೋತಿನಿಂದ ಆಬೇಲ್ ಶಿಟ್ಟೀಮಿನವರೆಗೂ ಯೊರ್ದನ್ ನದಿಯ ತೀರದಲ್ಲಿ ಇಳಿದುಕೊಂಡರು.
ଆଉ ସେଠାରେ ଯର୍ଦ୍ଦନ ନିକଟସ୍ଥ ବେଥ୍-ଯିଶିମୋତଠାରୁ ଆବେଲ୍-ଶିଟୀମ ପର୍ଯ୍ୟନ୍ତ ମୋୟାବ-ପଦାରେ ଛାଉଣି ସ୍ଥାପନ କରି ରହିଲେ।
50 ೫೦ ಯೊರ್ದನ್ ನದಿಯ ತೀರದಲ್ಲಿ ಯೆರಿಕೋ ಪಟ್ಟಣದ ಹತ್ತಿರವಿರುವ ಮೋವಾಬ್ಯರ ಮೈದಾನದಲ್ಲಿ ಯೆಹೋವನು ಮೋಶೆಗೆ ಹೇಳಿದ್ದೇನೆಂದರೆ,
ଏଥିଉତ୍ତାରେ ଯିରୀହୋସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
51 ೫೧ “ನೀನು ಇಸ್ರಾಯೇಲರಿಗೆ ಹೀಗೆ ಆಜ್ಞಾಪಿಸು, ‘ನೀವು ಯೊರ್ದನ್ ನದಿಯನ್ನು ದಾಟಿ ಕಾನಾನ್ ದೇಶವನ್ನು ಸೇರಿದಾಗ,
“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,
52 ೫೨ ಆ ದೇಶದ ನಿವಾಸಿಗಳನ್ನೆಲ್ಲಾ ಹೊರಡಿಸಿಬಿಟ್ಟು ಅವರ ವಿಚಿತ್ರವಾದ ಕಲ್ಲುಗಳನ್ನೂ, ಲೋಹವಿಗ್ರಹಗಳನ್ನೂ ನಾಶಮಾಡಿ ಅವರ ಪೂಜಾಸ್ಥಳಗಳನ್ನು ಹಾಳುಮಾಡಬೇಕು.
ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀ ସମସ୍ତଙ୍କୁ ତଡ଼ି ବାହାର କରିଦେବ ଓ ସେମାନଙ୍କର ସମସ୍ତ ମୂର୍ତ୍ତିବିଶିଷ୍ଟ ପାଷାଣ ଭାଙ୍ଗି ପକାଇବ ଓ ସେମାନଙ୍କର ଛାଞ୍ଚ-ଢଳା ପ୍ରତିମାସବୁ ବିନଷ୍ଟ କରିବ ଓ ସେମାନଙ୍କର ଉଚ୍ଚସ୍ଥଳୀସବୁ ଉଚ୍ଛିନ୍ନ କରିବ।
53 ೫೩ ನಾನು ನಿಮಗೆ ಆ ದೇಶವನ್ನು ಸ್ವದೇಶವಾಗುವುದಕ್ಕೆ ಕೊಟ್ಟದರಿಂದ ನೀವು ಅದನ್ನು ಸ್ವಾಧೀನಮಾಡಿಕೊಂಡು ಅದರಲ್ಲಿ ವಾಸಿಸಬೇಕು.
ପୁଣି, ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ।
54 ೫೪ ನೀವು ಚೀಟುಹಾಕಿ ಆ ದೇಶವನ್ನು ನಿಮ್ಮನಿಮ್ಮ ಕುಟುಂಬಗಳಿಗೆ ಹಂಚಿಕೊಳ್ಳಬೇಕು. ಹೆಚ್ಚು ಮಂದಿಯುಳ್ಳ ಕುಟುಂಬಕ್ಕೆ ಹೆಚ್ಚಾಗಿಯೂ, ಕಡಿಮೆಯಾದ ಕುಟುಂಬಕ್ಕೆ ಕಡಿಮೆಯಾಗಿಯೂ ಸ್ವತ್ತು ದೊರಕಬೇಕು. ಒಂದೊಂದು ಕುಟುಂಬದ ಚೀಟು ಯಾವ ಯಾವ ಸ್ಥಳವನ್ನು ಸೂಚಿಸುವುದೋ ಆ ಸ್ಥಳದಲ್ಲಿಯೇ ಆ ಕುಟುಂಬದ ಸ್ವಾಸ್ತ್ಯವಿರಬೇಕು. ಒಂದೊಂದು ಕುಲದ ಕುಟುಂಬಗಳು ಒಂದೇ ಪ್ರದೇಶದಲ್ಲಿರಬೇಕು.
ଆଉ ତୁମ୍ଭେମାନେ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ବଂଶାନୁସାରେ ଦେଶାଧିକାର ବିଭାଗ କରି ନେବ; ତୁମ୍ଭେମାନେ ଅଧିକ ଲୋକଙ୍କୁ ଅଧିକ ବାଣ୍ଟ ଓ ଅଳ୍ପ ଲୋକଙ୍କୁ ଅଳ୍ପ ବାଣ୍ଟ ଦେବ; ଯାହାର ବାଣ୍ଟ ଯେଉଁ ସ୍ଥାନରେ ପଡ଼ିବ, ତାହାର ବାଣ୍ଟ ସେହି ସ୍ଥାନରେ ହେବ; ଏହିରୂପେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ଅଧିକାର କରିବ।
55 ೫೫ ನೀವು ದೇಶದ ನಿವಾಸಿಗಳನ್ನು ಹೊರಡಿಸಿಬಿಡದೆ ಹೋದರೆ ಅವರಲ್ಲಿ ನೀವು ಉಳಿಸಿದವರು ನಿಮಗೆ ಕಣ್ಣುಚುಚ್ಚುವ ಮುಳ್ಳುಗಳಂತೆಯೂ, ಪಕ್ಕೆತಿವಿಯುವ ಶೂಲಗಳಂತೆಯೂ, ಆಗಿ ನೀವು ವಾಸಿಸುವ ದೇಶದಲ್ಲಿ ನಿಮಗೆ ಕಂಟಕರಾಗಿರುವರು.
ମାତ୍ର ଯଦି ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀମାନଙ୍କୁ ତଡ଼ି ବାହାର କରି ନ ଦେବ, ତେବେ ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ଯେଉଁମାନଙ୍କୁ ଅବଶିଷ୍ଟ ରଖିବ, ସେମାନେ ତୁମ୍ଭମାନଙ୍କ ଚକ୍ଷୁରେ କଣ୍ଟା ସ୍ୱରୂପ ଓ ତୁମ୍ଭମାନଙ୍କ ପାର୍ଶ୍ଵରେ କଣ୍ଟକ ସ୍ୱରୂପ ହେବେ, ଆଉ ସେମାନେ ତୁମ୍ଭମାନଙ୍କ ସେହି ନିବାସ ଦେଶରେ ତୁମ୍ଭମାନଙ୍କୁ କ୍ଳେଶ ଦେବେ।
56 ೫೬ ಅದಲ್ಲದೆ ನಾನು ಅವರಿಗೆ ಏನು ಮಾಡಬೇಕೆಂದು ಯೋಚಿಸಿದೇನೋ ಹಾಗೆ ನಿಮಗೂ ಮಾಡುವೆನು.’”
ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯାହା କରିବାକୁ ମନସ୍ଥ କରିଥିଲୁ, ତାହା ତୁମ୍ଭମାନଙ୍କ ପ୍ରତି କରିବା।”

< ಅರಣ್ಯಕಾಂಡ 33 >