< Iohannem 4 >

1 Ut ergo cognovit Iesus quia audierunt Pharisæi quod Iesus plures discipulos facit, et baptizat, quam Ioannes,
ଯୀଶୁ ଯେ ଯୋହନଙ୍କ ଅପେକ୍ଷା ଅଧିକ ଶିଷ୍ୟ କରୁଅଛନ୍ତି ଓ ବାପ୍ତିସ୍ମ ଦେଉଅଛନ୍ତି
2 (quamquam Iesus non baptizaret, sed discipuli eius)
(ଯଦ୍ୟପି ଯୀଶୁ ଆପେ ବାପ୍ତିସ୍ମ ଦେଉ ନ ଥିଲେ, ମାତ୍ର ତାହାଙ୍କ ଶିଷ୍ୟମାନେ ଦେଉଥିଲେ), ଏହା ଫାରୂଶୀମାନେ ଶୁଣିଅଛନ୍ତି ବୋଲି ଯେତେବେଳେ ପ୍ରଭୁ ଜାଣିଲେ,
3 reliquit Iudæam, et abiit iterum in Galilæam.
ସେତେବେଳେ ସେ ଯିହୂଦିୟା ପ୍ରଦେଶ ପରିତ୍ୟାଗ କରି ପୁନର୍ବାର ଗାଲିଲୀକୁ ପ୍ରସ୍ଥାନ କଲେ।
4 Oportebat autem eum transire per Samariam.
କିନ୍ତୁ ଶମିରୋଣ ମଧ୍ୟ ଦେଇ ତାହାଙ୍କୁ ଯିବାକୁ ପଡ଼ିଲା।
5 Venit ergo in civitatem Samariæ, quæ dicitur Sichar: iuxta prædium, quod dedit Iacob Ioseph filio suo.
ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ଡିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ;
6 Erat autem ibi fons Iacob. Iesus ergo fatigatus ex itinere, sedebat sic supra fontem. Hora erat quasi sexta.
ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା। ଅତଏବ, ଯୀଶୁ ପଥଶ୍ରାନ୍ତ ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ। ସେତେବେଳେ ମଧ୍ୟାହ୍ନ ହୋଇଥିଲା।
7 Venit mulier de Samaria haurire aquam. Dicit ei Iesus: Da mihi bibere.
ଆଉ, ଜଣେ ଶମିରୋଣୀୟା ସ୍ତ୍ରୀ ପାଣି କାଢ଼ିବା ନିମନ୍ତେ ଆସିଲା। ଯୀଶୁ ତାହାକୁ କହିଲେ, “ମୋତେ ପିଇବାକୁ ଦିଅ।”
8 (Discipuli enim eius abierant in civitatem ut cibos emerent.)
କାରଣ ତାହାଙ୍କର ଶିଷ୍ୟମାନେ ଖାଦ୍ୟ କିଣିବା ନିମନ୍ତେ ନଗରକୁ ଯାଇଥିଲେ।
9 Dicit ergo ei mulier illa Samaritana: Quomodo tu Iudæus cum sis, bibere a me poscis, quæ sum mulier Samaritana? Non enim coutuntur Iudæi Samaritanis.
ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୁଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋʼ ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୁଦୀମାନଙ୍କର ବ୍ୟବହାର ନାହିଁ।
10 Respondit Iesus, et dixit ei: Si scires donum Dei, et quis est, qui dicit tibi: Da mihi bibere: tu forsitan petisses ab eo, et dedisset tibi aquam vivam.
ଯୀଶୁ ତାହାକୁ ଉତ୍ତର ଦେଲେ, “ଈଶ୍ବରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ।”
11 Dicit ei mulier: Domine, neque in quo haurias habes, et puteus altus est: unde ergo habes aquam vivam?
ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ ପୁଣି, କୂଅ ତ ଗଭୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି?
12 Numquid tu maior es patre nostro Iacob, qui dedit nobis puteum, et ipse ex eo bibit, et filii eius, et pecora eius?
ଆମ୍ଭମାନଙ୍କର ଯେଉଁ ପିତୃ-ପୁରୁଷ ଯାକୁବ ଆମ୍ଭମାନଙ୍କୁ ଏହି କୂଅ ଦେଇଥିଲେ, ଆଉ ଆପେ, ପୁଣି, ତାହାଙ୍କ ପୁତ୍ରମାନେ ଓ ପଶୁପଲ ଏଥିରୁ ପାନ କରିଥିଲେ, ତାଙ୍କଠାରୁ କି ଆପଣ ଶ୍ରେଷ୍ଠ?
13 Respondit Iesus, et dixit ei: Omnis, qui bibit ex aqua hac, sitiet iterum:
ଯୀଶୁ ତାହାକୁ ଉତ୍ତର ଦେଲେ, “ଯେ କେହି ଏହି ଜଳ ପାନ କରେ, ସେ ପୁନର୍ବାର ତୃଷିତ ହେବ;
14 qui autem biberit ex aqua, quam ego dabo ei, non sitiet in æternum: sed aqua, quam ego dabo ei, fiet in eo fons aquæ salientis in vitam æternam. (aiōn g165, aiōnios g166)
କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।” (aiōn g165, aiōnios g166)
15 Dicit ad eum mulier: Domine, da mihi hanc aquam, ut non sitiam: neque veniam huc haurire.
ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ମୋତେ ଯେପରି ଶୋଷ ନ ଲାଗେ, ପୁଣି, ପାଣି କାଢ଼ିବା ନିମନ୍ତେ ଏତେ ବାଟ ଏଠାକୁ ଆସିବାକୁ ନ ପଡ଼େ, ଏଥିନିମନ୍ତେ ମୋତେ ସେହି ଜଳ ଦିଅନ୍ତୁ।
16 Dicit ei Iesus: Vade, voca virum tuum, et veni huc.
ଯୀଶୁ ତାହାକୁ କହିଲେ, “ଯାଅ, ତୁମ୍ଭ ସ୍ୱାମୀକୁ ଡାକି ଏଠାକୁ ଆସ।”
17 Respondit mulier, et dixit: Non habeo virum. Dicit ei Iesus: Bene dixisti, quia non habeo virum:
ସ୍ତ୍ରୀଲୋକଟି ତାହାଙ୍କୁ ଉତ୍ତର ଦେଲା, ମୋହର ସ୍ୱାମୀ ନାହିଁ। ଯୀଶୁ ତାହାଙ୍କୁ କହିଲେ, “ମୋହର ସ୍ୱାମୀ ନାହିଁ, ଏହା ତ ଠିକ୍ କହିଲ;
18 quinque enim viros habuisti, et nunc, quem habes, non est tuus vir: hoc vere dixisti.
କାରଣ ତୁମ୍ଭର ପାଞ୍ଚ ସ୍ୱାମୀ ଥିଲେ, ଆଉ ବର୍ତ୍ତମାନ ତୁମ୍ଭ ପାଖରେ ଯେ ଅଛି, ସେ ତୁମ୍ଭର ସ୍ୱାମୀ ନୁହେଁ; ଏହା ସତ୍ୟ କହିଅଛ।”
19 Dicit ei mulier: Domine, video quia Propheta es tu.
ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ଆପଣ ଯେ ଜଣେ ଭାବବାଦୀ, ଏହା ମୁଁ ଜାଣି ପାରୁଅଛି।
20 Patres nostri in monte hoc adoraverunt, et vos dicitis, quia Ierosolymis est locus, ubi adorare oportet.
ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଏହି ପର୍ବତରେ ଉପାସନା କଲେ; ଆଉ, ଆପଣମାନେ କହୁଅଛନ୍ତି, ଯେଉଁ ସ୍ଥାନରେ ଉପାସନା କରିବା ଉଚିତ, ତାହା ଯିରୂଶାଲମ ସହରରେ ଅଛି।
21 Dicit ei Iesus: Mulier crede mihi, quia venit hora, quando neque in monte hoc, neque in Ierosolymis adorabitis Patrem.
ଯୀଶୁ ତାହାକୁ କହିଲେ, “ଆଗୋ ନାରୀ, ମୋʼ କଥା ବିଶ୍ୱାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ବା ଯିରୂଶାଲମ ସହରରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି।
22 Vos adoratis quod nescitis: nos adoramus quod scimus, quia salus ex Iudæis est.
ଯାହାକୁ ତୁମ୍ଭେମାନେ ଜାଣ ନାହିଁ, ତାହାକୁ ଉପାସନା କରୁଥାଅ; ଯାହାଙ୍କୁ ଆମ୍ଭେମାନେ ଜାଣୁ, ତାହାଙ୍କୁ ଉପାସନା କରୁଥାଉ, କାରଣ ପରିତ୍ରାଣ ଯିହୁଦୀମାନଙ୍କ ମଧ୍ୟରୁ ଆସେ।
23 Sed venit hora, et nunc est, quando veri adoratores adorabunt Patrem in spiritu et veritate. Nam et Pater tales quærit, qui adorent eum.
କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ଈଶ୍ବର ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହି ପ୍ରକାର ଉପାସକ ଚାହାନ୍ତି।
24 Spiritus est Deus: et eos qui adorant eum, in spiritu et veritate oportet adorare.
ଈଶ୍ବର ଆତ୍ମା ଅଟନ୍ତି, ପୁଣି, ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେମାନେ ଆତ୍ମାରେ ଓ ସତ୍ୟରେ ଉପାସନା କରିବା ଉଚିତ।”
25 Dicit ei mulier: Scio quia Messias venit, (qui dicitur Christus.) cum ergo venerit ille, nobis annunciabit omnia.
ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ।
26 Dicit ei Iesus: Ego sum, qui loquor tecum.
ଯୀଶୁ ତାହାକୁ କହିଲେ, “ତୁମ୍ଭ ସହିତ କଥା କହୁଅଛି ଯେ ମୁଁ, ମୁଁ ସେହି ଅଟେ।”
27 Et continuo venerunt discipuli eius: et mirabantur quia cum muliere loquebatur. Nemo tamen dixit: Quid quæris, aut Quid loqueris cum ea?
ଏପରି ସମୟରେ ତାହାଙ୍କର ଶିଷ୍ୟମାନେ ଆସି ତାହାଙ୍କୁ ଜଣେ ସ୍ତ୍ରୀଲୋକ ସହିତ କଥାବାର୍ତ୍ତା କରୁଥିବା ଦେଖି ଚମତ୍କୃତ ହେଲେ, ତଥାପି ଆପଣ କଅଣ ଚାହାନ୍ତି, କିମ୍ବା କାହିଁକି ତାହା ସାଙ୍ଗରେ କଥା କହୁଅଛନ୍ତି, ଏହା କେହି ପଚାରିଲେ ନାହିଁ।
28 Reliquit ergo hydriam suam mulier, et abiit in civitatem, et dicit illis hominibus:
ସେଥିରେ ସେହି ସ୍ତ୍ରୀ ଆପଣା ଜାହାଲା ଥୋଇଦେଇ ନଗରକୁ ଯାଇ ଲୋକମାନଙ୍କୁ କହିଲା, ଆସ, ଜଣଙ୍କୁ ଦେଖିବ,
29 Venite, et videte hominem, qui dixit mihi omnia quæcumque feci: Numquid ipse est Christus?
ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ; ସେ କେଜାଣି ଖ୍ରୀଷ୍ଟ ହେବେ ପରା?
30 Exierunt ergo de civitate, et veniebant ad eum.
ଏଥିରେ ଲୋକେ ନଗରରୁ ବାହାରି ତାହାଙ୍କ ନିକଟକୁ ଯିବାକୁ ଲାଗିଲେ।
31 Interea rogabant eum discipuli, dicentes: Rabbi, manduca.
ଇତିମଧ୍ୟରେ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କରି କହିଲେ, ହେ ଗୁରୁ, ଭୋଜନ କରନ୍ତୁ।
32 Ille autem dicit eis: Ego cibum habeo manducare, quem vos nescitis.
କିନ୍ତୁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯେଉଁ ଖାଦ୍ୟ ବିଷୟ ଜାଣ ନାହିଁ, ଭୋଜନ କରିବା ନିମନ୍ତେ ମୋହର ଏପରି ଖାଦ୍ୟ ଅଛି।”
33 Dicebant ergo discipuli ad invicem: Numquid aliquis attulit ei manducare?
ତେଣୁ ଶିଷ୍ୟମାନେ ପରସ୍ପର କହିବାକୁ ଲାଗିଲେ, କେହି ତାହାଙ୍କୁ ଖାଦ୍ୟ ଆଣି ଦେଇଅଛି ପରା?
34 Dicit eis Iesus: Meus cibus est ut faciam voluntatem eius, qui misit me, ut perficiam opus eius.
ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ।
35 Nonne vos dicitis, Quod adhuc quattuor menses sunt, et messis venit? Ecce, dico vobis: Levate oculos vestros, et videte regiones, quia albæ sunt iam ad messem.
ଶସ୍ୟ କାଟିବାକୁ ଆହୁରି ଚାରି ମାସ ଅଛି, ଏହା କି ତୁମ୍ଭେମାନେ କହୁ ନାହଁ? ଦେଖ, ମୁଁ ତୁମ୍ଭମାନଙ୍କୁ କହୁଅଛି, କ୍ଷେତ୍ରଗୁଡ଼ିକ ପ୍ରତି ଦୃଷ୍ଟିପାତ କର; ସେହିସବୁ କଟାଯିବା ନିମନ୍ତେ ପାଚିଗଲାଣି।
36 Et qui metit, mercedem accipit, et congregat fructum in vitam æternam: ut, et qui seminat, simul gaudeat, et qui metit. (aiōnios g166)
ଏବେ ସୁଦ୍ଧା କଟାଳି ମୂଳ ପାଉଅଛି ଓ ଅନନ୍ତ ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳୀ ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି। (aiōnios g166)
37 In hoc enim est verbum verum: quia alius est qui seminat, et alius est qui metit.
କାରଣ ଜଣେ ବୁଣେ ଓ ଅନ୍ୟ ଜଣେ କାଟେ, ଏହି କଥା ଏ ସମ୍ବନ୍ଧରେ ସତ୍ୟ।
38 Ego misi vos metere quod vos non laborastis: alii laboraverunt, et vos in labores eorum introistis.
ତୁମ୍ଭେମାନେ ଯାହା ନିମନ୍ତେ ପରିଶ୍ରମ କରି ନାହଁ, ତାହା କାଟିବା ପାଇଁ ମୁଁ ତୁମ୍ଭମାନଙ୍କୁ ପଠାଇଲି; ଅନ୍ୟମାନେ ପରିଶ୍ରମ କରିଅଛନ୍ତି, ଆଉ ତୁମ୍ଭେମାନେ ସେମାନଙ୍କ ପରିଶ୍ରମର ଫଳ ପାଉଅଛ।”
39 Ex civitate autem illa multi crediderunt in eum Samaritanorum, propter verbum mulieris testimonium perhibentis: Quia dixit mihi omnia quæcumque feci.
ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ।
40 Cum venissent ergo ad illum Samaritani, rogaverunt eum ut ibi maneret. Et mansit ibi duos dies.
ଅତଏବ, ସେହି ଶମିରୋଣୀୟମାନେ ତାହାଙ୍କ ନିକଟକୁ ଆସି ସେମାନଙ୍କ ସହିତ ରହିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ, ଆଉ ସେ ଦୁଇ ଦିନ ସେ ସ୍ଥାନରେ ରହିଲେ।
41 Et multo plures crediderunt in eum propter sermonem eius.
ପୁଣି, ତାହାଙ୍କ ବାକ୍ୟ ହେତୁ ଆହୁରି ଅନେକ ଲୋକ ବିଶ୍ୱାସ କଲେ।
42 Et mulieri dicebant: Quia iam non propter tuam loquelam credimus: ipsi enim audivimus, et scimus quia hic est vere Salvator mundi.
ଆଉ, ସେମାନେ ସେହି ସ୍ତ୍ରୀଲୋକକୁ କହିଲେ, ଏବେ ତୁମ୍ଭ କଥା ହେତୁ ଆମ୍ଭେମାନେ ବିଶ୍ୱାସ କରୁ ନାହୁଁ, ବରଂ ଆମ୍ଭେମାନେ ନିଜେ ନିଜେ ଶୁଣିଅଛୁ, ପୁଣି, ଏ ଯେ ପ୍ରକୃତରେ ଜଗତର ତ୍ରାଣକର୍ତ୍ତା, ଏହା ଆମ୍ଭେମାନେ ଜାଣିଅଛୁ।
43 Post duos autem dies exiit inde: et abiit in Galilæam.
ସେହି ଦୁଇ ଦିନ ପରେ ସେ ସେଠାରୁ ବାହାରି ଗାଲିଲୀକୁ ଗଲେ।
44 Ipse enim Iesus testimonium perhibuit quia Propheta in sua patria honorem non habet.
କାରଣ ଭାବବାଦୀ ସ୍ୱଦେଶରେ ଆଦର ପାଆନ୍ତି ନାହିଁ ବୋଲି ଯୀଶୁ ଆପେ ସାକ୍ଷ୍ୟ ଦେଲେ।
45 Cum ergo venisset in Galilæam, exceperunt eum Galilæi, cum omnia vidissent quæ fecerat Ierosolymis in die festo: et ipsi enim venerant ad diem festum.
ପୁଣି, ସେ ଗାଲିଲୀକୁ ଆସନ୍ତେ, ପର୍ବ ସମୟରେ ସେ ଯିରୂଶାଲମ ସହରରେ ଯାହା ଯାହା କରିଥିଲେ, ସେହିସବୁ ଦେଖିଥିବାରୁ ଗାଲିଲୀୟମାନେ ତାହାଙ୍କୁ ଗ୍ରହଣ କଲେ, ଯେଣୁ ସେମାନେ ମଧ୍ୟ ପର୍ବକୁ ଯାଇଥିଲେ।
46 Venit ergo iterum in Cana Galilææ, ubi fecit aquam vinum. Et erat quidam regulus, cuius filius infirmabatur Capharnaum.
ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ। ଆଉ ଜଣେ ରାଜକର୍ମଚାରୀ ଥିଲେ, ତାହାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା।
47 Hic cum audisset quia Iesus adveniret a Iudæa in Galilæam, abiit ad eum, et rogabat eum ut descenderet, et sanaret filium eius: incipiebat enim mori.
ଯୀଶୁ ଯିହୂଦିୟା ପ୍ରଦେଶରୁ ଗାଲିଲୀକୁ ବାହାରି ଆସିଅଛନ୍ତି, ଏହା ଶୁଣି ସେ ତାହାଙ୍କ ନିକଟକୁ ଯାଇ ସେ ଯେପରି ଆସି ତାହାଙ୍କ ପୁତ୍ରକୁ ସୁସ୍ଥ କରନ୍ତି, ଏଥିପାଇଁ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲେ, କାରଣ ସେ ମୃତବତ୍‍ ହୋଇଥିଲା।
48 Dixit ergo Iesus ad eum: Nisi signa, et prodigia videritis, non creditis.
ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ୱାସ କରିବ ନାହିଁ।”
49 Dicit ad eum regulus: Domine, descende prius quam moriatur filius meus.
ରାଜକର୍ମଚାରୀ ତାହାଙ୍କୁ କହିଲେ, ହେ ପ୍ରଭୁ, ମୋହର ପିଲାଟି ମରିବା ପୂର୍ବରୁ ଆସନ୍ତୁ।
50 Dicit ei Iesus: Vade, filius tuus vivit. Credidit homo sermoni, quem dixit ei Iesus, et ibat.
ଯୀଶୁ ତାହାଙ୍କୁ କହିଲେ, “ଯାଅ, ତୁମ୍ଭର ପୁଅ ବଞ୍ଚିବ।” ଯୀଶୁ ସେହି ବ୍ୟକ୍ତିଙ୍କୁ ଯେଉଁ ବାକ୍ୟ କହିଲେ, ସେ ତାହା ବିଶ୍ୱାସ କରି ଚାଲିଗଲେ।
51 Iam autem eo descendente, servi occurrerunt ei, et nunciaverunt dicentes, quia filius eius viveret.
ପୁଣି, ସେ ଯାଉ ଯାଉ ତାହାଙ୍କ ଦାସମାନେ ତାହାଙ୍କୁ ଭେଟି ତାଙ୍କର ପୁତ୍ର ବଞ୍ଚିଲାଣି ବୋଲି କହିଲେ।
52 Interrogabat ergo horam ab eis, in qua melius habuerit. Et dixerunt ei: Quia heri hora septima reliquit eum febris.
ତେଣୁ କେଉଁ ଦଣ୍ଡରେ ତାହାର ସୁସ୍ଥତା ହେଲା, ତାହା ସେ ସେମାନଙ୍କୁ ପଚାରିଲେ। ସେଥିରେ ସେମାନେ ତାହାଙ୍କୁ କହିଲେ, କାଲି ଅପରାହ୍ନ ପ୍ରାୟ ଗୋଟାଏ ବେଳେ ତାହାକୁ ଜ୍ୱର ଛାଡ଼ିଗଲା।
53 Cognovit ergo pater, quia illa hora erat, in qua dixit ei Iesus: Filius tuus vivit: et credidit ipse, et domus eius tota.
ଏଥିରେ ପିତା ବୁଝିଲେ ଯେ, ଯୀଶୁ ଯେଉଁ ଦଣ୍ଡରେ “ତୁମ୍ଭର ପୁତ୍ର ବଞ୍ଚିଲାଣି” ବୋଲି ତାହାଙ୍କୁ କହିଥିଲେ, ଠିକ୍ ସେହି ସମୟରେ ଏହା ଘଟିଥିଲା। ଆଉ, ସେ ଆପେ ଓ ତାହାଙ୍କ ସମସ୍ତ ପରିବାର ବିଶ୍ୱାସ କଲେ।
54 Hoc iterum secundum signum fecit Iesus, cum venisset a Iudæa in Galilæam.
ଯିହୂଦିୟା ପ୍ରଦେଶରୁ ପୁର୍ନବାର ଗାଲିଲୀ ପ୍ରଦେଶକୁ ଆସି ଯୀଶୁ ଏହି ଦ୍ୱିତୀୟ ଆଶ୍ଚର୍ଯ୍ୟକର୍ମ ସାଧନ କଲେ।

< Iohannem 4 >