< 레위기 3 >

1 사람이 만일 화목제의 희생을 예물로 드리되 소로 드리려거든 수컷이나 암컷이나 흠 없는 것으로 여호와 앞에 드릴지니
ଆଉ, କୌଣସି ବ୍ୟକ୍ତିର ଉପହାର ଯଦି ମଙ୍ଗଳାର୍ଥକ ବଳିଦାନ ହୁଏ; ଯଦି ସେ ପଲରୁ ଅଣ୍ଡିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁନ୍ତ ପଶୁ ଆଣିବ।
2 그 예물의 머리에 안수하고 회막 문에서 잡을 것이요, 아론의 자손 제사장들은 그 피를 제단 사면에 뿌릴 것이며
ପୁଣି, ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତ ରଖି ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚତୁର୍ଦ୍ଦିଗରେ ଛିଞ୍ଚିବେ।
3 그는 또 그 화목제의 희생중에서 여호와께 화제를 드릴지니 곧 내장에 덮인 기름과, 내장에 붙은 모든 기름과,
ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,
4 두 콩팥과, 그 위의 기름 곧 허리 근방에 있는 것과, 간에 덮인 꺼풀을 콩팥과 함께 취할 것이요
ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।
5 아론의 자손은 그것을 단 윗불 위에 있는 나무 위 번제물 위에 사를지니 이는 화제라 여호와께 향기로운 냄새니라
ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
6 만일 여호와께 예물로 드리는 화목제의 희생이 양이면 수컷이나 암컷이나 흠 없는 것으로 드릴지며
ଆଉ, ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁନ୍ତ ଅଣ୍ଡିରା କି ମାଈ ପଶୁ ଉତ୍ସର୍ଗ କରିବ।
7 만일 예물로 드리는 것이 어린 양이면 그것을 여호와 앞으로 끌어다가
ଯଦି ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ;
8 그 예물의 머리에 안수하고 회막 앞에서 잡을 것이요, 아론의 자손은 그 피를 단 사면에 뿌릴 것이며
ପୁଣି ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ। ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।
9 그는 그 화목제의 희생 중에서 여호와께 화제를 드릴지니 그 기름 곧 미려골에서 벤바 기름진 꼬리와, 내장에 덮힌 기름과, 내장에 붙은 모든 기름과,
ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅର୍ଥାତ୍‍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ଡ ନିକଟରୁ ନେବ, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,
10 두 콩팥과, 그 위의 기름 곧 허리 근방에 있는 것과, 간에 덮인 꺼풀을 콩팥과 함께 취할 것이요
ଦୁଇ ଗୁର୍ଦା, ତହିଁ ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।
11 제사장은 그것을 단 위에 불사를지니 이는 화제로 여호와께 드리는 식물이니라
ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ।
12 만일 예물이 염소면 그것을 여호와 앞으로 끌어다가
ଆଉ, କେହି ଯଦି ଛାଗଳ ବଳିଦାନ କରେ, ତେବେ ସେ ତାହା ସଦାପ୍ରଭୁଙ୍କ ଛାମୁକୁ ଆଣିବ,
13 그 머리에 안수하고 회막 앞에서 잡을 것이요, 아론의 자손은 그 피를 단 사면에 뿌릴 것이며
ପୁଣି, ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।
14 그는 그 중에서 예물을 취하여 여호와께 화제를 드릴지니 곧 내장에 덮인 기름과, 내장에 붙은 모든 기름과,
ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ସମସ୍ତ ମେଦ,
15 두 콩팥과, 그 위의 기름 곧 허리 근방에 있는 것과, 간에 덮인 꺼풀을 콩팥과 함께 취할 것이요
ଦୁଇ ଗୁର୍ଦା, ତାହାର ଉପରିସ୍ଥ ପାର୍ଶ୍ୱବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଗୁର୍ଦା ସହିତ ନେବ।
16 제사장은 그것을 단 위에 불사를지니 이는 화제로 드리는 식물이요, 향기로운 냄새라 모든 기름은 여호와의 것이니라
ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର।
17 너희는 기름과 피를 먹지 말라! 이는 너희 모든 처소에서 대대로 영원한 규례니라!
ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।”

< 레위기 3 >