< Lucam 7 >

1 cum autem implesset omnia verba sua in aures plebis intravit Capharnaum
ସେ ଲୋକମାନଙ୍କ କର୍ଣ୍ଣଗୋଚରରେ ଆପଣାର ସବୁ କଥା ଶେଷ କରି କଫର୍ନାହୂମରେ ପ୍ରବେଶ କଲେ।
2 centurionis autem cuiusdam servus male habens erat moriturus qui illi erat pretiosus
ସେ ସମୟରେ ଜଣେ ଶତ-ସେନାପତିଙ୍କର ଦାସ ଅସୁସ୍ଥ ହୋଇ ମଲା ଭଳି ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲେ।
3 et cum audisset de Iesu misit ad eum seniores Iudaeorum rogans eum ut veniret et salvaret servum eius
ସେ ଯୀଶୁଙ୍କ ବିଷୟରେ ଖବର ପାଇ, ସେ ଯେପରି ଆସି ତାହାଙ୍କ ଦାସର ପ୍ରାଣ ରକ୍ଷା କରନ୍ତି, ଏଥିନିମନ୍ତେ ତାହାଙ୍କ ପାଖକୁ ଯିହୁଦୀମାନଙ୍କର କେତେକ ପ୍ରାଚୀନମାନଙ୍କୁ ପଠାଇ ତାହାଙ୍କୁ ଅନୁରୋଧ କଲେ।
4 at illi cum venissent ad Iesum rogabant eum sollicite dicentes ei quia dignus est ut hoc illi praestes
ସେମାନେ ଯୀଶୁଙ୍କ ନିକଟରେ ପହଞ୍ଚି ତାହାଙ୍କୁ ବିଶେଷ ବିନତି କରି କହିବାକୁ ଲାଗିଲେ, ଆପଣ ଯେ ତାହାଙ୍କ ନିମନ୍ତେ ଏହା କରିବେ, ସେ ସେଥିର ଯୋଗ୍ୟ ଅଟନ୍ତି;
5 diligit enim gentem nostram et synagogam ipse aedificavit nobis
କାରଣ ସେ ଆମ୍ଭ ଯିହୁଦୀ ଲୋକମାନଙ୍କୁ ପ୍ରେମ କରନ୍ତି ଓ ଆପେ ଆମ୍ଭମାନଙ୍କ ନିମନ୍ତେ ସମାଜଗୃହ ନିର୍ମାଣ କରିଅଛନ୍ତି।
6 Iesus autem ibat cum illis et cum iam non longe esset a domo misit ad eum centurio amicos dicens Domine noli vexari non enim dignus sum ut sub tectum meum intres
ସେଥିରେ ଯୀଶୁ ସେମାନଙ୍କ ସହିତ ଗଲେ। ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତ-ସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୁ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ;
7 propter quod et me ipsum non sum dignum arbitratus ut venirem ad te sed dic verbo et sanabitur puer meus
ଏଣୁ ମୁଁ ଆପଣଙ୍କ ନିକଟକୁ ଯିବାକୁ ନିଜକୁ ଯୋଗ୍ୟ ବିଚାର କଲି ନାହିଁ; କିନ୍ତୁ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ।
8 nam et ego homo sum sub potestate constitutus habens sub me milites et dico huic vade et vadit et alio veni et venit et servo meo fac hoc et facit
କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ମଧ୍ୟ ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ଆଉ, ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ ତାହା କରେ।
9 quo audito Iesus miratus est et conversus sequentibus se turbis dixit amen dico vobis nec in Israhel tantam fidem inveni
ଯୀଶୁ ଏସମସ୍ତ କଥା ଶୁଣି ତାହାଙ୍କ ବିଷୟରେ ଚକିତ ହେଲେ, ଆଉ ବୁଲିପଡ଼ି ତାହାଙ୍କ ପଛରେ ଆସୁଥିବା ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ କହୁଅଛି, ଇସ୍ରାଏଲ ମଧ୍ୟରେ ମଧ୍ୟ ମୁଁ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।”
10 et reversi qui missi fuerant domum invenerunt servum qui languerat sanum
ଆଉ ପଠାଯାଇଥିବା ଲୋକମାନେ ଘରକୁ ଫେରିଆସି ଦାସକୁ ସୁସ୍ଥ ଦେଖିଲେ।
11 et factum est deinceps ibat in civitatem quae vocatur Naim et ibant cum illo discipuli eius et turba copiosa
ଏଥିଉତ୍ତାରେ ସେ ନାଇନ ନାମକ ନଗରକୁ ଯାତ୍ରା କଲେ, ଆଉ ତାହାଙ୍କ ଶିଷ୍ୟମାନେ ଓ ବହୁସଂଖ୍ୟକ ଲୋକ ତାହାଙ୍କ ସାଙ୍ଗରେ ଯାଉଥିଲେ।
12 cum autem adpropinquaret portae civitatis et ecce defunctus efferebatur filius unicus matri suae et haec vidua erat et turba civitatis multa cum illa
ସେ ନଗର-ଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଲୋକେ ଜଣେ ମୃତ ମନୁଷ୍ୟକୁ ବାହାରକୁ ବୋହି ଆଣୁଥିଲେ, ସେ ଆପଣା ମାତାର ଏକମାତ୍ର ପୁତ୍ର, ପୁଣି, ସେହି ସ୍ତ୍ରୀ ବିଧବା; ଆଉ ନଗରର ବହୁସଂଖ୍ୟକ ଲୋକ ତାହାଙ୍କ ସଙ୍ଗରେ ଥିଲେ।
13 quam cum vidisset Dominus misericordia motus super ea dixit illi noli flere
ତାହାକୁ ଦେଖି ପ୍ରଭୁ ତାହା ପ୍ରତି ଦୟାରେ ବିଗଳିତ ହୋଇ ତାହାକୁ କହିଲେ, “ରୋଦନ କର ନାହିଁ।”
14 et accessit et tetigit loculum hii autem qui portabant steterunt et ait adulescens tibi dico surge
ଆଉ ସେ ନିକଟକୁ ଯାଇ କୋକେଇ ଛୁଇଁଲେ, ପୁଣି, ବୋହି ନେଉଥିବା ଲୋକମାନେ ଠିଆ ହୁଅନ୍ତେ ସେ କହିଲେ, “ଯୁବକ, ମୁଁ ତୁମ୍ଭକୁ କହୁଅଛି, ଉଠ।”
15 et resedit qui erat mortuus et coepit loqui et dedit illum matri suae
ସେଥିରେ ମୃତ ଯୁବକଟି ଉଠି ବସିଲା ଆଉ କଥା କହିବାକୁ ଲାଗିଲା, ପୁଣି, ସେ ତାହାକୁ ତାହାର ମାତାର ହସ୍ତରେ ସମର୍ପଣ କଲେ।
16 accepit autem omnes timor et magnificabant Deum dicentes quia propheta magnus surrexit in nobis et quia Deus visitavit plebem suam
ଏଥିରେ ସମସ୍ତଙ୍କ ମଧ୍ୟରେ ଭୟ ଖେଳିଗଲା ଆଉ ସେମାନେ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିବାକୁ ଲାଗିଲେ, ଆମ୍ଭମାନଙ୍କ ମଧ୍ୟରେ ଜଣେ ମହାନ ଭାବବାଦୀ ଉତ୍ଥିତ ହୋଇଅଛନ୍ତି ଏବଂ ଈଶ୍ବର ଆପଣା ଲୋକଙ୍କ ପ୍ରତି କୃପାଦୃଷ୍ଟି କରିଅଛନ୍ତି।
17 et exiit hic sermo in universam Iudaeam de eo et omnem circa regionem
ପୁଣି, ଯୀଶୁଙ୍କ ବିଷୟରେ ଏହି ସମ୍ବାଦ ସମସ୍ତ ଯିହୂଦିୟା ପ୍ରଦେଶ ଓ ଚାରିପାଖର ସମସ୍ତ ଅଞ୍ଚଳରେ ବ୍ୟାପିଗଲା।
18 et nuntiaverunt Iohanni discipuli eius de omnibus his
ପରେ ବାପ୍ତିଜକ ଯୋହନଙ୍କ ଶିଷ୍ୟମାନେ ଏହି ସମସ୍ତ ବିଷୟ ତାହାଙ୍କୁ ଜଣାଇଲେ।
19 et convocavit duos de discipulis suis Iohannes et misit ad Dominum dicens tu es qui venturus es an alium expectamus
ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଆପଣ କଅଣ ସେହି ବ୍ୟକ୍ତି ଯାହାଙ୍କର ଆଗମନ ହେବ, ନା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?
20 cum autem venissent ad eum viri dixerunt Iohannes Baptista misit nos ad te dicens tu es qui venturus es an alium expectamus
ସେହି ଲୋକମାନେ ତାହାଙ୍କ ନିକଟକୁ ଆସି କହିଲେ, ବାପ୍ତିଜକ ଯୋହନ ଆମ୍ଭମାନଙ୍କୁ ଆପଣଙ୍କ ନିକଟକୁ ଏହା କହି ପଠାଇଅଛନ୍ତି, ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?
21 in ipsa autem hora curavit multos a languoribus et plagis et spiritibus malis et caecis multis donavit visum
ସେହି ସମୟରେ ସେ ଅନେକଙ୍କୁ ରୋଗ, କଷ୍ଟ ଓ ମନ୍ଦ-ଆତ୍ମାମାନଙ୍କଠାରୁ ସୁସ୍ଥ କଲେ, ପୁଣି, ଅନେକ ଅନ୍ଧମାନଙ୍କୁ ଦେଖିବାର ଶକ୍ତି ଦେଲେ।
22 et respondens dixit illis euntes nuntiate Iohanni quae vidistis et audistis quia caeci vident claudi ambulant leprosi mundantur surdi audiunt mortui resurgunt pauperes evangelizantur
ସେ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଯାଇ, ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହିସବୁ ଯୋହନଙ୍କୁ ଜଣାଅ; ଅନ୍ଧମାନେ ଦେଖି ପାରନ୍ତି, ଖଞ୍ଜମାନେ ଚାଲି ପାରନ୍ତି, କୁଷ୍ଠରୋଗୀମାନେ ଶୁଚି ହୁଅନ୍ତି, ବଧିରମାନେ ଶୁଣି ପାରନ୍ତି, ମୃତମାନେ ଜୀବିତ ହୁଅନ୍ତି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;
23 et beatus est quicumque non fuerit scandalizatus in me
ଆଉ, ଯେଉଁ ବ୍ୟକ୍ତି ମୋʼ ଠାରେ ବାଧାର କାରଣ ପାଏ ନାହିଁ, ସେ ଧନ୍ୟ।
24 et cum discessissent nuntii Iohannis coepit dicere de Iohanne ad turbas quid existis in desertum videre harundinem vento moveri
ଯୋହନଙ୍କ ଦୂତମାନେ ଯିବା ପରେ ଯୀଶୁ ଯୋହନଙ୍କ ବିଷୟରେ ଲୋକମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭେମାନେ କଅଣ ଦେଖିବା ପାଇଁ ମରୁଭୂମିକୁ ବାହାରିଯାଇଥିଲ, କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ?
25 sed quid existis videre hominem mollibus vestimentis indutum ecce qui in veste pretiosa sunt et deliciis in domibus regum sunt
ତାହା ନ ହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରିଯାଇଥିଲ? କଅଣ ଦାମୀ ବସ୍ତ୍ର ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ? ଦେଖ, ଯେଉଁମାନେ ସୁନ୍ଦର ବସ୍ତ୍ର ପିନ୍ଧନ୍ତି ଏବଂ ସୁଖରେ ସମୟ କଟାନ୍ତି, ସେମାନେ ରାଜପ୍ରାସାଦରେ ଥାଆନ୍ତି।
26 sed quid existis videre prophetam utique dico vobis et plus quam prophetam
ତାହା ନ ହେଲେ କଅଣ ଦେଖିବା ନିମନ୍ତେ ବାହାରି ଯାଇଥିଲ? କଅଣ ଜଣେ ଭାବବାଦୀଙ୍କୁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କୁ।
27 hic est de quo scriptum est ecce mitto angelum meum ante faciem tuam qui praeparabit viam tuam ante te
ଯାହାଙ୍କ ବିଷୟରେ ଏହା ଲେଖାଅଛି, ‘ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପଠାଉଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି।’
28 dico enim vobis maior inter natos mulierum propheta Iohanne Baptista nemo est qui autem minor est in regno Dei maior est illo
ମୁଁ ତୁମ୍ଭମାନଙ୍କୁ କହୁଅଛି, ସ୍ତ୍ରୀଗର୍ଭରୁ ଜନ୍ମ ହୋଇଥିବା ସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ମହାନ କେହି ନାହାନ୍ତି; ତଥାପି ଈଶ୍ବରଙ୍କ ରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ।”
29 et omnis populus audiens et publicani iustificaverunt Deum baptizati baptismo Iohannis
ଏହା ଶୁଣି ସମସ୍ତ ଲୋକ, ଏପରିକି କରଗ୍ରାହୀମାନେ ସୁଦ୍ଧା ଯୋହନଙ୍କ ବାପ୍ତିସ୍ମରେ ବାପ୍ତିଜିତ ହୋଇଥିବାରୁ ଈଶ୍ବରଙ୍କୁ ଯଥାର୍ଥ ବୋଲି ସ୍ୱୀକାର କଲେ;
30 Pharisaei autem et legis periti consilium Dei spreverunt in semet ipsos non baptizati ab eo
କିନ୍ତୁ ଫାରୂଶୀମାନେ ଓ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ ତାହାଙ୍କ ଦ୍ୱାରା ବାପ୍ତିଜିତ ନ ହୋଇ ନିଜ ନିଜ ବିଷୟରେ ଈଶ୍ବରଙ୍କ ଯୋଜନା ଅଗ୍ରାହ୍ୟ କଲେ।
31 cui ergo similes dicam homines generationis huius et cui similes sunt
“ତେବେ ମୁଁ କାହା ସାଙ୍ଗରେ ବର୍ତ୍ତମାନ ପୁରୁଷର ଲୋକମାନଙ୍କୁ ତୁଳନା କରିବି, ପୁଣି, ସେମାନେ କାହାରି ତୁଲ୍ୟ?
32 similes sunt pueris sedentibus in foro et loquentibus ad invicem et dicentibus cantavimus vobis tibiis et non saltastis lamentavimus et non plorastis
ଯେଉଁ ପିଲାମାନେ ହାଟବଜାରରେ ବସି ପରସ୍ପରକୁ ଡାକି କହନ୍ତି, ‘ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ କାନ୍ଦିଲ ନାହିଁ, ସେମାନେ ସେମାନଙ୍କ ପରି।’
33 venit enim Iohannes Baptista neque manducans panem neque bibens vinum et dicitis daemonium habet
କାରଣ ବାପ୍ତିଜକ ଯୋହନ ଆସି ରୁଟି ଖାଇଲେ ନାହିଁ ଓ ଦ୍ରାକ୍ଷାରସ ପିଇଲେ ନାହିଁ, ଆଉ ତୁମ୍ଭେମାନେ କହୁଅଛ, ‘ସେ ଭୂତଗ୍ରସ୍ତ।’
34 venit Filius hominis manducans et bibens et dicitis ecce homo devorator et bibens vinum amicus publicanorum et peccatorum
ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ତୁମ୍ଭେମାନେ କହୁଅଛ, ‘ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ।’
35 et iustificata est sapientia ab omnibus filiis suis
ମାତ୍ର ଜ୍ଞାନ ଆପଣା ସମସ୍ତ ସନ୍ତାନମାନଙ୍କ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହୋଇଅଛି।”
36 rogabat autem illum quidam de Pharisaeis ut manducaret cum illo et ingressus domum Pharisaei discubuit
ଆଉ ଫାରୂଶୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଆପଣା ସହିତ ଭୋଜନ କରିବାକୁ ନିମନ୍ତ୍ରଣ କଲେ। ସେଥିରେ ସେ ଫାରୂଶୀଙ୍କ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ।
37 et ecce mulier quae erat in civitate peccatrix ut cognovit quod accubuit in domo Pharisaei adtulit alabastrum unguenti
ଆଉ ଦେଖ, ସେହି ନଗରରେ ଜଣେ ପାପିନୀ ସ୍ତ୍ରୀ ଥିଲା; ଯୀଶୁ ସେହି ଫାରୂଶୀଙ୍କ ଗୃହରେ ଭୋଜନରେ ବସିଅଛନ୍ତି, ଏହା ଜାଣି ପାରି ସେ ଗୋଟିଏ ପାତ୍ରରେ ସୁଗନ୍ଧି ତୈଳ ଆଣି,
38 et stans retro secus pedes eius lacrimis coepit rigare pedes eius et capillis capitis sui tergebat et osculabatur pedes eius et unguento unguebat
ପଛଆଡ଼େ ତାହାଙ୍କ ପାଦ ପାଖରେ ଠିଆ ହୋଇ ରୋଦନ କରୁ କରୁ ଲୁହରେ ତାହାଙ୍କ ପାଦ ଓଦା କରି ନିଜ ମସ୍ତକର କେଶରେ ତାହା ପୋଛିବାକୁ ଲାଗିଲା, ଆଉ ତାହାଙ୍କ ପାଦକୁ ଚୁମ୍ବନ କରୁ କରୁ ସେହି ସୁଗନ୍ଧି ତୈଳ ଲଗାଇ ଦେବାକୁ ଲାଗିଲା।
39 videns autem Pharisaeus qui vocaverat eum ait intra se dicens hic si esset propheta sciret utique quae et qualis mulier quae tangit eum quia peccatrix est
ତାହା ଦେଖି, ଯେଉଁ ଫାରୂଶୀ ତାହାଙ୍କୁ ନିମନ୍ତ୍ରଣ କରିଥିଲେ, ସେ ମନେ ମନେ କହିଲେ, ଏ ଯଦି ଭାବବାଦୀ ହୋଇଥାଆନ୍ତା, ତାହାହେଲେ ଏହାକୁ ଯେ ସ୍ପର୍ଶ କରୁଅଛି, ସେ କିଏ ଓ କି ପ୍ରକାର ସ୍ତ୍ରୀ, ଅର୍ଥାତ୍‍, ସେ ଯେ ପାପିନୀ, ଏହା ଜାଣିଥାଆନ୍ତା।
40 et respondens Iesus dixit ad illum Simon habeo tibi aliquid dicere at ille ait magister dic
ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଶିମୋନ, ତୁମ୍ଭକୁ ମୋହର କିଛି କହିବାର ଅଛି।” ସେ କହିଲେ, ଗୁରୁ, କୁହନ୍ତୁ।
41 duo debitores erant cuidam feneratori unus debebat denarios quingentos alius quinquaginta
“ଜଣେ ମହାଜନଙ୍କର ଦୁଇ ଜଣ ଋଣୀ ଥିଲେ; ଜଣେ ପାଞ୍ଚଶହ ଦିନର ମଜୁରୀ ସମାନ ମୂଲ୍ୟ ଓ ଆଉ ଜଣେ ପଚାଶ ଦିନର ମଜୁରୀ ସମାନ ମୂଲ୍ୟ ଋଣ କରିଥିଲା।
42 non habentibus illis unde redderent donavit utrisque quis ergo eum plus diliget
ଋଣ ସୁଝିବାକୁ ସେମାନଙ୍କର କିଛି ନ ଥିବାରୁ ସେ ଉଭୟଙ୍କର ଋଣ କ୍ଷମା କଲେ। ଏଣୁ ସେମାନଙ୍କ ମଧ୍ୟରୁ କିଏ ତାହାଙ୍କୁ ଅଧିକ ପ୍ରେମ କରିବ?”
43 respondens Simon dixit aestimo quia is cui plus donavit at ille dixit ei recte iudicasti
ଶିମୋନ ଉତ୍ତର ଦେଲେ, ମୁଁ ଜାଣିବାରେ, ସେ ଯାହାର ଅଧିକ ଋଣ କ୍ଷମା କଲେ, ସେ। ସେ ତାହାଙ୍କୁ କହିଲେ, “ତୁମ୍ଭେ ଠିକ୍ ବିଚାର କଲ।”
44 et conversus ad mulierem dixit Simoni vides hanc mulierem intravi in domum tuam aquam pedibus meis non dedisti haec autem lacrimis rigavit pedes meos et capillis suis tersit
ଆଉ, ସେ ସେହି ସ୍ତ୍ରୀ ପ୍ରତି ମୁଖ ଫେରାଇ ଶିମୋନଙ୍କୁ କହିଲେ, “ଏହି ସ୍ତ୍ରୀକୁ ଦେଖୁଅଛ? ମୁଁ ତୁମ୍ଭ ଗୃହକୁ ଆସିଲି, ତୁମ୍ଭେ ମୋ ପାଦ ପାଇଁ ପାଣି ଦେଲ ନାହିଁ, କିନ୍ତୁ ଏ ଲୁହରେ ମୋହର ପାଦ ସିକ୍ତ କରି ନିଜ କେଶରେ ତାହା ପୋଛିଦେଲା।
45 osculum mihi non dedisti haec autem ex quo intravit non cessavit osculari pedes meos
ତୁମ୍ଭେ ମୋତେ ଚୁମ୍ବନ କଲ ନାହିଁ? କିନ୍ତୁ ମୁଁ ଭିତରକୁ ଆସିବା ସମୟଠାରୁ ଏ ମୋହର ପାଦ ଚୁମ୍ବନ କରିବାକୁ ବନ୍ଦ କରି ନାହିଁ।
46 oleo caput meum non unxisti haec autem unguento unxit pedes meos
ତୁମ୍ଭେ ମୋହର ମସ୍ତକରେ ତୈଳ ଲଗାଇଲ ନାହିଁ? କିନ୍ତୁ ଏ ମୋହର ପାଦରେ ସୁଗନ୍ଧି ତୈଳ ଲଗାଇଲା।
47 propter quod dico tibi remittentur ei peccata multa quoniam dilexit multum cui autem minus dimittitur minus diligit
ଏଣୁ ମୁଁ ତୁମ୍ଭକୁ କହୁଅଛି, ଏହାର ଅନେକ ପାପ କ୍ଷମା ହୋଇଅଛି, କାରଣ ସେ ବହୁତ ପ୍ରେମ କଲା; କିନ୍ତୁ ଯାହାକୁ ଅଳ୍ପ କ୍ଷମା ଦିଆଯାଏ, ସେ ଅଳ୍ପ ପ୍ରେମ କରେ।”
48 dixit autem ad illam remittuntur tibi peccata
ଆଉ ସେ ସେହି ସ୍ତ୍ରୀକୁ କହିଲେ, “ତୋହର ପାପସବୁ କ୍ଷମା ହୋଇଅଛି।”
49 et coeperunt qui simul accumbebant dicere intra se quis est hic qui etiam peccata dimittit
ସେଥିରେ ତାହାଙ୍କ ସାଙ୍ଗରେ ଭୋଜନରେ ବସିଥିବା ଲୋକମାନେ ମନେ ମନେ କହିବାକୁ ଲାଗିଲେ, ପାପ ସୁଦ୍ଧା କ୍ଷମା କରୁଅଛି ଯେ, ଏ କିଏ?
50 dixit autem ad mulierem fides tua te salvam fecit vade in pace
କିନ୍ତୁ ସେ ସେହି ସ୍ତ୍ରୀକୁ କହିଲେ, “ତୋହର ବିଶ୍ୱାସ ତୋତେ ରକ୍ଷା କରିଅଛି; ଶାନ୍ତିରେ ଚାଲିଯାଅ।”

< Lucam 7 >