< Apocalypsis 14 >

1 Et vidi: et ecce Agnus stabat supra montem Sion, et cum eo centum quadraginta quatuor millia, habentes nomen ejus, et nomen Patris ejus scriptum in frontibus suis.
ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ଏକ ଲକ୍ଷ ଚୌରାଳିଶ ହଜାର ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି।
2 Et audivi vocem de cælo, tamquam vocem aquarum multarum, et tamquam vocem tonitrui magni: et vocem, quam audivi, sicut citharœdorum citharizantium in citharis suis.
ପୁଣି, ମୁଁ ସ୍ୱର୍ଗରୁ ବହୁବନ୍ୟାଜଳ ଓ ମହାବଜ୍ରନାଦ ତୁଲ୍ୟ ଗୋଟିଏ ସ୍ୱର ଶୁଣିଲି; ଯେଉଁ ସ୍ୱର ମୁଁ ଶୁଣିଲି, ତାହା ବୀଣାବାଦକମାନଙ୍କ ବୀଣାର ଶଦ୍ଦ ପରି।
3 Et cantabant quasi canticum novum ante sedem, et ante quatuor animalia, et seniores: et nemo poterat dicere canticum, nisi illa centum quadraginta quatuor millia, qui empti sunt de terra.
ସେମାନେ ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି ଏକ ଲକ୍ଷ ଚୌରାଳିଶ ହଜାର ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ।
4 Hi sunt, qui cum mulieribus non sunt coinquinati: virgines enim sunt. Hi sequuntur Agnum quocumque ierit. Hi empti sunt ex hominibus primitiæ Deo, et Agno:
ସେମାନେ ସ୍ତ୍ରୀମାନଙ୍କ ସହିତ ଆପଣା ଆପଣାକୁ କଳୁଷିତ କରି ନ ଥିଲେ କାରଣ ସେମାନେ ଶୁଚି କରି ରଖିଥିଲେ। ମେଷଶାବକ ଯେକୌଣସି ସ୍ଥାନକୁ ଗମନ କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି। ସେମାନେ ଈଶ୍ବର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ସ୍ୱରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି;
5 et in ore eorum non est inventum mendacium: sine macula enim sunt ante thronum Dei.
ସେମାନଙ୍କ ମୁଖରେ କୌଣସି ମିଥ୍ୟାକଥା ନାହିଁ, ସେମାନେ ନିର୍ଦ୍ଦୋଷ।
6 Et vidi alterum angelum volantem per medium cæli, habentem Evangelium æternum, ut evangelizaret sedentibus super terram, et super omnem gentem, et tribum, et linguam, et populum: (aiōnios g166)
ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚସ୍ୱରରେ କହିଲେ, (aiōnios g166)
7 dicens magna voce: Timete Dominum, et date illi honorem, quia venit hora judicii ejus: et adorate eum, qui fecit cælum, et terram, mare, et fontes aquarum.
ଈଶ୍ବରଙ୍କୁ ଭୟ କର ଓ ତାହାଙ୍କୁ ଗୌରବ ଦିଅ, କାରଣ ତାହାଙ୍କ ବିଚାର ସମୟ ଉପସ୍ଥିତ, ପୁଣି, ଯେ ଆକାଶ, ପୃଥିବୀ, ସମୁଦ୍ର ଓ ନିର୍ଝରିଣୀ ସମୂହ ସୃଷ୍ଟି କରିଅଛନ୍ତି, ତାହାଙ୍କୁ ପ୍ରଣାମ କର।
8 Et alius angelus secutus est dicens: Cecidit, cecidit Babylon illa magna: quæ a vino iræ fornicationis suæ potavit omnes gentes.
ତାହାଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍‍ ଦ୍ୱିତୀୟ ଦୂତ ଆସି କହିଲେ, ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିଙ୍କୁ ଆପଣା ବ୍ୟଭିଚାରର କାମରୂପ ସୁରା ପାନ କରାଇଅଛି, ସେ ପତିତ, ଅଧଃପତିତ ହୋଇଅଛି।
9 Et tertius angelus secutus est illos, dicens voce magna: Si quis adoraverit bestiam, et imaginem ejus, et acceperit caracterem in fronte sua, aut in manu sua:
ସେମାନଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍‍ ତୃତୀୟ ଦୂତ ଆସି ଉଚ୍ଚସ୍ୱରରେ କହିଲେ, ଯଦି କେହି ସେହି ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରେ ପୁଣି, ଆପଣା କପାଳରେ କି ହାତରେ ତାହାର ଚିହ୍ନ ଗ୍ରହଣ କରେ,
10 et hic bibet de vino iræ Dei, quod mistum est mero in calice iræ ipsius, et cruciabitur igne, et sulphure in conspectu angelorum sanctorum, et ante conspectum Agni:
ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ବରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ।
11 et fumus tormentorum eorum ascendet in sæcula sæculorum: nec habent requiem die ac nocte, qui adoraverunt bestiam, et imaginem ejus, et si quis acceperit caracterem nominis ejus. (aiōn g165)
ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି ପୁଣି, ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ। (aiōn g165)
12 Hic patientia sanctorum est, qui custodiunt mandata Dei, et fidem Jesu.
ଏଠାରେ ସାଧୁମାନଙ୍କର, ଅର୍ଥାତ୍‍ ଯେଉଁମାନେ ଈଶ୍ବରଙ୍କ ଆଜ୍ଞା ପାଳନ କରନ୍ତି ଓ ଯୀଶୁଙ୍କ ପ୍ରତି ବିଶ୍ୱାସ ରଖନ୍ତି, ସେମାନଙ୍କର ଧୈର୍ଯ୍ୟ ଆବଶ୍ୟକ।
13 Et audivi vocem de cælo, dicentem mihi: Scribe: Beati mortui qui in Domino moriuntur. Amodo jam dicit Spiritus, ut requiescant a laboribus suis: opera enim illorum sequuntur illos.
ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ।
14 Et vidi: et ecce nubem candidam, et super nubem sedentem similem Filio hominis, habentem in capite suo coronam auream, et in manu sua falcem acutam.
ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଶୁଭ୍ରବର୍ଣ୍ଣ ଖଣ୍ଡେ ମେଘ, ତହିଁ ଉପରେ ମନୁଷ୍ୟପୁତ୍ରଙ୍କ ସଦୃଶ ଜଣେ ଉପବିଷ୍ଟ, ତାହାଙ୍କ ମସ୍ତକରେ ସୁବର୍ଣ୍ଣ ମୁକୁଟ ଓ ହସ୍ତରେ ତୀକ୍ଷ୍ଣ ଦାଆ।
15 Et alius angelus exivit de templo, clamans voce magna ad sedentem super nubem: Mitte falcem tuam, et mete, quia venit hora ut metatur, quoniam aruit messis terræ.
ସେଥିରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ସେହି ମେଘାଚ୍ଛନ୍ନ ବ୍ୟକ୍ତିଙ୍କୁ ଉଚ୍ଚସ୍ୱରରେ କହିଲେ, ଆପଣଙ୍କ ଦାଆ ଲଗାଇ ଶସ୍ୟ କାଟନ୍ତୁ, କାରଣ କାଟିବାର ସମୟ ଉପସ୍ଥିତ, ଆଉ ପୃଥିବୀର ଶସ୍ୟ ପରିପକ୍ୱ ହୋଇଅଛି।
16 Et misit qui sedebat super nubem, falcem suam in terram, et demessa est terra.
ତହୁଁ ସେହି ମେଘାଛନ୍ନ ବ୍ୟକ୍ତି ପୃଥିବୀରେ ଆପଣା ଦାଆ ଲଗାନ୍ତେ ସେଥିର ଶସ୍ୟ କଟାଗଲା।
17 Et alius angelus exivit de templo, quod est in cælo, habens et ipse falcem acutam.
ତତ୍ପରେ ସ୍ୱର୍ଗସ୍ଥ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ, ତାହାଙ୍କ ହସ୍ତରେ ମଧ୍ୟ ଗୋଟିଏ ତୀକ୍ଷ୍ଣ ଦାଆ ଥିଲା।
18 Et alius angelus exivit de altari, qui habebat potestatem supra ignem: et clamavit voce magna ad eum qui habebat falcem acutam, dicens: Mitte falcem tuam acutam, et vindemia botros vineæ terræ: quoniam maturæ sunt uvæ ejus.
ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତା ପ୍ରାପ୍ତ; ଯାହାଙ୍କ ହସ୍ତରେ ତୀକ୍ଷ୍ଣ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, ତୁମ୍ଭର ତୀକ୍ଷ୍ଣ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ଡାସବୁ ସଂଗ୍ରହ କର, କାରଣ ସେଥିର ଦ୍ରାକ୍ଷାଫଳସବୁ ପରିପକ୍ୱ ହୋଇଅଛି।
19 Et misit angelus falcem suam acutam in terram, et vindemiavit vineam terræ, et misit in lacum iræ Dei magnum:
ତହିଁରେ ସେହି ଦୂତ ପୃଥିବୀରେ ଆପଣା ଦାଆ ଲଗାଇ ସେଥିର ଦ୍ରାକ୍ଷାଫଳସବୁ ସଂଗ୍ରହ କଲେ ଓ ଈଶ୍ବରଙ୍କ କ୍ରୋଧରୂପ ମହା ଦ୍ରାକ୍ଷାକୁଣ୍ଡରେ ସେହିସବୁ ନିକ୍ଷେପ କଲେ।
20 et calcatus est lacus extra civitatem, et exivit sanguis de lacu usque ad frenos equorum per stadia mille sexcenta.
ନଗରର ବାହାରେ ସେହି ଦ୍ରାକ୍ଷାକୁଣ୍ଡ ଦଳିତ ହେଲା, ଆଉ ସେଥିରୁ ରକ୍ତ ବାହାର ହୋଇ ଅଶ୍ୱମାନଙ୍କ ଲଗାମ ପର୍ଯ୍ୟନ୍ତ ଉଠି ଏକ ଶହ କୋଶ ପର୍ଯ୍ୟନ୍ତ ବ୍ୟାପ୍ତ ହେଲା।

< Apocalypsis 14 >