< 사사기 17 >

1 에브라임 산지에 미가라 이름하는 사람이 있더니
ଇଫ୍ରୟିମ-ପର୍ବତମୟ ଦେଶରେ ମୀଖା ନାମରେ ଜଣେ ଲୋକ ଥିଲା।
2 그 어미에게 이르되 `어머니께서 은 일천 일백을 잃어버리셨으므로 저주하시고 내 귀에도 말씀하셨더니 보소서 그 은이 내게 있나이다 내가 그것을 취하였나이다' 어미가 가로되 `내 아들이 여호와께 복 받기를 원하노라' 하니라
ସେ ଆପଣା ମାତାକୁ କହିଲା, “ତୁମ୍ଭଠାରୁ ଯେଉଁ ଏଗାର ଶହ ଖଣ୍ଡ ରୂପା ନିଆଯାଇଅଛି, ଯହିଁ ବିଷୟରେ ତୁମ୍ଭେ ଅଭିଶାପ ଦେଇଅଛ ଓ ମଧ୍ୟ ମୋହର କର୍ଣ୍ଣରେ କହିଅଛ, ଦେଖ, ସେହି ରୂପା ମୋର ନିକଟରେ ଅଛି, ମୁଁ ତାହା ନେଇଅଛି;” ତହିଁରେ ତାହାର ମାତା କହିଲା, “ଆମ୍ଭ ପୁତ୍ର ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର ହେଉ।”
3 미가가 은 일천 일백을 그 어미에게 도로 주매 어미가 가로되 `내가 내 아들을 위하여 한 신상을 새기며 한 신상을 부어만들 차로 내 손에서 이 은을 여호와께 거룩히 드리노라 그러므로 내가 이제 이 은을 네게 도로 돌리리라'
ଏଥିରେ ସେ ସେହି ଏଗାର ଶହ ଖଣ୍ଡ ରୂପା ଆପଣା ମାତାକୁ ଫେରାଇ ଦିଅନ୍ତେ, ତାହାର ମାତା କହିଲା, “ଗୋଟିଏ ଖୋଦିତ ଓ ଗୋଟିଏ ଢଳା ପ୍ରତିମା ବନାଇବାକୁ ମୁଁ ଆପଣା ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ହସ୍ତରୁ ଏହି ରୂପା ନିତାନ୍ତ ପବିତ୍ର କରୁଅଛି; ଏଣୁ ଏବେ ମୁଁ ତାହା ତୁମ୍ଭକୁ ଫେରାଇ ଦେବି।”
4 미가가 그 은을 어미에게 도로 주었으므로 어미가 그 은 이백을 취하여 은장색에게 주어 한 신상을 새기며 한 신상을 부어 만들었더니 그 신상이 미가의 집에 있더라
ମୀଖା ଆପଣା ମାତାକୁ ସେହି ରୂପା ଫେରାଇ ଦେଲା ଉତ୍ତାରେ ତାହାର ମାତା ଦୁଇ ଶହ ଖଣ୍ଡ ରୂପା ସୁନାରୀକୁ ଦିଅନ୍ତେ, ସେ ଗୋଟିଏ ଖୋଦିତ ପ୍ରତିମା ଓ ଗୋଟିଏ ଢଳା ପ୍ରତିମା ବନାଇଲା ଓ ତାହା ମୀଖାର ଗୃହରେ ରହିଲା।
5 이 사람 미가에게 신당이 있으므로 또 에봇과 드라빔을 만들고 한 아들을 세워 제사장을 삼았더라
ପୁଣି ଏହି ମୀଖାର ଏକ ଦେବାଳୟ ଥିଲା ଓ ସେ ଏକ ଏଫୋଦ ଓ କେତେକ ଠାକୁର ନିର୍ମାଣ କରି ଆପଣା ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ନିଯୁକ୍ତ କରନ୍ତେ, ସେ ଯାଜକ ହେଲା।
6 그 때에는 이스라엘에 왕이 없으므로 사람마다 자기 소견에 옳은 대로 행하였더라
ସେସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା ଓ ଯାହା ଦୃଷ୍ଟିରେ ଯାହା ଭଲ ଦିଶିଲା, ସେ ତାହା କଲା।
7 유다 가족에 속한 유다 베들레헴에 한 소년이 있으니 그는 레위인으로서 거기 우거하였더라
ସେସମୟରେ ଯିହୁଦା ବଂଶୀୟ ବେଥଲିହିମ-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା।
8 이 사람이 거할 곳을 찾고자 하여 그 성읍 유다 베들레헴을 떠나서 행하다가 에브라임 산지로 가서 미가의 집에 이르매
ପୁଣି ସେ ଯେଉଁଠାରେ ସ୍ଥାନ ପାଇ ପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ସେ ନଗରରୁ, ଅର୍ଥାତ୍‍, ବେଥଲିହିମ-ଯିହୁଦାରୁ ପ୍ରସ୍ଥାନ କଲା ଓ ସେ ଯାତ୍ରା କରୁ କରୁ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଏହି ମୀଖାର ଗୃହ ପର୍ଯ୍ୟନ୍ତ ଆସିଲା।
9 미가가 그에게 묻되 `너는 어디서부터 오느뇨' 그가 이르되 `나는 유다 베들레헴의 레위인으로서 거할 곳을 찾으러 가노라'
ତହିଁରେ ମୀଖା ତାହାକୁ ପଚାରିଲା, “ତୁମ୍ଭେ କେଉଁଠାରୁ ଆସିଲ?” ସେ ଉତ୍ତର କଲା, “ମୁଁ ବେଥଲିହିମ-ଯିହୁଦାର ଏକ ଲେବୀୟ ଲୋକ, ଯେଉଁଠାରେ ମୁଁ ସ୍ଥାନ ପାଇ ପାରିବି, ସେଠାରେ ପ୍ରବାସ କରିବାକୁ ମୁଁ ଯାଉଅଛି।”
10 미가가 그에게 이르되 `네가 나와 함께 거하여 나를 위하여 아비와 제사장이 되라 내가 해마다 은 열과 의복 한 벌과 식물을 주리라' 하므로 레위인이 들어갔더니
ତହିଁରେ ମୀଖା ତାହାକୁ କହିଲା, “ମୋର ସଙ୍ଗେ ବାସ କର, ମୋର ପିତା ଓ ଯାଜକ ହୁଅ; ତହିଁରେ ମୁଁ ତୁମ୍ଭକୁ ବାର୍ଷିକ ଦଶ ଖଣ୍ଡ ରୂପା ଓ ଏକ ସାଜ ପୂରା ପୋଷାକ ଓ ତୁମ୍ଭର ପଡ଼ି ଦେବି।” ତହିଁରେ ସେ ଲେବୀୟ ଲୋକ ଗଲା।
11 레위인이 그 사람과 함께 거하기를 만족히 여겼으니 이는 그 소년이 미가의 아들 중 하나같이 됨이라
ପୁଣି ସେ ଲେବୀୟ ଲୋକ ସେହି ମନୁଷ୍ୟ ସଙ୍ଗେ ବାସ କରିବାକୁ ସମ୍ମତ ହେଲା; ଆଉ ସେ ଯୁବା ଲୋକ ତାହାର ଗୋଟିଏ ପୁତ୍ର ପରି ହେଲା।
12 미가가 레위인을 거룩히 구별하매 소년이 미가의 제사장이 되어 그 집에 거한지라
ଏଥିଉତ୍ତାରେ ମୀଖା ସେହି ଲେବୀୟକୁ ନିଯୁକ୍ତ କରନ୍ତେ, ସେ ଯୁବା ଲୋକ ମୀଖାର ଯାଜକ ହୋଇ ତାହାର ଗୃହରେ ରହିଲା।
13 이에 미가가 가로되 `레위인이 내 제사장이 되었으니 이제 여호와께서 내게 복 주실 줄을 아노라' 하니라
ତହିଁରେ ମୀଖା କହିଲା, ମୁଁ ଜାଣେ, ଏବେ ସଦାପ୍ରଭୁ ମୋହର ମଙ୍ଗଳ କରିବେ, କାରଣ ମୋହର ଯାଜକ ହେବା ପାଇଁ ମୁଁ ଜଣେ ଲେବୀୟକୁ ପାଇଲି।

< 사사기 17 >