< ಜ್ಞಾನೋಕ್ತಿಗಳು 10 >

1 ಜ್ಞಾನಿಯಾದ ಮಗನಿಂದ ತಂದೆಗೆ ಆನಂದ, ಅಜ್ಞಾನಿಯಾದ ಮಗನಿಂದ ತಾಯಿಗೆ ದುಃಖ.
ଶଲୋମନଙ୍କର ହିତୋପଦେଶ। ଜ୍ଞାନବାନ ପୁତ୍ର ପିତାର ଆନନ୍ଦ ଜନ୍ମାଏ; କିନ୍ତୁ ହୀନବୁଦ୍ଧି ପୁତ୍ର ତାହା ମାତାର ଶୋକର କାରଣ।
2 ಅನ್ಯಾಯದ ಸಂಪತ್ತು ವ್ಯರ್ಥ, ಧರ್ಮವು ಮೃತ್ಯುವಿನಿಂದ ರಕ್ಷಿಸುವಂತದ್ದು.
ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ; ମାତ୍ର ଧାର୍ମିକତା ମୃତ୍ୟୁୁରୁ ଉଦ୍ଧାର କରେ।
3 ಯೆಹೋವನು ನೀತಿವಂತರನ್ನು ಹಸಿವೆಗೊಳಿಸನು, ದುಷ್ಟನ ಆಶೆಯನ್ನು ಭಂಗಪಡಿಸುತ್ತಾನೆ.
ସଦାପ୍ରଭୁ ଧାର୍ମିକର ପ୍ରାଣକୁ କ୍ଷୁଧାରେ କ୍ଷୀଣ ହେବାକୁ ଦେବେ ନାହିଁ; ମାତ୍ର ସେ ଦୁଷ୍ଟର କାମନା ସଫଳ କରନ୍ତି ନାହିଁ।
4 ಜೋಲುಗೈ ದಾರಿದ್ರ್ಯ, ಚುರುಕು ಕೈ ತರುವುದು ಐಶ್ವರ್ಯ.
ଯେଉଁ ଲୋକ ଶିଥିଳ ହସ୍ତରେ କର୍ମ କରେ, ସେ ଦରିଦ୍ର ହୁଅଇ; ମାତ୍ର କର୍ମଶୀଳର ହସ୍ତ ଧନବାନ କରେ।
5 ಸುಗ್ಗಿಯಲ್ಲಿ ಕೂಡಿಸುವವನು ಬುದ್ಧಿವಂತನು, ಕೊಯ್ಲಿನಲ್ಲಿ ತೂಕಡಿಸುವವನು ನಾಚಿಕೆಗೆಟ್ಟವನು.
ଗ୍ରୀଷ୍ମକାଳରେ ଯେ ସଞ୍ଚୟ କରେ, ସେ ବୁଦ୍ଧିମାନ ପୁତ୍ର; ମାତ୍ର ଫସଲ ସମୟରେ ଯେ ନିଦ୍ରିତ ଥାଏ, ସେହି ପୁତ୍ର ଲଜ୍ଜାଜନକ।
6 ಶಿಷ್ಟನ ತಲೆ ಆಶೀರ್ವಾದದ ನೆಲೆ, ದುಷ್ಟನ ಬಾಯಿಗೆ ಬಲಾತ್ಕಾರವೇ ಮುಚ್ಚಳ.
ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ତ୍ତେ; ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।
7 ಶಿಷ್ಟರ ಸ್ಮರಣೆಯು ಆಶೀರ್ವಾದಕ್ಕಾಸ್ಪದ, ದುಷ್ಟರ ನಾಮವು ನಿರ್ನಾಮಕಾಸ್ಪದ.
ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ।
8 ಜ್ಞಾನಹೃದಯನು ಆಜ್ಞೆಗಳನ್ನು ಪಾಲಿಸುವನು, ಹರಟೆಯ ಮೂರ್ಖನು ಕೆಡವಲ್ಪಡುವನು.
ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ମୂର୍ଖ ପତିତ ହେବ।
9 ನಿರ್ದೋಷದ ನಡತೆಯವನು ನಿರ್ಭಯವಾಗಿ ನಡೆಯುವನು, ವಕ್ರಮಾರ್ಗಿಯು ಬೈಲಿಗೆ ಬೀಳುವನು.
ସରଳାଚାରୀ ନିର୍ଭୟରେ ଚାଲେ, ମାତ୍ର ବକ୍ରଗାମୀ ଜଣା ପଡ଼ିବ।
10 ೧೦ ಕಣ್ಣು ಮಿಟಕಿಸುವವನು ಕಷ್ಟಕ್ಕೆ ಕಾರಣನು, ಧೈರ್ಯದಿಂದ ಗದರಿಸುವವನು ಸಮಾಧಾನಕರನು.
ଯେ ଆଖିରେ ଠାର ମାରେ, ସେ ଦୁଃଖ ଜନ୍ମାଏ, ପୁଣି, ଅଜ୍ଞାନ ବକୁଆ ପତିତ ହେବ।
11 ೧೧ ಶಿಷ್ಟನ ಬಾಯಿ ಜೀವದ ಬುಗ್ಗೆ, ದುಷ್ಟನ ಬಾಯಲ್ಲಿ ಬಲಾತ್ಕಾರವು ತುಂಬಿ ತುಳುಕುತ್ತದೆ.
ଧାର୍ମିକର ମୁଖ ଜୀବନର ନିର୍ଝର, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ୟ ଢାଙ୍କେ।
12 ೧೨ ದ್ವೇಷವು ಜಗಳಗಳನ್ನೆಬ್ಬಿಸುತ್ತದೆ, ಪ್ರೀತಿಯು ಪಾಪಗಳನ್ನೆಲ್ಲಾ ಮುಚ್ಚುತ್ತದೆ.
ହିଂସା କଳି ଜନ୍ମାଏ, ମାତ୍ର ପ୍ରେମ ସବୁ ଅଧର୍ମ ଢାଙ୍କେ।
13 ೧೩ ವಿವೇಕಿಯ ತುಟಿಗಳಿಂದ ಜ್ಞಾನ, ಬುದ್ಧಿಹೀನನ ಬೆನ್ನಿಗೆ ಬೆತ್ತ.
ସୁବିବେକୀର ଓଷ୍ଠରେ ଜ୍ଞାନ ଥାଏ, ମାତ୍ର ନିର୍ବୋଧର ପିଠି ପାଇଁ ବାଡ଼ି।
14 ೧೪ ಜ್ಞಾನಿಗಳು ತಿಳಿದ ಸಂಗತಿಯನ್ನು ಹೊರಪಡಿಸುವುದಿಲ್ಲ, ಮೂರ್ಖನ ಭಾಷಣ ನಾಶನಕ್ಕೆ ಸಮೀಪ.
ଜ୍ଞାନୀମାନେ ବିଦ୍ୟା ସଞ୍ଚୟ କରନ୍ତି, ମାତ୍ର ଅଜ୍ଞାନର ମୁଖ ଉପସ୍ଥିତ ବିନାଶ ସ୍ୱରୂପ।
15 ೧೫ ಐಶ್ವರ್ಯವಂತನಿಗೆ ಐಶ್ವರ್ಯವು ಬಲವಾದ ಕೋಟೆ, ಬಡವನಿಗೆ ಅವನ ಬಡತನವೇ ನಾಶನ.
ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ।
16 ೧೬ ಶಿಷ್ಟನ ದುಡಿತ ಜೀವಾಸ್ಪದ, ದುಷ್ಟನ ಆದಾಯ ಪಾಪಾಸ್ಪದ.
ଧାର୍ମିକର ପରିଶ୍ରମ ଜୀବନଜନକ, ପୁଣି, ଅଧାର୍ମିକର ଆୟ ପାପଜନକ।
17 ೧೭ ಶಿಕ್ಷೆಯನ್ನು ಕೈಕೊಳ್ಳುವವನು ಜೀವದ ಮಾರ್ಗವನ್ನು ತೋರಿಸುವನು, ಗದರಿಕೆಯನ್ನು ಕೈಕೊಳ್ಳದವನು ಸನ್ಮಾರ್ಗದಿಂದ ತಪ್ಪಿಸುವನು.
ଉପଦେଶ ଯେ ମାନେ, ସେ ଜୀବନ-ପଥରେ ଚାଲେ; ମାତ୍ର ଯେ ଅନୁଯୋଗ ତ୍ୟାଗ କରେ, ସେ ଭ୍ରାନ୍ତ ହୁଏ।
18 ೧೮ ಹೊಟ್ಟೆಯಲ್ಲಿ ಹಗೆಯನ್ನಿಟ್ಟುಕೊಂಡವನು ಸುಳ್ಳುಗಾರ, ಚಾಡಿಗಾರನು ಜ್ಞಾನಹೀನ.
ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଚନା କରେ, ସେ ଅଜ୍ଞାନ।
19 ೧೯ ಮಾತಾಳಿಗೆ ಪಾಪ ತಪ್ಪದು, ಮೌನಿಯು ವಿವೇಕಿ.
ବହୁ ବାକ୍ୟରେ ଅଧର୍ମର ଅଭାବ ନ ଥାଏ, ମାତ୍ର ଯେ ଆପଣା ଓଷ୍ଠାଧରକୁ ଦମନ କରେ, ସେ ବୁଦ୍ଧିମାନ।
20 ೨೦ ಶಿಷ್ಟರ ನಾಲಿಗೆ ಚೊಕ್ಕ ಬೆಳ್ಳಿ, ದುಷ್ಟನ ಹೃದಯ ಮೌಲ್ಯವಿಲ್ಲದ್ದು.
ଧାର୍ମିକର ଜିହ୍ୱା ମନୋନୀତ ରୂପା ତୁଲ୍ୟ, ମାତ୍ର ଦୁଷ୍ଟର ହୃଦୟ ଅଳ୍ପ ମୂଲ୍ୟ।
21 ೨೧ ಶಿಷ್ಟರ ಭಾಷಣ ಬಹುಜನ ಪೋಷಣ, ಬುದ್ಧಿಯ ಕೊರತೆ ಮೂರ್ಖರ ನಾಶನ.
ଧାର୍ମିକର ଓଷ୍ଠାଧର ଅନେକଙ୍କୁ ପ୍ରତିପାଳନ କରେ, ମାତ୍ର ଅଜ୍ଞାନମାନେ ନିର୍ବୋଧତା ସକାଶୁ ମରନ୍ତି।
22 ೨೨ ಯೆಹೋವನ ಆಶೀರ್ವಾದವು ಭಾಗ್ಯದಾಯಕವು, ಅದು ವ್ಯಸನವನ್ನು ಸೇರಿಸದು.
ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ।
23 ೨೩ ಅವಿವೇಕಿಗೆ ಕುಯುಕ್ತಿ ವಿನೋದ ವಿವೇಕಿಗೆ ಜ್ಞಾನ ವಿನೋದ.
କୁକ୍ରିୟା କରିବାର ଅଜ୍ଞାନର କୌତୁକ, ସେହିପରି ଜ୍ଞାନ ବୁଦ୍ଧିମାନ ଲୋକର।
24 ೨೪ ದುಷ್ಟನಿಗೆ ಶಂಕಿಸಿದ್ದೇ ಸಂಭವಿಸುವುದು, ಶಿಷ್ಟನಿಗೆ ಇಷ್ಟವು ಲಭಿಸುವುದು.
ଦୁଷ୍ଟ ଲୋକ ଯାହା ଭୟ କରେ, ତାହା ହିଁ ତାହା ପ୍ରତି; ମାତ୍ର ଧାର୍ମିକର ମନୋବାଞ୍ଛା ତାହାକୁ ଦିଆଯିବ।
25 ೨೫ ಬಿರುಗಾಳಿ ಬೀಸಿದರೆ ದುಷ್ಟನು ಎಲ್ಲೋ! ಶಿಷ್ಟನು ಶಾಶ್ವತವಾದ ಕಟ್ಟಡ.
ଘୂର୍ଣ୍ଣିବାୟୁ ବହିଲେ ଦୁଷ୍ଟ ଆଉ ନ ଥାଏ, ମାତ୍ର ଧାର୍ମିକ ଅନନ୍ତକାଳସ୍ଥାୟୀ ମୂଳଦୁଆ ସ୍ୱରୂପ।
26 ೨೬ ಹಲ್ಲುಗಳಿಗೆ ಹುಳಿಯೂ, ಕಣ್ಣುಗಳಿಗೆ ಹೊಗೆಯೂ ಹೇಗೋ, ಯಜಮಾನನಿಗೆ ಸೋಮಾರಿಯು ಹಾಗೆ.
ଯେପରି ଦନ୍ତକୁ କଟୁ ରସ ଓ ଚକ୍ଷୁକୁ ଧୂଆଁ, ସେପରି ଆପଣା ପ୍ରେରକମାନଙ୍କ ପ୍ରତି ଅଳସୁଆ।
27 ೨೭ ಯೆಹೋವನಿಗೆ ಭಯಪಡುವವರ ದಿನಗಳಿಗೆ ವೃದ್ಧಿ, ದುಷ್ಟರ ವರ್ಷಗಳು ಅಲ್ಪ.
ସଦାପ୍ରଭୁଙ୍କ ବିଷୟକ ଭୟ ଦିନ ବଢ଼ାଏ, ମାତ୍ର ଦୁଷ୍ଟର ବର୍ଷ ଊଣା କରାଯିବ।
28 ೨೮ ಶಿಷ್ಟನ ನಂಬಿಕೆಗೆ ಆನಂದವು ಫಲ, ದುಷ್ಟನ ನಿರೀಕ್ಷೆ ನಿಷ್ಫಲ.
ଧାର୍ମିକର ଆଶା ଆନନ୍ଦଜନକ ହେବ, ମାତ୍ର ଦୁଷ୍ଟର ଭରସା କ୍ଷୟ ପାଇବ।
29 ೨೯ ಯೆಹೋವನು ಸನ್ಮಾರ್ಗಿಗೆ ಆಶ್ರಯ, ಕೆಡುಕನಿಗೆ ನಾಶನ.
ସଦାପ୍ରଭୁଙ୍କ ପଥ ସରଳାଚାରୀମାନଙ୍କ ପ୍ରତି ଦୃଢ଼ ଗଡ଼; ମାତ୍ର କୁକର୍ମକାରୀମାନଙ୍କ ପ୍ରତି ତାହା ବିନାଶଜନକ।
30 ೩೦ ಶಿಷ್ಟರು ಎಂದಿಗೂ ಕದಲರು, ದುಷ್ಟರು ದೇಶದಲ್ಲಿ ನಿಲ್ಲರು.
ଧାର୍ମିକ କେବେ ହେଁ ଘୁଞ୍ଚା ଯିବ ନାହିଁ; ମାତ୍ର ଦୁଷ୍ଟ ଦେଶବାସୀ ହେବ ନାହିଁ।
31 ೩೧ ಶಿಷ್ಟನ ಬಾಯಲ್ಲಿ ಜ್ಞಾನವು ಮೊಳೆಯುವುದು, ನೀಚನ ನಾಲಿಗೆ ಕತ್ತರಿಸಲ್ಪಡುವುದು.
ଧାର୍ମିକର ମୁଖ ଜ୍ଞାନ ଜନ୍ମାଏ, ମାତ୍ର କୁଟିଳବାଦୀ ଜିହ୍ୱା ଉଚ୍ଛିନ୍ନ ହେବ।
32 ೩೨ ಶಿಷ್ಟನ ತುಟಿಯಲ್ಲಿ ಹಿತವಚನ, ದುಷ್ಟನ ಬಾಯಲ್ಲಿ ನೀಚವಚನ.
ଧାର୍ମିକର ଓଷ୍ଠାଧର ତୁଷ୍ଟିକର କଥା ଜାଣେ, ମାତ୍ର ଦୁଷ୍ଟର ମୁଖ କୁଟିଳ କଥା କହେ।

< ಜ್ಞಾನೋಕ್ತಿಗಳು 10 >