< Genesis 34 >

1 egressa est autem Dina filia Liae ut videret mulieres regionis illius
ଏଥିଉତ୍ତାରେ ଲେୟାଠାରୁ ଜାତ ଦୀଣା ନାମ୍ନୀ ଯାକୁବର କନ୍ୟା ସେହି ଦେଶର କନ୍ୟାମାନଙ୍କ ସଙ୍ଗେ ଦେଖା କରିବାକୁ ବାହାରକୁ ଗଲା।
2 quam cum vidisset Sychem filius Emor Evei princeps terrae illius adamavit et rapuit et dormivit cum illa vi opprimens virginem
ତହିଁରେ ହିବ୍ବୀୟ ହମୋର ନାମକ ଦେଶାଧିପତିର ପୁତ୍ର ଶିଖିମ ତାହାକୁ ଦେଖିଲା; ପୁଣି, ତାହାକୁ ନେଇ ତାହା ସହିତ ଶୟନ କରି ତାହାକୁ ଭ୍ରଷ୍ଟା କଲା।
3 et conglutinata est anima eius cum ea tristemque blanditiis delinivit
ଆଉ ଯାକୁବର ସେହି କନ୍ୟା ଦୀଣାଠାରେ ତାହାର ମନ ଅନୁରକ୍ତ ହେବାରୁ ସେ ସେହି ଯୁବତୀକି ପ୍ରେମ କରି ତାକୁ ପ୍ରୀତିଜନକ ବାକ୍ୟ କହିଲା।
4 et pergens ad Emor patrem suum accipe mihi inquit puellam hanc coniugem
ଏଥିଉତ୍ତାରେ ଶିଖିମ ଆପଣା ପିତା ହମୋରକୁ କହିଲା, “ତୁମ୍ଭେ ଏହି ଯୁବତୀ ସଙ୍ଗେ ମୋତେ ବିବାହ କରିଦିଅ।”
5 quod cum audisset Iacob absentibus filiis et in pastu occupatis pecorum siluit donec redirent
ଏଥିଉତ୍ତାରେ ଯାକୁବ ଆପଣାର କନ୍ୟା ଦୀଣାକୁ ଶିଖିମ ଭ୍ରଷ୍ଟା କରିଥିବାର କଥା ଶୁଣିଲା; ସେହି ସମୟରେ ତାହାର ପୁତ୍ରମାନେ କ୍ଷେତ୍ରରେ ପଶୁପଲ ସଙ୍ଗରେ ଥିବାରୁ ଯାକୁବ ସେମାନଙ୍କ ଆସିବା ପର୍ଯ୍ୟନ୍ତ ତୁନି ହୋଇ ରହିଲା।
6 egresso autem Emor patre Sychem ut loqueretur ad Iacob
ଏଥିମଧ୍ୟରେ ଶିଖିମର ପିତା ହମୋର ଯାକୁବ ସହିତ କଥାବାର୍ତ୍ତା କରିବାକୁ ଗଲା।
7 ecce filii eius veniebant de agro auditoque quod acciderat irati sunt valde eo quod foedam rem esset operatus in Israhel et violata filia Iacob rem inlicitam perpetrasset
ଆଉ ଯାକୁବର ପୁତ୍ରମାନେ ସେହି ସମ୍ବାଦ ପାଇ କ୍ଷେତ୍ରରୁ ଆସିଥିଲେ; ପୁଣି, ଶିଖିମ ଯାକୁବର କନ୍ୟା ସହିତ ଶୟନ କରି ଇସ୍ରାଏଲ ବିରୁଦ୍ଧରେ ଯେଉଁ ଅକର୍ତ୍ତବ୍ୟ ମୂଢ଼ କର୍ମ କରିଥିଲା, ତହିଁ ସକାଶେ ସେମାନେ ମନସ୍ତାପିତ ଓ ଅତି କ୍ରୋଧାନ୍ୱିତ ଥିଲେ।
8 locutus est itaque Emor ad eos Sychem filii mei adhesit anima filiae vestrae date eam illi uxorem
ସେତେବେଳେ ହମୋର ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରି କହିଲା, “ତୁମ୍ଭମାନଙ୍କର ଏହି କନ୍ୟାଠାରେ ମୋʼ ପୁତ୍ର ଶିଖିମର ମନ ଆସକ୍ତ ହୋଇଅଛି; ମୁଁ ନିବେଦନ କରୁଅଛି, ମୋʼ ପୁତ୍ର ସଙ୍ଗେ ତାହାକୁ ବିବାହ କରିଦିଅ।
9 et iungamus vicissim conubia filias vestras tradite nobis et filias nostras accipite
ପୁଣି, ଆମ୍ଭମାନଙ୍କ ସଙ୍ଗେ ବିବାହ-ସମ୍ବନ୍ଧ ରଖ, ତୁମ୍ଭମାନଙ୍କ କନ୍ୟା ଆମ୍ଭମାନଙ୍କୁ ଦିଅ, ଆମ୍ଭମାନଙ୍କ କନ୍ୟା ତୁମ୍ଭେମାନେ ନିଅ।
10 et habitate nobiscum terra in potestate vestra est exercete negotiamini et possidete eam
ତାହାହେଲେ, ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ବାସ କରିବ; ସାରା ଦେଶ ତୁମ୍ଭମାନଙ୍କର ଆଗରେ ପଡ଼ିଛି, ତହିଁରେ ବାସ କର ଓ ବାଣିଜ୍ୟ କର ଓ ଅଧିକାର କର।”
11 sed et Sychem ad patrem et ad fratres eius ait inveniam gratiam coram vobis et quaecumque statueritis dabo
ପୁଣି, ଶିଖିମ ଦୀଣାର ପିତାକୁ ଓ ଭ୍ରାତୃଗଣକୁ କହିଲା, “ମୋʼ ପ୍ରତି ତୁମ୍ଭମାନଙ୍କର ଅନୁଗ୍ରହ ଦୃଷ୍ଟି ହେଉ, ତହିଁରେ ଯାହା କହିବ, ତାହା ମୁଁ ଦେବି।
12 augete dotem munera postulate libens tribuam quod petieritis tantum date mihi puellam hanc uxorem
ଯୌତୁକ ଓ ଦାନ ଯେତେ ଅଧିକ ମାଗିବ, ତୁମ୍ଭମାନଙ୍କ କଥାନୁସାରେ ତାହା ଦେବି; ମାତ୍ର କୌଣସିମତେ ମୋʼ ସଙ୍ଗେ ଏହି କନ୍ୟାକୁ ବିବାହ କରିଦିଅ।”
13 responderunt filii Iacob Sychem et patri eius in dolo saevientes ob stuprum sororis
ତେବେ ଶିଖିମ ଯାକୁବର ପୁତ୍ରମାନଙ୍କ ଭଉଣୀ ଦୀଣାକୁ ଭ୍ରଷ୍ଟା କରିଥିବାରୁ ସେମାନେ ଶିଖିମ ଓ ତାହାର ପିତା ହମୋର ସଙ୍ଗେ ଛଳ ଭାବରେ କଥାବାର୍ତ୍ତା କରି କହିଲେ,
14 non possumus facere quod petitis nec dare sororem nostram homini incircumciso quod inlicitum et nefarium est apud nos
“ଆମ୍ଭେମାନେ ଅସୁନ୍ନତ ଲୋକକୁ ଆପଣା ଭଉଣୀକୁ ଦେବାର କର୍ମ କରି ନ ପାରୁ, ତାହା କଲେ, ଆମ୍ଭମାନଙ୍କର ଅପଖ୍ୟାତି ହେବ।
15 sed in hoc valebimus foederari si esse volueritis nostri similes et circumcidatur in vobis omne masculini sexus
ଯଦି କେବଳ ଗୋଟିଏ କର୍ମ କରିବ, ଆମ୍ଭମାନଙ୍କ ପରି ତୁମ୍ଭେମାନେ ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ, ତେବେ ଆମ୍ଭେମାନେ ତୁମ୍ଭମାନଙ୍କ କଥାରେ ସମ୍ମତ ହେବା।
16 tunc dabimus et accipiemus mutuo filias nostras ac vestras et habitabimus vobiscum erimusque unus populus
ଆମ୍ଭେମାନେ ତୁମ୍ଭମାନଙ୍କୁ କନ୍ୟା ଦାନ କରିବା ଓ ତୁମ୍ଭମାନଙ୍କ କନ୍ୟା ଗ୍ରହଣ କରିବା, ପୁଣି, ତୁମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବା।
17 sin autem circumcidi nolueritis tollemus filiam nostram et recedemus
ମାତ୍ର ତୁମ୍ଭେମାନେ ଯଦି ସୁନ୍ନତ ବିଷୟରେ ଆମ୍ଭମାନଙ୍କ କଥା ନ ଶୁଣ, ତେବେ ଆମ୍ଭେମାନେ ସେହି କନ୍ୟାକୁ ଘେନି ଚାଲିଯିବା।”
18 placuit oblatio eorum Emor et Sychem filio eius
ସେତେବେଳେ ସେମାନଙ୍କର ଏହି କଥାରେ ହମୋର ଓ ତାହାର ପୁତ୍ର ଶିଖିମ ସନ୍ତୁଷ୍ଟ ହେଲେ।
19 nec distulit adulescens quin statim quod petebatur expleret amabat enim puellam valde et ipse erat inclitus in omni domo patris sui
ପୁଣି, ସେହି ଯୁବା ଅତି ଶୀଘ୍ର ସେ କର୍ମ କଲା, କାରଣ ସେ ଯାକୁବର କନ୍ୟାଠାରେ ଅତିଶୟ ଆସକ୍ତ ଥିଲା। ସେହି ଶିଖିମ ଆପଣା ପିତୃପରିବାର ସମସ୍ତଙ୍କଠାରୁ ଅଧିକ ସମ୍ଭ୍ରାନ୍ତ ଥିଲା।
20 ingressique portam urbis locuti sunt populo
ଏଥିଉତ୍ତାରେ ହମୋର ଓ ତାହାର ପୁତ୍ର ଶିଖିମ ଆପଣା ନଗର-ଦ୍ୱାରକୁ ଆସି ନଗର ନିବାସୀମାନଙ୍କ ସହିତ କଥାବାର୍ତ୍ତା କରି କହିଲେ;
21 viri isti pacifici sunt et volunt habitare nobiscum negotientur in terra et exerceant eam quae spatiosa et lata cultoribus indiget filias eorum accipiemus uxores et nostras illis dabimus
“ଏହି ଲୋକମାନେ ଆମ୍ଭମାନଙ୍କ ସହିତ ନିର୍ବିରୋଧୀ; ଏଥିପାଇଁ ଏମାନଙ୍କୁ ଏହି ଦେଶରେ ବାସ ଓ ବାଣିଜ୍ୟ କରିବାକୁ ଦିଆଯାଉ; କାରଣ ଦେଖ, ଏ ଦେଶ ସେମାନଙ୍କ ନିମନ୍ତେ ଯଥେଷ୍ଟ ଅଟଇ; ପୁଣି, ଆମ୍ଭେମାନେ ସେମାନଙ୍କ କନ୍ୟା ଗ୍ରହଣ କରିବା ଓ ଆମ୍ଭମାନଙ୍କ କନ୍ୟା ସେମାନଙ୍କୁ ଦେବା।
22 unum est quod differtur tantum bonum si circumcidamus masculos nostros ritum gentis imitantes
ମାତ୍ର ସେମାନଙ୍କର ଏହି ଏକ ପଣ ଅଛି, କି ଆମ୍ଭମାନଙ୍କ ମଧ୍ୟରେ ପ୍ରତ୍ୟେକ ପୁରୁଷ ଯଦି ସେମାନଙ୍କ ପରି ସୁନ୍ନତ ହେବ, ତେବେ ସେମାନେ ଆମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବାକୁ ସମ୍ମତ ହେବେ।
23 et substantia eorum et pecora et cuncta quae possident nostra erunt tantum in hoc adquiescamus et habitantes simul unum efficiemus populum
ସେମାନଙ୍କ ଧନ, ସମ୍ପତ୍ତି ଓ ପଶୁଗଣ କି ଆମ୍ଭମାନଙ୍କର ହେବ ନାହିଁ? କେବଳ ଆମ୍ଭେମାନେ ସେମାନଙ୍କ କଥା ଅଙ୍ଗୀକାର କରୁ, ତାହା କଲେ, ସେମାନେ ଆମ୍ଭମାନଙ୍କ ସଙ୍ଗେ ବାସ କରିବେ।”
24 adsensi sunt omnes circumcisis cunctis maribus
ସେତେବେଳେ ହମୋର ଓ ତାହାର ପୁତ୍ର ଶିଖିମର ଏହି କଥାରେ ତାହାର ନଗର-ଦ୍ୱାର ଦେଇ ବହିର୍ଗମନକାରୀ ସମସ୍ତ ଲୋକ ସମ୍ମତ ହେଲେ; ତହିଁରେ ତାହାର ନଗର-ଦ୍ୱାର ଦେଇ ବହିର୍ଗମନକାରୀ ପ୍ରତ୍ୟେକ ପୁରୁଷର ସୁନ୍ନତ ହେଲା।
25 et ecce die tertio quando gravissimus vulnerum dolor est arreptis duo Iacob filii Symeon et Levi fratres Dinae gladiis ingressi sunt urbem confidenter interfectisque omnibus masculis
ଆଉ ତୃତୀୟ ଦିନରେ ସେମାନେ ପୀଡ଼ିତ ହୁଅନ୍ତେ, ଦୀଣାର ଭ୍ରାତା ଶିମୀୟୋନ ଓ ଲେବୀ, ଯାକୁବର ଏହି ଦୁଇ ପୁତ୍ର ଆପଣା ଖଡ୍ଗ ଘେନି ନିର୍ଭୟରେ ନଗର ଆକ୍ରମଣ କରି ସବୁ ପୁରୁଷମାନଙ୍କୁ ବଧ କଲେ।
26 Emor et Sychem pariter necaverunt tollentes Dinam de domo Sychem sororem suam
ପୁଣି, ହମୋରକୁ ଓ ତାହାର ପୁତ୍ର ଶିଖିମକୁ ଖଡ୍ଗାଘାତରେ ବଧ କରି ଶିଖିମର ଗୃହରୁ ଦୀଣାକୁ ନେଇଗଲେ।
27 quibus egressis inruerunt super occisos ceteri filii Iacob et depopulati sunt urbem in ultionem stupri
ଯାକୁବର ପୁତ୍ରମାନେ ହତ ଲୋକମାନଙ୍କ ନିକଟକୁ ଆସି ନଗର ଲୁଟ କଲେ, କାରଣ ସେମାନଙ୍କ ଭଉଣୀକୁ ସେହି ଲୋକମାନେ ଭ୍ରଷ୍ଟା କରିଥିଲେ।
28 oves eorum et armenta et asinos cunctaque vastantes quae in domibus et in agris erant
ପୁଣି, ସେମାନଙ୍କ ମେଷ ଓ ଗୋରୁ ଓ ଗଧସବୁ, ଆଉ ନଗରସ୍ଥ ଓ କ୍ଷେତ୍ରସ୍ଥ ସମସ୍ତ ଦ୍ରବ୍ୟ ହରଣ କଲେ।
29 parvulos quoque et uxores eorum duxere captivas
ଆଉ ସେମାନଙ୍କ ଶିଶୁ ଓ ଭାର୍ଯ୍ୟାମାନଙ୍କୁ ବନ୍ଦୀ କରି ସମସ୍ତ ଧନ ଓ ଗୃହର ସର୍ବସ୍ୱ ଲୁଟ କଲେ।
30 quibus patratis audacter Iacob dixit ad Symeon et Levi turbastis me et odiosum fecistis Chananeis et Ferezeis habitatoribus terrae huius nos pauci sumus illi congregati percutient me et delebor ego et domus mea
ତହୁଁ ଯାକୁବ ଶିମୀୟୋନ ଓ ଲେବୀକୁ କହିଲା, “ତୁମ୍ଭେମାନେ ଏ ଦେଶରେ, ଅର୍ଥାତ୍‍, କିଣାନୀୟ ଓ ପରିଷୀୟ ଲୋକମାନଙ୍କ ନିକଟରେ ମୋତେ ଦୁର୍ଗନ୍ଧ ସ୍ୱରୂପ କରି ବ୍ୟାକୁଳ କଲ; ମୋହର ଲୋକ ଅଳ୍ପ, ଏଥିପାଇଁ ସେମାନେ ମୋʼ ବିରୁଦ୍ଧରେ ଏକତ୍ର ହୋଇ ମୋତେ ବଧ କରିବେ; ତହିଁରେ ସପରିବାରରେ ବିନଷ୍ଟ ହେବି।”
31 responderunt numquid ut scorto abuti debuere sorore nostra
ସେମାନେ ଉତ୍ତର କଲେ, “ବେଶ୍ୟା ପରି ଆମ୍ଭମାନଙ୍କ ଭଉଣୀ ସଙ୍ଗେ ବ୍ୟବହାର କରିବା କି ତାହାର କର୍ତ୍ତବ୍ୟ?”

< Genesis 34 >