< Oekyuk 1 >

1 Ke len se oemeet ke malem se akluo in yac se akluo tukun mwet Israel illa liki acn Egypt, LEUM GOD El kaskas nu sel Moses in Lohm Nuknuk Mutal sel yen mwesis Sinai. El fahk,
ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ବୁ ମଧ୍ୟରେ ମୋଶାଙ୍କୁ କହିଲେ,
2 “Kom ac Aaron in oru sie oaoa lulap ke sruf ac sou nukewa lun mwet Israel. Simusla inen mukul nukewa
“ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମ-ସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର।
3 yac longoulyak matwa, su ku in wi mweun.
କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେତେ ପୁରୁଷ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବାର ଯୋଗ୍ୟ, ସେମାନଙ୍କ ସୈନ୍ୟାନୁସାରେ ତୁମ୍ଭେ ଓ ହାରୋଣ ସେମାନଙ୍କୁ ଗଣନା କର।
4 Sie mwet kol ke kais sie sruf in kasrekomtal.”
ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍‍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ।
5 Pa inge inen mwet su ac fah kasreyomtal: Sruf Mwet Kol Reuben Elizur wen natul Shedeur Simeon Shelumiel wen natul Zurishaddai Judah Nashon wen natul Amminadab Issachar Nethanel wen natul Zuar Zebulun Eliab wen natul Helon Ephraim Elishama wen natul Ammihud Manasseh Gamaliel wen natul Pedahzur Benjamin Abidan wen natul Gideoni Dan Ahiezer wen natul Ammishaddai Asher Pagiel wen natul Ochran Gad Eliasaph wen natul Deuel Naphtali Ahira wen natul Enan Pa inge mwet ma solla liki inmasrlon mwet uh in oru oaoa se inge. Elos mwet kol ke kais sie sruf lalos.
ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି: ଯଥା, ରୁବେନ୍‍ ବଂଶର ଶଦେୟରର ପୁତ୍ର ଇଲୀଷୂର।
6
ଶିମୀୟୋନ ବଂଶର ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ।
7
ଯିହୁଦା ବଂଶର; ଅମ୍ମୀନାଦବର ପୁତ୍ର ନହଶୋନ
8
ଇଷାଖର ବଂଶର; ସୂୟାରର ପୁତ୍ର ନଥନେଲ।
9
ସବୂଲୂନ ବଂଶର ହେଲୋନର ପୁତ୍ର ଇଲୀୟାବ୍‍
ଯୋଷେଫର ପୁତ୍ରଗଣ ମଧ୍ୟରୁ ଇଫ୍ରୟିମ ବଂଶର; ଅମ୍ମୀହୂଦର ପୁତ୍ର ଇଲୀଶାମା; ମନଃଶି ବଂଶର; ପଦାହସୂରର ପୁତ୍ର ଗମଲୀୟେଲ।
ବିନ୍ୟାମୀନ୍ ବଂଶର; ଗିଦୀୟୋନର ପୁତ୍ର ଅବୀଦାନ୍‍।
ଦାନ୍ ବଂଶର; ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର।
ଆଶେର ବଂଶର; ଅକ୍ରଣର ପୁତ୍ର ପଗୀୟେଲ।
ଗାଦ୍‍ ବଂଶର; ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍।
ନପ୍ତାଲି ବଂଶର; ଐନନର ପୁତ୍ର ଅହୀର।”
ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ।
17 Mwet singoul luo inge elos kasrel Moses ac Aaron
ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ।
18 solani mwet uh nu sie ke len se meet in malem se akluo. Elos simusla inen mwet uh ke sruf lalos ac sou lun papa matu tumalos, ke inen mukul nukewa ma yac longoulyak matwa,
ପୁଣି, ଦ୍ୱିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ଡଳୀକୁ ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ।
19 oana ke LEUM GOD El sapkin nu sel Moses. Ouinge el oakalosla in acn mwesis in Sinai.
ଏହିରୂପେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୀନୟ ପ୍ରାନ୍ତରରେ ସେମାନଙ୍କୁ ଗଣନା କଲେ।
20 Simla inen mukul nukewa ma yac longoulyak matwa ma ku in wi mweun, fal nu ke sruf ac sou lalos, mutawauk ke sruf lal Reuben, su matu emeet sin tulik natul Israel. Pa inge takla lun sruf ac pisalos: Sruf Pisalos Reuben 46,500 Simeon 59,300 Gad 45,650 Judah 74,600 Issachar 54,400 Zebulun 57,400 Ephraim 40,500 Manasseh 32,200 Benjamin 35,400 Dan 62,700 Asher 41,500 Naphtali 53,400 Pisa lulap: mukul onfoko tolu tausin ac lumfoko lumngaul.
ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ଯେ ରୁବେନ୍‍, ତାହାର ସନ୍ତାନଗଣର ବଂଶ, ପିତୃଗୃହ, ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
ରୁବେନ୍‍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ହେଲା।
ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣାଗଲେ, ସେମାନଙ୍କର ବଂଶାବଳୀ;
ଶିମୀୟୋନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଊଣଷଠି ହଜାର ତିନି ଶହ ହେଲା।
ଗାଦ୍‍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
ଗାଦ୍‍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ ହେଲା।
ଯିହୁଦା-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
ଯିହୁଦା ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ ହେଲା।
ଇଷାଖର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
ଇଷାଖର ବଂଶର ଗଣିତ ଲୋକ ସଂଖ୍ୟା ଚଉବନ ହଜାର ଚାରି ଶହ ହେଲା।
ସବୂଲୂନ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
ସବୂଲୂନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ସତାବନ ହଜାର ଚାରି ଶହ ହେଲା।
ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
ଇଫ୍ରୟିମ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ ହେଲା।
ମନଃଶି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
ମନଃଶି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବତ୍ରିଶ ହଜାର ଦୁଇ ଶହ ହେଲା।
ବିନ୍ୟାମୀନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
ବିନ୍ୟାମୀନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚତିରିଶ ହଜାର ଚାରି ଶହ ହେଲା।
ଦାନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
ଦାନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବାଷଠି ହଜାର ସାତ ଶହ ହେଲା।
ଆଶେର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
ଆଶେର ବଂଶର ଗଣିତ ଲୋକମାନଙ୍କର ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ ହେଲା।
ନପ୍ତାଲି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
ନପ୍ତାଲି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ତେପନ ହଜାର ଚାରି ଶହ ହେଲା।
ଏହି ଲୋକମାନେ ଗଣିତ ହେଲେ; ମୋଶା, ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍‍, ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ।
ଏହିରୂପେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ପିତୃଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ।
ଏହିସବୁ ଗଣିତ ଲୋକମାନଙ୍କ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ଜଣ ହେଲା।
47 Tusruktu, mwet Levi elos tuh tia wi simla inelos in oana sruf saya uh,
ମାତ୍ର ଲେବୀୟମାନେ ଆପଣା ପିତୃବଂଶାନୁସାରେ ସେମାନଙ୍କ ମଧ୍ୟରେ ଗଣାଗଲେ ନାହିଁ।
48 mweyen LEUM GOD El fahk nu sel Moses,
କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ,
49 “Ke pacl se kom oru oaoa lulap ke inen mukul ma fal in wi mweun, nimet sang sruf lal Levi nu kac.
“ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ;
50 A kom fah sang sruf Levi in fosrngakin Lohm Nuknuk Mutal sik ac kufwa nukewa nu kac. Elos fah us ma inge nukewa, ac elos pa ac kulansap loac. Elos in tulokunak iwen aktuktuk selos rauneak.
ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ, ତହିଁର ସକଳ ଦ୍ରବ୍ୟ ଓ ତତ୍‍ସମ୍ବନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ।
51 Kutena pacl kowos ac mukuila nu ke sie pacna acn, ma kunen mwet Levi in tuleya Lohm Nuknuk Mutal sik, ac sifilpa tulokunak ke nien aktuktuk sasu. Kutena mwet saya su tuku apkuran nu ke Lohm Nuknuk Mutal ac fah anwuki.
ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ।
52 Sruf nukewa sayen sruf lal Levi fah tulokunak lohm nuknuk selos fal nu ke kais sie u lalos, ac in oasr kais sie flag lun kais sie u.
ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ୱଜା ନିକଟରେ ତମ୍ବୁ ସ୍ଥାପନ କରିବେ।
53 A mwet Levi fah tulokunak lohm nuknuk selos rauneak Lohm Nuknuk Mutal sik tuh elos in karingin in wangin sie fah tuku apkuran nu kac ac pwanak kasrkusrak luk uh in putati fin mwet Israel nukewa.”
ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି, ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।”
54 Ke ma inge mwet Israel elos oru ma nukewa oana ma LEUM GOD El sapkin nu sel Moses.
ଇସ୍ରାଏଲ-ସନ୍ତାନଗଣ ଏହିରୂପେ କଲେ; ସଦାପ୍ରଭୁ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ କଲେ।

< Oekyuk 1 >