< I Samuelis 28 >

1 Factum est autem in diebus illis, congregaverunt Philisthiim agmina sua, ut præpararentur ad bellum contra Israel: dixitque Achis ad David: Sciens nunc scito, quoniam mecum egredieris in castris tu, et viri tui.
ସେହି ସମୟରେ ଇସ୍ରାଏଲ ସହିତ ଯୁଦ୍ଧ କରିବା ନିମନ୍ତେ ପଲେଷ୍ଟୀୟମାନେ ସଂଗ୍ରାମ ପାଇଁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ। ଏଣୁ ଆଖୀଶ୍‍ ଦାଉଦଙ୍କୁ କହିଲା, “ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସୈନ୍ୟସାମନ୍ତଭୁକ୍ତ ହୋଇ ମୋʼ ସଙ୍ଗେ ଯିବାକୁ ହେବ, ଏହା ତୁମ୍ଭେ ନିଶ୍ଚୟ ଜାଣ।”
2 Dixitque David ad Achis: Nunc scies quæ facturus est servus tuus. Et ait Achis ad David: Et ego custodem capitis mei ponam te cunctis diebus.
ତହିଁରେ ଦାଉଦ ଆଖୀଶ୍‍କୁ କହିଲେ, “ତାହାହେଲେ ଆପଣଙ୍କ ଦାସ କଅଣ କରିବ, ତାହା ଆପଣ ଜାଣିବେ।” ତେଣୁ ଆଖୀଶ୍‍ ଦାଉଦଙ୍କୁ କହିଲା, “ସେଥିପାଇଁ ମୁଁ ତୁମ୍ଭକୁ ଯାବଜ୍ଜୀବନ ଆପଣା ମସ୍ତକ-ରକ୍ଷକ କରିବି।”
3 Samuel autem mortuus est, planxitque eum omnis Israel, et sepelierunt eum in Ramatha urbe sua. Et Saul abstulit magos, et hariolos de terra.
ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି, ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ।
4 Congregatique sunt Philisthiim, et venerunt, et castrametati sunt in Sunam: congregavit autem et Saul universum Israel, et venit in Gelboe.
ଏଥିରେ ପଲେଷ୍ଟୀୟମାନେ ଏକତ୍ର ହୋଇ ଆସି ଶୂନେମରେ ଛାଉଣି ସ୍ଥାପନ କଲେ; ପୁଣି, ଶାଉଲ ସମସ୍ତ ଇସ୍ରାଏଲକୁ ଏକତ୍ର କରନ୍ତେ, ସେମାନେ ଗିଲ୍‍ବୋୟରେ ଛାଉଣି ସ୍ଥାପନ କଲେ।
5 Et vidit Saul castra Philisthiim, et timuit, et expavit cor eius nimis.
ମାତ୍ର ଶାଉଲ ପଲେଷ୍ଟୀୟମାନଙ୍କ ସୈନ୍ୟସାମନ୍ତ ଦେଖି ଭୀତ ହେଲେ ଓ ତାଙ୍କର ହୃଦୟ ଅତ୍ୟନ୍ତ କମ୍ପିତ ହେଲା।
6 Consuluitque Dominum, et non respondit ei neque per somnia, neque per sacerdotes, neque per prophetas.
ତହୁଁ ଶାଉଲ ସଦାପ୍ରଭୁଙ୍କ ନିକଟରେ ପଚାରନ୍ତେ, ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ ନାହିଁ; ନା ସ୍ୱପ୍ନ ଦ୍ୱାରା, ନା ଊରୀମ୍‍ ଦ୍ୱାରା, ନା ଭବିଷ୍ୟଦ୍‍ବକ୍ତାମାନଙ୍କ ଦ୍ୱାରା।
7 Dixitque Saul servis suis: Quærite mihi mulierem habentem pythonem, et vadam ad eam, et sciscitabor per illam. Et dixerunt servi eius ad eum: Est mulier pythonem habens in Endor.
ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, “ମୋʼ ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି।” ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଦେଖନ୍ତୁ, ଐନ୍‍-ଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି।”
8 Mutavit ergo habitum suum, vestitusque est aliis vestimentis, et abiit ipse, et duo viri cum eo, veneruntque ad mulierem nocte, et ait illi: Divina mihi in pythone, et suscita mihi quem dixero tibi.
ତହୁଁ ଶାଉଲ ଅନ୍ୟ ବସ୍ତ୍ର ପିନ୍ଧି ଛଦ୍ମବେଶ ଧରି ଦୁଇ ଜଣ ପୁରୁଷଙ୍କୁ ସଙ୍ଗେ ନେଇଗଲେ ଓ ସେମାନେ ରାତ୍ରି ବେଳେ ସେହି ସ୍ତ୍ରୀ ନିକଟରେ ଉପସ୍ଥିତ ହେଲେ; ତହୁଁ ଶାଉଲ କହିଲେ, “ତୁମ୍ଭେ ଭୂତ ଦ୍ୱାରା ମୋʼ ପାଇଁ ଟିକିଏ ମନ୍ତ୍ର ପଢ଼, ମୁଁ ତୁମ୍ଭକୁ ଯାହାଙ୍କର ନାମ କହିବି, ତାଙ୍କୁ ମୋʼ କତିକି ଉଠାଇ ଆଣ।”
9 Et ait mulier ad eum: Ecce, tu nosti quanta fecerit Saul, et quomodo eraserit magos et hariolos de terra: quare ergo insidiaris animæ meæ, ut occidar?
ଏଥିରେ ସେ ସ୍ତ୍ରୀ କହିଲା, “ଦେଖ, ଶାଉଲ ଯାହା କରିଅଛି, କିପରି ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କୁ ଦେଶରୁ ଉଚ୍ଛିନ୍ନ କରିଅଛି, ତାହା ତୁମ୍ଭେ ଜାଣ; ଏଣୁ ମୋହର ମୃତ୍ୟୁୁ ଘଟାଇବା ପାଇଁ କାହିଁକି ମୋହର ପ୍ରାଣ ବିରୁଦ୍ଧରେ ଫାନ୍ଦ ପାତୁଅଛ?”
10 Et iuravit ei Saul in Domino, dicens: Vivit Dominus, quia non eveniet tibi quidquam mali propter hanc rem.
ଏଥିରେ ଶାଉଲ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କଥା ସକାଶୁ ତୁମ୍ଭ ପ୍ରତି କୌଣସି ଦଣ୍ଡ ବର୍ତ୍ତିବ ନାହିଁ।”
11 Dixitque ei mulier: Quem suscitabo tibi? Qui ait: Samuelem mihi suscita.
ସେତେବେଳେ ସେହି ସ୍ତ୍ରୀ କହିଲା, “ମୁଁ କାହାକୁ ତୁମ୍ଭ କତିକି ଉଠାଇ ଆଣିବି?” ସେ କହିଲେ, “ମୋʼ କତିକି ଶାମୁୟେଲଙ୍କୁ ଉଠାଇ ଆଣ।”
12 Cum autem vidisset mulier Samuelem, exclamavit voce magna, et dixit ad Saul: Quare imposuisti mihi? Tu es enim Saul.
ଏଥିରେ ସେ ସ୍ତ୍ରୀ ଶାମୁୟେଲଙ୍କୁ ଦେଖି ଉଚ୍ଚସ୍ୱରରେ କ୍ରନ୍ଦନ କଲା, ଆଉ ସେ ଶାଉଲଙ୍କୁ କହିଲା, “ଆପଣ କାହିଁକି ମୋତେ ପ୍ରତାରଣା କଲେ? କାରଣ ଆପଣ ଶାଉଲ।”
13 Dixitque ei rex: Noli timere: quid vidisti? Et ait mulier ad Saul: Vidi deos ascendentes de terra.
ତହୁଁ ରାଜା ତାହାକୁ କହିଲେ, “ଭୟ ନ କର; ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ସେ ସ୍ତ୍ରୀ ଶାଉଲଙ୍କୁ କହିଲା, “ମୁଁ ଦେବଗଣ (ତୁଲ୍ୟ ଏକ ବ୍ୟକ୍ତି) ଭୂମିରୁ ଉଠି ଆସିବାର ଦେଖୁଅଛି।”
14 Dixitque ei: Qualis est forma eius? Quæ ait: Vir senex ascendit, et ipse amictus est pallio. Et intellexit Saul quod Samuel esset, et inclinavit se super faciem suam in terra, et adoravit.
ଏଥିରେ ଶାଉଲ ତାହାକୁ ପଚାରିଲେ, “ତାହାର ରୂପ କି ପ୍ରକାର?” ସେ କହିଲା, “ଜଣେ ବୃଦ୍ଧ ଲୋକ ଉଠି ଆସୁଅଛି; ସେ ଚୋଗାରେ ଆଚ୍ଛନ୍ନ!” ତହୁଁ ଶାଉଲ ଜାଣିଲେ ଯେ, ସେ ଶାମୁୟେଲ, ଏଣୁ ସେ ଭୂମିଷ୍ଠ ପ୍ରଣାମ କଲେ।
15 Dixit autem Samuel ad Saul: Quare inquietasti me ut suscitarer? Et ait Saul: Coarctor nimis: siquidem Philisthiim pugnant adversum me, et Deus recessit a me, et exaudire me noluit neque in manu prophetarum, neque per somnia: vocavi ergo te, ut ostenderes mihi quid faciam.
ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ?” ତହୁଁ ଶାଉଲ ଉତ୍ତର ଦେଲେ, “ମୁଁ ଅତ୍ୟନ୍ତ ବିପଦଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋʼ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ୱର ମୋତେ ତ୍ୟାଗ କରିଅଛନ୍ତି, ପୁଣି, ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍‍ବକ୍ତାମାନଙ୍କ ହାତରେ, ନା ସ୍ୱପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି।”
16 Et ait Samuel: Quid interrogas me, cum Dominus recesserit a te, et transierit ad æmulum tuum?
ଏଥିରେ ଶାମୁୟେଲ କହିଲେ, “ସଦାପ୍ରଭୁ ତ ତୁମ୍ଭକୁ ତ୍ୟାଗ କରିଅଛନ୍ତି ଓ ତୁମ୍ଭର ବିପକ୍ଷ ହୋଇଅଛନ୍ତି, ତେବେ ତୁମ୍ଭେ ମୋତେ କାହିଁକି ପଚାରୁଅଛ?
17 Faciet enim tibi Dominus sicut locutus est in manu mea, et scindet regnum tuum de manu tua, et dabit illud proximo tuo David:
ସଦାପ୍ରଭୁ ମୋʼ ଦ୍ୱାରା ଯେପରି କହିଥିଲେ, ସେ ଆପଣା ପାଇଁ ସେପରି କରିଅଛନ୍ତି; ପୁଣି, ସଦାପ୍ରଭୁ ତୁମ୍ଭ ହସ୍ତରୁ ରାଜତ୍ୱ ଟାଣି ଚିରିଅଛନ୍ତି ଓ ତୁମ୍ଭ ପ୍ରତିବାସୀ ଦାଉଦଙ୍କୁ ତାହା ଦେଇଅଛନ୍ତି।
18 quia non obedisti voci Domini, neque fecisti iram furoris eius in Amalec. idcirco quod pateris, fecit tibi Dominus hodie.
ଯେହେତୁ ତୁମ୍ଭେ ସଦାପ୍ରଭୁଙ୍କ ରବ ଶୁଣିଲ ନାହିଁ ଓ ଅମାଲେକ ପ୍ରତି ତାହାଙ୍କ ପ୍ରଚଣ୍ଡ କୋପ ସଫଳ କଲ ନାହିଁ, ଏହେତୁ ଆଜି ସଦାପ୍ରଭୁ ତୁମ୍ଭ ପ୍ରତି ଏହି କର୍ମ କରିଅଛନ୍ତି।
19 Et dabit Dominus etiam Israel tecum in manus Philisthiim: cras autem tu et filii tui mecum eritis: sed et castra Israel tradet Dominus in manus Philisthiim.
ଆହୁରି ସଦାପ୍ରଭୁ ତୁମ୍ଭ ସହିତ ଇସ୍ରାଏଲକୁ ମଧ୍ୟ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ; ଏଣୁ କାଲି ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଆମ୍ଭ ସଙ୍ଗୀ ହେବ; ମଧ୍ୟ ସଦାପ୍ରଭୁ ଇସ୍ରାଏଲର ସୈନ୍ୟସାମନ୍ତଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କରିବେ।”
20 Statimque Saul cecidit porrectus in terram: extimuerat enim verba Samuelis, et robur non erat in eo, quia non comederat panem tota die illa.
ତହିଁରେ ଶାଉଲ ସେହିକ୍ଷଣି ଭୂମିରେ ଲମ୍ବ ହୋଇ ପଡ଼ିଗଲେ ଓ ଶାମୁୟେଲଙ୍କର କଥା ସକାଶୁ ଅତିଶୟ ଭୟ କଲେ ଓ ତାଙ୍କଠାରେ ଆଉ କିଛି ବଳ ରହିଲା ନାହିଁ; କାରଣ ସେ ସାରାଦିନ ଓ ସାରାରାତ୍ରି କିଛି ଭୋଜନ କରି ନ ଥିଲେ।
21 Ingressa est itaque mulier illa ad Saul, (conturbatus enim erat valde) dixitque ad eum: Ecce obedivit ancilla tua voci tuæ, et posui animam meam in manu mea: et audivi sermones tuos, quos locutus es ad me.
ଏଥିରେ ସେ ସ୍ତ୍ରୀ ଶାଉଲଙ୍କ ନିକଟକୁ ଆସି ତାଙ୍କୁ ଅତିଶୟ ବିହ୍ୱଳ ଦେଖି କହିଲା, “ଦେଖନ୍ତୁ, ଆପଣଙ୍କ ଦାସୀ ଆପଣଙ୍କ ରବ ଶୁଣିଅଛି ଓ ମୁଁ ମୋʼ ପ୍ରାଣ ଆପଣା ହାତରେ ଧରି ଯାହା ଆପଣ ମୋତେ କହିଲେ, ଆପଣଙ୍କ ସେହି କଥା ମୁଁ ଶୁଣିଲି।
22 Nunc igitur audi et tu vocem ancillæ tuæ, et ponam coram te buccellam panis, ut comedens convalescas, et possis iter agere.
ଏହେତୁ ବିନୟ କରୁଅଛି, ଏବେ ଆପଣ ମଧ୍ୟ ଆପଣା ଦାସୀର ରବ ଶୁଣନ୍ତୁ ଓ ଆପଣଙ୍କ ସମ୍ମୁଖରେ ମୁଠିଏ ଆହାର ଥୋଇବା ପାଇଁ ମୋତେ ଅନୁମତି ଦେଉନ୍ତୁ ଓ ଭୋଜନ କରନ୍ତୁ, ତହିଁରେ ନିଜ ପଥରେ ଗଲା ବେଳେ ବଳ ପାଇବେ।”
23 Qui renuit, et ait: Non comedam. Coegerunt autem eum servi sui et mulier, et tandem audita voce eorum surrexit de terra, et sedit super lectum.
ମାତ୍ର ସେ ଅସମ୍ମତ ହୋଇ କହିଲେ, “ମୁଁ ଭୋଜନ କରିବି ନାହିଁ।” ତଥାପି ତାଙ୍କର ଦାସମାନେ ଓ ସେ ସ୍ତ୍ରୀ ମିଶି ତାଙ୍କୁ ବଳାନ୍ତେ, ସେ ସେମାନଙ୍କ ରବ ଶୁଣିଲେ। ପୁଣି, ସେ ଭୂମିରୁ ଉଠି ଶଯ୍ୟା ଉପରେ ବସିଲେ।
24 Mulier autem illa habebat vitulum pascualem in domo, et festinavit, et occidit eum: tollensque farinam, miscuit eam, et coxit azyma,
ସେତେବେଳେ ସେ ସ୍ତ୍ରୀର ଗୃହରେ ଗୋଟିଏ ହୃଷ୍ଟପୁଷ୍ଟ ବାଛୁରି ଥିଲା; ଏଣୁ ସେ ଶୀଘ୍ର ତାକୁ ମାରିଲା ଓ ମଇଦା ନେଇ ତାହା ଦଳି ତାଡ଼ିଶୂନ୍ୟ ରୁଟି ପ୍ରସ୍ତୁତ କଲା।
25 et posuit ante Saul et ante servos eius. Qui cum comedissent, surrexerunt, et ambulaverunt per totam noctem illam.
ତହୁଁ ସେ ଶାଉଲଙ୍କ ସମ୍ମୁଖକୁ ଓ ତାଙ୍କର ଦାସମାନଙ୍କ ସମ୍ମୁଖକୁ ତାହା ଆଣନ୍ତେ, ସେମାନେ ଭୋଜନ କଲେ। ତହିଁ ଉତ୍ତାରେ ସେହି ରାତ୍ରିରେ ସେମାନେ ଉଠି ଚାଲିଗଲେ।

< I Samuelis 28 >