< Exodus 40 >

1 Locutusque est Dominus ad Moysen, dicens:
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 Mense primo, prima die mensis, eriges tabernaculum testimonii,
“ତୁମ୍ଭେ ପ୍ରଥମ ମାସରେ ପ୍ରଥମ ଦିନରେ ସମାଗମ-ତମ୍ବୁର ଆବାସ ସ୍ଥାପନ କରିବ।
3 et pones in eo arcam, dimittesque ante illam velum:
ପୁଣି, ତହିଁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକ ରଖି ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ସିନ୍ଦୁକ ଆଚ୍ଛାଦନ କରିବ।
4 et illata mensa, pones super eam quæ rite præcepta sunt. Candelabrum stabit cum lucernis suis,
ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପସକଳ ଜାଳିବ।
5 et altare aureum, in quo adoletur incensum, coram arca testimonii. Tentorium in introitu tabernaculi pones,
ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ସ୍ୱର୍ଣ୍ଣର ଧୂପବେଦି ରଖିବ, ପୁଣି, ଆବାସ-ଦ୍ୱାରର ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।
6 et ante illud altare holocausti:
ଆଉ ସମାଗମ-ତମ୍ବୁର ଆବାସ ଦ୍ୱାର ସମ୍ମୁଖରେ ହୋମବେଦି ରଖିବ।
7 labrum inter altare et tabernaculum, quod implebis aqua.
ସମାଗମ-ତମ୍ବୁ ଓ ବେଦି ମଧ୍ୟରେ ପ୍ରକ୍ଷାଳନ-ପାତ୍ର ରଖି ତହିଁରେ ଜଳ ଦେବ।
8 Circumdabisque atrium tentoriis, et ingressum ejus.
ପୁଣି, ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କରିବ ଓ ପ୍ରାଙ୍ଗଣ ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।
9 Et assumpto unctionis oleo unges tabernaculum cum vasis suis, ut sanctificentur:
ଏଉତ୍ତାରେ ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ତାହା ଓ ତହିଁର ସକଳ ପାତ୍ର ପବିତ୍ର କରିବ; ତହିଁରେ ତାହା ପବିତ୍ର ହେବ।
10 altare holocausti et omnia vasa ejus,
ଆଉ, ତୁମ୍ଭେ ହୋମବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କରିବ; ତହିଁରେ ସେହି ବେଦି ମହାପବିତ୍ର ହେବ।
11 labrum cum basi sua: omnia unctionis oleo consecrabis, ut sint Sancta sanctorum.
ଆଉ ତୁମ୍ଭେ ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ଅଭିଷେକ କରି ପବିତ୍ର କରିବ।
12 Applicabisque Aaron et filios ejus ad fores tabernaculi testimonii, et lotos aqua
ଏଉତ୍ତାରେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣି ଜଳରେ ସ୍ନାନ କରାଇବ।
ପୁଣି, ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର ବସ୍ତ୍ର ପରିଧାନ କରାଇ ଅଭିଷେକ କରି ପ୍ରତିଷ୍ଠା କରିବ।
ଆଉ ତାହାର ପୁତ୍ରଗଣକୁ ଆଣି ଜାମା ପିନ୍ଧାଇବ।
15 indues sanctis vestibus, ut ministrent mihi, et unctio eorum in sacerdotium sempiternum proficiat.
ପୁଣି, ସେମାନଙ୍କ ପିତାକୁ ଯେରୂପ ଅଭିଷେକ କଲ, ସେହିରୂପ ସେମାନଙ୍କୁ ଅଭିଷେକ କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ; ସେହି ଅଭିଷେକ ସେମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ଯାଜକତ୍ୱର ମୂଳ ହେବ।”
16 Fecitque Moyses omnia quæ præceperat Dominus.
ମୋଶା ଏହିରୂପ କଲେ; ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମସ୍ତ କଲେ।
17 Igitur mense primo anni secundi, prima die mensis, collocatum est tabernaculum.
ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା।
18 Erexitque Moyses illud, et posuit tabulas ac bases et vectes, statuitque columnas,
ପୁଣି, ମୋଶା ଆବାସ ସ୍ଥାପନ କରି ତହିଁର ଚୁଙ୍ଗୀ ଦେଇ ପଟା ବସାଇ ଅର୍ଗଳ ପ୍ରବେଶ କରାଇ ତହିଁର ସ୍ତମ୍ଭ ଠିଆ କଲେ।
19 et expandit tectum super tabernaculum, imposito desuper operimento, sicut Dominus imperaverat.
ତହୁଁ ସେ ଆବାସ ଉପରେ ତମ୍ବୁ ବିସ୍ତାର କଲେ ଓ ତମ୍ବୁ ଉପରେ ଛାତ ଦେଲେ;
20 Posuit et testimonium in arca, subditis infra vectibus, et oraculum desuper.
ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସାକ୍ଷ୍ୟପତ୍ର ଘେନି ସିନ୍ଦୁକ ଭିତରେ ରଖିଲେ ଓ ସିନ୍ଦୁକରେ ସାଙ୍ଗୀ ଲଗାଇ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିଲେ;
21 Cumque intulisset arcam in tabernaculum, appendit ante eam velum ut expleret Domini jussionem.
ପୁଣି, ଆବାସ ଭିତରକୁ ସିନ୍ଦୁକ ଆଣିଲେ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସାକ୍ଷ୍ୟ-ସିନ୍ଦୁକ ଆଚ୍ଛାଦନ କଲେ।
22 Posuit et mensam in tabernaculo testimonii ad plagam septentrionalem extra velum,
ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସର ଉତ୍ତର ପାର୍ଶ୍ୱରେ ବିଚ୍ଛେଦ ବସ୍ତ୍ରର ବାହାରେ ସମାଗମ-ତମ୍ବୁରେ ମେଜ ରଖିଲେ;
23 ordinatis coram propositionis panibus, sicut præceperat Dominus Moysi.
ପୁଣି, ସେ ସଦାପ୍ରଭୁଙ୍କ ସମ୍ମୁଖରେ ଧାରାନୁସାରେ ତହିଁ ଉପରେ ରୁଟି ରଖିଲେ।
24 Posuit et candelabrum in tabernaculo testimonii e regione mensæ in parte australi,
ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ପାର୍ଶ୍ୱରେ ସମାଗମ-ତମ୍ବୁରେ ଦୀପବୃକ୍ଷ ରଖିଲେ
25 locatis per ordinem lucernis, juxta præceptum Domini.
ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଦୀପ ଜାଳିଲେ।
26 Posuit et altare aureum sub tecto testimonii contra velum,
ଆଉ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁରେ ବିଚ୍ଛେଦ ବସ୍ତ୍ର ସମ୍ମୁଖରେ ସ୍ୱର୍ଣ୍ଣ-ବେଦି ରଖିଲେ
27 et adolevit super eo incensum aromatum, sicut jusserat Dominus Moysi.
ଓ ତହିଁ ଉପରେ ସୁଗନ୍ଧି ଧୂପ ଜାଳିଲେ।
28 Posuit et tentorium in introitu tabernaculi testimonii,
ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସ-ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇଲେ
29 et altare holocausti in vestibulo testimonii, offerens in eo holocaustum, et sacrificia, ut Dominus imperaverat.
ଓ ସମାଗମ-ତମ୍ବୁର ଆବାସ ଦ୍ୱାର ନିକଟରେ ହୋମବେଦି ରଖି ତହିଁ ଉପରେ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କଲେ।
30 Labrum quoque statuit inter tabernaculum testimonii et altare, implens illud aqua.
ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନ-ପାତ୍ର ରଖି ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଦେଲେ।
31 Laveruntque Moyses et Aaron ac filii ejus manus suas et pedes,
ତହିଁରେ ମୋଶା, ହାରୋଣ ଓ ତାଙ୍କର ପୁତ୍ରଗଣ ଆପଣା ଆପଣା ହସ୍ତ ପଦ ପ୍ରକ୍ଷାଳନ କଲେ।
32 cum ingrederentur tectum fœderis, et accederent ad altare, sicut præceperat Dominus Moysi.
ଯେକୌଣସି ସମୟରେ ସେମାନେ ସମାଗମ-ତମ୍ବୁରେ ପ୍ରବେଶ କଲେ ବା ବେଦିର ନିକଟବର୍ତ୍ତୀ ହେଲେ, ସେହି ସମୟରେ ସେମାନେ ପ୍ରକ୍ଷାଳନ କଲେ।
33 Erexit et atrium per gyrum tabernaculi et altaris, ducto in introitu ejus tentorio. Postquam omnia perfecta sunt,
ଏଉତ୍ତାରେ ସେ ଆବାସର ଓ ବେଦିର ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କଲେ ଓ ପ୍ରାଙ୍ଗଣ ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇଲେ, ଏହିରୂପେ ମୋଶା ସେହି କାର୍ଯ୍ୟ ସମାପ୍ତ କଲେ।
34 operuit nubes tabernaculum testimonii, et gloria Domini implevit illud.
ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା।
35 Nec poterat Moyses ingredi tectum fœderis, nube operiente omnia, et majestate Domini coruscante, quia cuncta nubes operuerat.
ତହିଁରେ ମୋଶା ସମାଗମ-ତମ୍ବୁରେ ପ୍ରବେଶ କରି ପାରିଲେ ନାହିଁ, କାରଣ ମେଘ ତହିଁ ଉପରେ ଅବସ୍ଥିତି କରିଥିଲା ଓ ସଦାପ୍ରଭୁଙ୍କ ପ୍ରତାପ ଆବାସକୁ ପରିପୂର୍ଣ୍ଣ କରିଥିଲା।
36 Siquando nubes tabernaculum deserebat, proficiscebantur filii Israël per turmas suas:
ପୁଣି, ଆବାସ ଉପରୁ ଯେତେବେଳେ ମେଘ ନିଆଗଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ଯାତ୍ରାରେ ଅଗ୍ରସର ହେଲେ।
37 si pendebat desuper, manebant in eodem loco.
ମାତ୍ର ମେଘ ଯେତେବେଳେ ଊର୍ଦ୍ଧ୍ୱକୁ ନିତ ହେଲା ନାହିଁ, ସେତେବେଳେ ଊର୍ଦ୍ଧ୍ୱକୁ ନିତ ନ ହେବା ଦିନ ପର୍ଯ୍ୟନ୍ତ ସେମାନେ ଯାତ୍ରା କଲେ ନାହିଁ।
38 Nubes quippe Domini incubabat per diem tabernaculo, et ignis in nocte, videntibus cunctis populis Israël per cunctas mansiones suas.
କାରଣ, ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା।

< Exodus 40 >