< Ezekiel 6 >

1 LEUM GOD El kaskas nu sik
ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
2 ac fahk, “Kom, mwet sukawil moul la, ngetang nu ke fineol in acn Israel ac sang kas luk nu selos.
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ପ୍ରତି ଆପଣା ମୁଖ କରି ସେମାନଙ୍କ ପ୍ରତି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର,
3 Fahkang nu sin eol lun Israel in lohng ma nga, LEUM GOD Fulatlana, fahk nu selos ac oayapa nu sin tohktok uh, ac acn oasriksrik inmasrlon eol uh, ac infahlfal uh: Nga ac supwaot sie cutlass in kunausla acn nukewa mwet uh alu nu ke ma sruloalawe.
ଆଉ, କୁହ, ହେ ଇସ୍ରାଏଲର ପର୍ବତଗଣ ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ପର୍ବତଗଣକୁ ଓ ଉପପର୍ବତଗଣକୁ, ଜଳପ୍ରଣାଳୀ ଓ ଉପତ୍ୟକା ସମୂହକୁ ଏହି କଥା କହନ୍ତି; ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଖଡ୍ଗ ଆଣିବା ଓ ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀସକଳ ବିନଷ୍ଟ କରିବା।
4 Loang uh ac lipikyuki, ac loang in mwe kisa keng ac fah kunausyukla, ac mwet nukewa we ac fah anwuki ye mutun ma sruloala lalos.
ପୁଣି, ତୁମ୍ଭମାନଙ୍କର ଯଜ୍ଞବେଦିମାନ ଧ୍ୱଂସ ଓ ତୁମ୍ଭମାନଙ୍କ ସୂର୍ଯ୍ୟପ୍ରତିମାଗଣ ଭଗ୍ନ ହେବେ ଓ ଆମ୍ଭେ ତୁମ୍ଭମାନଙ୍କର ହତ ଲୋକମାନଙ୍କୁ ତୁମ୍ଭମାନଙ୍କ ଦେବତାଗଣର ସମ୍ମୁଖରେ ପକାଇଦେବା।
5 Nga fah sisalik monin mwet misa lun Israel. Nga fah sisalik srelos rauneak loang uh.
ଆଉ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ଶବ ସେମାନଙ୍କ ପ୍ରତିମାଗଣର ସମ୍ମୁଖରେ ରଖିବା ଓ ତୁମ୍ଭମାନଙ୍କର ଅସ୍ଥିସବୁ ଆମ୍ଭେ ତୁମ୍ଭମାନଙ୍କ ଯଜ୍ଞବେଦିମାନର ଚାରିଆଡ଼େ ବିଞ୍ଚି ଦେବା।
6 Siti nukewa in acn Israel ac fah sikiyukla, tuh loang lalos ac ma sruloala lalos nukewa ac fah fokfoki nu ke ip srisrik. Loang in mwe kisa keng lalos uh ac fah mokutkuti, ac ma nukewa elos orala fah wanginla.
ତୁମ୍ଭମାନଙ୍କର ଯାବତୀୟ ବସତି ସ୍ଥାନର ନଗରସକଳ ଉତ୍ସନ୍ନ ହେବ ଓ ଉଚ୍ଚସ୍ଥଳୀସବୁ ଧ୍ୱଂସ ହେବ, ତହିଁରେ ତୁମ୍ଭମାନଙ୍କର ଯଜ୍ଞବେଦିସବୁ ଉତ୍ସନ୍ନ, ଧ୍ୱଂସ ହେବ ଓ ତୁମ୍ଭମାନଙ୍କର ଦେବତାଗଣ ଭଗ୍ନ ଓ ରହିତ ହେବେ ଓ ତୁମ୍ଭମାନଙ୍କର ସୂର୍ଯ୍ୟପ୍ରତିମାଗଣ ଉଚ୍ଛିନ୍ନ ହେବେ, ଆଉ ତୁମ୍ଭମାନଙ୍କର ହସ୍ତକୃତ କର୍ମସବୁ ଲୁପ୍ତ ହେବ।
7 Mwet uh ac fah anwuki yen nukewa, ac elos su painmoulla ac fah akilen lah nga pa LEUM GOD.
ପୁଣି, ହତ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପତିତ ହେବେ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
8 “Nga ac fah oru tuh kutu selos in tia wi anwuki, na elos ac fahsrelik nu ke mutunfacl saya,
ତଥାପି ଆମ୍ଭେ ଏକ ଅବଶିଷ୍ଟାଂଶ ରଖିବା, ତୁମ୍ଭେମାନେ ନାନା ଦେଶରେ ଛିନ୍ନଭିନ୍ନ ହେବା ସମୟରେ ତୁମ୍ଭମାନଙ୍କର କେତେକ ଲୋକ ଗୋଷ୍ଠୀଗଣ ମଧ୍ୟରେ ଖଡ୍ଗରୁ ରକ୍ଷା ପାଇବେ।
9 yen elos ac fah mwet sruoh we. Ingo elos ac fah esamyuyak, ac etu lah nga kalyaelos ac akmwekinyalos, mweyen elos selulalfongiyu ac sisyula, ac elos nunku ma sruloala uh yohk likiyu. Elos ac fah angyang selos sifacna ke sripen ma koluk ac ma lusrongten su elos orala.
ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍‍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ।
10 Elos ac fah etu lah nga pa LEUM GOD, ac kas in sensenkakin luk uh tia kas pilasr.”
ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ; ଆମ୍ଭେ ସେମାନଙ୍କ ପ୍ରତି ଏହି ଅମଙ୍ଗଳ ଘଟାଇବାର କଥା ବୃଥା କହି ନାହୁଁ।”
11 LEUM GOD Fulatlana El fahk, “Isani poum, ac futung acn uh ke niom, ac tung ke asor, ke sripen ma koluk ac mwe srungayuk nukewa mwet Israel ah oru. Elos ac fah misa ke mweun, ku ke masrinsral, ku ke mas.
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ କରାଘାତ, ପଦାଘାତ କର ଓ ଇସ୍ରାଏଲ ବଂଶର ସକଳ ଘୃଣାଯୋଗ୍ୟ ଦୁଷ୍କ୍ରିୟା ସକାଶୁ କୁହ, ହାୟ ହାୟ! କାରଣ ସେମାନେ ଖଡ୍ଗରେ, ଦୁର୍ଭିକ୍ଷରେ ଓ ମହାମାରୀରେ ପତିତ ହେବେ।
12 Elos su muta yen loesla elos ac mas ac misa, ac elos su muta apkuran ac fah anwuki ke mweun, ac elos su lula ac fah misa ke masrinsral. Elos ac fah pulakin kuiyen kasrkusrak luk.
ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ୍ଗ ଦ୍ୱାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା।
13 Monin mwet misa ac fah sisyukelik inmasrlon ma sruloala ac oayapa raunela loang uh. Elos ac fah oaclik fin tohktok nukewa, ac fin mangon eol uh, ye sak folfol insroa nukewa ac ye sak ok ungung sroa nukewa — aok, yen nukewa elos orek kisa we nu ke ma sruloala lalos. Na mwet nukewa fah etu lah nga pa LEUM GOD.
ପୁଣି, ଯେତେବେଳେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ, ସକଳ ପର୍ବତ ଶୃଙ୍ଗରେ, ପ୍ରତ୍ୟେକ ହରିତ୍‍ବର୍ଣ୍ଣ ବୃକ୍ଷ ତଳେ ଓ ପ୍ରତ୍ୟେକ ନିବିଡ଼ ଅଲୋନ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ସେମାନେ ଆପଣା ଆପଣାର ସକଳ ଦେବତା ଉଦ୍ଦେଶ୍ୟରେ ସୌରଭାର୍ଥକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସକଳ ସ୍ଥାନରେ ସେମାନଙ୍କ ଯଜ୍ଞବେଦିର ଚତୁର୍ଦ୍ଦିଗରେ ଦେବତାଗଣର ମଧ୍ୟରେ ସେମାନଙ୍କ ହତ ଲୋକମାନେ ରହିବେ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
14 Nga fah asroela pouk ac kunausla facl selos, aok, acn nukewa mwet Israel uh muta we. Nga fah oru tuh in sie acn sikiyukla, mutawauk yen mwesis layen nu eir, nwe ke siti Riblah layen nu epang. Na mwet nukewa ac fah etu lah nga pa LEUM GOD.”
ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ପ୍ରାନ୍ତରଠାରୁ ଦିବ୍ଲା ପର୍ଯ୍ୟନ୍ତ ସେମାନଙ୍କର ସମୁଦାୟ ବସତି-ଦେଶକୁ ଧ୍ୱଂସ ଓ ଶୂନ୍ୟ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”

< Ezekiel 6 >